Biblia Todo Logo
Bib sou entènèt

- Piblisite -




ପ୍ରେରିତ 18:2 - ଓଡିଆ ବାଇବେଲ

2 ଆଉ, ସେ ଆକ୍ୱିଲା ନାମକ ଜଣେ ଯିହୂଦୀଙ୍କ ଦେଖାପାଇଲେ, ପନ୍ତ ତାହାଙ୍କ ଜନ୍ମସ୍ଥାନ; ସେ ଅଳ୍ପ ଦିନ ହେଲା ଆପଣା ସ୍ତ୍ରୀ ପ୍ରୀସ୍କିଲ୍ଲା ସହିତ ଇତାଲିଆରୁ ଆସିଥିଲେ, କାରଣ କ୍ଲାଉଦିଅ ସମସ୍ତ ଯିହୂଦୀଙ୍କୁ ରୋମରୁ ବାହାରିଯିବାକୁ ଆଜ୍ଞା ଦେଇଥିଲେ । ସେ ସେମାନଙ୍କ ସହିତ ସାକ୍ଷାତ୍ କରିବାକୁ ଗଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ଆଉ, ସେ ଆକ୍ଵିଲା ନାମକ ଜଣେ ଯିହୁଦୀଙ୍କ ଦେଖା ପାଇଲେ, ପ; ତାହାଙ୍କ ଜନ୍ମସ୍ଥାନ; ସେ ଅଳ୍ପ ଦିନ ହେଲା ଆପଣା ସ୍ତ୍ରୀ ପ୍ରୀସ୍କିଲ୍ଲା ସହିତ ଇତାଲିଆରୁ ଆସିଥିଲେ, କାରଣ କ୍ଳାଉଦିଅ ସମସ୍ତ ଯିହୁଦୀଙ୍କୁ ରୋମରୁ ବାହାରି ଯିବାକୁ ଆଜ୍ଞା ଦେଇଥିଲେ। ସେ ସେମାନଙ୍କ ସହିତ ସାକ୍ଷାତ୍ କରିବାକୁ ଗଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ସେଠାରେ ସେ ପନ୍ତସ୍ରେ ଜନ୍ମ ଲାଭ କରିଥିବା ଆକ୍ୱିଲା ନାମକ ଜଣେ ଇହୁଦୀଙ୍କୁ ଭେଟିଲେ। ସମ୍ରାଟ୍ ଜୁଡିଅସ୍ ସମସ୍ତ ଇହୁଦୀଙ୍କୁ ରୋମ୍ ପରିତ୍ୟାଗ କରିବା ପାଇଁ ଆଦେଶ ଦେଇଥିବାରୁ, ସେ ଅଳ୍ପଦିନ ତଳେ ତାଙ୍କ ସ୍ତ୍ରୀ ପ୍ରିସ୍କିଲାଙ୍କ ସହିତ ଇଟାଲୀରୁ ଆସିଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ଆଉ, ସେ ଆକ୍ୱିଲା ନାମକ ଜଣେ ଯିହୁଦୀଙ୍କ ଦେଖାପାଇଲେ, ପନ୍ତ ସହରରେ ତାହାଙ୍କ ଜନ୍ମସ୍ଥାନ; ସେ ଅଳ୍ପ ଦିନ ହେଲା ଆପଣା ସ୍ତ୍ରୀ ପ୍ରୀସ୍କିଲ୍ଲା ସହିତ ଇତାଲିଆରୁ ଆସିଥିଲେ, କାରଣ କ୍ଲାଉଦିଅ ସମସ୍ତ ଯିହୁଦୀଙ୍କୁ ରୋମରୁ ବାହାରିଯିବାକୁ ଆଜ୍ଞା ଦେଇଥିଲେ। ସେ ସେମାନଙ୍କ ସହିତ ସାକ୍ଷାତ କରିବାକୁ ଗଲେ,

Gade chapit la Kopi

ପବିତ୍ର ବାଇବଲ

2 ସେଠାରେ ସେ ପନ୍ତ ଦେଶୀୟ ଆକ୍ୱିଲା ନାମକ ଜଣେ ଯିହୂଦୀୟକୁ ଭେଟିଲେ। ସେ ତା'ର ସ୍ତ୍ରୀ ପ୍ରୀସ୍କିଲ୍ଲା ସହିତ ସଦ୍ୟ ଇତାଲିଆ ଦେଶରୁ ଆସିଥିଲେ। ସେ ସମୟରେ କ୍ଳାଉଦିଆ ସମ୍ରାଟ ସମସ୍ତ ଯିହୂଦୀୟମାନଙ୍କୁ ରୋମ୍ ଛାଡ଼ି ଗ୍ଭଲିଯିବା ପାଇଁ ଆଦେଶ ଦେଇଥିଲେ। ତେଣୁ ସେମାନେ ଇତାଲିଆ ଛାଡ଼ି ଗ୍ଭଲିଆସି ଥିଲେ। ପାଉଲ ସେମାନଙ୍କୁ ଦେଖିବା ପାଇଁ ଯାଇଥିଲେ।

Gade chapit la Kopi




ପ୍ରେରିତ 18:2
11 Referans Kwoze  

ପ୍ରିସ୍କା ଓ ଆକ୍ୱିଲା ପୁଣି, ଅନୀସିଫରଙ୍କ ପରିବାରକୁ ମୋହର ନମସ୍କାର ଜଣାଅ ।


ଆସିଆର ମଣ୍ଡଳୀସମୂହ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି । ଆକ୍ୱିଲା ଓ ପ୍ରୀସ୍କା ସେମାନଙ୍କ ଗୃହସ୍ଥିତ ମଣ୍ଡଳୀ ସହିତ ପ୍ରଭୁଙ୍କଠାରେ ତୁମ୍ଭମାନଙ୍କୁ ବହୁତ ବହୁତ ନମସ୍କାର ଜଣାଉଅଛନ୍ତି ।


ସେ ସମାଜଗୃହରେ ସାହସ ସହିତ କଥା କହିବାକୁ ଲାଗିଲେ । କିନ୍ତୁ ପ୍ରୀସ୍କିଲ୍ଲା ଓ ଆକ୍ୱିଲା ତାହାଙ୍କ କଥା ଶୁଣି ତାହାଙ୍କୁ ଆପଣାମାନଙ୍କ ସାଙ୍ଗରେ ରଖି ଅଧିକ ସୂକ୍ଷ୍ମ ରୂପେ ଈଶ୍ୱରଙ୍କ ମାର୍ଗ ବିଷୟ ତାହାଙ୍କୁ ବୁଝାଇଦେଲେ ।


ସେମାନଙ୍କ ମଧ୍ୟରୁ ଆଗାବ ନାମକ ଜଣେ ବ୍ୟକ୍ତି ଉଠି ସମୁଦାୟ ପୃଥିବୀରେ ମହାଦୁର୍ଭିକ୍ଷ ପଡ଼ିବ ବୋଲି ଆତ୍ମାଙ୍କ ଦ୍ୱାରା ଜଣାଇଲେ; ତାହା କ୍ଲାଉଦିଅଙ୍କ ସମୟରେ ଘଟିଲା ।


ଏହା ଉତ୍ତାରେ ପାଉଲ ଅନେକ ଦିନ ପର୍ଯ୍ୟନ୍ତ ସେହି ସ୍ଥାନରେ ରହି ଭାଇମାନଙ୍କ ନିକଟରୁ ବିଦାୟ ଘେନି ଜାହାଜରେ ଚଢ଼ି ସିରିୟାକୁ ଯାତ୍ରା କଲେ । ପ୍ରୀସ୍କିଲ୍ଲା ଓ ଆକ୍ୱିଲା ତାଙ୍କ ସାଙ୍ଗରେ ଗଲେ; ତାଙ୍କର ଗୋଟିଏ ମାନତ ଥିବାରୁ ସେ କେଙ୍କ୍ରେୟାରେ ଆପଣା ମସ୍ତକ ମୁଣ୍ଡନ କରାଇଲେ ।


ପାର୍ଥୀୟ, ମାଦୀୟ ଓ ଏଲାମୀୟ, ପୁଣି, ମେସପଟାମିଆ, ଯିହୂଦା ଦେଶ ଓ କାପ୍ପାଦକିଆ, ପନ୍ତ ଓ ଆସିଆ,


ପିତର, ଯୀଶୁ ଖ୍ରୀଷ୍ଟଙ୍କର ଜଣେ ପ୍ରେରିତ, ପନ୍ତ, ଗାଲାତିଆ, କାପ୍ପାଦକିଆ, ଆସିଆ ଓ ବୀଥୂନିଆରେ ଛିନ୍ନଭିନ୍ନ ଯେଉଁ ପ୍ରବାସୀମାନେ,


ଯେତେବେଳେ ଆମ୍ଭମାନଙ୍କର ଜାହାଜରେ ଚଢ଼ି ଇତାଲିଆକୁ ଯିବା ନିମନ୍ତେ ସ୍ଥିର ହୋଇଥିଲା, ସେତେବେଳେ ପାଉଲ ଓ ଅନ୍ୟ କେତେକ ବନ୍ଦୀ ରାଜକୀୟ ସୈନ୍ୟଦଳର ଯୂଲିଅ ନାମକ ଜଣେ ଶତସେନାପତିଙ୍କ ହସ୍ତରେ ସମର୍ପିତ ହେଲେ ।


ସେଠାରେ ଶତସେନାପତି ଇତାଲିଆକୁ ଯାଉଥିବା ଗୋଟିଏ ଆଲେକଜାଣ୍ଡ୍ରୀୟ ଜାହାଜ ପାଇ ସେଥିରେ ଆମ୍ଭମାନଙ୍କୁ ଚଢ଼ାଇଦେଲେ ।


ତୁମ୍ଭମାନଙ୍କର ସମସ୍ତ ନେତା ଓ ସାଧୁସମସ୍ତଙ୍କୁ ନମସ୍କାର ଜଣାଅ । ଯେଉଁମାନେ ଇତାଲିଆରୁ ଆସିଅଛନ୍ତି, ସେମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି ।


Swiv nou:

Piblisite


Piblisite