Biblia Todo Logo
Bib sou entènèt

- Piblisite -




ପ୍ରେରିତ 17:2 - ଓଡିଆ ବାଇବେଲ

2 ଆଉ ପାଉଲ ଆପଣା ରୀତି ଅନୁସାରେ ସେମାନଙ୍କ ନିକଟକୁ ଗଲେ, ପୁଣି, ତିନୋଟି ବିଶ୍ରାମବାର ପର୍ଯ୍ୟନ୍ତ ଶାସ୍ତ୍ରର ବାକ୍ୟ ଘେନି ସେମାନଙ୍କୁ ଉପଦେଶ ଦେଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଆଉ, ପାଉଲ ଆପଣା ରୀତି ଅନୁସାରେ ସେମାନଙ୍କ ନିକଟକୁ ଗଲେ, ପୁଣି ତିନି ବିଶ୍ରାମବାର ପର୍ଯ୍ୟନ୍ତ ଶାସ୍ତ୍ରର ବାକ୍ୟ ଘେନି ସେମାନଙ୍କୁ ଉପଦେଶ ଦେଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ପାଉଲ ତାଙ୍କ ରୀତି ଅନୁଯାୟୀ ସମାଜ ଗୃହକୁ ଗଲେ। ସେଠାରେ କ୍ରମାଗତ ତିନୋଟି ବିଶ୍ରାମବାରରେ ସେ ଲୋକମାନଙ୍କ ସହିତ ଆଲୋଚନା କଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଆଉ ପାଉଲ ଆପଣା ରୀତି ଅନୁସାରେ ସେମାନଙ୍କ ନିକଟକୁ ଗଲେ, ପୁଣି, ତିନୋଟି ବିଶ୍ରାମବାର ପର୍ଯ୍ୟନ୍ତ ଶାସ୍ତ୍ରର ବାକ୍ୟ ଘେନି ସେମାନଙ୍କୁ ଉପଦେଶ ଦେଲେ,

Gade chapit la Kopi

ପବିତ୍ର ବାଇବଲ

2 ପାଉଲ ସେମାନଙ୍କ ପାଖକୁ ଗଲେ। ଏପରି ସେ ସର୍ବଦା କରୁଥିଲେ। ସେ ତିନି ବିଶ୍ରାମବାର ଦିନ ପର୍ଯ୍ୟନ୍ତ ସେମାନଙ୍କ ସହିତ ଶାସ୍ତ୍ର ଆଲୋଚନା କଲେ।

Gade chapit la Kopi




ପ୍ରେରିତ 17:2
18 Referans Kwoze  

ପୁଣି, ଯୀଶୁ ଯେ ଈଶ୍ୱରଙ୍କର ପୁତ୍ର, ଏହା ସେ ଅବିଳମ୍ବରେ ସମାଜଗୃହ ସମୂହରେ ଘୋଷଣା କରିବାକୁ ଲାଗିଲେ ।


ପୁଣି, ପ୍ରତି ବିଶ୍ରାମବାରରେ ସେ ସମାଜଗୃହରେ ଉପଦେଶ ଦେଇ ଯିହୂଦୀ ଓ ଗ୍ରୀକ୍ ମାନଙ୍କର ବିଶ୍ୱାସ ଜନ୍ମାଇବାକୁ ଚେଷ୍ଟା କଲେ ।


ତେଣୁ ସେ ସମାଜଗୃହରେ ଯିହୂଦୀ ଓ ଯିହୂଦୀମତାବଲମ୍ବୀ ଅଣଯିହୂଦୀମାନଙ୍କ ସହିତ, ଆଉ ବଜାର ଛକରେ ପ୍ରତିଦିନ ଯେଉଁମାନଙ୍କ ସାଙ୍ଗରେ ଦେଖା ହେଉଥିଲା, ସେମାନଙ୍କୁ ଉପଦେଶ ଦେଉଥିଲେ ।


ପୁଣି, ଭାଇମାନେ ଅବିଳମ୍ବରେ ପାଉଲ ଓ ଶୀଲାଙ୍କୁ ରାତି ସମୟରେ ବେରିୟାକୁ ପଠାଇଦେଲେ; ସେମାନେ ସେହି ସ୍ଥାନରେ ପହଞ୍ଚି ଯିହୂଦୀମାନଙ୍କ ସମାଜଗୃହକୁ ଗଲେ ।


ଇକନୀୟରେ ମଧ୍ୟ ସେହି ପ୍ରକାର ଘଟିଲା; ସେମାନେ ଯିହୂଦୀମାନଙ୍କ ସମାଜଗୃହରେ ପ୍ରବେଶ କରି ଏପରି କଥା କହିଲେ ଯେ, ଯିହୂଦୀ ଓ ଗ୍ରୀକ୍‌ମାନଙ୍କ ମଧ୍ୟରୁ ବହୁସଂଖ୍ୟକ ଲୋକ ବିଶ୍ୱାସ କଲେ ।


ସେମାନେ ସାଲାମିରେ ପହଞ୍ଚିଲା ଉତ୍ତାରେ ଯିହୂଦୀମାନଙ୍କ ସମସ୍ତ ସମାଜଗୃହରେ ଈଶ୍ୱରଙ୍କ ବାକ୍ୟ ପ୍ରଚାର କରିବାକୁ ଲାଗିଲେ; ଆଉ ଯୋହନ ମଧ୍ୟ ପରିଚାରକସ୍ୱରୂପେ ସେମାନଙ୍କ ସହିତ ଥିଲେ ।


ଏଥିରେ ସେମାନେ ତାହାଙ୍କ ସହିତ ଗୋଟିଏ ଦିନ ନିରୂପଣ କରି ବହୁସଂଖ୍ୟାରେ ତାଙ୍କ ବସାକୁ ଆସିଲେ, ଆଉ ସେ ସକାଳୁ ସନ୍ଧ୍ୟା ପର୍ଯ୍ୟନ୍ତ ସେମାନଙ୍କ ନିକଟରେ ବ୍ୟାଖ୍ୟା କରି ଈଶ୍ୱରଙ୍କ ରାଜ୍ୟ ସମ୍ବନ୍ଧରେ ସାକ୍ଷ୍ୟ ଦେଲେ, ପୁଣି, ମୋଶାଙ୍କ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀଙ୍କ ଶାସ୍ତ୍ର ନେଇ ଯୀଶୁଙ୍କ ସମ୍ବନ୍ଧରେ ସେମାନଙ୍କ ବିଶ୍ୱାସ ଜନ୍ମାଇବାକୁ ଚେଷ୍ଟା କଲେ ।


ସେଥିରେ ଫିଲିପ୍ପ ମୁଖ ଫିଟାଇ ଶାସ୍ତ୍ରର ଏହି ବାକ୍ୟରୁ ଆରମ୍ଭ କରି ତାହାଙ୍କ ନିକଟରେ ଯୀଶୁଙ୍କ ସୁସମାଚାର ପ୍ରଚାର କଲେ ।


ଯୀଶୁ ତାହାଙ୍କୁ ଉତ୍ତର ଦେଲେ, ମୁଁ ଜଗତ ନିକଟରେ ପ୍ରକାଶରେ କଥା କହିଅଛି; ଯେଉଁଠାରେ ସମସ୍ତ ଯିହୂଦୀ ଏକତ୍ର ହୁଅନ୍ତି, ଏପରି ସମାଜଗୃହ ଓ ମନ୍ଦିରରେ ମୁଁ ସର୍ବଦା ଶିକ୍ଷା ଦେଇଅଛି; ମୁଁ ଗୋପନରେ କିଛି କହି ନାହିଁ ।


ସେ ଯେଉଁ ନାଜରିତରେ ପ୍ରତିପାଳିତ ହୋଇଥିଲେ, ସେହି ସ୍ଥାନକୁ ଇତିମଧ୍ୟରେ ଗଲେ ଓ ଆପଣା ରୀତି ଅନୁସାରେ ବିଶ୍ରାମବାରରେ ସମାଜଗୃହରେ ପ୍ରବେଶ କଲେ, ଆଉ ପାଠ କରିବା ନିମନ୍ତେ ଠିଆ ହେଲେ ।


ସଦାପ୍ରଭୁ କହନ୍ତି, ଆସ, ଆମ୍ଭେମାନେ ଉତ୍ତର ପ୍ରତ୍ୟୁତ୍ତର କରୁ; ତୁମ୍ଭମାନଙ୍କର ପାପସବୁ ସିନ୍ଦୂରବର୍ଣ୍ଣ ପରି ହେଲେ ହେଁ ହିମ ପରି ଶୁକ୍ଳବର୍ଣ୍ଣ ହେବ; ସେହିସବୁ ଲୋହିତବର୍ଣ୍ଣ ପରି ରଙ୍ଗ ହେଲେ ହେଁ ମେଷଲୋମ ପରି ହେବ।


କିନ୍ତୁ ସେ ଧାର୍ମିକତା, ଆତ୍ମସଂଯମ ଓ ଆଗାମୀ ବିଚାର ବିଷୟରେ କଥା କହିବା ସମୟରେ ଫେଲୀକ୍ସ୍ ଭୟର ସହିତ ଉତ୍ତର ଦେଲେ, ବର୍ତ୍ତମାନ ତୁମ୍ଭେ ଯାଅ, ସୁବିଧା ସମୟ ପାଇଲେ ଆମ୍ଭେ ତୁମ୍ଭକୁ ଡକାଇବା ।


ପରେ ସେ ସମାଜଗୃହରେ ପ୍ରବେଶ କରି ତିନି ମାସ ପର୍ଯ୍ୟନ୍ତ ସାହସ ସହିତ ଈଶ୍ୱରଙ୍କ ରାଜ୍ୟ ବିଷୟରେ ଉପଦେଶ ଦେଇ ବିଶ୍ୱାସ ଜନ୍ମାଇବାକୁ ଚେଷ୍ଟା କରିବାକୁ ଲାଗିଲେ ।


ସେମାନେ ପର୍ଗୀଠାରେ ଯାତ୍ରା କରି ପିସିଦିଆର ଆନ୍ତିୟଖିଆରେ ପହଞ୍ଚିଲେ, ଆଉ ବିଶ୍ରାମବାରରେ ସମାଜଗୃହକୁ ଯାଇ ବସିଲେ ।


ଏହେତୁ ତୁମ୍ଭେମାନେ ଏହିକ୍ଷଣେ ଛିଡ଼ା ହୁଅ, ତୁମ୍ଭମାନଙ୍କ ପ୍ରତି ଓ ତୁମ୍ଭମାନଙ୍କ ପୂର୍ବପୁରୁଷଗଣ ପ୍ରତି ସଦାପ୍ରଭୁଙ୍କର କୃତ ସମସ୍ତ ଧର୍ମକର୍ମ ବିଷୟ ମୁଁ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କ ସହିତ ବିବେଚନା କରିବି।


ମନୁଷ୍ୟପୁତ୍ରଙ୍କ ବିଷୟରେ ଯେପରି ଲେଖା ଅଛି, ସେହିପରି ସେ ପ୍ରୟାଣ କରୁଅଛନ୍ତି ସତ୍ୟ; କିନ୍ତୁ ଯେଉଁ ଲୋକ ଦ୍ୱାରା ମନୁଷ୍ୟପୁତ୍ର ଶତ୍ରୁ ହସ୍ତରେ ସମର୍ପିତ ହେଉଅଛନ୍ତି, ହାୟ, ସେ ଦଣ୍ଡର ପାତ୍ର; ସେହି ଲୋକର ଜନ୍ମ ହୋଇ ନ ଥିଲେ ତାହା ପକ୍ଷରେ ଭଲ ହୋଇଥାଆନ୍ତା ।


କାରଣ ଯେଉଁ ଯେଉଁ ଶିକ୍ଷା ମୁଁ ପାଇଥିଲି, ସେଥିମଧ୍ୟରୁ ଏହି ପ୍ରଧାନ ଶିକ୍ଷା ତୁମ୍ଭମାନଙ୍କୁ ପ୍ରଦାନ କରିଥିଲି ଯଥା, ଖ୍ରୀଷ୍ଟ ଶାସ୍ତ୍ର ଅନୁସାରେ ଆମ୍ଭମାନଙ୍କ ପାପ ନିମନ୍ତେ ମୃତ୍ୟୁଭୋଗ କଲେ,


Swiv nou:

Piblisite


Piblisite