Biblia Todo Logo
Bib sou entènèt

- Piblisite -




ପ୍ରେରିତ 16:2 - ଓଡିଆ ବାଇବେଲ

2 ଲୁସ୍ତ୍ରା ଓ ଇକନୀୟରେ ଥିବା ଭାଇମାନେ ତାଙ୍କ ସୁଖ୍ୟାତି କରୁଥିଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଲୁସ୍ତ୍ରା ଓ ଇକନୀୟରେ ଥିବା ଭାଇମାନେ ତାଙ୍କ ସୁଖ୍ୟାତି କରୁଥିଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ଲୁସ୍ତ୍ରା ଓ ଇକନିୟରେ ଥିବା ବିଶ୍ୱାସୀମାନଙ୍କ ମଧ୍ୟରେ ତୀମଥିଙ୍କର ସୁନାମ ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଲୁସ୍ତ୍ରା ଓ ଇକନୀୟରେ ଥିବା ଭାଇମାନେ ତାହାଙ୍କ ସୁଖ୍ୟାତି କରୁଥିଲେ।

Gade chapit la Kopi

ପବିତ୍ର ବାଇବଲ

2 ତୀମଥିଙ୍କୁ ଲୁସ୍ତ୍ରା ଓ ଇକନିୟର ଭାଇମାନେ ବହୁତ ପ୍ରଶଂସା କରୁଥିଲେ।

Gade chapit la Kopi




ପ୍ରେରିତ 16:2
14 Referans Kwoze  

ପୁଣି, ଯେଉଁ ଧର୍ମଶାସ୍ତ୍ର ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସ ଦ୍ୱାରା ତୁମ୍ଭକୁ ପରିତ୍ରାଣଜନକ ଜ୍ଞାନ ଦେବାକୁ ସମର୍ଥ, ତାହା ତୁମ୍ଭେ ବାଲ୍ୟ କାଳଠାରୁ ଜାଣିଅଛ ।


ଆଉ ଯେ ଏକ ସ୍ୱାମୀର ସ୍ତ୍ରୀ ଓ ସତ୍କର୍ମ ହେତୁ ଜଣାଶୁଣା, ଅର୍ଥାତ୍ ସେ ଯଦି ସନ୍ତାନମାନଙ୍କୁ ପ୍ରତିପାଳନ, ଆତିଥ୍ୟସତ୍କାର, ସାଧୁମାନଙ୍କ ପାଦ ଧୋଇଥାଏ, ଦୁଃଖୀର ଭାର ବହନ କରିଥାଏ, ପୁଣି, ସମସ୍ତ ସତ୍କର୍ମରେ ଉଦ୍‍ଯୋଗୀ ହୋଇଥାଏ, ତେବେ ତାହାର ନାମ ବିଧବା ତାଲିକାରେ ଲେଖାଯାଉ ।


ତଦ୍ୱାରା ପ୍ରାଚୀନମାନେ ତ ସୁଖ୍ୟାତି ଲାଭ କଲେ ।


ଆନ୍ତିୟଖିଆ, ଇକନୀୟ ଓ ଲୁସ୍ତ୍ରାରେ ମୋ ପ୍ରତି ସେହିପରି ତାଡ଼ନା ଘଟିଥିଲା; ମୁଁ ତାହା ସହ୍ୟ କରିଥିଲି, ଆଉ ପ୍ରଭୁ ମୋତେ ସେସବୁରୁ ଉଦ୍ଧାର କରିଥିଲେ ।


ତାହାଙ୍କର ମଧ୍ୟ ବାହାର ଲୋକଙ୍କଠାରୁ ସମ୍ମାନ ପ୍ରାପ୍ତ ହେବା ଆବଶ୍ୟକ, କାଳେ ସେ ନିନ୍ଦା ପାଇ ଶୟତାନର ଫାନ୍ଦରେ ପଡ଼ିବେ ।


ସେଥିରେ ସେମାନେ କାରାଗାରରୁ ବାହାରିଯାଇ ଲୂଦିଆଙ୍କ ଗୃହରେ ପ୍ରବେଶ କଲେ, ଆଉ ଭାଇମାନଙ୍କ ସାଙ୍ଗରେ ସାକ୍ଷାତ କରି ସେମାନଙ୍କୁ ଉତ୍ସାହ ଦେଲା ଉତ୍ତାରେ ପ୍ରସ୍ଥାନ କଲେ ।


ସେମାନେ ସେହି ନଗରରେ ସୁସମାଚାର ପ୍ରଚାର କରି ଓ ଅନେକଙ୍କୁ ଶିଷ୍ୟ କଲା ଉତ୍ତାରେ ଲୁସ୍ତ୍ରା, ଇକନୀୟ ଓ ଆନ୍ତିୟଖିଆକୁ ବାହୁଡ଼ି ଆସିଲେ,


ସେଥିରେ ସେମାନେ ଆପଣା ଆପଣା ପାଦର ଧୂଳି ସେମାନଙ୍କ ବିରୁଦ୍ଧରେ ଝାଡ଼ିଦେଇ ଇକନୀୟକୁ ଗଲେ,


ଅତଏବ ହେ ଭାଇମାନେ, ଯେଉଁମାନଙ୍କୁ ଆମ୍ଭେମାନେ ଏହି କାର୍ଯ୍ୟରେ ନିଯୁକ୍ତ କରି ପାରୁ,ଏପରି ସୁଖ୍ୟାତି ସମ୍ପନ୍ନ ଏବଂ ଆତ୍ମା ଓ ଜ୍ଞାନରେ ପରିପୂର୍ଣ୍ଣ ସାତ ଜଣଙ୍କୁ ଆପଣମାନଙ୍କ ମଧ୍ୟରୁ ବାଛି ସ୍ଥିର କରନ୍ତୁ;


ସେହି ପ୍ରକାରେ ମଧ୍ୟ ସତ୍କାର୍ଯ୍ୟ ପୂର୍ବରୁ ପ୍ରକାଶିତ ହୁଏ, ଆଉ ଯାହା ପ୍ରକାଶିତ ହୁଏ ନାହିଁ, ତାହା ଗୁପ୍ତ ରଖାଯାଇ ପାରେ ନାହିଁ ।


ସେହି ସମୟରେ ପିତର ଭାଇମାନଙ୍କ ମଧ୍ୟରେ ଠିଆ ହୋଇ କହିଲେ; (ସେଠାରେ ଯୀଶୁଙ୍କର ଅନୁଗତ ପ୍ରାୟ ଶହେ କୋଡ଼ିଏ ଜଣ ଥିଲେ),


ଇକନୀୟରେ ମଧ୍ୟ ସେହି ପ୍ରକାର ଘଟିଲା; ସେମାନେ ଯିହୂଦୀମାନଙ୍କ ସମାଜଗୃହରେ ପ୍ରବେଶ କରି ଏପରି କଥା କହିଲେ ଯେ, ଯିହୂଦୀ ଓ ଗ୍ରୀକ୍‌ମାନଙ୍କ ମଧ୍ୟରୁ ବହୁସଂଖ୍ୟକ ଲୋକ ବିଶ୍ୱାସ କଲେ ।


ସେତେବେଳେ ସେମାନେ ତାହା ଜାଣି ପାରି ଲୁକାୟନିଆର ଲୁସ୍ତ୍ରା ଓ ଦର୍ବୀ ନଗର ପୁଣି, ଚାରିଆଡ଼ର ଅଞ୍ଚଳକୁ ପଳାଇଗଲେ,


ସେ ଯେ ପରୀକ୍ଷାସିଦ୍ଧ ଲୋକ, ଏହା ତୁମ୍ଭେମାନେ ଜାଣ; ପୁତ୍ର ପିତାର ସେବା କଲାପରି ସେ ତ ସୁସମାଚାର କାର୍ଯ୍ୟରେ ମୋ' ସହିତ ସେବା କରିଥିଲେ ।


Swiv nou:

Piblisite


Piblisite