Biblia Todo Logo
Bib sou entènèt

- Piblisite -




ପ୍ରେରିତ 15:8 - ଓଡିଆ ବାଇବେଲ

8 ଅନ୍ତର୍ଯ୍ୟାମୀ ଈଶ୍ୱର ଆମ୍ଭମାନଙ୍କୁ ଯେପରି ପବିତ୍ର ଆତ୍ମା ଦାନ କରିଅଛନ୍ତି, ସେମାନଙ୍କୁ ମଧ୍ୟ ସେହିପରି ଦାନ କରି ସେମାନଙ୍କ ପକ୍ଷରେ ସାକ୍ଷ୍ୟ ଦେଇଅଛନ୍ତି ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଅନ୍ତର୍ଯ୍ୟାମୀ ଈଶ୍ଵର ଆମ୍ଭମାନଙ୍କୁ ଯେପରି ପବିତ୍ର ଆତ୍ମା ଦାନ କରିଅଛନ୍ତି, ସେମାନଙ୍କୁ ମଧ୍ୟ ସେହିପରି ଦାନ କରି ସେମାନଙ୍କ ପକ୍ଷରେ ସାକ୍ଷ୍ୟ ଦେଇଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ପୁଣି ସମସ୍ତଙ୍କ ମନର ଚିନ୍ତା ଜାଣିପାରୁଥିବା ଅନ୍ତର୍ଯ୍ୟାମୀ ଈଶ୍ୱର ଆମ୍ଭମାନଙ୍କୁ ଯେପରି ପବିତ୍ରଆତ୍ମା ଦାନ କରିଛନ୍ତି, ଅଣଇହୁଦୀମାନଙ୍କୁ ମଧ୍ୟ ଠିକ୍ ସେହିପରି ଦାନ ଦେଇ ସେମାନଙ୍କୁ ଗ୍ରହଣ କରିଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ସର୍ବାନ୍ତର୍ଯ୍ୟାମୀ ଈଶ୍ବର ଆମ୍ଭମାନଙ୍କୁ ଯେପରି ପବିତ୍ର ଆତ୍ମା ଦାନ କରିଅଛନ୍ତି, ସେମାନଙ୍କୁ ମଧ୍ୟ ସେହିପରି ଦାନ କରି ସେମାନଙ୍କ ପକ୍ଷରେ ସାକ୍ଷ୍ୟ ଦେଇଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

8 ପରମେଶ୍ୱର ସମସ୍ତଙ୍କ ଅନ୍ତରର ଭାବନା ଜାଣନ୍ତି। ସେ ସେହି ଅନ୍ୟ ଜାତୀୟମାନଙ୍କୁ ଗ୍ରହଣ କଲେ। ପରମେଶ୍ୱର ଆମ୍ଭକୁ ଯେପରି ପବିତ୍ରଆତ୍ମାଙ୍କୁ ଦାନ କରିଥିଲେ, ସେହିପରି ସେମାନଙ୍କୁ ମଧ୍ୟ ପବିତ୍ରଆତ୍ମା ଦାନ କରିଅଛନ୍ତି।

Gade chapit la Kopi




ପ୍ରେରିତ 15:8
23 Referans Kwoze  

"ହେ ପ୍ରତ୍ୟେକ ହୃଦୟକୁ ଜାଣିବାର ପ୍ରଭୁ, ଯିହୂଦା ନିଜ ଉପଯୁକ୍ତ ସ୍ଥାନକୁ ଯିବା ନିମନ୍ତେ ଏହି ଯେଉଁ ସେବା ଓ ପ୍ରେରିତ ପଦରୁ ପତିତ ହୋଇଅଛି,


ସେତେବେଳେ ପିତର ଉତ୍ତର ଦେଲେ, ଏହି ଯେଉଁ ଲୋକମାନେ ଆମ୍ଭମାନଙ୍କ ପରି ପବିତ୍ର ଆତ୍ମା ପ୍ରାପ୍ତ ହୋଇଅଛନ୍ତି, ଏମାନେ ଯେପରି ବାପ୍ତିଜିତ ନ ହୁଅନ୍ତି, ସେଥିନିମନ୍ତେ କି କେହି ଜଳ ନିଷେଧ କରି ପାରେ ?


ପୁଣି, ଆମ୍ଭେ ତାହାର ସନ୍ତାନମାନଙ୍କୁ ମୃତ୍ୟୁ ଦ୍ୱାରା ବିନାଶ କରିବୁ । ସେଥିରେ ଆମ୍ଭେ ଯେ ମର୍ମ ଓ ହୃଦୟର ପରୀକ୍ଷକ, ପୁଣି, ତୁମ୍ଭମାନଙ୍କର ପ୍ରତ୍ୟେକ ଜଣକୁ ଆପଣା ଆପଣା କର୍ମାନୁସରେ ଫଳଦାତା, ଏହା ମଣ୍ଡଳୀଗଣ ଜାଣିବେ ।


ଈଶ୍ୱରଙ୍କ ସମ୍ମୁଖରେ କୌଣସି ପ୍ରାଣୀ ଅପ୍ରକାଶିତ ନୁହେଁ, ମାତ୍ର ଯାହାଙ୍କ ଛାମୁରେ ଆମ୍ଭମାନଙ୍କୁ ନିକାଶ ଦେବାକୁ ହେବ, ତାହାଙ୍କ ଦୃଷ୍ଟିରେ ସମସ୍ତ ବିଷୟ ଉଲଙ୍ଗ ଓ ଅନାବୃତ ଅଟେ ।


ସେମାନେ ଅନେକ ଦିନ ପର୍ଯ୍ୟନ୍ତ ସେହି ସ୍ଥାନରେ ରହି ପ୍ରଭୁଙ୍କ ଉପରେ ନିର୍ଭର କରି ସାହସରେ ପ୍ରଚାର କଲେ; ଆଉ ସେ ସେମାନଙ୍କ ହସ୍ତ ଦ୍ୱାର ନାନା ଲକ୍ଷଣ ଓ ଅଦ୍ଭୁତ କର୍ମ ସାଧନ କରି ଆପଣା ଅନୁଗ୍ରହ ବାକ୍ୟ ସପକ୍ଷରେ ସାକ୍ଷ୍ୟ ଦେଲେ ।


ସେଥିରେ ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହେଲେ, ପୁଣି, ଆତ୍ମା ସେମାନଙ୍କୁ ଯେପରି କହିବାକୁ ଶକ୍ତି ଦେଲେ, ତଦନୁସାରେ ସେମାନେ ଅନ୍ୟାନ୍ୟ ଭାଷାରେ କଥା କହିବାକୁ ଲାଗିଲେ ।


ସେ ସମ୍ବନ୍ଧରେ ଈଶ୍ୱର ମଧ୍ୟ ଆପଣା ଇଚ୍ଛାନୁସାରେ ନାନା ଚିହ୍ନ ଓ ଅଦ୍ଭୁତ କର୍ମ ପୁଣି, ବିବିଧ ଶକ୍ତିର କାର୍ଯ୍ୟ ଓ ପବିତ୍ର ଆତ୍ମାଙ୍କ ଅନ୍ୟାନ୍ୟ ଦାନ ଦ୍ୱାରା ସାକ୍ଷ୍ୟ ଦେଇଅଛନ୍ତି।


ସେମାନେ ପ୍ରାର୍ଥନା କଲା ଉତ୍ତାରେ, ଯେଉଁ ସ୍ଥାନରେ ଏକତ୍ର ହୋଇଥିଲେ, ତାହା କମ୍ପି ଉଠିଲା, ପୁଣି, ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ ହୋଇ, ସାହସରେ ଈଶ୍ୱରଙ୍କ ବାକ୍ୟ କହିବାକୁ ଲାଗିଲେ ।


ସେ ତୃତୀୟ ଥର ତାଙ୍କୁ ପଚାରିଲେ, ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କ'ଣ ମୋତେ ସ୍ନେହ କରୁଅଛ ? ତୁମ୍ଭେ କ'ଣ ମୋତେ ସ୍ନେହ କରୁଅଛ, ଏହା କହି ସେ ତୃତୀୟ ଥର ପିତରଙ୍କୁ ପଚାରିବାରୁ ସେ ଦୁଃଖିତ ହୋଇ ତାହାଙ୍କୁ କହିଲେ, ପ୍ରଭୋ, ଆପଣ ସମସ୍ତ ବିଷୟ ଜାଣନ୍ତି; ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି । ଯୀଶୁ ତାଙ୍କୁ କହିଲେ, ମୋହର ମେଷମାନଙ୍କୁ ଚରାଅ ।


ଆଉ, ଯେଉଁ ପିତା ମୋତେ ପ୍ରେରଣ କଲେ, ସେ ମୋ' ବିଷୟରେ ସାକ୍ଷ୍ୟ ଦେଇଅଛନ୍ତି । ତୁମ୍ଭେମାନେ କେବେ ହେଁ ତାହାଙ୍କର ସ୍ୱର ଶୁଣି ନାହଁ ବା ତାହାଙ୍କର ଆକାର ଦେଖି ନାହଁ,


ମାତ୍ର ହେ ସୈନ୍ୟାଧିପତି ସଦାପ୍ରଭୁ, ତୁମ୍ଭେ ଧାର୍ମିକର ପରୀକ୍ଷକ, ତୁମ୍ଭେ ମର୍ମ ଓ ଅନ୍ତଃକରଣ ଦେଖୁଅଛ, ସେମାନଙ୍କ ପ୍ରତି ତୁମ୍ଭର ଦତ୍ତ ପ୍ରତିଫଳ ମୋତେ ଦେଖାଅ; କାରଣ ତୁମ୍ଭଙ୍କୁ ମୁଁ ଆପଣା ଗୁହାରି ଜଣାଇଅଛି।


ଆମ୍ଭେ ସଦାପ୍ରଭୁ, ପ୍ରତ୍ୟେକ ମନୁଷ୍ୟକୁ ତାହାର ଆଚରଣ ଅନୁସାରେ ତାହାର କର୍ମର ଫଳ ଦେବା ପାଇଁ, ଅନ୍ତଃକରଣ ଅନୁସନ୍ଧାନ କରୁ, ଆମ୍ଭେ ମର୍ମ ପରୀକ୍ଷା କରୁ।


ମାତ୍ର ହେ ସୈନ୍ୟାଧିପତି ସଦାପ୍ରଭୁ, ତୁମ୍ଭେ ନ୍ୟାୟରେ ବିଚାର କରୁଥାଅ, ତୁମ୍ଭେ ମର୍ମ ଓ ଚିତ୍ତର ପରୀକ୍ଷା କରୁଥାଅ, ସେମାନଙ୍କ ପ୍ରତି ତୁମ୍ଭର ପ୍ରତିଶୋଧ ଦାନ ମୋତେ ଦେଖିବାକୁ ଦିଅ; କାରଣ ମୁଁ ତୁମ୍ଭ ନିକଟରେ ଆପଣା ଗୁହାରି ପ୍ରକାଶ କରିଅଛି।


ତେବେ ପରମେଶ୍ୱର କି ତାହା ଅନୁସନ୍ଧାନ କରିବେ ନାହିଁ ? କାରଣ ସେ ଅନ୍ତଃକରଣର ଗୁପ୍ତ ବିଷୟସବୁ ଜାଣନ୍ତି।


ଆଉ, ହେ ମୋହର ପୁତ୍ର ଶଲୋମନ, ତୁମ୍ଭେ ଆପଣା ପିତାର ପରମେଶ୍ୱରଙ୍କୁ ଜ୍ଞାତ ହୁଅ ଓ ସିଦ୍ଧ ଅନ୍ତଃକରଣରେ ଓ ଇଚ୍ଛୁକ ମନରେ ତାହାଙ୍କର ସେବା କର; କାରଣ ସଦାପ୍ରଭୁ ସମସ୍ତ ଅନ୍ତଃକରଣ ଅନୁସନ୍ଧାନ କରନ୍ତି ଓ ଚିନ୍ତାର ସକଳ କଳ୍ପନା ବୁଝନ୍ତି; ଯଦି ତୁମ୍ଭେ ତାହାଙ୍କର ଅନ୍ୱେଷଣ କରିବ, ତେବେ ତୁମ୍ଭେ ତାହାଙ୍କର ଉଦ୍ଦେଶ୍ୟ ପାଇବ; ମାତ୍ର ଯଦି ତୁମ୍ଭେ ତାହାଙ୍କୁ ତ୍ୟାଗ କରିବ, ତେବେ ସେ ତୁମ୍ଭକୁ ଚିରକାଳ ଦୂର କରିବେ।


ତୁମ୍ଭେ ଆପଣା ନିବାସ-ସ୍ଥାନ ସ୍ୱର୍ଗରେ ଥାଇ ଶ୍ରବଣ କରି କ୍ଷମା କର ଓ ସିଦ୍ଧ କର, ଆଉ ପ୍ରତ୍ୟେକ ମନୁଷ୍ୟର ଅନ୍ତଃକରଣ ଜାଣି ତାହାର ସକଳ ଗତି ଅନୁସାରେ ପ୍ରତିଫଳ ଦିଅ; କାରଣ ତୁମ୍ଭେ, କେବଳ ତୁମ୍ଭେ ହିଁ ସମୁଦାୟ ମନୁଷ୍ୟ-ସନ୍ତାନର ଅନ୍ତଃକରଣ ଜାଣୁଅଛ;


ମାତ୍ର ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ଏହାର ରୂପ କି ଶରୀରର ଉଚ୍ଚତା ପ୍ରତି ଦୃଷ୍ଟି ନ କର; ଯେହେତୁ ଆମ୍ଭେ ଏହାକୁ ଅଗ୍ରାହ୍ୟ କଲୁ; ପୁଣି, ମନୁଷ୍ୟ ଯେପରି ଦେଖେ, ସଦାପ୍ରଭୁ ସେପରି ଦେଖନ୍ତି ନାହିଁ; କାରଣ ମନୁଷ୍ୟ ବାହ୍ୟରୂପ ଦେଖେ ମାତ୍ର ସଦାପ୍ରଭୁ ଅନ୍ତଃକରଣ ଦେଖନ୍ତି;


ଆହୁରି ହେ ମୋହର ପରମେଶ୍ୱର, ମୁଁ ଜାଣେ ଯେ, ତୁମ୍ଭେ ଅନ୍ତଃକରଣ ପରୀକ୍ଷା କରିଥାଅ ଓ ସରଳତାରେ ତୁମ୍ଭର ସନ୍ତୋଷ ଥାଏ। ମୁଁ ଆପଣା ଅନ୍ତଃକରଣର ସରଳତାରେ ସ୍ୱେଚ୍ଛାପୂର୍ବକ ଏହିସବୁ ପଦାର୍ଥ ଦାନ କରିଅଛି; ଆଉ ଏଠାରେ ଉପସ୍ଥିତ ତୁମ୍ଭ ଲୋକମାନଙ୍କୁ ସ୍ୱେଚ୍ଛାପୂର୍ବକ ତୁମ୍ଭ ଉଦ୍ଦେଶ୍ୟରେ ଦାନ କରିବାର ଦେଖି ମୁଁ ଆନନ୍ଦିତ ହେଲି।


କାରଣ ପ୍ରତିମା ନିକଟରେ ଉତ୍ସର୍ଗୀକୃତ ପ୍ରସାଦ, ରକ୍ତ, ଶ୍ୱାସରୋଧ ଦ୍ୱାରା ମୃତ ପ୍ରାଣୀର ମାଂସ ଓ ପରଦାରରୁ ପୃଥକ୍ ରହିବା, ଏହି କେତୋଟି ଆବଶ୍ୟକୀୟ ବିଷୟ ବ୍ୟତୀତ ଆପଣମାନଙ୍କ ଉପରେ ଆଉ ଅଧିକ ଭାର ନ ଦେବାକୁ, ପବିତ୍ର ଆତ୍ମା ଓ ଆମ୍ଭମାନଙ୍କ ଦୃଷ୍ଟିରେ ଉତ୍ତମ ଦେଖାଗଲା;


Swiv nou:

Piblisite


Piblisite