Biblia Todo Logo
Bib sou entènèt

- Piblisite -




ପ୍ରେରିତ 15:9 - ଓଡିଆ ବାଇବେଲ

9 ଆଉ ସେ ଆମ୍ଭମାନଙ୍କ ଓ ସେମାନଙ୍କ ମଧ୍ୟରେ କୌଣସି ପ୍ରଭେଦ ନ ରଖି ବିଶ୍ୱାସ ଦ୍ୱାରା ସେମାନଙ୍କର ହୃଦୟ ଶୁଚି କରିଅଛନ୍ତି ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ଆଉ, ସେ ଆମ୍ଭମାନଙ୍କ ଓ ସେମାନଙ୍କ ମଧ୍ୟରେ କୌଣସି ପ୍ରଭେଦ ନ ରଖି ବିଶ୍ଵାସ ଦ୍ଵାରା ସେମାନଙ୍କର ହୃଦୟ ଶୁଚି କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 ସେମାନଙ୍କ ଓ ଆମ୍ଭମାନଙ୍କ ମଧ୍ୟରେ ସେ କୌଣସି ପାର୍ଥକ୍ୟ ରଖିନାହାନ୍ତି। ସେମାନଙ୍କ ବିଶ୍ୱାସ ହେତୁ ସେ ସେମାନଙ୍କ ପାପ କ୍ଷମା କରିଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ଆଉ ସେ ଆମ୍ଭମାନଙ୍କ ଓ ସେମାନଙ୍କ ମଧ୍ୟରେ କୌଣସି ଦଳଭେଦ ନ ରଖି ବିଶ୍ୱାସ ଦ୍ୱାରା ସେମାନଙ୍କର ହୃଦୟ ଶୁଚି କରିଅଛନ୍ତି।

Gade chapit la Kopi

ପବିତ୍ର ବାଇବଲ

9 ଏହା ଦ୍ୱାରା ପରମେଶ୍ୱର ଆମ୍ଭମାନଙ୍କର ଓ ସେମାନଙ୍କ ମଧ୍ୟରେ କୌଣସି ତଫାତ୍ ରଖିଲେ ନାହିଁ। ସେ ସେମାନଙ୍କର ବିଶ୍ୱାସ ଦ୍ୱାରା ସେମାନଙ୍କର ହୃଦୟକୁ ପବିତ୍ର କରିଲେ।

Gade chapit la Kopi




ପ୍ରେରିତ 15:9
24 Referans Kwoze  

ଅର୍ଥାତ୍ ସୁସମାଚାର ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଣଯିହୂଦୀମାନେ ମଧ୍ୟ ଅଂଶାଧିକାରୀ, ଏକ ଶରୀରର ଅଙ୍ଗପ୍ରତ୍ୟଙ୍ଗ ଓ ପ୍ରତିଜ୍ଞାର ସହଭାଗୀ ଅଟନ୍ତି;


ଆଉ ସେ ସେମାନଙ୍କୁ କହିଲେ, ଅନ୍ୟ ଜାତିର କୌଣସି ଲୋକ ସାଙ୍ଗରେ ମିଶିବା କିମ୍ବା ତାହା ପାଖକୁ ଯିବା ଯିହୂଦୀ ଲୋକ ପକ୍ଷରେ କିପରି ବିଧିସଙ୍ଗତ ନୁହେଁ, ତାହା ଆପଣମାନେ ଜାଣନ୍ତି; ତଥାପି କୌଣସି ଲୋକକୁ ଅପବିତ୍ର କି ଅଶୁଚି ବୋଲି ନ କହିବାକୁ ଈଶ୍ୱର ମୋତେ ଦେଖାଇଅଛନ୍ତି ।


ଏପରି ସ୍ଥଳେ ଗ୍ରୀକ୍‍ ଓ ଯିହୂଦୀ, ସୁନ୍ନତି ଓ ଅସୁନ୍ନତି, ବର୍ବର, ସ୍କୁଥୀୟ, ଦାସ, ସ୍ୱାଧୀନ ବ୍ୟକ୍ତି, ଏମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କିନ୍ତୁ ଖ୍ରୀଷ୍ଟ ସବୁରେ ସବୁ ଅଟନ୍ତି, ପୁଣି, ସମସ୍ତଙ୍କଠାରେ ବାସ କରନ୍ତି ।


ଯେଣୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁନ୍ନତ କି ଅସୁନ୍ନତ କିଛି ନୁହେଁ, କିନ୍ତୁ ପ୍ରେମରେ କାର୍ଯ୍ୟସାଧକ ବିଶ୍ୱାସ ହିଁ ସାର ।


ଯିହୂଦୀ କି ଗ୍ରୀକ୍‍, ଦାସ କି ସ୍ୱାଧୀନ, ପୁରୁଷ କି ସ୍ତ୍ରୀ, ତୁମ୍ଭମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭେମାନେ ଏକ ।


କରିନ୍ଥରେ ଥିବା ଈଶ୍ୱରଙ୍କ ମଣ୍ଡଳୀ ନିକଟକୁ; ଯେଉଁମାନେ ସର୍ବତ୍ର, ସେମାନଙ୍କ ଓ ଆମ୍ଭମାନଙ୍କ ସ୍ଥାନରେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମରେ ପ୍ରାର୍ଥନା କରନ୍ତି, ସେ ସମସ୍ତଙ୍କ ସହିତ ଖ୍ରୀଷ୍ଟ ଯୀଶୁଙ୍କଠାରେ ପବିତ୍ରୀକୃତ ଓ ଆହୂତ ସାଧୁ ଯେ ତୁମ୍ଭେମାନେ,


ଅର୍ଥାତ୍‍, ଈଶ୍ୱରଙ୍କର ଯେଉଁ ଧାର୍ମିକତା ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ସମସ୍ତ ବିଶ୍ୱାସୀଙ୍କ ପ୍ରତିବର୍ତ୍ତେ, କାରଣ କୌଣସି ପ୍ରଭେଦ ନାହିଁ,


ପୁଣି, କିଛି ସନ୍ଦେହ ନ କରି ସେମାନଙ୍କ ସାଙ୍ଗରେ ଯିବା ନିମନ୍ତେ ଆତ୍ମା ମୋତେ କହିଲେ । ଆଉ, ଏହି ଛଅ ଜଣ ଭାଇ ମଧ୍ୟ ମୋ ସାଙ୍ଗରେ ଗଲେ, ପୁଣି, ଆମ୍ଭେମାନେ ସେହି ବ୍ୟକ୍ତିଙ୍କ ଗୃହରେ ପ୍ରବେଶ କଲୁ ।


ତୁମ୍ଭେମାନେ ସତ୍ୟର ଆଜ୍ଞାବହ ହୋଇ ନିଷ୍କପଟ ଭ୍ରାତୃପ୍ରେମ ନିମନ୍ତେ ଆପଣା ଆପଣା ଆତ୍ମାକୁ ଶୁଚି କରିଥିବାରୁ ଅନ୍ତର ସହ ଏକାଗ୍ରଭାବେ ପରସ୍ପରକୁ ପ୍ରେମ କର;


ସେଥିରେ ପିତର ମୁଖ ଫିଟାଇ କହିଲେ, ଈଶ୍ୱର ଯେ ପକ୍ଷପାତ କରନ୍ତି ନାହିଁ,


କେହି କି ସୁନ୍ନତ ଅବସ୍ଥାରେ ଆହୂତ ହୋଇଅଛି ? ସେ ଅସୁନ୍ନତି ପରି ଦେଖାଯିବାକୁ ଚେଷ୍ଟା ନ କରୁ। କେହି କି ଅସୁନ୍ନତ ଅବସ୍ଥାରେ ଆହୂତ ହୋଇଅଛି ? ସେ ସୁନ୍ନତି ନ ହେଉ ।


ସେଥିନିମନ୍ତେ ତ ସେ କେବଳ ଯିହୂଦୀମାନଙ୍କ ମଧ୍ୟରୁ ନୁହେଁ, ମାତ୍ର ଅଣଯିହୂଦୀମାନଙ୍କ ମଧ୍ୟରୁ ସୁଦ୍ଧା ଆମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି,


ତେବେ କ'ଣ ? ଆମ୍ଭେମାନେ କି ଅନ୍ୟମାନଙ୍କଠାରୁ ଶ୍ରେଷ୍ଠ ? ନା, କୌଣସି ପ୍ରକାରେ ନୁହେଁ, କାରଣ ଯିହୂଦୀ ଓ ଗ୍ରୀକ୍‍ ସମସ୍ତେ ଯେ ପାପର ଅଧିନ, ଆମ୍ଭେମାନେ ପୂର୍ବରେ ଉଭୟଙ୍କ ବିରୁଦ୍ଧରେ ଏହି ଅଭିଯୋଗ କରିଅଛୁ,


ସେମାନେ ପହଞ୍ଚି ମଣ୍ଡଳୀ କି ଏକତ୍ର କଲେ, ପୁଣି, ଈଶ୍ୱର ସେମାନଙ୍କ ସାଙ୍ଗରେ ଥାଇ ଯେ ସମସ୍ତ କାର୍ଯ୍ୟ କରିଥିଲେ ଓ ଅଣଯିହୂଦୀମାନଙ୍କ ପ୍ରତି ବିଶ୍ୱାସର ଦ୍ୱାର ଫିଟାଇଦେଇଥିଲେ, ସେହି ସବୁ ବର୍ଣ୍ଣନା କଲେ ।


ଇକନୀୟରେ ମଧ୍ୟ ସେହି ପ୍ରକାର ଘଟିଲା; ସେମାନେ ଯିହୂଦୀମାନଙ୍କ ସମାଜଗୃହରେ ପ୍ରବେଶ କରି ଏପରି କଥା କହିଲେ ଯେ, ଯିହୂଦୀ ଓ ଗ୍ରୀକ୍‌ମାନଙ୍କ ମଧ୍ୟରୁ ବହୁସଂଖ୍ୟକ ଲୋକ ବିଶ୍ୱାସ କଲେ ।


ପୁଣି, ଦ୍ୱିତୀୟ ଥର ତାହାଙ୍କ ପ୍ରତି ଏହି ବାଣୀ ହେଲା, ଈଶ୍ୱର ଯାହା ଶୁଚି କରିଅଛନ୍ତି, ତାହା ତୁମ୍ଭେ ଅଶୁଚି ବୋଲି ନ କୁହ ।


ହେ ପରମେଶ୍ୱର, ମୋ’ ଅନ୍ତରରେ ଶୁଚି ଅନ୍ତଃକରଣ ସୃଷ୍ଟି କର ଓ ମୋ’ ମଧ୍ୟରେ ସୁସ୍ଥିର ଆତ୍ମା ନୂତନ କର।


ପୁଣି, ତୁମ୍ଭେମାନେ ଆପଣାମାନଙ୍କର ଓ ଯେଉଁ ବିଦେଶୀ ଲୋକମାନେ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସ କରନ୍ତି ଓ ତୁମ୍ଭମାନଙ୍କ ମଧ୍ୟରେ ସନ୍ତାନସନ୍ତତି ଉତ୍ପନ୍ନ କରିବେ, ସେମାନଙ୍କର ଉତ୍ତରାଧିକାର ନିମନ୍ତେ ଗୁଲିବାଣ୍ଟ ଦ୍ୱାରା ଦେଶ ବିଭାଗ କରିବ; ଆଉ, ସେମାନେ ତୁମ୍ଭମାନଙ୍କ ପ୍ରତି ଇସ୍ରାଏଲ ସନ୍ତାନଗଣର ମଧ୍ୟରେ ଗୃହଜାତ ସନ୍ତାନଗଣର ତୁଲ୍ୟ ହେବେ; ସେମାନେ ତୁମ୍ଭମାନଙ୍କର ସହିତ ଇସ୍ରାଏଲର ଗୋଷ୍ଠୀଗଣ ମଧ୍ୟରେ ଉତ୍ତରାଧିକାର ପ୍ରାପ୍ତ ହେବେ।


Swiv nou:

Piblisite


Piblisite