Biblia Todo Logo
Bib sou entènèt

- Piblisite -




ପ୍ରେରିତ 22:7 - ଓଡିଆ ବାଇବେଲ

7 ମୁଁ ସେଥିରେ ଭୂମିରେ ପଡ଼ିଗଲି, ଆଉ ମୋ ପ୍ରତି ଉକ୍ତ ଏହି ବାଣୀ ଶୁଣିଲି, ଶାଉଲ, ଶାଉଲ, ଆମ୍ଭମାନଙ୍କୁ କାହିଁକି ତାଡ଼ନା କରୁଅଛ ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ସେଥିରେ ମୁଁ ଭୂମିରେ ପଡ଼ିଗଲି, ଆଉ ମୋʼ ପ୍ରତି ଉକ୍ତ ଏହି ବାଣୀ ଶୁଣିଲି, ଶାଉଲ, ଶାଉଲ କାହିଁକି ଆମ୍ଭକୁ ତାଡ଼ନା କରୁଅଛ?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

7 ମୁଁ ଭୂଇଁରେ ମୁହଁ ମାଡ଼ି ପଡ଼ିଗଲି ଓ ମୋ’ ପାଇଁ ଉଦ୍ଦିଷ୍ଟ ଏହି ବାଣୀ ଶୁଣିଲି, ‘ଶାଉଲ, ଶାଉଲ! ତୁମେ କାହିଁକି ମୋତେ ନିର୍ଯ୍ୟାତିତ କରୁଛ?’

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ମୁଁ ସେଥିରେ ଭୂମିରେ ପଡ଼ିଗଲି, ଆଉ ମୋ ପ୍ରତି ଉକ୍ତ ଏହି ବାଣୀ ଶୁଣିଲି, “ଶାଉଲ, ଶାଉଲ, ଆମ୍ଭମାନଙ୍କୁ କାହିଁକି ତାଡ଼ନା କରୁଅଛ?”

Gade chapit la Kopi

ପବିତ୍ର ବାଇବଲ

7 ମୁଁ ତଳେ ପଡ଼ିଗଲି। ସେତେବେଳେ ମୋତେ ଗୋଟିଏ ବାଣୀ ଶୁଭିଲା, ‘ଶାଉଲ, ଶାଉଲ, ତୁମ୍ଭେ କାହିଁକି ମୋତେ ତାଡ଼ନା କରୁଛ?’

Gade chapit la Kopi




ପ୍ରେରିତ 22:7
15 Referans Kwoze  

ଏହେତୁ ସଦାପ୍ରଭୁ କହନ୍ତି, “ଆମ୍ଭେ ତୁମ୍ଭମାନଙ୍କ ସହିତ ଆହୁରି ପ୍ରତିବାଦ କରିବା ଓ ତୁମ୍ଭମାନଙ୍କ ସନ୍ତାନଗଣର ସନ୍ତାନ ସହିତ ଆମ୍ଭେ ପ୍ରତିବାଦ କରିବା।


ସେଥିରେ ସେ ସେମାନଙ୍କୁ ଉତ୍ତର ଦେବେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକ ପ୍ରତି ଏହା କରି ନ ଥିବାରୁ ମୋ ପ୍ରତି ହିଁ ତାହା କରି ନାହଁ ।


ଯଦ୍ୟପି ମୁଁ ପୂର୍ବେ ନିନ୍ଦକ, ତାଡ଼ନାକାରୀ ଓ ଅତ୍ୟାଚାରୀ ଥିଲି; କିନ୍ତୁ ମୁଁ ଅବିଶ୍ୱାସ ହେତୁ ଅଜ୍ଞାନ ପଣରେ ତାହା କରିଥିଲି ବୋଲି ଦୟା ପାଇଲି;


ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭମାନଙ୍କର ପିତୃପୁରୁଷମାନେ ଆମ୍ଭଠାରେ କେଉଁ ଅନ୍ୟାୟ ଦେଖିଲେ ଯେ, ସେମାନେ ଆମ୍ଭଠାରୁ ଦୂରକୁ ଯାଇଅଛନ୍ତି ଓ ଅସାର ପ୍ରତିମାଗଣର ପଶ୍ଚାଦ୍‍ଗମନ କରି ନିଜେ ଅସାର ହୋଇଅଛନ୍ତି ?


ଏଉତ୍ତାରେ ସଦାପ୍ରଭୁ ଆସିଲେ, ପୁଣି, ଠିଆ ହୋଇ ଅନ୍ୟ ସମୟ ପରି ଶାମୁୟେଲ, ଶାମୁୟେଲ, ବୋଲି ଡାକିଲେ। ତେବେ ଶାମୁୟେଲ କହିଲେ, କହନ୍ତୁ; ଆପଣଙ୍କ ଦାସ ଶୁଣୁଅଛି।


ମାତ୍ର ସଦାପ୍ରଭୁ ଯେତେବେଳେ ଦେଖିଲେ, ଯେ ସେ ଦେଖିବା ନିମନ୍ତେ ଏକ ପାଖକୁ ଯାଉଅଛନ୍ତି, ସେତେବେଳେ ପରମେଶ୍ୱର ବୁଦା ମଧ୍ୟରୁ ତାଙ୍କୁ ଡାକି କହିଲେ, “ହେ ମୋଶା, ହେ ମୋଶା।” ତହିଁରେ ସେ କହିଲେ, “ଏହି ଦେଖନ୍ତୁ, ମୁଁ ଉପସ୍ଥିତ ଅଛି।”


ଏପରି ସମୟରେ ଆକାଶରୁ ସଦାପ୍ରଭୁଙ୍କ ଦୂତ ତାଙ୍କୁ ଡାକି କହିଲେ, “ହେ ଅବ୍ରହାମ, ହେ ଅବ୍ରହାମ !” ତହିଁରେ ସେ କହିଲେ, “ଦେଖନ୍ତୁ, ମୁଁ ଏଠାରେ।”


ଏହି ସମସ୍ତ ଘଟଣା ଉତ୍ତାରେ ପରମେଶ୍ୱର ଅବ୍ରହାମଙ୍କର ପରୀକ୍ଷା ନିମନ୍ତେ କହିଲେ, “ହେ ଅବ୍ରହାମ। ତହିଁରେ ସେ ଉତ୍ତର କଲେ, ଦେଖନ୍ତୁ, ମୁଁ ଏଠାରେ ଅଛି।”


“ଆଗୋ ସାରୀର ଦାସୀ ହାଗାର, ତୁମ୍ଭେ କେଉଁଠାରୁ ଆସିଲ ? ପୁଣି, କେଉଁଠାକୁ ଯିବ ?” ତହିଁରେ ସେ କହିଲା, “ମୁଁ ଆପଣା ସାଆନ୍ତାଣୀ ସାରୀ ନିକଟରୁ ପଳାଉଅଛି।”


ତହିଁରେ ସଦାପ୍ରଭୁ ପରମେଶ୍ୱର ଆଦମଙ୍କୁ ଡାକି କହିଲେ, “ତୁମ୍ଭେ କେଉଁଠାରେ ?”


ସେଥିରେ ପୀଲାତ ପଚାରିଲେ, କାହିଁକି, ସେ କି ଦୋଷ କରିଅଛି ? କିନ୍ତୁ ସେମାନେ ଅତ୍ୟନ୍ତ ଚିତ୍କାର କରି କହିଲେ, ସେ କ୍ରୁଶରେ ଚଢ଼ାଯାଉ ।


ସେଥିରେ ସେ ଭୂମିରେ ପଡ଼ିଯାଇ ତାହାଙ୍କ ପ୍ରତି ଉକ୍ତ ଏହି ବାଣୀ ଶୁଣିଲେ, ହେ ଶାଉଲ, ହେ ଶାଉଲ କାହିଁକି ଆମ୍ଭକୁ ତାଡ଼ନା କରୁଅଛ ?


କିନ୍ତୁ ମୁଁ ଯାଉ ଯାଉ ଦମ୍ମେସକର ନିକଟବର୍ତ୍ତୀ ହୁଅନ୍ତେ ହଠାତ୍ ପ୍ରାୟ ମଧ୍ୟାହ୍ନ ସମୟରେ ମୋହର ଚାରିଆଡ଼େ ଆକାଶରୁ ମହା ଆଲୋକ ଚମକିଉଠିଲା ।


ମୁଁ ଉତ୍ତର ଦେଲି, ପ୍ରଭୁ, ଆପଣ କିଏ ? ସେଥିରେ ସେ ମୋତେ କହିଲେ, ତୁମ୍ଭେ ଯେଉଁ ନାଜରିତୀୟ ଯୀଶୁଙ୍କୁ ତାଡ଼ନା କରୁଅଛ, ଆମ୍ଭେ ସେହି ।


Swiv nou:

Piblisite


Piblisite