Biblia Todo Logo
Bib sou entènèt

- Piblisite -




ପ୍ରେରିତ 19:6 - ଓଡିଆ ବାଇବେଲ

6 ଆଉ ପାଉଲ ସେମାନଙ୍କ ଉପରେ ହସ୍ତାର୍ପଣ କରନ୍ତେ ପବିତ୍ର ଆତ୍ମା ସେମାନଙ୍କ ଉପରେ ଅବତରଣ କଲେ, ପୁଣି, ସେମାନେ ନାନା ଭାଷାରେ କଥା କହିବାକୁ ଓ ଭାବବାଣୀ ମଧ୍ୟ କହିବାକୁ ଲାଗିଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

6 ଆଉ ପାଉଲ ସେମାନଙ୍କ ଉପରେ ହସ୍ତାର୍ପଣ କରନ୍ତେ, ପବିତ୍ର ଆତ୍ମା ସେମାନଙ୍କ ଉପରେ ଅବତରଣ କଲେ, ପୁଣି ସେମାନେ ନାନା ଭାଷାରେ କଥା କହିବାକୁ ଓ ଭାବବାଣୀ ମଧ୍ୟ କହିବାକୁ ଲାଗିଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

6 ପାଉଲ ସେମାନଙ୍କ ଉପରେ ହସ୍ତାର୍ପଣ କଲେ ଓ ପବିତ୍ରଆତ୍ମା ସେମାନଙ୍କ ଉପରେ ଅବତରଣ କଲେ। ସେମାନେ ବିଭିନ୍ନ ଭାଷାରେ କଥା କହିଲେ ଓ ଈଶ୍ୱରଙ୍କ ଶୁଭ ବାର୍ତ୍ତା ଘୋଷଣା କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଆଉ ପାଉଲ ସେମାନଙ୍କ ଉପରେ ହସ୍ତାର୍ପଣ କରନ୍ତେ ପବିତ୍ର ଆତ୍ମା ସେମାନଙ୍କ ଉପରେ ଅବତରଣ କଲେ, ପୁଣି, ସେମାନେ ନାନା ଭାଷାରେ କଥା କହିବାକୁ ଓ ଭାବବାଣୀ ମଧ୍ୟ କହିବାକୁ ଲାଗିଲେ।

Gade chapit la Kopi

ପବିତ୍ର ବାଇବଲ

6 ପାଉଲ ଯେତେବେଳେ ସେମାନଙ୍କ ଉପରେ ହାତ ରଖିଲେ, ପବିତ୍ରଆତ୍ମା ସେମାନଙ୍କ ଉପରେ ଓହ୍ଲାଇ ଆସିଲେ। ସେମାନେ ବିଭିନ୍ନ ପ୍ରକାର ଭାଷା ଓ ଭବିଷ୍ୟ‌ଦ୍‌ବାଣୀ କହିବାକୁ ଲାଗିଲେ।

Gade chapit la Kopi




ପ୍ରେରିତ 19:6
13 Referans Kwoze  

ପ୍ରେରିତମାନଙ୍କ ସମ୍ମୁଖରେ ଉପସ୍ଥିତ କଲେ, ଆଉ ସେମାନେ ପ୍ରାର୍ଥନା କରି ସେମାନଙ୍କ ମସ୍ତକ ଉପରେ ହାତ ରଖି ସମର୍ପଣ କଲେ ।


ସେଥିରେ ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହେଲେ, ପୁଣି, ଆତ୍ମା ସେମାନଙ୍କୁ ଯେପରି କହିବାକୁ ଶକ୍ତି ଦେଲେ, ତଦନୁସାରେ ସେମାନେ ଅନ୍ୟାନ୍ୟ ଭାଷାରେ କଥା କହିବାକୁ ଲାଗିଲେ ।


ହଠାତ୍ କାହାରି ଉପରେ ହସ୍ତାର୍ପଣ କର ନାହିଁ, କିମ୍ବା ଅନ୍ୟମାନଙ୍କ ପାପର ସହଭାଗୀ ହୁଅ ନାହିଁ; ଆପଣାକୁ ପବିତ୍ର କରି ରଖ ।


ଆଉ ଏହି ସବୁ ଚିହ୍ନ ସେମାନଙ୍କର ଅନୁବର୍ତ୍ତୀ ହେବ ଯେଉଁମାନେ ତାହାଙ୍କଠାରେ ବିଶ୍ୱାସ କରନ୍ତି, ସେମାନେ ମୋ ନାମରେ ଭୂତ ଛଡ଼ାଇବେ, ନୂତନ ନୂତନ ଭାଷାରେ କଥା କହିବେ, ହସ୍ତରେ ସର୍ପ ଧରିବେ,


ଏହି କାରଣରୁ ମୁଁ ତୁମ୍ଭକୁ ସ୍ମରଣ କରାଉଅଛି ଯେ, ତୁମ୍ଭଠାରେ ଈଶ୍ୱରଙ୍କ ଯେଉଁ ଅନୁଗ୍ରହ ଦାନ ଅଛି, ତାହା ପୁନର୍ବାର ପ୍ରଜ୍ଜ୍ୱଳିତ କର ।


ସେଥିରେ ହନନୀୟ ପ୍ରସ୍ଥାନ କରି ସେହି ଗୃହରେ ପ୍ରବେଶ କଲେ, ପୁଣି, ତାହାଙ୍କ ଉପରେ ହସ୍ତାର୍ପଣ କରି କହିଲେ, ଶାଉଲ ଭାଇ, ପ୍ରଭୁ, ଅର୍ଥାତ୍, ଯେଉଁ ଯୀଶୁ ତୁମ୍ଭର ଆସୁଥିବା ପଥରେ ତୁମ୍ଭକୁ ଦର୍ଶନ ଦେଲେ, ତୁମ୍ଭେ ଯେପରି ଦୃଷ୍ଟିପ୍ରାପ୍ତ ହୁଅ ଓ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହୁଅ,ଏଥି ନିମନ୍ତେ ସେ ମୋତେ ପ୍ରେରଣ କରିଅଛନ୍ତି ।


ସେମାନେ ସମସ୍ତେ ପ୍ରାୟ ବାର ଜଣ ପୁରୁଷ ଥିଲେ ।


Swiv nou:

Piblisite


Piblisite