Biblia Todo Logo
Bib sou entènèt

- Piblisite -




ପ୍ରେରିତ 18:7 - ଓଡିଆ ବାଇବେଲ

7 ସେଥିରେ ସେ ସେ ସ୍ଥାନରୁ ପ୍ରସ୍ଥାନ କରି ତୀତସ୍ ଯୂସ୍ତ ନାମକ ଜଣେ ଈଶ୍ୱରଭକ୍ତଙ୍କ ଗୃହକୁ ଗଲେ, ତାହା ସମାଜଗୃହକୁ ଲାଗିଥିଲା ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ସେଥିରେ ସେ ସେସ୍ଥାନରୁ ପ୍ରସ୍ଥାନ କରି ତିତସ୍ ଯୂସ୍ତ ନାମକ ଜଣେ ଈଶ୍ଵରଭକ୍ତଙ୍କ ଗୃହକୁ ଗଲେ, ତାହା ସମାଜଗୃହକୁ ଲାଗିଥିଲା।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ତେଣୁ ସେ ସେମାନଙ୍କୁ ଛାଡ଼ି ଈଶ୍ୱରଙ୍କ ଉପାସନା କରୁଥିବା ତିତସ୍ ଯୁସ୍ତ ନାମକ ଜଣେ ଅଣଇହୁଦୀଙ୍କ ଘରେ ରହିବାକୁ ଗଲେ। ଯୁସ୍ତଙ୍କ ଘର ସମାଜ ଗୃହ ପାଖରେ ଥିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ସେଥିରେ ସେ ସେ ସ୍ଥାନରୁ ପ୍ରସ୍ଥାନ କରି ତିତସ୍ ଯୂସ୍ତ ନାମକ ଜଣେ ଈଶ୍ବରଭକ୍ତଙ୍କ ଗୃହକୁ ଗଲେ, ତାହା ସମାଜଗୃହକୁ ଲାଗିଥିଲା।

Gade chapit la Kopi

ପବିତ୍ର ବାଇବଲ

7 ପାଉଲ ସମାଜଗୃହ ଛାଡ଼ି ସତ୍ୟ ପରମେଶ୍ୱରଙ୍କର ଜଣେ ଉପାସକ ତୀତସ ଯୁସ୍ତଙ୍କ ଘରକୁ ଗଲେ। ତାହାଙ୍କ ଘର ସମାଜଗୃହ ପାଖରେ ଥିଲା।

Gade chapit la Kopi




ପ୍ରେରିତ 18:7
9 Referans Kwoze  

ପୁଣି, ଥୁୟାଥିରା ନଗରର ବାଇଗଣିଆ ବସ୍ତ୍ର ବିକ୍ରୟକାରିଣୀ ଲୂଦିଆ ନାମ୍ନୀ ଜଣେ ମହିଳା, ଯେ ଈଶ୍ୱରଭକ୍ତା ଥିଲେ, ସେ ଆମ୍ଭମାନଙ୍କର କଥା ଶୁଣୁଥିଲେ । ସେ ଯେପରି ପାଉଲଙ୍କର କହିଥିବା ବିଷୟ ପ୍ରତି ମନୋଯୋଗ କରନ୍ତି,ଏଥି ନିମନ୍ତେ ପ୍ରଭୁ ତାହାଙ୍କର ହୃଦୟ ଫିଟାଇଦେଲେ ।


ଆଉ, ଯୂସ୍ତ ନାମରେ ଖ୍ୟାତ ଯୀଶୁ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି ସୁନ୍ନତିମାନଙ୍କ ମଧ୍ୟରୁ କେବଳ ଏମାନେ ଈଶ୍ୱରଙ୍କ ରାଜ୍ୟ ନିମନ୍ତେ ମୋହର ସହକର୍ମୀ ଏମାନେ ମୋହର ସାନ୍ତ୍ୱନାର କାରଣ ହୋଇଅଛନ୍ତି ।


ସେଥିରେ ସେମାନଙ୍କ ମଧ୍ୟରୁ କେତେକ ଜଣ ବିଶ୍ୱାସ କରି ପାଉଲ ଓ ଶୀଲାଙ୍କ ସହିତ ଯୋଗ ଦେଲେ; ପୁଣି, ଯିହୂଦୀମତାବଲମ୍ବୀ ଗ୍ରୀକ୍‌ମାନଙ୍କ ମଧ୍ୟରୁ ବହୁସଂଖ୍ୟକ ଲୋକ ଓ ଅନେକ ଭଦ୍ର ମହିଳା ସେମାନଙ୍କ ସହିତ ଯୋଗ ଦେଲେ।


ସେମାନେ ବାହାରିଯାଉଥିବା ସମୟରେ, ଯେପରି ପରବର୍ତ୍ତୀ ବିଶ୍ରାମବାରରେ ସେହି ସବୁ କଥା ସେମାନଙ୍କୁ କୁହାଯାଏ, ଏଥିପାଇଁ ସେମାନେ ବିନତି କରିବାକୁ ଲାଗିଲେ ।


ସେମାନେ କହିଲେ, କର୍ଣ୍ଣିଲୀୟ ନାମକ ଜଣେ ଶତସେନାପତି, ଯେ ଧାର୍ମିକ ବ୍ୟକ୍ତି ଓ ଈଶ୍ୱରଙ୍କୁ ଭୟ କରନ୍ତି, ପୁଣି, ସମସ୍ତ ଯିହୂଦୀ ଜାତିଙ୍କ ନିକଟରେ ସୁଖ୍ୟାତି ପ୍ରାପ୍ତ, ସେ ନିଜ ଗୃହକୁ ଆପଣଙ୍କୁ ଡକାଇପଠାଇ ଆପଣଙ୍କଠାରୁ କଥା ଶୁଣିବା ନିମନ୍ତେ ପବିତ୍ର ଦୂତଙ୍କ ଦ୍ୱାରା ପ୍ରତ୍ୟାଦେଶ ପାଇଅଛନ୍ତି ।


ସେ ଜଣେ ଭକ୍ତ, ଆଉ ସପରିବାରରେ ଈଶ୍ୱରଙ୍କୁ ଭୟ କରୁଥିଲେ । ସେ ଲୋକମାନଙ୍କୁ ବହୁତ ଦାନ ଦେଉଥିଲେ, ଆଉ ସର୍ବଦା ଈଶ୍ୱରଙ୍କ ଛାମୁରେ ପ୍ରାର୍ଥନା କରୁଥିଲେ ।


ଈଶ୍ୱର ଯେ ପାପୀମାନଙ୍କ କଥା ଶୁଣନ୍ତି ନାହିଁ, ଏହା ଆମ୍ଭେମାନେ ଜାଣୁ, କିନ୍ତୁ ଯଦି କେହି ଈଶ୍ୱରଭକ୍ତ ହୋଇ ତାହାଙ୍କର ଇଚ୍ଛା ସାଧନ କରେ, ତାହାହେଲେ ସେ ତା'ର କଥା ଶୁଣନ୍ତି ।


ସଭା ସମାପ୍ତ ହେଲା ଉତ୍ତାରେ ଯିହୂଦୀ ଓ ଯିହୂଦୀମତାବଲମ୍ବୀ ଅଣଯିହୂଦୀମାନଙ୍କ ମଧ୍ୟରୁ ଅନେକେ ପାଉଲ ଓ ବର୍ଣ୍ଣବ୍ବାଙ୍କ ପଛେ ପଛେ ଗଲେ; ସେମାନେ ସେମାନଙ୍କ ସହିତ କଥାବାର୍ତ୍ତା କରି ଈଶ୍ୱରଙ୍କ ଅନୁଗ୍ରହରେ ସ୍ଥିର ହୋଇ ରହିବାକୁ ସେମାନଙ୍କୁ ପ୍ରବର୍ତ୍ତାଇଲେ ।


କିନ୍ତୁ ଯିହୂଦୀମତାବଲମ୍ବୀ ଅଣଯିହୂଦୀ ପ୍ରମୁଖ ମହିଳାମାନଙ୍କୁ ଓ ନଗରର ପ୍ରଧାନ ପ୍ରଧାନ ବ୍ୟକ୍ତିଙ୍କୁ ଯିହୂଦୀମାନେ ଉତ୍ତେଜିତ କଲେ, ପୁଣି, ପାଉଲ ଓ ବର୍ଣ୍ଣବ୍ବାଙ୍କ ପ୍ରତି ତାଡ଼ନା ଘଟାଇ ଆପଣାମାନଙ୍କ ସୀମାରୁ ସେମାନଙ୍କୁ ବାହାର କରିଦେଲେ ।


Swiv nou:

Piblisite


Piblisite