Biblia Todo Logo
Bib sou entènèt

- Piblisite -




ପ୍ରେରିତ 22:5 - ଓଡିଆ ବାଇବେଲ

5 ଏହି ବିଷୟରେ ମହାଯାଜକ ଓ ପ୍ରାଚୀନବର୍ଗ ସମସ୍ତେ ମୋହର ସାକ୍ଷୀ; ମୁଁ ସେମାନଙ୍କଠାରୁ ଭାଇମାନଙ୍କ ନିକଟକୁ ପତ୍ର ଗ୍ରହଣ କରି, ଦମ୍ମେସକରେ ଥିବା ଲୋକମାନେ ଯେପରି ଶାସ୍ତି ପାଆନ୍ତି, ଏଥିପାଇଁ ସେମାନଙ୍କୁ ସୁଦ୍ଧା ବାନ୍ଧି ଯିରୂଶାଲମକୁ ଆଣିବା ନିମନ୍ତେ ସେ ସ୍ଥାନକୁ ଯାଉଥିଲି ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଏହି ବିଷୟରେ ମହାଯାଜକ ଓ ପ୍ରାଚୀନବର୍ଗ ସମସ୍ତେ ମୋହର ସାକ୍ଷୀ; ସେମାନଙ୍କଠାରୁ ମୁଁ ଭାଇମାନଙ୍କ ନିକଟକୁ ପତ୍ର ଗ୍ରହଣ କରି ଦାମାସ୍କସ୍ରେ ଥିବା ଲୋକମାନେ ଯେପରି ଶାସ୍ତି ପାଆନ୍ତି, ଏଥିପାଇଁ ସେମାନଙ୍କୁ ସୁଦ୍ଧା ବାନ୍ଧି ଯିରୂଶାଲମକୁ ଆଣିବା ନିମନ୍ତେ ସେ ସ୍ଥାନକୁ ଯାଉଥିଲି।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ମୋର ଏହି କଥା ଯେ ସତ୍ୟ, ପ୍ରଧାନ ଯାଜକ ଓ ମହାସଭାର ସମସ୍ତେ ଏହାର ସାକ୍ଷୀ। ଏହି ଲୋକମାନଙ୍କୁ ବନ୍ଦୀ କରି ଓ ଜଞ୍ଜିରରେ ବାନ୍ଧି ଦଣ୍ଡିତ କରାଇବା ପାଇଁ ଯିରୂଶାଲମକୁ ଘେନି ଆସିବା ନିମନ୍ତେ ମୁଁ ପ୍ରଧାନ ଯାଜକଙ୍କଠାରୁ ପରିଚୟ ପତ୍ର ନେଇ ଦାମାସ୍କସ୍ରେ ଥିବା ଇହୁଦୀ ଭାଇମାନଙ୍କ ନିକଟକୁ ଗଲି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଏହି ବିଷୟରେ ମହାଯାଜକ ଓ ପ୍ରାଚୀନବର୍ଗ ସମସ୍ତେ ମୋହର ସାକ୍ଷୀ; ମୁଁ ସେମାନଙ୍କଠାରୁ ଭାଇମାନଙ୍କ ନିକଟକୁ ପତ୍ର ଗ୍ରହଣ କରି, ଦମ୍ମେଶକରେ ଥିବା ଲୋକମାନେ ଯେପରି ଶାସ୍ତି ପାଆନ୍ତି, ଏଥିପାଇଁ ସେମାନଙ୍କୁ ସୁଦ୍ଧା ବାନ୍ଧି ଯିରୂଶାଲମ ସହରକୁ ଆଣିବା ନିମନ୍ତେ ସେ ସ୍ଥାନକୁ ଯାଉଥିଲି।

Gade chapit la Kopi

ପବିତ୍ର ବାଇବଲ

5 “ମହାଯାଜକ ଓ ପ୍ରାଚୀନ ଲୋକମାନଙ୍କର ସମ୍ପୂର୍ଣ୍ଣ ପରିଷଦ ଏ କଥାର ସାକ୍ଷୀ ଅଟନ୍ତି। ମୁଁ ସେମାନଙ୍କଠାରୁ ଦମ୍ମେସକରେ ଥିବା ସେମାନଙ୍କର ଭାଇମାନଙ୍କ ପାଖକୁ ପତ୍ର ନେଇ ଯାଇଥିଲି। ସେଠାରେ ଥିବା ଯୀଶୁଙ୍କର ଶିଷ୍ୟମାନେ ଯେପରି ଦଣ୍ଡ ପାଇପାରନ୍ତି, ଏଥିନିମନ୍ତେ ସେମାନଙ୍କୁ ବନ୍ଦୀ କରି ଯିରୁଶାଲମକୁ ନେଇ ଆସିବା ପାଇଁ ମୁଁ ଯାଉଥିଲି।

Gade chapit la Kopi




ପ୍ରେରିତ 22:5
21 Referans Kwoze  

ସକାଳ ହେଲାକ୍ଷଣି ଲୋକମାନଙ୍କର ପ୍ରାଚୀନବର୍ଗ ପୁଣି, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଏକତ୍ର ହୋଇ ଆପଣାମାନଙ୍କ ମହାସଭାକୁ ତାହାଙ୍କୁ ଘେନିଯାଇ କହିଲେ, ତୁମ୍ଭେ ଯଦି ଖ୍ରୀଷ୍ଟ, ତେବେ ଆମ୍ଭମାନଙ୍କୁ କୁହ ।


ଏହା ଶୁଣି ସେମାନେ ପ୍ରଭାତ ସମୟରେ ମନ୍ଦିରରେ ପ୍ରବେଶ କରି ଶିକ୍ଷା ଦେବାକୁ ଲାଗିଲେ । ଇତିମଧ୍ୟରେ ମହାଯାଜକ ଓ ତାହାଙ୍କ ସଙ୍ଗୀମାନେ ଆସି ମହାସଭା ଓ ଇସ୍ରାଏଲ ସନ୍ତାନମାନଙ୍କର ପ୍ରାଚୀନବର୍ଗଙ୍କୁ ଡାକି ଏକତ୍ର କଲେ, ପୁଣି, ସେମାନଙ୍କୁ ଆଣିବା ନିମନ୍ତେ କାରାଗାରକୁ ଲୋକ ପଠାଇଲେ ।


ଭାବବାଣୀ ଓ ପ୍ରାଚୀନମାନଙ୍କର ହସ୍ତାର୍ପଣ ଦ୍ୱାରା ତୁମ୍ଭକୁ ଯେଉଁ ଅନୁଗ୍ରହ ଦାନ ଦିଆଯାଇଅଛି, ତାହା ଅବହେଳା ନ କର ।


ସେଥିରେ ସେମାନେ ତାହାଙ୍କୁ କହିଲେ, ଆପଣଙ୍କ ସମ୍ବନ୍ଧରେ ଯିହୂଦା ଦେଶରୁ ଆମ୍ଭେମାନେ କୌଣସି ପତ୍ର ପାଇ ନାହୁଁ, କି ଭାଇମାନଙ୍କ ମଧ୍ୟରୁ କେହି ଏଠାକୁ ଆସି ଆପଣଙ୍କ ବିଷୟରେ କୌଣସି ମନ୍ଦ ସମ୍ବାଦ ଦେଇ ନାହାଁନ୍ତି ବା କହି ନାହାଁନ୍ତି ।


ଏହି ଉଦ୍ଦେଶ୍ୟରେ ପ୍ରଧାନ ଯାଜକମାନଙ୍କଠାରୁ କ୍ଷମତା ଓ ଆଦେଶପତ୍ର ଘେନି ଦମ୍ମେସକକୁ ଯାଉଥିବା ସମୟରେ,


ଆଉ, ଯିରୂଶାଲମରେ ମୁଁ ଏହା ମଧ୍ୟ କରିଥିଲି, ପ୍ରଧାନ ଯାଜକମାନଙ୍କଠାରୁ କ୍ଷମତା ପ୍ରାପ୍ତ ହୋଇ ସାଧୁମାନଙ୍କ ମଧ୍ୟରୁ ଅନେକଙ୍କୁ କାରାଗାରରେ ବନ୍ଦ କରିଥିଲି, ପୁଣି, ସେମାନଙ୍କ ପ୍ରାଣଦଣ୍ଡ ସମୟରେ ମୁଁ ମଧ୍ୟ ସେମାନଙ୍କ ବିରୁଦ୍ଧରେ ମୋହର ମତ ଦେଇଥିଲି,


ଭାଇମାନେ ଓ ପିତାମାନେ, ମୁଁ ଆପଣମାନଙ୍କ ନିକଟରେ ବର୍ତ୍ତମାନ ଯେଉଁ ଆତ୍ମପକ୍ଷ ସମର୍ଥନର କଥା କହୁଅଛି, ତାହା ଶୁଣନ୍ତୁ ।


ହେ ଭାଇମାନେ, ଅବ୍ରହାମଙ୍କ ବଂଶର ସନ୍ତାନସନ୍ତତି ଓ ଆପଣମାନଙ୍କ ମଧ୍ୟରୁ ଈଶ୍ୱର ଭୟକାରୀମାନେ, ଆମ୍ଭମାନଙ୍କ ନିକଟକୁ ଏହି ପରିତ୍ରାଣର ବାକ୍ୟ ପ୍ରେରିତ ହୋଇଅଛି ।


ଆଉ, ଏହି ସ୍ଥାନରେ ଯେତେ ଲୋକ ଆପଣଙ୍କ ନାମରେ ପ୍ରାର୍ଥନା କରନ୍ତି, ସେମାନଙ୍କୁ ବାନ୍ଧିବା ନିମନ୍ତେ ସେ ପ୍ରଧାନ ଯାଜକମାନଙ୍କ ପାଖରୁ କ୍ଷମତା ପାଇଅଛି ।


ପରଦିନ ଲୋକମାନଙ୍କର ଅଧ୍ୟକ୍ଷ, ପ୍ରାଚୀନ ଓ ଶାସ୍ତ୍ରୀମାନେ ଯିରୂୂଶାଲମରେ ଏକତ୍ରିତ ହେଲେ;


ସେହି ସମୟରେ ପିତର ଭାଇମାନଙ୍କ ମଧ୍ୟରେ ଠିଆ ହୋଇ କହିଲେ; (ସେଠାରେ ଯୀଶୁଙ୍କର ଅନୁଗତ ପ୍ରାୟ ଶହେ କୋଡ଼ିଏ ଜଣ ଥିଲେ),


ହେ ଭାଇମାନେ, ପିତୃକୁଳପତି ଦାଉଦଙ୍କ ବିଷୟରେ ମୁଁ ଆପଣମାନଙ୍କୁ ମୁକ୍ତ କଣ୍ଠରେ କହିପାରେ ଯେ, ସେ ମଲେ, ପୁଣି, ସମାଧିପ୍ରାପ୍ତ ହେଲେ, ଆଉ ତାଙ୍କର ସମାଧି ଆଜି ପର୍ଯ୍ୟନ୍ତ ଆମ୍ଭମାନଙ୍କ ମଧ୍ୟରେ ଅଛି ।


ଆଉ ଏବେ, ହେ ଭାଇମାନେ, ଆପଣମାନଙ୍କ ଅଧ୍ୟକ୍ଷମାନେ ଯେପରି, ଆପଣମାନେ ମଧ୍ୟ ସେପରି ଅଜ୍ଞାନତା ହେତୁ ଏହା କରିଅଛନ୍ତି ବୋଲି ମୁଁ ଜାଣେ ।


ପୁଣି, ପାଉଲ ମହାସଭା ପ୍ରତି ସ୍ଥିର ଦୃଷ୍ଟିରେ ଚାହିଁ କହିଲେ, ଭାଇମାନେ, ମୁଁ ଏହି ଦିନ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସୁବିବେକରେ ଈଶ୍ୱରଙ୍କ ସାକ୍ଷାତରେ ଆଚାର ବ୍ୟବହାର କରି ଆସିଅଛି ।


ପାଉଲ ଏକ ଭାଗ ସାଦ୍ଦୂକୀ ଆଉ ଅପର ଭାଗ ଫାରୂଶୀ ବୋଲି ଜାଣି ମହାସଭାରେ ଉଚ୍ଚସ୍ୱରରେ କହିଲେ, ଭାଇମାନେ, ମୁଁ ଜଣେ ଫାରୂଶୀ ଓ ଫାରୂଶୀର ପୁତ୍ର; ପୁଣି, ଏହି ଭରସା, ଅର୍ଥାତ୍ ମୃତମାନଙ୍କ ପୁନରୁତ୍ଥାନ ସମ୍ବନ୍ଧରେ ମୁଁ ବିଚାରିତ ହେଉଅଛି ।


ଆଉ ସମସ୍ତ ସମାଜଗୃହରେ ଥରକୁଥର ସେମାନଙ୍କୁ ଶାସ୍ତି ଦେଇ ଯୀଶୁଙ୍କ ନିନ୍ଦା କରିବା ନିମନ୍ତେ ସେମାନଙ୍କୁ ବାଧ୍ୟ କରୁଥିଲି, ପୁଣି, ସେମାନଙ୍କ ବିରୁଦ୍ଧରେ ଅତ୍ୟନ୍ତ ଉନ୍ନତ୍ତ ହୋଇ ବିଦେଶୀୟ ନଗରଗୁଡ଼ିକ ପର୍ଯ୍ୟନ୍ତ ସୁଧା ସେମାନଙ୍କୁ ତାଡ଼ନା କରୁଥିଲି ।


ତିନି ଦିନ ପରେ ସେ ଯିହୂଦୀମାନଙ୍କ ପ୍ରଧାନ ପ୍ରଧାନ ବ୍ୟକ୍ତିଙ୍କୁ ଡାକି ଏକତ୍ର କଲେ, ଆଉ ସେମାନେ ଏକତ୍ର ହୁଅନ୍ତେ ସେ ସେମାନଙ୍କୁ କହିଲେ, ହେ ଭାଇମାନେ, ଯଦ୍ୟପି ମୁଁ ସ୍ୱଜାତି ବିରୁଦ୍ଧରେ କିମ୍ବା ଆମ୍ଭମାନଙ୍କ ପିତୃପୁରୁଷଙ୍କ ରୀତିନୀତି ବିରୁଦ୍ଧରେ କିଛି କରି ନ ଥିଲି, ତଥାପି ଯିରୂଶାଲମରୁ ବନ୍ଦୀରୂପେ ରୋମୀୟମାନଙ୍କ ହସ୍ତରେ ସମର୍ପିତ ହେଲି ।


ପୂର୍ବେ ଯିହୂଦୀ ଧର୍ମରେ ମୋହର ଆଚାର ବ୍ୟବହାର ସମ୍ବନ୍ଧରେ ତୁମ୍ଭେମାନେ ତ ଶୁଣିଅଛ, ମୁଁ ଈଶ୍ୱରଙ୍କ ମଣ୍ଡଳୀ କି ଅତିରିକ୍ତ ଭାବରେ ତାଡ଼ନା କରୁଥିଲି ଓ ତାହା ଉଚ୍ଛିନ୍ନ କରିବାକୁ ଚେଷ୍ଟା କରୁଥିଲି,


ଉଦ୍‍ଯୋଗ ସମ୍ବନ୍ଧରେ ମଣ୍ଡଳୀର ଜଣେ ତାଡ଼ନାକାରୀ, ପୁଣି, ମୋଶାଙ୍କ ବ୍ୟବସ୍ଥାଗତ ଧାର୍ମିକତା ସମ୍ବନ୍ଧରେ ନିର୍ଦ୍ଦୋଷ ଦେଖାଯାଇଥିଲି ।


Swiv nou:

Piblisite


Piblisite