Biblia Todo Logo
Bib sou entènèt

- Piblisite -




ପ୍ରେରିତ 26:4 - ଓଡିଆ ବାଇବେଲ

4 ଯୌବନକାଳାବଧି ଆଦ୍ୟରୁ ସ୍ୱଜାତି ମଧ୍ୟରେ ଓ ଯିରୂଶାଲମରେ ମୋହର ଆଚାର ବ୍ୟବହାର ଯିହୂଦୀମାନେ ସମସ୍ତେ ଜାଣନ୍ତି;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ଯୌବନକାଳାବଧି ଆଦ୍ୟରୁ ସ୍ଵଜାତି ମଧ୍ୟରେ ଓ ଯିରୂଶାଲମରେ ମୋର ଆଚାରବ୍ୟବହାର ଯିହୁଦୀମାନେ ସମସ୍ତେ ଜାଣନ୍ତି;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 “ପିଲା ଦିନରୁ ମୁଁ କିପରି ଜୀବନଯାପନ କରିଛି, ତାହା ଇହୁଦୀମାନେ ଜାଣନ୍ତି। ପ୍ରଥମେ ନିଜ ଦେଶରେ ଓ ତା’ପରେ ଯିରୂଶାଲମରେ ମୁଁ କିପରି ଜୀବନ କାଟିଛି, ସେମାନେ ତାହା ଜାଣନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଯୌବନକାଳାବଧି ଆଦ୍ୟରୁ ସ୍ୱଜାତି ମଧ୍ୟରେ ଓ ଯିରୂଶାଲମ ସହରରେ ମୋହର ଆଚାର-ବ୍ୟବହାର ଯିହୁଦୀମାନେ ସମସ୍ତେ ଜାଣନ୍ତି;

Gade chapit la Kopi

ପବିତ୍ର ବାଇବଲ

4 “ସମସ୍ତ ଯିହୂଦୀୟମାନେ ମୋର ସମ୍ପୂର୍ଣ୍ଣ ଜୀବନ ବିଷୟରେ ଜାଣନ୍ତି। ମୁଁ ପିଲାଦିନରୁ ନିଜ ଦେଶରେ ଓ ପରେ ଯିରୁଶାଲମରେ କିପରି ବାସ କରିଥିଲି, ତାହା ସେମାନେ ଜାଣନ୍ତି।

Gade chapit la Kopi




ପ୍ରେରିତ 26:4
5 Referans Kwoze  

ପୂର୍ବେ ଯିହୂଦୀ ଧର୍ମରେ ମୋହର ଆଚାର ବ୍ୟବହାର ସମ୍ବନ୍ଧରେ ତୁମ୍ଭେମାନେ ତ ଶୁଣିଅଛ, ମୁଁ ଈଶ୍ୱରଙ୍କ ମଣ୍ଡଳୀ କି ଅତିରିକ୍ତ ଭାବରେ ତାଡ଼ନା କରୁଥିଲି ଓ ତାହା ଉଚ୍ଛିନ୍ନ କରିବାକୁ ଚେଷ୍ଟା କରୁଥିଲି,


କିନ୍ତୁ ତୁମ୍ଭେ ମୋହର ଶିକ୍ଷା, ଆଚାର ବ୍ୟବହାର, ସଙ୍କଳ୍ପ, ବିଶ୍ୱାସ, ସହିଷ୍ଣୁତା, ପ୍ରେମ, ଧୖୖେର୍ଯ୍ୟ, ତାଡ଼ନା ଓ ଦୁଃଖଭୋଗର ଅନୁଗାମୀ ହୋଇଅଛ ।


ମୁଁ ଅଷ୍ଟମ ଦିନରେ ସୁନ୍ନତ ପ୍ରାପ୍ତ, ଇସ୍ରାଏଲ ବଂଶଜାତ, ବିନ୍ୟାମୀନ ଗୋଷ୍ଠୀୟ, ଏବ୍ରୀୟ-ରକ୍ତଜାତ ଜଣେ ଏବ୍ରୀୟ, ମୋଶାଙ୍କ ବ୍ୟବସ୍ଥା ପାଳନ ସମ୍ବନ୍ଧରେ ଜଣେ ଫାରୂଶୀ,


ସେଥିରେ ସେ କହିଲେ, ମୁଁ ଜଣେ ଯିହୂଦୀ, କିଲିକିଆର ତାର୍ଷରେ ମୋହର ଜନ୍ମ, କିନ୍ତୁ ଏହି ନଗରରେ ମୁଁ ଲାଳିତ ପାଳିତ ହୋଇଅଛି, ଆମ୍ଭମାନଙ୍କ ପିତୃପୁରୁଷଙ୍କ ମୋଶାଙ୍କ ବ୍ୟବସ୍ଥାର ସୂକ୍ଷ୍ମ ନିୟମ ଅନୁସାରେ ଗମଲୀୟେଲଙ୍କ ଚରଣ ତଳେ ବସି ଶିକ୍ଷା ପାଇଅଛି; ସମସ୍ତେ ଆଜି ଆପଣମାନେ ଯେପରି ଉଦ୍‍ଯୋଗୀ ଅଟନ୍ତି, ଈଶ୍ୱରଙ୍କ ପକ୍ଷରେ ମୁଁ ମଧ୍ୟ ସେହିପରି ଉଦ୍‍ଯୋଗୀ ଥିଲି;


କିନ୍ତୁ ଏମାନେ ଯାହାକୁ ଗୋଟିଏ ବିଧର୍ମଦଳ ବୋଲି କହନ୍ତି, ମୁଁ ସେହି ମାର୍ଗ ଅନୁସାରେ ଆମ୍ଭମାନଙ୍କ ପିତୃପୁରୁଷଙ୍କ ଈଶ୍ୱରଙ୍କର ଉପାସନା କରିଥାଏ; ଯାହା ଯାହା ମୋଶାଙ୍କ ବ୍ୟବସ୍ଥା ଅନୁଯାୟୀ ଓ ଯାହା ଯାହା ଭାବବାଦୀଶାସ୍ତ୍ରରେ ଲିଖିତ ଅଛି, ସେହି ସବୁ ମୁଁ ବିଶ୍ୱାସ କରେ;


Swiv nou:

Piblisite


Piblisite