Biblia Todo Logo
Bib sou entènèt

- Piblisite -




ପ୍ରେରିତ 21:9 - ଓଡିଆ ବାଇବେଲ

9 ତାହାଙ୍କର ଚାରି ଜଣ କୁମାରୀ କନ୍ୟା, ଭାବବାଦିନୀ ଥିଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

9 ତାଙ୍କର ଚାରି ଜଣ କୁମାରୀ କନ୍ୟା ଥିଲେ, ସେମାନେ ଭାବବାଦିନୀ ଥିଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

9 ତାଙ୍କର ଚାରିଜଣ ଅବିବାହିତା ଝିଅ ଈଶ୍ୱରଙ୍କ ବାର୍ତ୍ତା ଘୋଷଣା କରୁଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

9 ତାହାଙ୍କର ଚାରି ଜଣ କୁମାରୀ କନ୍ୟା, ଭାବବାଦିନୀ ଥିଲେ।

Gade chapit la Kopi

ପବିତ୍ର ବାଇବଲ

9 ତାହାଙ୍କର ଗ୍ଭରୋଟି ଅବିବାହିତା ଝିଅ ଥିଲେ। ସେମାନେ ଭାବବାଦିନୀ ଥିଲେ।

Gade chapit la Kopi




ପ୍ରେରିତ 21:9
13 Referans Kwoze  

ଈଶ୍ୱର କହନ୍ତି, ଶେଷକାଳରେ ଏପରି ଘଟିବ ଯେ, ଅାମ୍ଭେ ସମସ୍ତ ମର୍ତ୍ତ୍ୟ ଉପରେ ଆପଣା ଆତ୍ମା ବୃଷ୍ଟି କରିବା, ସେଥିରେ ତୁମ୍ଭମାନଙ୍କ ପୁତ୍ରକନ୍ୟାମାନେ ଭାବବାଣୀ କହିବେ, ଆଉ ତୁମ୍ଭମାନଙ୍କର ଯୁବାମାନେ ଦର୍ଶନ ପାଇବେ, ପୁଣି, ତୁମ୍ଭମାନଙ୍କର ପ୍ରାଚୀନମାନେ ସ୍ୱପ୍ନ ଦେଖିବେ ।


ତଥାପି ତୁମ୍ଭ ବିରୁଦ୍ଧରେ ଆମ୍ଭର ଏହି କଥା ଅଛି, ଯିଜେବଲ୍ ନାମ୍ନୀ ଯେଉଁ ନାରୀ ଆପଣାକୁ ଭାବବାଦିନୀ ବୋଲି କହି ମୋର ଦାସମାନଙ୍କୁ ବେଶ୍ୟାଗମନ ଓ ଦେବପ୍ରସାଦ ଭୋଜନ କରିବାକୁ ଶିକ୍ଷା ଦେଇ ଭୁଲାଉଅଛି, ତୁମ୍ଭେ ତାହାର ଦୁଷ୍କର୍ମ ସହ୍ୟ କରୁଅଛ ।


ଆଉ ହାନ୍ନା ନାମ୍ନୀ ଜଣେ ଭାବବାଦିନୀ ଥିଲେ; ସେ ଆଶେର ବଂଶଜ ଫିନୂୟେଲଙ୍କ କନ୍ୟା । ତାହାଙ୍କର ଅନେକ ବୟସ ହୋଇଥିଲା; ସେ କୁମାରୀ ଅବସ୍ଥା ପରେ ସାତ ବର୍ଷ ସ୍ୱାମୀ ସହିତ ବାସ କରିଥିଲେ ଓ ଚଉରାଅଶୀ ବର୍ଷ ପର୍ଯ୍ୟନ୍ତ ବିଧବା ହୋଇ ରହିଥିଲେ ।


ପୁଣି, ତହିଁ ଉତ୍ତାରେ ଆମ୍ଭେ ସମୁଦାୟ ପ୍ରାଣୀ ଉପରେ ଆପଣା ଆତ୍ମା ଢାଳିବା; ତହିଁରେ ତୁମ୍ଭମାନଙ୍କର ପୁତ୍ରଗଣ ଓ କନ୍ୟାଗଣ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବେ, ତୁମ୍ଭମାନଙ୍କର ବୃଦ୍ଧ ଲୋକମାନେ ସ୍ୱପ୍ନ ଦେଖିବେ, ତୁମ୍ଭମାନଙ୍କର ଯୁବା ଲୋକମାନେ ଦର୍ଶନ ପାଇବେ।


ଏଥିଉତ୍ତାରେ ହାରୋଣଙ୍କର ଭଗିନୀ ଭବିଷ୍ୟଦ୍‍ବକ୍ତ୍ରୀ ମରୀୟମ ହସ୍ତରେ ଦାରା ନେଲେ ଓ ତାଙ୍କର ପଛେ ପଛେ ଅନ୍ୟ ସ୍ତ୍ରୀସକଳ ଦାରା ନେଇ ନୃତ୍ୟ କରୁ କରୁ ବାହାର ହେଲେ।


ସେତେବେଳେ ଆନ୍ତିୟଖିଆସ୍ଥିତ ମଣ୍ଡଳୀରେ ବର୍ଣ୍ଣବ୍ବା, ଶିମିୟୋନ, ଯାହାଙ୍କୁ ନିଗର ବୋଲି କହନ୍ତି, କୂରୀଣୀୟ ଲୂକୀୟ, ସାମନ୍ତରାଜା ହେରୋଦଙ୍କ ସହପାଳିତ ମନହେମ୍ ଓ ଶାଉଲ, ଏହିପରି ଭାବବାଦୀ ଓ ଶିକ୍ଷକମାନେ ଥିଲେ ।


ହେ ମୋହର ପରମେଶ୍ୱର, ଟୋବୀୟ ଓ ସନ୍‍ବଲ୍ଲଟ୍‍ର ଏହିସବୁ କର୍ମାନୁସାରେ ସେମାନଙ୍କୁ, ଆଉ ମୋତେ ଭୟଗ୍ରସ୍ତ କରିବାକୁ ଇଚ୍ଛା କଲେ ଯେ ନୋୟଦୀୟା ଭବିଷ୍ୟଦ୍‍ବକ୍ତ୍ରୀ ଓ ଅନ୍ୟାନ୍ୟ ଭବିଷ୍ୟଦ୍‍ବକ୍ତା, ସେମାନଙ୍କୁ ସ୍ମରଣ କର।


ତହିଁରେ ହିଲ୍‍କୀୟ ଯାଜକ ଓ ଅହୀକାମ୍‍ ଓ ଅକ୍‍‌‌ବୋର ଓ ଶାଫନ୍‍ ଓ ଅସାୟ, ବସ୍ତ୍ରାଗାରର ରକ୍ଷକ ହର୍ହସର ପୌତ୍ର ତିକ୍‍ବର ପୁତ୍ର ଶଲ୍ଲୁମ୍‍ର ଭାର୍ଯ୍ୟା ହୁଲ୍‍ଦା ଭବିଷ୍ୟଦ୍‍ବକ୍ତ୍ରୀ ନିକଟକୁ ଗଲେ। ସେ ଯିରୂଶାଲମର ଦ୍ୱିତୀୟ ବିଭାଗରେ ବାସ କରୁଥିଲା, ଆଉ ସେମାନେ ତାହା ସଙ୍ଗେ କଥୋପକଥନ କଲେ।


ସେସମୟରେ ଲପ୍‍ପିଦୋତର ଭାର୍ଯ୍ୟା ଦବୋରା ଭବିଷ୍ୟଦ୍‍ବକ୍ତ୍ରୀ ଇସ୍ରାଏଲର ବିଚାର କଲେ।


ଏଣୁ ଯେ ଆପଣା କୁମାରୀ କନ୍ୟାକୁ ବିବାହ ଦିଏ, ସେ ଭଲ କରେ, ପୁଣି, ଯେ ବିବାହ ନ ଦିଏ, ସେ ଆହୁରି ଭଲ କରେ ।


ଆଉ ହେ ମନୁଷ୍ୟ-ସନ୍ତାନ, ତୁମ୍ଭ ଲୋକଙ୍କର ଯେଉଁ କନ୍ୟାଗଣ ଆପଣା ଆପଣା ହୃଦୟରୁ ଭବିଷ୍ୟଦ୍‍ ବାକ୍ୟ ପ୍ରଚାର କରନ୍ତି, ସେମାନଙ୍କ ବିରୁଦ୍ଧରେ ଆପଣା ମୁଖ ରଖ ଓ ସେମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍‍ ବାକ୍ୟ ପ୍ରଚାର କରି କୁହ,


Swiv nou:

Piblisite


Piblisite