Biblia Todo Logo
Bib sou entènèt

- Piblisite -




ପ୍ରେରିତ 20:2 - ଓଡିଆ ବାଇବେଲ

2 ସେହି ସମସ୍ତ ଅଞ୍ଚଳ ଦେଇ ଯାତ୍ରା କରି ସେ ଶିଷ୍ୟମାନଙ୍କୁ ବହୁତ ଉତ୍ସାହ ଦେବା ପରେ ଗ୍ରୀସ୍‍କୁ ଆସିଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ସେହି ସମସ୍ତ ଅଞ୍ଚଳ ଦେଇ ଯାତ୍ରା କରି ସେ ଶିଷ୍ୟମାନଙ୍କୁ ବହୁତ ଉତ୍ସାହ ଦେବା ଉତ୍ତାରେ ଗ୍ରୀସ୍କୁ ଆସିଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ସେ ସବୁ ଅଞ୍ଚଳ ଦେଇ ଯାତ୍ରା କଲେ ଓ ଅନେକ ଉପଦେଶ ଦେଇ ଲୋକମାନଙ୍କୁ ଉତ୍ସାହିତ ଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସେହି ସମସ୍ତ ଅଞ୍ଚଳ ଦେଇ ଯାତ୍ରା କରି ସେ ଶିଷ୍ୟମାନଙ୍କୁ ବହୁତ ଉତ୍ସାହ ଦେବା ପରେ ଗ୍ରୀସ୍‍କୁ ଆସିଲେ।

Gade chapit la Kopi

ପବିତ୍ର ବାଇବଲ

2 ସେହି ଅଞ୍ଚଳ ଦେଇ ଯିବା ବେଳେ ଯୀଶୁଙ୍କ ଅନୁଗାମୀ ଲୋକମାନଙ୍କୁ ବଳ ପ୍ରଦାନ କରିବା ପାଇଁ ସେ ସେମାନଙ୍କୁ ଉତ୍ସାହଜନକ କଥା କହିଲେ। ତା'ପରେ ସେ ଗ୍ରୀ‌ସ୍‌ରେ ପହଞ୍ଚିଲେ।

Gade chapit la Kopi




ପ୍ରେରିତ 20:2
17 Referans Kwoze  

ଅତଏବ, ହେ ଭାଇମାନେ, ଅବଶେଷରେ କି ପ୍ରକାର ଆଚରଣ କରି ଈଶ୍ୱରଙ୍କୁ ସନ୍ତୁଷ୍ଟ କରିବା ଉଚିତ୍, ସେ ସମ୍ବନ୍ଧରେ ତୁମ୍ଭେମାନେ ଆମ୍ଭମାନଙ୍କଠାରୁ ଯେପରି ଶିକ୍ଷା ପ୍ରାପ୍ତ ହୋଇଅଛ, ଆଉ ତୁମ୍ଭେମାନେ ମଧ୍ୟ ଯେପ୍ରକାର ଆଚରଣ କରୁଅଛ, ତଦନୁସାରେ ଆହୁରି ଅଧିକ ଅଗ୍ରସର ହେବା ନିମନ୍ତେ ଆମ୍ଭେମାନେ ପ୍ରଭୁ ଯୀଶୁଙ୍କ ନାମରେ ତୁମ୍ଭମାନଙ୍କୁ ଉତ୍ସାହ ଦେଉଅଛୁ ।


କାରଣ ଆମ୍ଭମାନଙ୍କ ଉପଦେଶ ଭ୍ରମ ଅବା ଅଶୁଚିତାମୂଳକ କିଅବା ଛଳଯୁକ୍ତ ନ ଥିଲା,


ତାହାଙ୍କୁ ଆମ୍ଭେମାନେ ପ୍ରଚାର କରୁଅଛୁ, ପୁଣି, ପ୍ରତ୍ୟେକ ଲୋକଙ୍କୁ ଚେତନା ଓ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଦେଉଅଛୁ, ଯେପରି ଆମ୍ଭେମାନେ ପ୍ରତ୍ୟେକ ଲୋକଙ୍କୁ ଖ୍ରୀଷ୍ଟଙ୍କ ସହଭାଗିତାରେ ସିଦ୍ଧ କରି ଉପସ୍ଥାପିତ କରି ପାରୁ;


ଆଉ ତୁମ୍ଭେମାନେ ତ ଜାଣ, ପିତା ଯେପ୍ରକାରେ ନିଜ ସନ୍ତାନମାନଙ୍କୁ ଶିକ୍ଷା ଦିଅନ୍ତି, ସେହି ପ୍ରକାରେ ଆମ୍ଭେମାନେ ତୁମ୍ଭ ପ୍ରତ୍ୟେକ ଜଣକୁ ଉପଦେଶ ଓ ଉତ୍ସାହ ଦେଇ ଏକାନ୍ତ ଅନୁରୋଧ କରିଥିଲୁ,


ସେ ପରେ ଉପରକୁ ଯାଇ ରୁଟି ଭାଙ୍ଗି ଭୋଜନ କଲେ, ପୁଣି, ସେମାନଙ୍କ ସହିତ ପ୍ରଭାତ ହେବା ପର୍ଯ୍ୟନ୍ତ ବହୁତ କଥାବାର୍ତ୍ତା କରି ପ୍ରସ୍ଥାନ କଲେ ।


ପୁଣି, ଭାଇମାନେ ଅବିଳମ୍ବରେ ପାଉଲ ଓ ଶୀଲାଙ୍କୁ ରାତି ସମୟରେ ବେରିୟାକୁ ପଠାଇଦେଲେ; ସେମାନେ ସେହି ସ୍ଥାନରେ ପହଞ୍ଚି ଯିହୂଦୀମାନଙ୍କ ସମାଜଗୃହକୁ ଗଲେ ।


ପରେ ସେମାନେ ଆଂଫିପଲି ଓ ଆପଲ୍ଲୋନିଆ ଦେଇ ଯାତ୍ରା କରି ଥେସଲନୀକୀକୁ ଆସିଲେ; ସେଠାରେ ଯିହୂଦୀମାନଙ୍କର ଗୋଟିଏ ସମାଜଗୃହ ଥିଲା ।


ସେଠାରୁ ଫିଲିପ୍ପୀକୁ ଗଲୁ, ଏହା ମାକିଦନିଆର ସେହି ଅଞ୍ଚଳର ଏକ ପ୍ରଧାନ ନଗର, ପୁଣି, ଗୋଟିଏ ରୋମୀୟ ଉପନିବେଶ; ସେହି ନଗରରେ ଆମ୍ଭେମାନେ କେତେକ ଦିନ ରହିଲୁ ।


ଆଉ ସେ ସିରିୟା ଓ କିଲିକିୟା ଦେଇ ଯାଉ ଯାଉ ମଣ୍ଡଳୀସମୂହଙ୍କୁ ସୁସ୍ଥିର କଲେ ।


ପୁଣି, ସେ ସ୍ଥାନମାନଙ୍କରେ ଶିଷ୍ୟମାନଙ୍କ ମନକୁ ସୁସ୍ଥିର କଲେ ଓ ବିଶ୍ୱାସରେ ଅଟଳ ରହିବା ପାଇଁ ସେମାନଙ୍କୁ ଉତ୍ସାହ ପ୍ରଦାନ କରି କହିଲେ, ଅନେକ କ୍ଲେଶ ମଧ୍ୟ ଦେଇ ଆମ୍ଭମାନଙ୍କୁ ଈଶ୍ୱରଙ୍କ ରାଜ୍ୟରେ ପ୍ରବେଶ କରିବାକୁ ହେବ ।


ପୁଣି, ଅନ୍ୟାନ୍ୟ ଅନେକ କଥା ଦ୍ୱାରା ସେ ସାକ୍ଷ୍ୟ ଦେବାକୁ ଲାଗିଲେ ଓ ସେମାନଙ୍କୁ ଉପଦେଶ ଦେଇ କହିଲେ, "ଏହି କୁଟିଳ ବଂଶଠାରୁ ଆପଣମାନେ ରକ୍ଷା ପ୍ରାପ୍ତ ହେଉନ୍ତୁ" ।


କାରଣ ଆମ୍ଭେ ଆପଣା ନିମନ୍ତେ ଧନୁସ୍ୱରୂପ ଯିହୁଦାକୁ ବଙ୍କା କରିଅଛୁ ଓ ତୀରସ୍ୱରୂପ ଇଫ୍ରୟିମରେ ତାହା ସଂଯୁକ୍ତ କରିଅଛୁ; ଆଉ, ହେ ସିୟୋନ, ଆମ୍ଭେ ତୁମ୍ଭର ସନ୍ତାନଗଣକୁ, ହେ ଗ୍ରୀସ୍‍, ତୁମ୍ଭ ସନ୍ତାନଗଣ ବିରୁଦ୍ଧରେ ଉତ୍ତେଜିତ କରିବା ଓ ତୁମ୍ଭକୁ ବୀରର ଖଡ୍ଗ ସ୍ୱରୂପ କରିବା।


ସେ ଏହିପରି ଅନେକ ଉପଦେଶ ଦେଇ, ପୁଣି, ବିଭିନ୍ନ ପ୍ରକାର ଉତ୍ସାହଜନକ ବାକ୍ୟ କହି ଲୋକଙ୍କ ନିକଟରେ ସୁସମ୍ବାଦ ପ୍ରଚାର କରୁଥିଲେ;


ସେହି ଗଣ୍ଡଗୋଳ ବନ୍ଦ ହେବା ପରେ ପାଉଲ ଶିଷ୍ୟମାନଙ୍କୁ ଡକାଇ ସେମାନଙ୍କୁ ଉତ୍ସାହ ଦେଲେ, ଆଉ ସେମାନଙ୍କଠାରୁ ବିଦାୟ ନେଇ ମାକିଦନିଆକୁ ଯିବା ନିମନ୍ତେ ପ୍ରସ୍ଥାନ କଲେ


ସେ ସେହି ସ୍ଥାନରେ ତିନି ମାସ ରହି ଯେତେବେଳେ ଜାହାଜରେ ଚଢ଼ି ସିରିୟାକୁ ଯିବାକୁ ଚେଷ୍ଟା କଲେ, ସେତେବେଳେ ଯିହୂଦୀମାନେ ପାଉଲଙ୍କ ବିରୋଧରେ ଷଡ଼ଯନ୍ତ୍ର କରିବାରୁ ସେ ମାକିଦନିଆ ଦେଇ ବାହୁଡ଼ି ଯିବାକୁ ନିଷ୍ପତ୍ତି କଲେ ।


କିନ୍ତୁ ଯଦି ପ୍ରଭୁ ଇଚ୍ଛା କରନ୍ତି, ମୁଁ ତୁମ୍ଭମାନଙ୍କ ନିକଟକୁ ଶୀଘ୍ର ଯିବି; ପୁଣି, ଯେଉଁମାନେ ଗର୍ବ କରୁଅଛନ୍ତି, ସେମାନଙ୍କର ବାକ୍ୟ ନୁହେଁ, କିନ୍ତୁ ଶକ୍ତି ବୁଝିନେବି !


Swiv nou:

Piblisite


Piblisite