Biblia Todo Logo
Bib sou entènèt

- Piblisite -




ପ୍ରେରିତ 2:22 - ଓଡିଆ ବାଇବେଲ

22 ହେ ଇସ୍ରାଏଲୀୟ ଲୋକମାନେ, ଏହି ସମସ୍ତ କଥା ଶୁଣନ୍ତୁ । ନାଜରିତୀୟ ଯୀଶୁ ନାନା ଶକ୍ତିର କାର୍ଯ୍ୟ, ଅଦ୍ଭୁତ କର୍ମ ଓ ଲକ୍ଷଣ ଦ୍ୱାରା ଆପଣମାନଙ୍କ ନିକଟରେ ଈଶ୍ୱରଙ୍କ ପ୍ରେରିତ ବ୍ୟକ୍ତି ବୋଲି ପ୍ରମାଣିତ ହୋଇଅଛନ୍ତି, ତାହାଙ୍କ ଦ୍ୱାରା ଈଶ୍ୱର ଯେ ଆପଣାମାନଙ୍କ ମଧ୍ୟରେ ଏହି ସମସ୍ତ କର୍ମ କରିଅଛନ୍ତି,ଏହା ଅାପଣମାନେ ନିଜେ ଜାଣନ୍ତି;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

22 ହେ ଇସ୍ରାଏଲୀୟ ଲୋକମାନେ, ଏହି ସମସ୍ତ କଥା ଶୁଣନ୍ତୁ। ନାଜରିତୀୟ ଯୀଶୁ ନାନା ଶକ୍ତିର କାର୍ଯ୍ୟ, ଅଦ୍ଭୁତ କର୍ମ ଓ ଲକ୍ଷଣ ଦ୍ଵାରା ଆପଣମାନଙ୍କ ନିକଟରେ ଈଶ୍ଵରଙ୍କ ପ୍ରେରିତ ବ୍ୟକ୍ତି ବୋଲି ପ୍ରମାଣିତ ହୋଇଅଛନ୍ତି, ତାହାଙ୍କ ଦ୍ଵାରା ଈଶ୍ଵର ଯେ ଆପଣମାନଙ୍କ ମଧ୍ୟରେ ଏହିସମସ୍ତ କର୍ମ କରିଅଛନ୍ତି, ଏହା ଆପଣମାନେ ନିଜେ ନିଜେ ଜାଣନ୍ତି;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

22 “ହେ ଇଶ୍ରାଏଲୀୟ ଭାଇମାନେ, ଶୁଣ! ଅନେକ ଅଲୌକିକ କାର୍ଯ୍ୟ ଓ ଅଦ୍ଭୁତ ଲକ୍ଷଣ ଦ୍ୱାରା ନାଜରିତୀୟ ଯୀଶୁ ଯେ ଈଶ୍ୱରପ୍ରେରିତ ଓ ଐଶୀଶକ୍ତି ସମ୍ପନ୍ନ, ଏହା ତୁମ୍ଭମାନଙ୍କ ନିକଟରେ ପ୍ରମାଣିତ ହୋଇଛି। ତୁମ୍ଭମାନଙ୍କ ମଧ୍ୟରେ ଏହି ଅଞ୍ଚଳରେ ଏହି ସବୁ ଘଟଣା ଘଟିଛି, ତେଣୁ ଏ ବିଷୟରେ ତୁମ୍ଭେମାନେ ଭଲଭାବେ ଜାଣିଛ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

22 ହେ ଇସ୍ରାଏଲୀୟ ଲୋକମାନେ, ଏହି ସମସ୍ତ କଥା ଶୁଣନ୍ତୁ। ନାଜରିତୀୟ ଯୀଶୁ ନାନା ଶକ୍ତିର କାର୍ଯ୍ୟ, ଅଦ୍ଭୁତ କର୍ମ ଓ ଲକ୍ଷଣ ଦ୍ୱାରା ଆପଣମାନଙ୍କ ନିକଟରେ ଈଶ୍ବରଙ୍କ ପ୍ରେରିତ ବ୍ୟକ୍ତି ବୋଲି ପ୍ରମାଣିତ ହୋଇଅଛନ୍ତି, ତାହାଙ୍କ ଦ୍ୱାରା ଈଶ୍ବର ଯେ ଆପଣାମାନଙ୍କ ମଧ୍ୟରେ ଏହି ସମସ୍ତ କର୍ମ କରିଅଛନ୍ତି, ଏହା ଅାପଣମାନେ ନିଜେ ଜାଣନ୍ତି;

Gade chapit la Kopi

ପବିତ୍ର ବାଇବଲ

22 “ହେ ଇସ୍ରାଏଲର ଲୋକମାନେ, ଏହିସବୁ କଥା ଶୁଣ: ନାଜରିତୀୟ ଯୀଶୁ ଜଣେ ବିଶିଷ୍ଟ ବ୍ୟକ୍ତି ଥିଲେ। ଯାହାଙ୍କୁ ଈଶ୍ୱର ପଠାଇ ଥିଲେ। ଯୀଶୁ ଯେଉଁସବୁ ଶକ୍ତିଶାଳୀ କାର୍ଯ୍ୟ ଏବଂ ଆଶ୍ଚର୍ଯ୍ୟ ଘଟଣା ସବୁ କରିଥିଲେ, ତାହାଦ୍ୱାରା ପରମେଶ୍ୱର ତୁମ୍ଭମାନଙ୍କ ନିକଟରେ ଏହା ପ୍ରମାଣିତ କରିଛନ୍ତି।

Gade chapit la Kopi




ପ୍ରେରିତ 2:22
42 Referans Kwoze  

ସେ ରାତ୍ରି ସମୟରେ ଯୀଶୁଙ୍କ ନିକଟକୁ ଆସି ତାହାଙ୍କୁ କହିଲେ, ହେ ଗୁରୁ, ଆପଣ ଯେ ଈଶ୍ୱରଙ୍କଠାରୁ ଆଗତ ଗୁରୁ, ଏହା ଆମ୍ଭେମାନେ ଜାଣୁ, କାରଣ ଆପଣ ଏହି ଯେଉଁ ସମସ୍ତ ଆଶ୍ଚର୍ଯ୍ୟକର୍ମ କରୁଅଛନ୍ତି, ଈଶ୍ୱର ସାଙ୍ଗରେ ନ ଥିଲେ ସେହି ସବୁ କେହି କରି ପାରେ ନାହିଁ ।


ତାହାହେଲେ ଆପଣମାନେ ସମସ୍ତେ ଓ ସମସ୍ତ ଇସ୍ରାଏଲ ଲୋକ ଜ୍ଞାତ ହେଉନ୍ତୁ ଯେ, ଯେଉଁ ନାଜରିତୀୟ ଯୀଶୁ ଖ୍ରୀଷ୍ଟଙ୍କୁ ଆପଣମାନେ କ୍ରୁଶରେ ବଧ କରିଅଛନ୍ତି, ଯାହାଙ୍କୁ ଈଶ୍ୱର ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି, ତାହାଙ୍କ ନାମରେ, ହଁ, ତାହାଙ୍କ ଦ୍ୱାରା ଏହି ଲୋକଟି ସୁସ୍ଥ ହୋଇ ଆପଣମାନଙ୍କ ସାକ୍ଷାତରେ ଠିଆ ହୋଇଅଛି ।


କିନ୍ତୁ ମୁଁ ଯଦି ଈଶ୍ୱରଙ୍କ ପରାକ୍ରମ ଦ୍ୱାରା ଭୂତମାନଙ୍କୁ ଛଡ଼ାଏ, ତେବେ ତ ଈଶ୍ୱରଙ୍କ ରାଜ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେଲାଣି ।


କିନ୍ତୁ ମୁଁ ଯଦି ଈଶ୍ୱରଙ୍କ ଆତ୍ମାଙ୍କ ସାହାଯ୍ୟରେ ଭୂତମାନଙ୍କୁ ଛଡ଼ାଏ, ତେବେ ତ ଈଶ୍ୱରଙ୍କ ରାଜ୍ୟ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହେଲାଣି ।


ତାହା ଦେଖି ଲୋକସମୂହ ଭୟ କଲେ, ପୁଣି, ଯେଉଁ ଈଶ୍ୱର ମନୁଷ୍ୟମାନଙ୍କୁ ଏପରି ଅଧିକାର ଦେଇଅଛନ୍ତି, ତାହାଙ୍କର ମହିମା କୀର୍ତ୍ତନ କଲେ ।


ସେ ସମ୍ବନ୍ଧରେ ଈଶ୍ୱର ମଧ୍ୟ ଆପଣା ଇଚ୍ଛାନୁସାରେ ନାନା ଚିହ୍ନ ଓ ଅଦ୍ଭୁତ କର୍ମ ପୁଣି, ବିବିଧ ଶକ୍ତିର କାର୍ଯ୍ୟ ଓ ପବିତ୍ର ଆତ୍ମାଙ୍କ ଅନ୍ୟାନ୍ୟ ଦାନ ଦ୍ୱାରା ସାକ୍ଷ୍ୟ ଦେଇଅଛନ୍ତି।


ଯେ ସମସ୍ତ ଚିହ୍ନ ଓ ଅଦ୍ଭୁତ କର୍ମ ପୁଣି, ଶକ୍ତିର କାର୍ଯ୍ୟ ପ୍ରେରିତଙ୍କ ଲକ୍ଷଣ ସ୍ୱରୂପ, ସେହି ସବୁ ପ୍ରକୃତରେ ତୁମ୍ଭମାନଙ୍କ ମଧ୍ୟରେ ସମ୍ପୂର୍ଣ୍ଣ ଧୈର୍ଯ୍ୟ ସହକାରେ ସାଧିତ ହୋଇଅଛି ।


ରାଜା ତ ଏସମସ୍ତ ବିଷୟ ଜାଣନ୍ତି, ଆଉ ମୁଁ ତାଙ୍କ ଛାମୁରେ ମଧ୍ୟ ସାହସରେ କଥା କହୁଅଛି, କାରଣ ଏହି ସମସ୍ତ ବିଷୟର କୌଣସି କଥା ତାଙ୍କର ଅଜଣା ନାହିଁ ବୋଲି ମୋହର ବିଶ୍ୱାସ; ଏହା ତ ଗୋପନରେ କରା ହୋଇ ନାହିଁ ।


ନାଜରିତୀୟ ଯୀଶୁଙ୍କ ନାମ ବିରୁଦ୍ଧରେ ମୋହର ଅନେକ କାର୍ଯ୍ୟ କରିବା ଯେ କର୍ତ୍ତବ୍ୟ ଏହା ମୁଁ ନିଜେ ମନେ କରିଥିଲି ।


କାରଣ ଆମ୍ଭେମାନେ ଏହି ଲୋକକୁ ମହାମାରୀ ସ୍ୱରୂପ, ଜଗତର ସର୍ବତ୍ର ସମସ୍ତ ଯିହୂଦୀମାନଙ୍କ ମଧ୍ୟରେ ବିଦ୍ରୋହର ପରିଚାଳକ ଓ ନାଜରିତୀୟ ଦଳର ଜଣେ ପ୍ରଧାନ ନେତା ବୋଲି ଜାଣିଅଛୁ;


ମୁଁ ଉତ୍ତର ଦେଲି, ପ୍ରଭୁ, ଆପଣ କିଏ ? ସେଥିରେ ସେ ମୋତେ କହିଲେ, ତୁମ୍ଭେ ଯେଉଁ ନାଜରିତୀୟ ଯୀଶୁଙ୍କୁ ତାଡ଼ନା କରୁଅଛ, ଆମ୍ଭେ ସେହି ।


ହେ ଇସ୍ରାଏଲୀୟ ଲୋକମାନେ, ସାହାଯ୍ୟ କର; ସବୁ ସ୍ଥାନରେ ଯେଉଁ ଲୋକଟା ଆମ୍ଭମାନଙ୍କର ଜାତି, ମୋଶାଙ୍କ ବ୍ୟବସ୍ଥା ଓ ଏହି ସ୍ଥାନ ବିପକ୍ଷରେ ସମସ୍ତଙ୍କୁ ଶିକ୍ଷା ଦିଏ, ସେ ଏହି; ସେ ଆହୁରି ମଧ୍ୟ ଗ୍ରୀକ୍‌ମାନଙ୍କୁ ସୁଦ୍ଧା ମନ୍ଦିର ଭିତରକୁ ଆଣି ଏହି ପବିତ୍ର ସ୍ଥାନକୁ ଅଶୁଚି କରୁଅଛି ।


ସେମାନେ ପହଞ୍ଚି ମଣ୍ଡଳୀ କି ଏକତ୍ର କଲେ, ପୁଣି, ଈଶ୍ୱର ସେମାନଙ୍କ ସାଙ୍ଗରେ ଥାଇ ଯେ ସମସ୍ତ କାର୍ଯ୍ୟ କରିଥିଲେ ଓ ଅଣଯିହୂଦୀମାନଙ୍କ ପ୍ରତି ବିଶ୍ୱାସର ଦ୍ୱାର ଫିଟାଇଦେଇଥିଲେ, ସେହି ସବୁ ବର୍ଣ୍ଣନା କଲେ ।


ସେଥିରେ ପାଉଲ ଠିଆ ହୋଇ ହସ୍ତରେ ସଙ୍କେତ କରି କହିବାକୁ ଲାଗିଲେ, ହେ ଇସ୍ରାଏଲୀୟ ଲୋକମାନେ ଓ ଈଶ୍ୱର ଭୟକାରୀମାନେ, ଶ୍ରବଣ କରନ୍ତୁ ।


କାରଣ ନାଜରିତୀୟ ସେହି ଯୀଶୁ ଏହି ସ୍ଥାନ ଧ୍ୱଂସ କରିବେ, ଆଉ ମୋଶା ଆମ୍ଭମାନଙ୍କୁ ଯେଉଁ ଯେଉଁ ରୀତିନୀତି ଦେଇଅଛନ୍ତି, ସେହି ସବୁ ପରିବର୍ତ୍ତନ କରିବେ ବୋଲି ସେ କହୁଥିବା ଆମ୍ଭେମାନେ ଶୁଣିଅଛୁ ।


ପୁଣି, ସେ ସେମାନଙ୍କୁ କହିଲେ, ହେ ଇସ୍ରାଏଲୀୟ ଲୋକମାନେ, ଏମାନଙ୍କ ପ୍ରତି ଆପଣମାନେ କ'ଣ କରିବାକୁ ଉଦ୍ୟତ ହେଉଅଛନ୍ତି, ସେହି ବିଷୟରେ ସାବଧାନ ହେଉନ୍ତୁ ।


ପିତର ତାହା ଦେଖି ଲୋକମାନଙ୍କୁ ଉତ୍ତର ଦେଲେ, ହେ ଇସ୍ରାଏଲୀୟ ଲୋକମାନେ, ଆପଣମାନେ କାହିଁକି ଏହି ଲୋକ ବିଷୟରେ ଚମତ୍କୃତ ହେଉଅଛନ୍ତି ? କିମ୍ବା ଆମ୍ଭେମାନେ ଯେପରି ନିଜ ଶକ୍ତି ଅବା ଭକ୍ତି ବଳରେ ଏହାକୁ ଚାଲିବା ଶକ୍ତି ଦେଇଅଛୁ, ତାହା ଭାବି ଆମ୍ଭମାନଙ୍କ ପ୍ରତି କାହିଁକି ଏକଦୃଷ୍ଟିରେ ଚାହୁଁଅଛନ୍ତି ?


ଆଉ, ପୀଲାତ ଗୋଟିଏ ଅଭିଯୋଗପତ୍ର ମଧ୍ୟ ଲେଖି କ୍ରୁଶ ଉପରେ ଲଗାଇଦେଲେ । ସେଥିରେ ଲେଖା ଥିଲା, ନାଜରିତୀୟ ଯୀଶୁ, ଯିହୂଦୀମାନଙ୍କ ରାଜା ।


ଯେଉଁ କର୍ମସବୁ ଆଉ କେହି କରି ନାହିଁ, ମୁଁ ଯଦି ସେହି ସବୁ ସେମାନଙ୍କ ମଧ୍ୟରେ କରି ନ ଥାଆନ୍ତି, ତାହାହେଲେ ସେମାନଙ୍କର ପାପ ହୋଇ ନ ଥାଆନ୍ତା; କିନ୍ତୁ ଏବେ ସେମାନେ ଦେଖିଅଛନ୍ତି, ଆଉ ମୋତେ ଓ ମୋହର ପିତା ଉଭୟଙ୍କୁ ଘୃଣା କରିଅଛନ୍ତି ।


ଆଉ, ସେ ଲାଜାରଙ୍କୁ ସମାଧିରୁ ଡାକି ମୃତମାନଙ୍କ ମଧ୍ୟରୁ ଉଠାଇବା ସମୟରେ ଯେଉଁ ଲୋକସମୂହ ତାହାଙ୍କ ସହିତ ଥିଲେ, ସେମାନେ ସାକ୍ଷ୍ୟ ଦେବାକୁ ଲାଗିଲେ ।


ସେଥିରେ ପ୍ରଧାନ ଯାଜକ ଓ ଫାରୂଶୀମାନେ ମହାସଭା ଆହ୍ୱାନ କରି କହିଲେ, ଆମ୍ଭେମାନେ କ'ଣ କରୁଅଛୁ ? ଏ ଲୋକ ତ ଅନେକ ଆଶ୍ଚର୍ଯ୍ୟକର୍ମ କରୁଅଛି ।


ଯଦି ମୁଁ ମୋହର ପିତାଙ୍କ କର୍ମସବୁ କରେ ନାହିଁ, ତାହାହେଲେ ମୋତେ ବିଶ୍ୱାସ କର ନାହିଁ;


ଏ ଈଶ୍ୱରଙ୍କଠାରୁ ଆସି ନ ଥିଲେ କିଛି କରିପାରନ୍ତେ ନାହିଁ ।


କିନ୍ତୁ ଲୋକସମୂହ ମଧ୍ୟରୁ ଅନେକେ ତାହାଙ୍କଠାରେ ବିଶ୍ୱାସ କରି କହିବାକୁ ଲାଗିଲେ, ଏ ଯେ ସମସ୍ତ ଆଶ୍ଚର୍ଯ୍ୟକର୍ମ କରିଅଛନ୍ତି, ଖ୍ରୀଷ୍ଟ ଆସି ତାହାଠାରୁ କ'ଣ ଅଧିକ କରିବେ ?


କ୍ଷୟୀ ଭକ୍ଷ୍ୟ ନିମନ୍ତେ ଶ୍ରମ ନ କରି, ବରଂ ଯେଉଁ ଅନନ୍ତ ଜୀବନଦାୟକ ଭକ୍ଷ୍ୟ ଅକ୍ଷୟ ରହେ, ସେଥିନିମନ୍ତେ ଶ୍ରମ କର; ସେହି ଭକ୍ଷ୍ୟ ମନୁଷ୍ୟପୁତ୍ର ତୁମ୍ଭମାନଙ୍କୁ ଦେବେ, କାରଣ ତାହାଙ୍କୁ ପିତା, ଅର୍ଥାତ୍‍, ଈଶ୍ୱର ମୁଦ୍ରାଙ୍କିତ କଲେ ।


ତେଣୁ ଲୋକମାନେ ତାହାଙ୍କ କୃତ ଆଶ୍ଚର୍ଯ୍ୟକର୍ମ ଦେଖି କହିବାକୁ ଲାଗିଲେ, ଜଗତକୁ ଯେଉଁ ଭାବବାଦୀଙ୍କର ଆସିବାର ଥିଲା, ଏ ନିଶ୍ଚୟ ସେହି ।


କିନ୍ତୁ ଯୋହନଙ୍କର ସାକ୍ଷ୍ୟ ଅପେକ୍ଷା ମୋହର ଗୁରୁତର ସାକ୍ଷ୍ୟ ଅଛି, କାରଣ ପିତା ମୋତେ ଯେ ଯେ କାର୍ଯ୍ୟ ସମାପ୍ତ କରିବାକୁ ଦେଇଅଛନ୍ତି, ଯେ ସମସ୍ତ କର୍ମ ମୁଁ କରୁଅଛି, ପିତା ମୋତେ ପ୍ରେରଣ କରିଅଛନ୍ତି ବୋଲି ସେହି ସବୁ ମୋ' ବିଷୟରେ ସାକ୍ଷ୍ୟ ଦେଉଅଛି ।


ସେଥିରେ ଯୀଶୁ ତାଙ୍କୁ କହିଲେ, ଚିହ୍ନ ଓ ଅଦ୍ଭୁତ କର୍ମମାନ ନ ଦେଖିଲେ ତୁମ୍ଭେମାନେ କୌଣସି ପ୍ରକାରେ ବିଶ୍ୱାସ କରିବ ନାହିଁ ।


ଫିଲିପ୍ପ ନିଥନିୟେଲଙ୍କ ଦେଖା ପାଇ ତାଙ୍କୁ କହିଲେ, ଯାହାଙ୍କ ବିଷୟରେ ମୋଶା ମୋଶାଙ୍କ ବ୍ୟବସ୍ଥାରେ ଲେଖିଅଛନ୍ତି, ପୁଣି, ଭାବବାଦୀମାନେ ମଧ୍ୟ ଲେଖିଅଛନ୍ତି, ଆମ୍ଭେମାନେ ତାହାଙ୍କର ଦେଖା ପାଇଅଛୁ; ସେ ଯୋଷେଫଙ୍କ ପୁତ୍ର ନାଜରିତୀୟ ଯୀଶୁ ।


ଆଉ ସେମାନଙ୍କ ମଧ୍ୟରୁ କ୍ଲେୟପା ନାମକ ଜଣେ ତାହାଙ୍କୁ ଉତ୍ତର ଦେଲେ, ଯିରୂଶାଲମସ୍ଥ ପ୍ରବାସୀମାନଙ୍କ ମଧ୍ୟରୁ ଆପଣ କ'ଣ ଏକାକୀ ସେ ସ୍ଥାନର ଏ କେତେକ ଦିନର ଘଟଣା ଜାଣନ୍ତି ନାହିଁ ?


ଓ ନାଜରିତ ନାମକ ନଗରରେ ଯାଇ ବାସ କଲେ, ଯେପରି ଭାବବାଦୀମାନଙ୍କ ଦ୍ୱାରା ଉକ୍ତ ବାକ୍ୟ ସଫଳ ହୁଏ ଯେ, "ସେ ନାଜରିତୀୟ ବୋଲି ଖ୍ୟାତ ହେବେ" ।


ହେ କୀଟ ସ୍ୱରୂପ ଯାକୁବ ଓ ହେ ଇସ୍ରାଏଲୀୟ ନରଗଣ, ଭୟ କର ନାହିଁ; ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭର ସାହାଯ୍ୟ କରିବା” ଓ ଇସ୍ରାଏଲର ଧର୍ମସ୍ୱରୂପ ତୁମ୍ଭର ମୁକ୍ତିଦାତା ଅଟନ୍ତି।


ଅାମ୍ଭେ ଊର୍ଦ୍ଧ୍ୱସ୍ଥ ଆକାଶରେ ନାନା ଅଦ୍ଭୂତ କର୍ମ; ପୁଣି, ଅଧଃସ୍ଥ ପୃଥିବୀରେ ନାନା ଲକ୍ଷଣ, ରକ୍ତ, ଅଗ୍ନି ଓ ନିବିଡ଼ ଧୂମ ଦେଖାଇବା ।


ଆଉ, ଲୋକ ସମସ୍ତେ ଭୀତ ହେବାକୁ ଲାଗିଲେ; ପ୍ରେରିତମାନଙ୍କ ଦ୍ୱାରା ମଧ୍ୟ ଅନେକ ଅଦ୍ଭୁତ କର୍ମ ଓ ଲକ୍ଷଣ ସାଧିତ ହେବାକୁ ଲାଗିଲା ।


କିନ୍ତୁ ପିତର କହିଲେ, "ରୂପା କି ସୁନା ମୋହର ନାହିଁ; ମାତ୍ର ମୋହର ଯାହା ଅଛି, ତାହା ମୁଁ ତୁମ୍ଭକୁ ଦେଉଅଛି; ନାଜରିତୀୟ ଯୀଶୁଖ୍ରୀଷ୍ଟଙ୍କ ନାମରେ ଚାଲ ।"


ସେମାନେ ତାହାକୁ କହିଲେ, ନାଜରିତୀୟ ଯୀଶୁ ଏହି ବାଟ ଦେଇ ଯାଉଅଛନ୍ତି ।


Swiv nou:

Piblisite


Piblisite