Biblia Todo Logo
Bib sou entènèt

- Piblisite -




ପ୍ରେରିତ 19:1 - ଓଡିଆ ବାଇବେଲ

1 ଆପଲ୍ଲ କରିନ୍ଥରେ ଥିବା ସମୟରେ ପାଉଲ ପୂର୍ବ ଅଞ୍ଚଳ ଦେଇ ଯାତ୍ରା କରି ଏଫିସ ନଗରକୁ ଆସି କେତେକ ଶିଷ୍ୟଙ୍କ ଦେଖାପାଇଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଆପଲ୍ଲ କରିନ୍ଥରେ ଥିବା ସମୟରେ ପାଉଲ ପୂର୍ବ ଅଞ୍ଚଳ ଦେଇ ଯାତ୍ରା କରି ଏଫିସ ନଗରକୁ ଆସି କେତେକ ଶିଷ୍ୟଙ୍କ ଦେଖା ପାଇଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ଆପୋଲ୍ଲୋ କରିନ୍ଥରେ ଥିବାବେଳେ ପାଉଲ ପ୍ରଦେଶର ଆଭ୍ୟନ୍ତରୀଣ ଅଞ୍ଚଳରେ ଯାତ୍ରା ଶେଷ କରି ଏଫିସସ୍ରେ ପହଞ୍ଚିଲେ। ସେଠାରେ ସେ କେତେକ ଶିଷ୍ୟଙ୍କ ଦେଖା ପାଇ ପଚାରିଲେ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଆପଲ୍ଲ କରିନ୍ଥ ସହରରେ ଥିବା ସମୟରେ ପାଉଲ ପାହାଡ଼ିଆ ଅଞ୍ଚଳ ଦେଇ ଯାତ୍ରା କରି ଏଫିସ ନଗରକୁ ଆସି କେତେକ ଶିଷ୍ୟଙ୍କ ଦେଖାପାଇଲେ।

Gade chapit la Kopi

ପବିତ୍ର ବାଇବଲ

1 ଆପଲ୍ଲ କରିନ୍ଥରେ ଥିଲାବେଳେ ପାଉଲ ବିଭିନ୍ନ ସ୍ଥାନସବୁ ଦେଇ ଯାତ୍ରା କରି ଏଫିସରେ ଆସି ପହଞ୍ଚିଲେ। ତା'ପରେ ପାଉଲ ସେଠାରେ ସେ ଯୋହନଙ୍କ କେତେକ ଶିଷ୍ୟଙ୍କୁ ଦେଖିଲେ।

Gade chapit la Kopi




ପ୍ରେରିତ 19:1
16 Referans Kwoze  

କିନ୍ତୁ ଭ୍ରାତା ଆପଲ୍ଲଙ୍କ ସମ୍ବନ୍ଧରେ କହୁଅଛି, ଭାଇମାନଙ୍କ ସହିତ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମୁଁ ତାଙ୍କୁ ବହୁତ ଅନୁରୋଧ କଲି, କିନ୍ତୁ ଏବେ ଯିବାକୁ ତାଙ୍କର ଆଦୌ ଇଚ୍ଛା ନାହିଁ, ମାତ୍ର ସୁଯୋଗ ପାଇଲେ ସେ ଯିବେ ।


ମୋ' କଥାର ଭାବ ଏହି, ତୁମ୍ଭମାନଙ୍କ ମଧ୍ୟରୁ କେହି କେହିି କହନ୍ତି, ମୁଁ ପାଉଲଙ୍କର, କେହି କେହି କହନ୍ତି, ମୁଁ ଆପଲ୍ଲଙ୍କର, କେହି କେହି କହନ୍ତି, ମୁଁ କୈଫାଙ୍କର , ଆଉ କେହି କେହି କହନ୍ତି, ମୁଁ ଖ୍ରୀଷ୍ଟଙ୍କର ।


ଏହି ସମସ୍ତ ଘଟଣା ପରେ ପାଉଲ ଆଥିନୀରୁ ପ୍ରସ୍ଥାନ କରି କରିନ୍ଥକୁ ଆସିଲେ ।


କିନ୍ତୁ ସମାଜଗୃହର ଅଧ୍ୟକ୍ଷ କ୍ରୀଷ୍ପ ଏବଂ ସପରିବାର ପ୍ରଭୁଙ୍କଠାରେ ବିଶ୍ୱାସ କଲେ, ଆଉ କରିନ୍ଥୀୟମାନଙ୍କ ମଧ୍ୟରୁ ଅନେକ ଶୁଣି ବିଶ୍ୱାସ କରିବାକୁ ଲାଗିଲେ ଓ ବାପ୍ତିଜିତ ହେଲେ ।


ଏହି କଥା ଏଫିସ ନିବାସୀ ଯିହୂଦୀ ଓ ଗ୍ରୀକ୍ ସମସ୍ତେ ଜାଣିଲେ । ସେଥିରେ ସମସ୍ତେ ଭୀତ ହେଲେ, ଆଉ ପ୍ରଭୁ ଯୀଶୁଙ୍କ ନାମ ମହିମାନ୍ୱିତ ହେବାକୁ ଲାଗିଲା ।


ଆଉ ହାତ ତିଆରି ଦେବତାମାନେ ଈଶ୍ୱର ନୁହଁନ୍ତି ବୋଲି କହି ଏହି ପାଉଲ କେବଳ ଏଫିସରେ ନୁହେଁ, ମାତ୍ର ପ୍ରାୟ ସମସ୍ତ ଆସିଆରେ ବହୁତ ଲୋକଙ୍କୁ ମତାଇ ଭୁଲାଇଅଛି, ଏହା ଆପଣମାନେ ଦେଖୁଅଛନ୍ତି ଓ ଶୁଣୁଅଛନ୍ତି ।


କାରଣ ପାଉଲଙ୍କ ଆସିଆରେ ଯେପରି ସମୟ କ୍ଷେପଣ କରିବାକୁ ନ ପଡ଼େ, ଏଥିପାଇଁ ସେ ଏଫିସ ଛାଡ଼ି ଯାତ୍ରା କରିବାକୁ ସ୍ଥିର କରିଥିଲେ, ଯେଣୁ ସମ୍ଭବ ହେଲେ ପେଣ୍ଟିକଷ୍ଟ ଦିନରେ ଯିରୁଶାଲମରେ ଉପସ୍ଥିତ ହେବା ପାଇଁ ସେ ଚଞ୍ଚଳ ହେଉଥିଲେ ।


ସେମାନେ ତାହାଙ୍କ ନିକଟରେ ଉପସ୍ଥିତ ହୁଅନ୍ତେ, ସେ ସେମାନଙ୍କୁ କହିଲେ, ଆସିଆରେ ପଦାର୍ପଣ କରିବାର ପ୍ରଥମ ଦିନଠାରୁ ମୁଁ ସମସ୍ତ ସମୟ ତୁମ୍ଭମାନଙ୍କ ମଧ୍ୟରେ କିପରି ଆଚରଣ କଲି,


କାରଣ ପୂର୍ବେ ସେମାନେ ନଗର ମଧ୍ୟରେ ପାଉଲଙ୍କ ସାଙ୍ଗରେ ଏଫିସର ତ୍ରଫିମଙ୍କୁ ଦେଖିଥିଲେ, ଆଉ ପାଉଲ ହିଁ ତାହାଙ୍କୁ ମନ୍ଦିର ଭିତରକୁ ଆଣିଥିବେ ବୋଲି ଅନୁମାନ କରୁଥିଲେ ।


ହେ ଭାଇମାନେ, ମୁଁ ତୁମ୍ଭମାନଙ୍କ ଶିକ୍ଷା ନିମନ୍ତେ ଏହି ସବୁ କଥା ମୋ' ନିଜକୁ ଓ ଆପଲ୍ଲଙ୍କୁ ଲକ୍ଷ୍ୟ କରି ଦୃଷ୍ଟାନ୍ତ ଦେଲି, ଯେପରି ଯାହା' ଲିଖିତ ଅଛି, ତାହା ଅତିକ୍ରମ କର ନାହିଁ', ଏହା ତୁମ୍ଭେମାନେ ଆମ୍ଭମାନଙ୍କଠାରୁ ଶିକ୍ଷା କର, ପୁଣି, ଯେପରି ତୁମ୍ଭମାନଙ୍କ ମଧ୍ୟରୁ କେହି ଜଣକର ସପକ୍ଷ ଓ ଅନ୍ୟ ଜଣକର ବିପକ୍ଷ ହୋଇ ଗର୍ବୀ ନ ହୁଅ ।


ଯଦି ଲୋକାଚାର ଅନୁସାରେ ମୁଁ ଏଫିସରେ ବନ୍ୟ ପଶୁମାନଙ୍କ ସହିତ ଯୁଦ୍ଧ କରିଅଛି, ତେବେ ସେଥିରେ ମୋହର ଲାଭ କ'ଣ ? ଯଦି ମୃତମାନେ ଉତ୍ଥିତ ନ ହୁଅନ୍ତି, ତେବେ 'ଆସ, ଆମ୍ଭେମାନେ ଭୋଜନପାନ କରୁ, କାରଣ କାଲି ଆମ୍ଭେମାନେ ମରିବା' ।


କିନ୍ତୁ ମୁଁ ପେଣ୍ଟିକଷ୍ଟ ପର୍ଯ୍ୟନ୍ତ ଏଫିସରେ ରହିବି;


ପାଉଲ, ଈଶ୍ୱରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କ ଜଣେ ପ୍ରେରିତ, ଏଫିସରେ ଥିବା ସାଧୁ ଓ ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ବିଶ୍ୱାସୀମାନଙ୍କ ନିକଟକୁ |


Swiv nou:

Piblisite


Piblisite