Biblia Todo Logo
Bib sou entènèt

- Piblisite -




ପ୍ରେରିତ 2:1 - ଓଡିଆ ବାଇବେଲ

1 ପେଣ୍ଟିକଷ୍ଟ ଦିବସ ଉପସ୍ଥିତ ହୁଅନ୍ତେ, ସମସ୍ତେ ଏକ ସ୍ଥାନରେ ଏକାଠି ଥିଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ପେଣ୍ଟିକଷ୍ଟ ଦିବସ ଉପସ୍ଥିତ ହୁଅନ୍ତେ, ସମସ୍ତେ ଏକ ସ୍ଥାନରେ ସମବେତ ଥିଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ପେଣ୍ଟିକଷ୍ଟ ଦିନରେ ଖ୍ରୀଷ୍ଟ ବିଶ୍ୱାସୀ ସମସ୍ତେ ଗୋଟିଏ ସ୍ଥାନରେ ଏକତ୍ରିତ ହୋଇଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ପେଣ୍ଟିକଷ୍ଟ ଦିବସ ଉପସ୍ଥିତ ହୁଅନ୍ତେ, ସମସ୍ତେ ଏକ ସ୍ଥାନରେ ଏକାଠି ଥିଲେ।

Gade chapit la Kopi

ପବିତ୍ର ବାଇବଲ

1 ଯେତେବେଳେ ପେଣ୍ଟିକଷ୍ଟ ଦିନ ଆସିଲା ସେମାନେ ସମସ୍ତେ ଗୋଟିଏ ସ୍ଥାନରେ ଏକାଠି ଜମା ହୋଇଥିଲେ।

Gade chapit la Kopi




ପ୍ରେରିତ 2:1
23 Referans Kwoze  

ଯେପରି ଏକଚିତ୍ତରେ ଏକ ମୁଖରେ ତୁମ୍ଭେମାନେ ଈଶ୍ୱରଙ୍କ ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ପିତାଙ୍କର ଗୌରବ କର ।


ତାହାହେଲେ ତୁମ୍ଭେମାନେ ଏକମନା, ଏକ ପ୍ରେମରେ ପ୍ରେମୀ, ଏକଚିତ୍ତ ଓ ଏକଭାବାପନ୍ନ ହୋଇ ମୋହର ଆନନ୍ଦ ପୂର୍ଣ୍ଣ କର,


ମୋହର ଏହି ମାତ୍ର ଇଚ୍ଛା, ଖ୍ରୀଷ୍ଟଙ୍କ ସୁସମାଚାରର ଯୋଗ୍ୟ ପ୍ରଜା ସ୍ୱରୂପେ ଆଚରଣ କର, ଯେପରି ମୁଁ ଉପସ୍ଥିତ ହୋଇ ତୁମ୍ଭମାନଙ୍କୁ ଦେଖିଲେ ଅବା ଅନୁପସ୍ଥିତ ଥାଇ ତୁମ୍ଭମାନଙ୍କ ବିଷୟରେ ଶୁଣିଲେ ଜାଣି ପାରିବି ଯେ, ତୁମ୍ଭେମାନେ ଏକ ଆତ୍ମାରେ ସ୍ଥିର ରହି ସୁସମାଚାରର ବିଶ୍ୱାସ ନିମନ୍ତେ ଏକ ପ୍ରାଣରେ ଏକସଙ୍ଗରେ ଉଦ୍ୟମ କରୁଅଛ,


କିନ୍ତୁ ମୁଁ ପେଣ୍ଟିକଷ୍ଟ ପର୍ଯ୍ୟନ୍ତ ଏଫିସରେ ରହିବି;


ଯେହେତୁ ଗୋଷ୍ଠୀଗଣ ଯେପରି ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କରିବେ ଓ ଏକମନରେ ତାହାଙ୍କର ସେବା କରିବେ, ଏଥିପାଇଁ ସେହି ସମୟରେ ଆମ୍ଭେ ସେମାନଙ୍କୁ ଏକ ବିଶୁଦ୍ଧ ଭାଷା ଦେବା।


ବିଶ୍ୱାସକାରୀ ଲୋକସମୂୂହ ଏକଚିତ୍ତ ଓ ଏକପ୍ରାଣ ଥିଲେ; ସେମାନଙ୍କ ମଧ୍ୟରୁ କେହିହେଲେ ଆପଣା ସମ୍ପତ୍ତି ମଧ୍ୟରୁ କିଛି ନିଜର ବୋଲି କହୁ ନ ଥିଲେ, କିନ୍ତୁ ସେମାନଙ୍କର ସମସ୍ତ ବିଷୟ ସାଧାରଣ ଥିଲା ।


ଆଉ, ତୁମ୍ଭେ ଶସ୍ୟଚ୍ଛେଦନ ଉତ୍ସବ, ଅର୍ଥାତ୍‍, କ୍ଷେତରେ ଯାହା ବୁଣ, ତହିଁର ପ୍ରଥମ ସଂଗୃହୀତ ଫଳର ଉତ୍ସବ ପାଳନ କର; ପୁଣି, ବର୍ଷ ଶେଷରେ କ୍ଷେତରୁ ଫଳ ସଂଗ୍ରହ କରିବା ସମୟରେ ଫଳ ସଞ୍ଚୟର ଉତ୍ସବ ପାଳନ କର।


କାରଣ ପାଉଲଙ୍କ ଆସିଆରେ ଯେପରି ସମୟ କ୍ଷେପଣ କରିବାକୁ ନ ପଡ଼େ, ଏଥିପାଇଁ ସେ ଏଫିସ ଛାଡ଼ି ଯାତ୍ରା କରିବାକୁ ସ୍ଥିର କରିଥିଲେ, ଯେଣୁ ସମ୍ଭବ ହେଲେ ପେଣ୍ଟିକଷ୍ଟ ଦିନରେ ଯିରୁଶାଲମରେ ଉପସ୍ଥିତ ହେବା ପାଇଁ ସେ ଚଞ୍ଚଳ ହେଉଥିଲେ ।


ସେମାନେ ତାହା ଶୁଣି ଏକଚିତ୍ତରେ ଈଶ୍ୱରଙ୍କ ନିକଟରେ ଉଚ୍ଚସ୍ୱରରେ ପ୍ରାର୍ଥନା କରି କହିଲେ, ହେ ପ୍ରଭୁ ତୁମ୍ଭେ ଆକାଶ, ପୃଥିବୀ, ସମୁଦ୍ର ଏବଂ ସେ ସବୁ ମଧ୍ୟରେ ଥିବା ସମସ୍ତ ବିଷୟ ସୃଷ୍ଟି କରିଅଛ ।


ଆଉ, ସେମାନଙ୍କର ଓ ସେମାନଙ୍କ ଉତ୍ତାରେ ସେମାନଙ୍କ ସନ୍ତାନଗଣର ମଙ୍ଗଳ ନିମନ୍ତେ ସେମାନେ ଯେପରି ସଦାକାଳ ଆମ୍ଭକୁ ଭୟ କରିବେ, ଏଥିପାଇଁ ଆମ୍ଭେ ସେମାନଙ୍କୁ ଏକ ଚିତ୍ତ ଓ ଏକ ପଥ ଦେବା;


ତୁମ୍ଭେ ସପ୍ତାହର ଉତ୍ସବ, ଅର୍ଥାତ୍‍, କଟା ଗହମର ପ୍ରଥମ ଫଳର ଉତ୍ସବ ଓ ବର୍ଷର ଶେଷ ଭାଗରେ ଫଳ ସଂଗ୍ରହର ଉତ୍ସବ କରିବ।


ପ୍ରେରିତମାନଙ୍କ ହସ୍ତ ଦ୍ୱାରା ଲୋକମାନଙ୍କ ମଧ୍ୟରେ ଅନେକ ଅନେକ ଲକ୍ଷଣ ଓ ଅଦ୍ଭୁତ କର୍ମ ସାଧିତ ହେବାକୁ ଲାଗିଲା, ଆଉ ସମସ୍ତ ମଣ୍ଡଳୀ ଏକଚିତ୍ତରେ ଶଲୋମନଙ୍କ ମଣ୍ଡପରେ ଉପସ୍ଥିତ ହେଉଥିଲେ,


ମଧ୍ୟ ସଦାପ୍ରଭୁଙ୍କ ବାକ୍ୟାନୁସାରେ ରାଜାଙ୍କର ଓ ଅଧିପତିମାନଙ୍କର ଆଜ୍ଞା ପାଳନ କରିବା ପାଇଁ ଯିହୁଦାର ଲୋକମାନଙ୍କୁ ଏକଚିତ୍ତ ହେବାକୁ ପରମେଶ୍ୱରଙ୍କ ହସ୍ତ ସେମାନଙ୍କ ମଧ୍ୟରେ ବିଦ୍ୟମାନ ହେଲା।


ଦେଖ, ଭାଇମାନେ ମିଳନରେ ଏକତ୍ର ବାସ କରିବା କିପରି ଉତ୍ତମ ଓ ମନୋହର !


ସେହି ତୂରୀବାଦକ ଓ ଗାୟକ ସମସ୍ତେ ଏକସ୍ୱରରେ ସଦାପ୍ରଭୁଙ୍କ ପ୍ରଶଂସା ଓ ଧନ୍ୟବାଦ କରିବାକୁ ଏକ ହୁଅନ୍ତେ, ପୁଣି ସଦାପ୍ରଭୁ ମଙ୍ଗଳମୟ, କାରଣ ତାହାଙ୍କର କରୁଣା ସଦାକାଳସ୍ଥାୟୀ, ଏହା ବୋଲି ସେମାନେ ତୂରୀ ଓ କରତାଳ ଓ ବାଦ୍ୟଯନ୍ତ୍ର ସହିତ ଉଚ୍ଚୈଃସ୍ୱରରେ ତାହାଙ୍କର ପ୍ରଶଂସାଧ୍ୱନି କରନ୍ତେ, ସେହି ଗୃହ, ଅର୍ଥାତ୍‍, ସଦାପ୍ରଭୁଙ୍କ ଗୃହ ଏକ ମେଘରେ ଏରୂପ ପରିପୂର୍ଣ୍ଣ ହେଲା


ଆଉ, ସେମାନେ ଏକଚିତ୍ତ ହୋଇ ପ୍ରତିଦିନ ମନ୍ଦିରରେ ସମବେତ ହୋଇ ରହୁଥିଲେ ଓ ଘରେ ଘରେ ରୁଟି ଭାଙ୍ଗି ଆନନ୍ଦରେ ଓ ସରଳ ହୃଦୟରେ ଭୋଜନପାନ କରି ଈଶ୍ୱରଙ୍କ ପ୍ରଶଂସା କରୁଥିଲେ ।


କାରଣ ଯୋହନ ଜଳରେ ବାପ୍ତିସ୍ମ ଦେଲେ ସତ, କିନ୍ତୁ ତୁମ୍ଭେମାନେ ଅଳ୍ପ ଦିନ ମଧ୍ୟରେ ପବିତ୍ର ଆତ୍ମାରେ ବାପ୍ତିଜିତ ହେବ ।


କିନ୍ତୁ ପବିତ୍ର ଆତ୍ମା ତୁମ୍ଭମାନଙ୍କ ଉପରେ ଅବତୀର୍ଣ୍ଣ ହୁଅନ୍ତେ, ତୁମ୍ଭେମାନେ ଶକ୍ତି ପ୍ରାପ୍ତ ହେବ, ଆଉ ଯିରୂଶାଲମ, ସମସ୍ତ ଯିହୂଦା ପ୍ରଦେଶ ଓ ଶମିରୋଣ, ପୁଣି, ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ସୁଦ୍ଧା ମୋହର ସାକ୍ଷୀ ହେବ ।"


ସେମାନେ ପ୍ରାର୍ଥନା କଲା ଉତ୍ତାରେ, ଯେଉଁ ସ୍ଥାନରେ ଏକତ୍ର ହୋଇଥିଲେ, ତାହା କମ୍ପି ଉଠିଲା, ପୁଣି, ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ ହୋଇ, ସାହସରେ ଈଶ୍ୱରଙ୍କ ବାକ୍ୟ କହିବାକୁ ଲାଗିଲେ ।


Swiv nou:

Piblisite


Piblisite