Biblia Todo Logo
Bib sou entènèt

- Piblisite -




ପ୍ରେରିତ 26:11 - ଓଡିଆ ବାଇବେଲ

11 ଆଉ ସମସ୍ତ ସମାଜଗୃହରେ ଥରକୁଥର ସେମାନଙ୍କୁ ଶାସ୍ତି ଦେଇ ଯୀଶୁଙ୍କ ନିନ୍ଦା କରିବା ନିମନ୍ତେ ସେମାନଙ୍କୁ ବାଧ୍ୟ କରୁଥିଲି, ପୁଣି, ସେମାନଙ୍କ ବିରୁଦ୍ଧରେ ଅତ୍ୟନ୍ତ ଉନ୍ନତ୍ତ ହୋଇ ବିଦେଶୀୟ ନଗରଗୁଡ଼ିକ ପର୍ଯ୍ୟନ୍ତ ସୁଧା ସେମାନଙ୍କୁ ତାଡ଼ନା କରୁଥିଲି ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ଆଉ ସମସ୍ତ ସମାଜଗୃହରେ ଥରକୁଥର ସେମାନଙ୍କୁ ଶାସ୍ତି ଦେଇ ଯୀଶୁଙ୍କ ନିନ୍ଦା କରିବା ନିମନ୍ତେ ସେମାନଙ୍କୁ ବାଧ୍ୟ କରୁଥିଲି, ପୁଣି ସେମାନଙ୍କ ବିରୁଦ୍ଧରେ ଅତ୍ୟ; ଉନ୍ମତ୍ତ ହୋଇ ବିଦେଶୀୟ ନଗରଗୁଡ଼ିକ ପର୍ଯ୍ୟନ୍ତ ସୁଦ୍ଧା ସେମାନଙ୍କୁ ତାଡ଼ନା କରୁଥିଲି।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ଅନେକ ଥର ସମାଜ ଗୃହମାନଙ୍କରେ ମୁଁ ସେମାନଙ୍କୁ ଦଣ୍ଡ ଦେଇଛି ଓ ସେମାନଙ୍କ ବିଶ୍ୱାସରୁ ବିଚ୍ୟୁତ କରାଇବା ପାଇଁ ଚେଷ୍ଟା କରିଛି। ମୁଁ ସେମାନଙ୍କ ପ୍ରତି ଏତେ କ୍ରୋଧାନ୍ଧ ହୋଇଥିଲି ଯେ, ସେମାନଙ୍କ ଉପରେ ଅତ୍ୟାଚାର କରିବା ପାଇଁ ବିଦେଶୀୟ ସହରମାନଙ୍କୁ ମଧ୍ୟ ଯାଇଥିଲି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ଆଉ ସମସ୍ତ ସମାଜଗୃହରେ ଥରକୁଥର ସେମାନଙ୍କୁ ଶାସ୍ତି ଦେଇ ଯୀଶୁଙ୍କ ନିନ୍ଦା କରିବା ନିମନ୍ତେ ସେମାନଙ୍କୁ ବାଧ୍ୟ କରୁଥିଲି, ପୁଣି, ସେମାନଙ୍କ ବିରୁଦ୍ଧରେ ଅତ୍ୟନ୍ତ ଉନ୍ନତ ହୋଇ ବିଦେଶୀୟ ନଗରଗୁଡ଼ିକ ପର୍ଯ୍ୟନ୍ତ ସୁଧା ସେମାନଙ୍କୁ ତାଡ଼ନା କରୁଥିଲି।

Gade chapit la Kopi

ପବିତ୍ର ବାଇବଲ

11 ମୁଁ ସେମାନଙ୍କୁ ଖ୍ରୀଷ୍ଟଙ୍କ ବିରୁଦ୍ଧରେ କହିବା ପାଇଁ ବାଧ୍ୟ କରିଥିଲି। ମୁଁ ସେମାନଙ୍କ ବିରୁଦ୍ଧରେ ଏତେ ଭୀଷଣ ଭାବରେ ରାଗି ଯାଇଥିଲି ଯେ ସେମାନଙ୍କୁ ଅତ୍ୟାଗ୍ଭର କରିବା ପାଇଁ ବିଦେଶୀ ନଗର ଗୁଡ଼ିକୁ ମଧ୍ୟ ଯାଇଥିଲି।

Gade chapit la Kopi




ପ୍ରେରିତ 26:11
17 Referans Kwoze  

ସେଥିରେ ମୁଁ କହିଲି, ପ୍ରଭୁ, ମୁଁ ଯେ ଆପଣଙ୍କଠାରେ ବିଶ୍ୱାସ କରୁଥିବା ସମସ୍ତଙ୍କୁ ସମାଜଗୃହରେ ଧରି କାରାଗାରରେ ପକାଉଥିଲି ଓ ପ୍ରହାର କରୁଥିଲି, ଏହା ସେମାନେ ନିଜେ ଜାଣନ୍ତି;


କିନ୍ତୁ ଯିହୂଦୀମାନେ ଲୋକସମୂହଙ୍କୁ ଦେଖି ଇର୍ଷାରେ ପୂର୍ଣ୍ଣ ହେଲେ, ପୁଣି, ନିନ୍ଦା କରୁ କରୁ ପାଉଲଙ୍କ କଥାର ପ୍ରତିବାଦ କରିବାକୁ ଲାଗିଲା ।


ମାତ୍ର ମନୁଷ୍ୟମାନଙ୍କଠାରୁ ସାବଧାନ ହୋଇଥାଅ, କାରଣ ସେମାନେ ତୁମ୍ଭମାନଙ୍କୁ ବିଚାରସଭାମାନଙ୍କରେ ସମର୍ପଣ କରିବେ ଓ ସେମାନଙ୍କ ସମାଜଗୃହ ସମୂହରେ କୋରଡ଼ା ମାରିବେ,


ଏହି ବିଷୟରେ ମହାଯାଜକ ଓ ପ୍ରାଚୀନବର୍ଗ ସମସ୍ତେ ମୋହର ସାକ୍ଷୀ; ମୁଁ ସେମାନଙ୍କଠାରୁ ଭାଇମାନଙ୍କ ନିକଟକୁ ପତ୍ର ଗ୍ରହଣ କରି, ଦମ୍ମେସକରେ ଥିବା ଲୋକମାନେ ଯେପରି ଶାସ୍ତି ପାଆନ୍ତି, ଏଥିପାଇଁ ସେମାନଙ୍କୁ ସୁଦ୍ଧା ବାନ୍ଧି ଯିରୂଶାଲମକୁ ଆଣିବା ନିମନ୍ତେ ସେ ସ୍ଥାନକୁ ଯାଉଥିଲି ।


କିନ୍ତୁ ଶାଉଲ ଏପର୍ଯ୍ୟନ୍ତ ସୁଦ୍ଧା ପ୍ରଭୁଙ୍କ ଶିଷ୍ୟମାନଙ୍କ ବିରୁଦ୍ଧରେ ଭୟ ଓ ପ୍ରାଣନାଶର କଥା କହି ମହାଯାଜକଙ୍କ ନିକଟକୁ ଗଲେ,


କିନ୍ତୁ ସେ ଆପଣା ଅପରାଧ ସକାଶେ ଅନୁଯୋଗ ପ୍ରାପ୍ତ ହେଲା, ଗୋଟିଏ ମୂକ ପଶୁ ମନୁଷ୍ୟ ସ୍ୱରରେ କଥା କହି ଭାବବାଦୀର ଉନ୍ମତ୍ତତା ନିବୃତ୍ତ କଲା ।


ଯେଉଁ ମହତ‍ ନାମରେ ତୁମ୍ଭେମାନେ ଖ୍ୟାତ ସେମାନେ କ'ଣ ସେହି ନାମର ନିନ୍ଦା କରନ୍ତି ନାହିଁ ?


କିନ୍ତୁ ସେମାନେ ପ୍ରତିରୋଧ ଓ ନିନ୍ଦା କରିବାରୁ ସେ ଆପଣା ବସ୍ତ୍ର ଝାଡ଼ି ସେମାନଙ୍କୁ କହିଲେ, ଆପଣମାନଙ୍କ ରକ୍ତ ଆପଣମାନଙ୍କ ମସ୍ତକ ଉପରେ ବର୍ତ୍ତୁ; ମୁଁ ନିର୍ଦ୍ଦୋଷ; ଏଣିକି ମୁଁ ଅଣଯିହୂଦୀମାନଙ୍କ ନିକଟକୁ ଯିବି ।


କିନ୍ତୁ ଏହି ସମସ୍ତ ଘଟଣା ପୂର୍ବେ ଲୋକମାନେ ତୁମ୍ଭମାନଙ୍କୁ ଧରିବେ ଏବଂ ସମାଜଗୃହ ଓ କାରାଗାରରେ ତୁମ୍ଭମାନଙ୍କୁ ସମର୍ପଣ କରି ତାଡ଼ନା କରିବେ, ଆଉ ମୋ ନାମ ସକାଶେ ତୁମ୍ଭେମାନେ ରାଜା ଓ ଶାସନକର୍ତ୍ତାମାନଙ୍କ ନିକଟକୁ ନିଆଯିବ;


ମାତ୍ର ସେ ଚେତନା ପାଇ କହିଲା, ମୋର ବାପାଙ୍କ କେତେ ମୂଲିଆଙ୍କର ଖାଦ୍ୟ ବଳିପଡ଼ୁଅଛି, କିନ୍ତୁ ମୁଁ ଏଠାରେ ଭୋକରେ ମରୁଅଛି ।


କିନ୍ତୁ ସେମାନେ କ୍ରୋଧରେ ପୂର୍ଣ୍ଣ ହେଲେ, ଆଉ ଯୀଶୁଙ୍କ ପ୍ରତି କ'ଣ କରି ପାରନ୍ତି, ସେ ବିଷୟରେ ପରସ୍ପର କଥାବାର୍ତ୍ତା କରିବାକୁ ଲାଗିଲେ ।


କିନ୍ତୁ ତୁମ୍ଭେମାନେ ଆପଣା ଆପଣା ବିଷୟରେ ସାବଧାନ ହୋଇଥାଅ; ଲୋକେ ତୁମ୍ଭମାନଙ୍କୁ ବିଚାରସଭାମାନଙ୍କରେ ସମର୍ପଣ କରିବେ, ଆଉ ତୁମ୍ଭେମାନେ ସମାଜଗୃହଗୁଡ଼ିକରେ ପ୍ରହାରିତ ହେବ ଏବଂ ମୋ ସକାଶେ ଶାସନକର୍ତ୍ତା ଓ ରାଜାମାନଙ୍କ ଛାମୁରେ ସେମାନଙ୍କ ପ୍ରତି ସାକ୍ଷ୍ୟ ଦେବା ନିମନ୍ତେ ଠିଆ କରାଯିବ ।


ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ମନୁଷ୍ୟ ସନ୍ତାନମାନଙ୍କର ସମସ୍ତ ପାପ ଓ ସେମାନେ ଯେତେ ନିନ୍ଦାକଥା କହି ଈଶ୍ୱର ନିନ୍ଦା କରନ୍ତି, ସେ ସମସ୍ତ କ୍ଷମା କରାଯିବ;


ସୂର୍ଯ୍ୟ ତଳେ ଯେତେ କାର୍ଯ୍ୟ କରାଯାଏ, ତହିଁ ମଧ୍ୟରେ ଦୁଃଖର ବିଷୟ ଏହି ଯେ, ସମସ୍ତଙ୍କ ପ୍ରତି ସମାନ ଘଟଣା ହୁଏ; ଆହୁରି ମଧ୍ୟ ମନୁଷ୍ୟ ସନ୍ତାନଗଣର ହୃଦୟ ଦୁଷ୍ଟତାରେ ପରିପୂର୍ଣ୍ଣ ଓ ବଞ୍ଚିଥିବା ପର୍ଯ୍ୟନ୍ତ ସେମାନଙ୍କ ହୃଦୟରେ ପାଗଳାମି ଥାଏ, ପୁଣି ତହିଁ ଉତ୍ତାରେ ସେମାନେ ମୃତମାନଙ୍କ ନିକଟକୁ ଯାଆନ୍ତି।


ମୋ’ ଶତ୍ରୁମାନେ ସାରାଦିନ ମୋତେ ନିନ୍ଦା କରନ୍ତି; ମୋ’ ବିରୁଦ୍ଧରେ କ୍ରୋଧାନ୍ୱିତ ଲୋକମାନେ ମୋ’ ନାମ ନେଇ ଅଭିଶାପ ଦିଅନ୍ତି।


Swiv nou:

Piblisite


Piblisite