Biblia Todo Logo
Bib sou entènèt

- Piblisite -




ପ୍ରେରିତ 23:1 - ଓଡିଆ ବାଇବେଲ

1 ପୁଣି, ପାଉଲ ମହାସଭା ପ୍ରତି ସ୍ଥିର ଦୃଷ୍ଟିରେ ଚାହିଁ କହିଲେ, ଭାଇମାନେ, ମୁଁ ଏହି ଦିନ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସୁବିବେକରେ ଈଶ୍ୱରଙ୍କ ସାକ୍ଷାତରେ ଆଚାର ବ୍ୟବହାର କରି ଆସିଅଛି ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଆଉ, ପାଉଲ ମହାସଭା ପ୍ରତି ସ୍ଥିର ଦୃଷ୍ଟିରେ ଚାହିଁ କହିଲେ, ଭ୍ରାତୃବୃନ୍ଦ, ମୁଁ ଏହି ଦିନ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସୁବିବେକରେ ଈଶ୍ଵରଙ୍କ ସାକ୍ଷାତରେ ଆଚାରବ୍ୟବହାର କରି ଆସିଅଛି।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ପାଉଲ ମହାସଭା ଆଡ଼କୁ ସ୍ଥିର ଦୃଷ୍ଟିରେ ଚାହିଁ କହିଲେ, “ହେ ଇଶ୍ରାଏଲୀୟ ଭାଇମାନେ! ଆଜି ପର୍ଯ୍ୟନ୍ତ ଈଶ୍ୱରଙ୍କ ସମ୍ମୁଖରେ ମୁଁ କି ପ୍ରକାର ଜୀବନ କାଟିଛି, ସେ ବିଷୟରେ ମୋର ବିବେକ ସଂପୂର୍ଣ୍ଣ ନିର୍ମଳ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ପୁଣି, ପାଉଲ ମହାସଭା ପ୍ରତି ସ୍ଥିର ଦୃଷ୍ଟିରେ ଚାହିଁ କହିଲେ, ଭାଇମାନେ, ମୁଁ ଏହି ଦିନ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ ସୁବିବେକରେ ଈଶ୍ବରଙ୍କ ସାକ୍ଷାତରେ ଆଚାର-ବ୍ୟବହାର କରି ଆସିଅଛି।

Gade chapit la Kopi

ପବିତ୍ର ବାଇବଲ

1 ପାଉଲ ଏକ ଲୟରେ ମହାସଭାକୁ ଗ୍ଭହିଁ କହିଲେ, “ହେ ମୋର ଭାଇମାନେ! ମୁଁ ଆଜି ପର୍ଯ୍ୟନ୍ତ ଉତ୍ତମ ବିବେକ ଅନୁସାରେ କର୍ମ କରି ପରମେଶ୍ୱରଙ୍କ ସମ୍ମୁଖରେ ଜୀବନ ଅତିବାହିତ କରିଛି।”

Gade chapit la Kopi




ପ୍ରେରିତ 23:1
17 Referans Kwoze  

ଏ ହେତୁରୁ ମୁଁ ମଧ୍ୟ ନିଜେ ସର୍ବଦା ଈଶ୍ୱରଙ୍କ ଓ ମନୁଷ୍ୟର ପ୍ରତି ନିର୍ଦ୍ଦୋଷ ବିବେକ ରକ୍ଷା କରିବାକୁ ଯତ୍ନ କରୁଥାଏ ।


ପିତୃପୁରୁଷମାନଙ୍କ ମତ ଅନୁସାରେ ଶୁଦ୍ଧ ବିବେକରେ ମୁଁ ଯେଉଁ ଈଶ୍ୱରଙ୍କର ଉପାସନା କରେ, ଦିନରାତି ମୋହର ପ୍ରାର୍ଥନାରେ ସର୍ବଦା ତୁମ୍ଭର ନାମ ସ୍ମରଣ କରି ମୁଁ ତାହାଙ୍କୁ ଧନ୍ୟବାଦ ଦେଇଥାଏ;


ଜଗତରେ, ବିଶେଷତଃ ତୁମ୍ଭମାନଙ୍କ ପ୍ରତି, ଆମ୍ଭେମାନେ ସାଂସାରିକ ଜ୍ଞାନରେ ଆଚରଣ ନ କରି ବରଂ ଈଶ୍ୱରଙ୍କ ଅନୁଗ୍ରହରେ, ତାହାଙ୍କ ପବିତ୍ର ଓ ସରଳ ଭାବଅନୁସାରେ ଆଚରଣ କରିଥିଲୁ ବୋଲି ଆମ୍ଭମାନଙ୍କର ବିବେକ ଯେ ସାକ୍ଷ୍ୟ ଦେଉଅଛି, ଏହା ଆମ୍ଭମାନଙ୍କ ଦର୍ପର ବିଷୟ ।


ଆମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କର, କାରଣ ଆମ୍ଭମାନଙ୍କର ବିଶ୍ୱାସ ଯେ, ଆମ୍ଭମାନଙ୍କର ସୁବିବେକ ଅଛି, ଯେଣୁ ସମସ୍ତ ବିଷୟରେ ସଦାଚରଣ କରିବାକୁ ଆମ୍ଭେମାନେ ଇଚ୍ଛା କରୁଅଛୁ ।


କାରଣ ମୁଁ ନିଜ ବିରୁଦ୍ଧରେ କିଛି ଜାଣେ ନାହିଁ, ତଥାପି ଏଥିରେ ମୁଁ ନିର୍ଦ୍ଦୋଷ ବୋଲି ପ୍ରମାଣିତ ହୋଇ ନାହିଁ କିନ୍ତୁ ଯେ ମୋହର ବିଚାର କରନ୍ତି, ସେ ପ୍ରଭୁ ।


ଏହି ବିଷୟରେ ମହାଯାଜକ ଓ ପ୍ରାଚୀନବର୍ଗ ସମସ୍ତେ ମୋହର ସାକ୍ଷୀ; ମୁଁ ସେମାନଙ୍କଠାରୁ ଭାଇମାନଙ୍କ ନିକଟକୁ ପତ୍ର ଗ୍ରହଣ କରି, ଦମ୍ମେସକରେ ଥିବା ଲୋକମାନେ ଯେପରି ଶାସ୍ତି ପାଆନ୍ତି, ଏଥିପାଇଁ ସେମାନଙ୍କୁ ସୁଦ୍ଧା ବାନ୍ଧି ଯିରୂଶାଲମକୁ ଆଣିବା ନିମନ୍ତେ ସେ ସ୍ଥାନକୁ ଯାଉଥିଲି ।


ମାତ୍ର ଆମ୍ଭେମାନେ ଲଜ୍ଜାଜନକ ଗୁପ୍ତ ବିଷୟସବୁ ପରିତ୍ୟାଗ କରିଅଛୁ; ଏଣୁ ଆମ୍ଭେମାନେ ଧୁର୍ତ୍ତତାରେ ଆଚରଣ କରୁ ନାହୁଁ ଅବା ଈଶ୍ୱରଙ୍କ ବାକ୍ୟ ଛଳରେ ବ୍ୟବହାରକରୁ ନାହୁଁ, କିନ୍ତୁ ସତ୍ୟ ପ୍ରକାଶ ଦ୍ୱାରା ଈଶ୍ୱରଙ୍କ ସାକ୍ଷାତରେ ପ୍ରତ୍ୟେକ ମନୁଷ୍ୟର ବିବେକ ନିକଟରେ ଆପଣା ଆପଣାକୁ ଯୋଗ୍ୟ ଦେଖାଉଅଛୁ ।


ପାଉଲ ଏକ ଭାଗ ସାଦ୍ଦୂକୀ ଆଉ ଅପର ଭାଗ ଫାରୂଶୀ ବୋଲି ଜାଣି ମହାସଭାରେ ଉଚ୍ଚସ୍ୱରରେ କହିଲେ, ଭାଇମାନେ, ମୁଁ ଜଣେ ଫାରୂଶୀ ଓ ଫାରୂଶୀର ପୁତ୍ର; ପୁଣି, ଏହି ଭରସା, ଅର୍ଥାତ୍ ମୃତମାନଙ୍କ ପୁନରୁତ୍ଥାନ ସମ୍ବନ୍ଧରେ ମୁଁ ବିଚାରିତ ହେଉଅଛି ।


କେହି ନ ଗୋଡ଼ାଇଲେ ହେଁ ଦୁଷ୍ଟ ପଳାଏ; ମାତ୍ର ଧାର୍ମିକମାନେ ସିଂହ ପରି ସାହସିକ।


ଯେପରି ତୁମ୍ଭମାନଙ୍କ ନିନ୍ଦକମାନେ ଯେଉଁ ବିଷୟରେ ତୁମ୍ଭମାନଙ୍କର ଖ୍ରୀଷ୍ଟୀୟ ଆଚରଣର ଦୋଷାରୋପ କରନ୍ତି, ସେଥିରେ ସେମାନେ ଲଜ୍ଜିତ ହେବେ ।


କିନ୍ତୁ କାହିଁକି ସେ ଯିହୂଦୀମାନଙ୍କ ଦ୍ୱାରା ଅଭିଯୁକ୍ତ ହୋଇଅଛନ୍ତି, ତାହା ନିଶ୍ଚୟରୂପେ ଜାଣିବା ଇଚ୍ଛାରେ ସେ ପରଦିନ ତାହାଙ୍କର ବନ୍ଧନ ଫିଟାଇ ପ୍ରଧାନ ଯାଜକ ଓ ସମସ୍ତ ମହାସଭାକୁ ଏକତ୍ର ଆସିବା ପାଇଁ ଆଜ୍ଞା ଦେଲେ, ପୁଣି, ପାଉଲଙ୍କୁ ନେଇ ସେମାନଙ୍କ ସମ୍ମୁଖରେ ଠିଆ କରାଇଲେ ।


ସେତେବେଳେ ମହାସଭାରେ ବସିଥିବା ସମସ୍ତେ ତାହାଙ୍କ ପ୍ରତି ଏକଦୃଷ୍ଟିରେ ଚାହିଁ ତାହାଙ୍କ ମୁଖ ଦୂତଙ୍କ ମୁଖ ସଦୃଶ ଦେଖିଲେ ।


ଭାଇମାନେ ଓ ପିତାମାନେ, ମୁଁ ଆପଣମାନଙ୍କ ନିକଟରେ ବର୍ତ୍ତମାନ ଯେଉଁ ଆତ୍ମପକ୍ଷ ସମର୍ଥନର କଥା କହୁଅଛି, ତାହା ଶୁଣନ୍ତୁ ।


କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଆପଣା ଭାଇ ଉପରେ କ୍ରୋଧ କରେ, ସେ ବିଚାରସ୍ଥାନରେ ଦଣ୍ଡନୀୟ ହେବ । ପୁଣି, ଯେ କେହି ଆପଣା ଭାଇ କି ମୂର୍ଖ ବୋଲି କହେ, ସେ ମହାସଭାରେ ଦଣ୍ଡିତ ହେବ; ଆଉ ଯେ କେହି ପାଷାଣ୍ଡ ବୋଲି କହେ, ସେ ଅଗ୍ନିମୟ ନର୍କରେ ଦଣ୍ଡନୀୟ ହେବ ।


ଅତଏବ ଆପଣମାନେ ଅଧିକ ସୂକ୍ଷ୍ମ ରୂପେ ତାହାର ବିଚାର କରିବାକୁ ଇଚ୍ଛା କରୁଅଛନ୍ତି ବୋଲି ଛଳନା କରି ତାହାକୁ ଆପଣମାନଙ୍କ ନିକଟକୁ ଆଣିବା ନିମନ୍ତେ ଏବେ ମହାସଭା ସହିତ ସହସ୍ର ସେନାପତିଙ୍କୁ ନିବେଦନ କରନ୍ତୁ । ସେ ଆପଣମାନଙ୍କ ନିକଟକୁ ଆସିବା ପୂର୍ବେ ଆମ୍ଭେମାନେ ତାହାକୁ ବଧ କରିବାକୁ ପ୍ରସ୍ତୁତ ଅଛୁ ।


ସେ କହିଲା, ପାଉଲଙ୍କ ବିଷୟରେ ଅଧିକ ସୂକ୍ଷ୍ମ ରୂପେ ଅନୁସନ୍ଧାନ କରିବା ଛଳରେ ଯିହୂଦୀମାନେ ତାହାଙ୍କୁ କାଲି ମହାସଭା ନିକଟକୁ ଆଣିବା ନିମନ୍ତେ ଆପଣଙ୍କୁ ଅନୁରୋଧ କରିବା ପାଇଁ ଏକମତ ହୋଇଅଛନ୍ତି ।


କେଉଁ କାରଣରୁ ସେମାନେ ଏହାର ବିରୁଦ୍ଧରେ ଦୋଷାରୋପ କରୁଅଛନ୍ତି, ତାହା ଜାଣିବାକୁ ଇଚ୍ଛା କରି ମୁଁ ଏହାକୁ ସେମାନଙ୍କର ମହାସଭା ନିକଟକୁ ନେଇଗଲି ।


Swiv nou:

Piblisite


Piblisite