Biblia Todo Logo
Bib sou entènèt

- Piblisite -




ପ୍ରେରିତ 17:10 - ଓଡିଆ ବାଇବେଲ

10 ପୁଣି, ଭାଇମାନେ ଅବିଳମ୍ବରେ ପାଉଲ ଓ ଶୀଲାଙ୍କୁ ରାତି ସମୟରେ ବେରିୟାକୁ ପଠାଇଦେଲେ; ସେମାନେ ସେହି ସ୍ଥାନରେ ପହଞ୍ଚି ଯିହୂଦୀମାନଙ୍କ ସମାଜଗୃହକୁ ଗଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

10 ପୁଣି, ଭାଇମାନେ ଅବିଳମ୍ଵରେ ପାଉଲ ଓ ଶୀଲାଙ୍କୁ ରାତ୍ରିକାଳରେ ବେରୟାକୁ ପଠାଇଦେଲେ; ସେମାନେ ସେହି ସ୍ଥାନରେ ପହଞ୍ଚି ଯିହୁଦୀମାନଙ୍କ ସମାଜଗୃହକୁ ଗଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

10 ରାତି ହେବାକ୍ଷଣି ବିଶ୍ୱାସୀମାନେ ପାଉଲ ଓ ଶୀଲାଙ୍କୁ ବେରିଆକୁ ପଠାଇ ଦେଲେ। ସେମାନେ ସେଠାରେ ପହଞ୍ଚି ସମାଜ ଗୃହକୁ ଗଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ପୁଣି, ଭାଇମାନେ ଅବିଳମ୍ବରେ ପାଉଲ ଓ ଶୀଲାଙ୍କୁ ରାତି ସମୟରେ ବେରିୟା ନଗରକୁ ପଠାଇଦେଲେ; ସେମାନେ ସେହି ସ୍ଥାନରେ ପହଞ୍ଚି ଯିହୁଦୀମାନଙ୍କ ସମାଜଗୃହକୁ ଗଲେ।

Gade chapit la Kopi

ପବିତ୍ର ବାଇବଲ

10 ପାଉଲ ଓ ଶୀଲାଙ୍କୁ ଭାଇମାନେ ସେହି ରାତିରେ ସାଙ୍ଗେ ସାଙ୍ଗେ ବେରୟା ନଗରକୁ ପଠାଇ ଦେଲେ। ସେମାନେ ସେଠାରେ ପହଞ୍ଚି ଯିହୂଦୀୟମାନଙ୍କ ସମାଜଗୃହକୁ ଗଲେ।

Gade chapit la Kopi




ପ୍ରେରିତ 17:10
16 Referans Kwoze  

ମାତ୍ର ଯେପରି ତୁମ୍ଭେମାନେ ଜାଣ, ଆମ୍ଭେମାନେ ସେଥିପୂର୍ବେ ଫିଲିପ୍ପୀରେ ଦୁଃଖ ଓ ଅତ୍ୟାଚାର ଭୋଗ କଲା ଉତ୍ତାରେ ତୁମ୍ଭମାନଙ୍କ ନିକଟରେ ଅତିଶୟ ପ୍ରାଣପଣେ ଈଶ୍ୱରଙ୍କ ସୁସମାଚାର ପ୍ରଚାର କରିବା ନିମନ୍ତେ ଆମ୍ଭମାନଙ୍କ ଈଶ୍ୱରଙ୍କ ଦ୍ୱାରା ସାହସ ପ୍ରାପ୍ତ ହୋଇଥିଲୁ ।


ଆଉ ପାଉଲ ଆପଣା ରୀତି ଅନୁସାରେ ସେମାନଙ୍କ ନିକଟକୁ ଗଲେ, ପୁଣି, ତିନୋଟି ବିଶ୍ରାମବାର ପର୍ଯ୍ୟନ୍ତ ଶାସ୍ତ୍ରର ବାକ୍ୟ ଘେନି ସେମାନଙ୍କୁ ଉପଦେଶ ଦେଲେ,


ଆଉ, ବେରିୟାନିବାସୀ ପୁରଙ୍କ ପୁଅ ସୋପାତ୍ର, ଥେସଲନୀକୀୟମାନଙ୍କ ମଧ୍ୟରୁ ଆରିସ୍ତାର୍ଖ ଓ ସେକୁନ୍ଦ, ଦର୍ବୀର ଗାୟ, ତୀମଥି, ଆଉ ଆସିଆର ଲୋକମାନଙ୍କ ମଧ୍ୟରୁ ତୁଖିକ ଓ ତ୍ରଫିମ ତାହାଙ୍କ ସଙ୍ଗରେ ଯାତ୍ରା କଲେ ।


କିନ୍ତୁ ତାହାଙ୍କର ଶିଷ୍ୟମାନେ ରାତ୍ରିକାଳରେ ତାହାଙ୍କୁ ଘେନି ଗୋଟିଏ ଟୋକେଇରେ ପ୍ରାଚୀର ଦେଇ ତଳକୁ ଓହ୍ଲାଇଦେଲେ ।


ଏଥିରେ ଯୋନାଥନ ଦାଉଦଙ୍କୁ କହିଲା, କୁଶଳରେ ଯାଅ, ଆମ୍ଭେ ଦୁହେଁ ତ ସଦାପ୍ରଭୁଙ୍କ ନାମରେ ଶପଥ କରି କହିଅଛୁ, ସଦାପ୍ରଭୁ ସର୍ବଦା ମୋର ଓ ତୁମ୍ଭର, ପୁଣି, ମୋ’ ବଂଶ ଓ ତୁମ୍ଭ ବଂଶର ମଧ୍ୟବର୍ତ୍ତୀ ହେଉନ୍ତୁ। ତହୁଁ ସେ ଉଠି ପ୍ରସ୍ଥାନ କଲେ, ପୁଣି, ଯୋନାଥନ ନଗରକୁ ଗଲା।


ସେହି ସମୟରେ ପିତର ଭାଇମାନଙ୍କ ମଧ୍ୟରେ ଠିଆ ହୋଇ କହିଲେ; (ସେଠାରେ ଯୀଶୁଙ୍କର ଅନୁଗତ ପ୍ରାୟ ଶହେ କୋଡ଼ିଏ ଜଣ ଥିଲେ),


ପୁଣି, ଯୀଶୁ ଯେ ଈଶ୍ୱରଙ୍କର ପୁତ୍ର, ଏହା ସେ ଅବିଳମ୍ବରେ ସମାଜଗୃହ ସମୂହରେ ଘୋଷଣା କରିବାକୁ ଲାଗିଲେ ।


ସେତେବେଳେ ପ୍ରେରିତ ଓ ପ୍ରାଚୀନମାନେ ସମସ୍ତ ମଣ୍ଡଳୀ ସହିତ ଆପଣାମାନଙ୍କ ମଧ୍ୟରୁ ଲୋକ, ଅର୍ଥାତ୍ ଭ୍ରାତୃବୃନ୍ଦଙ୍କ ମଧ୍ୟରେ ଅଗ୍ରଗଣ୍ୟ ବର୍ଶବ୍ବା ନାମରେ ଖ୍ୟାତ ଯିହୂଦା ଓ ଶୀଲାଙ୍କୁ ମନୋନୀତ କରି ପାଉଲ ଓ ବର୍ଣ୍ଣବ୍ବାଙ୍କ ସହିତ ଆନ୍ତିୟଖିଆକୁ ପଠାଇବାକୁ ନିଷ୍ପତ୍ତି ନେଲେ,


ପରେ ସେମାନେ ଆଂଫିପଲି ଓ ଆପଲ୍ଲୋନିଆ ଦେଇ ଯାତ୍ରା କରି ଥେସଲନୀକୀକୁ ଆସିଲେ; ସେଠାରେ ଯିହୂଦୀମାନଙ୍କର ଗୋଟିଏ ସମାଜଗୃହ ଥିଲା ।


ସେଥିରେ ସେମାନଙ୍କ ମଧ୍ୟରୁ କେତେକ ଜଣ ବିଶ୍ୱାସ କରି ପାଉଲ ଓ ଶୀଲାଙ୍କ ସହିତ ଯୋଗ ଦେଲେ; ପୁଣି, ଯିହୂଦୀମତାବଲମ୍ବୀ ଗ୍ରୀକ୍‌ମାନଙ୍କ ମଧ୍ୟରୁ ବହୁସଂଖ୍ୟକ ଲୋକ ଓ ଅନେକ ଭଦ୍ର ମହିଳା ସେମାନଙ୍କ ସହିତ ଯୋଗ ଦେଲେ।


ମାତ୍ର ସେମାନଙ୍କୁ ନ ପାଇବାରୁ ସେମାନେ ଯାସୋନ ଓ କେତେକ ବିଶ୍ୱାସୀ ଭାଇମାନଙ୍କୁ ନଗରର ଶାସନକର୍ତ୍ତାମାନଙ୍କ ନିକଟକୁ ଟାଣିଆଣି ଉଚ୍ଚସ୍ୱରରେ ଡାକି କହିଲେ, ଏ ଯେଉଁ ଲୋକଗୁଡ଼ାକ ଜଗତକୁ ଓଲଟପାଲଟ କରି ପକାଇଲେଣି, ସେମାନେ ଏଠାକୁ ମଧ୍ୟ ଆସିଅଛନ୍ତି; ସେମାନଙ୍କୁ ଯାସୋନ ଗ୍ରହଣ କରିଅଛି ।


Swiv nou:

Piblisite


Piblisite