Biblia Todo Logo
Bib sou entènèt

- Piblisite -




ପ୍ରେରିତ 27:1 - ଓଡିଆ ବାଇବେଲ

1 ଯେତେବେଳେ ଆମ୍ଭମାନଙ୍କର ଜାହାଜରେ ଚଢ଼ି ଇତାଲିଆକୁ ଯିବା ନିମନ୍ତେ ସ୍ଥିର ହୋଇଥିଲା, ସେତେବେଳେ ପାଉଲ ଓ ଅନ୍ୟ କେତେକ ବନ୍ଦୀ ରାଜକୀୟ ସୈନ୍ୟଦଳର ଯୂଲିଅ ନାମକ ଜଣେ ଶତସେନାପତିଙ୍କ ହସ୍ତରେ ସମର୍ପିତ ହେଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ଯେତେବେଳେ ଆମ୍ଭମାନଙ୍କର ଜାହାଜରେ ଚଢ଼ି ଇତାଲିଆକୁ ଯିବା ସ୍ଥିର ହୋଇଥିଲା, ସେତେବେଳେ ପାଉଲ ଓ ଅନ୍ୟ କେତେକ ବନ୍ଦୀ ରାଜକୀୟ ସୈନ୍ୟଦଳର ଯୂଲିଅ ନାମକ ଜଣେ ଶତସେନାପତିଙ୍କ ହସ୍ତରେ ସମର୍ପିତ ହେଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ଆମ୍ଭେମାନେ ଇଟାଲୀରୁ ଜଳଯାତ୍ରା କରିବୁ ବୋଲି ସ୍ଥିର ହେବାରୁ ପାଉଲ ଓ ଅନ୍ୟ କେତେକ ବନ୍ଦୀ “ସମ୍ରାଟ ସେନାଦଳ” ନାମକ ଗୋଟିଏ ରୋମୀୟ ସୈନ୍ୟବାହିନୀର ସେନାପତି ଯୁଲିୟସ୍‌ଙ୍କୁ ହାତରେ ସମର୍ପିତ ହେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଯେତେବେଳେ ଆମ୍ଭମାନଙ୍କର ଜାହାଜରେ ଚଢ଼ି ଇତାଲିଆକୁ ଯିବା ନିମନ୍ତେ ସ୍ଥିର ହୋଇଥିଲା, ସେତେବେଳେ ପାଉଲ ଓ ଅନ୍ୟ କେତେକ ବନ୍ଦୀ ଆଗସ୍ତିୟ ରାଜକୀୟ ସୈନ୍ୟଦଳର ଯୂଲିଅସ୍ ନାମକ ଜଣେ ଶତ-ସେନାପତିଙ୍କ ହସ୍ତରେ ସମର୍ପିତ ହେଲେ।

Gade chapit la Kopi

ପବିତ୍ର ବାଇବଲ

1 ଇତାଲିଆକୁ ଜାହାଜରେ ଯାତ୍ରା କରିବା ପାଇଁ ସ୍ଥିର ହେବାରୁ ପାଉଲ ଓ ଅନ୍ୟ ବନ୍ଦୀମାନଙ୍କୁ ଦାୟିତ୍ୱ ଯୂଲିଅ ନାମକ ଶତସେନାପତିଙ୍କ ହସ୍ତରେ ଅର୍ପଣ କରାଗଲା। ସେହି ଯୂଲିଅ ସମ୍ରାଟଙ୍କର ସେନାବାହିନୀରେ ଗ୍ଭକିରୀ କରୁଥିଲେ। ଆମ୍ଭେମାନେ ଆଦ୍ରାମୁତ୍ତୀୟରୁ ଗୋଟିଏ ଜାହାଜରେ ଉଠିଲୁ।

Gade chapit la Kopi




ପ୍ରେରିତ 27:1
29 Referans Kwoze  

କିନ୍ତୁ ସେ ମୃତ୍ୟୁ ଯୋଗ୍ୟ କୌଣସି କର୍ମ କରି ନାହିଁ ବୋଲି ମୁଁ ବୁଝିଲି, ଆଉ ସେ ନିଜେ ସମ୍ରାଟଙ୍କ ଛାମୁରେ ବିଚାରିତ ହେବା ନିମନ୍ତେ ପ୍ରାର୍ଥନା କରିବାରୁ ମୁଁ ତାଙ୍କୁ ପଠାଇବା ନିମନ୍ତେ ସ୍ଥିର କଲି ।


ସେଥିରେ ଫେଷ୍ଟସ୍ ମନ୍ତ୍ରୀମଣ୍ଡଳ ସହିତ ପରାମର୍ଶ କରି ଉତ୍ତର ଦେଲେ, ତୁମ୍ଭେ କାଇସରଙ୍କ ଛାମୁରେ ବିଚାରିତ ହେବା ନିମନ୍ତେ ପ୍ରାର୍ଥନା କରିଅଛ, ତୁମ୍ଭେ କାଇସରଙ୍କ ନିକଟକୁ ଯିବ ।


କାଇସରିୟା ନଗରରେ କର୍ଣ୍ଣିଲୀୟ ନାମକ ଜଣେ ବ୍ୟକ୍ତି ଥିଲେ, ସେ ଇତାଲିକ ନାମକ ସୈନ୍ୟଦଳର ଜଣେ ଶତସେନାପତି ଥିଲେ;


କିନ୍ତୁ ଶତସେନାପତି ପାଉଲଙ୍କ କଥା ଅପେକ୍ଷା ଜାହାଜର ଚାଳକ ଓ ଅଧିକାରୀଙ୍କ କଥାରେ ଅଧିକ ମନୋଯୋଗ କଲେ ।


ଆଉ, ସେ ଆକ୍ୱିଲା ନାମକ ଜଣେ ଯିହୂଦୀଙ୍କ ଦେଖାପାଇଲେ, ପନ୍ତ ତାହାଙ୍କ ଜନ୍ମସ୍ଥାନ; ସେ ଅଳ୍ପ ଦିନ ହେଲା ଆପଣା ସ୍ତ୍ରୀ ପ୍ରୀସ୍କିଲ୍ଲା ସହିତ ଇତାଲିଆରୁ ଆସିଥିଲେ, କାରଣ କ୍ଲାଉଦିଅ ସମସ୍ତ ଯିହୂଦୀଙ୍କୁ ରୋମରୁ ବାହାରିଯିବାକୁ ଆଜ୍ଞା ଦେଇଥିଲେ । ସେ ସେମାନଙ୍କ ସହିତ ସାକ୍ଷାତ୍ କରିବାକୁ ଗଲେ,


ତୁମ୍ଭମାନଙ୍କର ସମସ୍ତ ନେତା ଓ ସାଧୁସମସ୍ତଙ୍କୁ ନମସ୍କାର ଜଣାଅ । ଯେଉଁମାନେ ଇତାଲିଆରୁ ଆସିଅଛନ୍ତି, ସେମାନେ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି ।


ଆଉ ଆମ୍ଭେମାନେ ରୋମରେ ପ୍ରବେଶ କରନ୍ତେ, ପାଉଲଙ୍କୁ ନିଜ ପ୍ରହରୀ ସୈନ୍ୟ ସହିତ ସ୍ୱତନ୍ତ୍ର ବାସ କରିବା ନିମନ୍ତେ ଅନୁମତି ଦିଆଗଲା ।


କିନ୍ତୁ ଶତସେନାପତି ପାଉଲଙ୍କୁ ରକ୍ଷା କରିବା ଇଚ୍ଛାରେ ସେମାନଙ୍କ ସଙ୍କଳ୍ପରୁ ସେମାନଙ୍କୁ କ୍ଷାନ୍ତ କରି ଆଜ୍ଞା ଦେଲେ ଯେ, ଯେଉଁମାନେ ପହଁରି ଜାଣନ୍ତି, ସେମାନେ ସମୁଦ୍ରରେ ଡେଇଁପଡ଼ିିି ପ୍ରଥମେ ସ୍ଥଳକୁ ଯାଆନ୍ତୁ,


ସେଠାରେ ଶତସେନାପତି ଇତାଲିଆକୁ ଯାଉଥିବା ଗୋଟିଏ ଆଲେକଜାଣ୍ଡ୍ରୀୟ ଜାହାଜ ପାଇ ସେଥିରେ ଆମ୍ଭମାନଙ୍କୁ ଚଢ଼ାଇଦେଲେ ।


ପୁଣି, ସେ ଶତସେନାପତିଙ୍କି ତାଙ୍କର କୌଣସି ଆତ୍ମୀୟ ସ୍ୱଜନଙ୍କୁ ତାହାଙ୍କର ସେବା କରିବା ପାଇଁ ବାରଣ ନ କରିବାକୁ, ପୁଣି, ତାଙ୍କୁ ବନ୍ଦୀରୂପେ ରକ୍ଷା କରି ତାଙ୍କ ପ୍ରତି କୋମଳ ବ୍ୟବହାର କରିବାକୁ ଆଦେଶ ଦେଲେ ।


ସେଥିରେ ପାଉଲ ଜଣେ ଶତ ସେନାପତିଙ୍କୁ ଡାକି କହିଲେ, ଏହି ଯୁବାଙ୍କୁ ସହସ୍ର ସେନାପତିଙ୍କ ନିକଟକୁ ନେଇ ଯାଆନ୍ତୁ, କାରଣ ତାହାଙ୍କୁ ଜଣାଇବା ନିମନ୍ତେ ଏହାର କିଛି କଥା ଅଛି ।


ପରରାତ୍ରରେ ପ୍ରଭୁ ତାହାଙ୍କ ପାଖରେ ଠିଆ ହୋଇ କହିଲେ, ସାହସ ଧର, କାରଣ ତୁମ୍ଭେ ଯେପରି ଯିରୂଶାଲମରେ ଆମ୍ଭ ବିଷୟରେ ସାକ୍ଷ୍ୟ ଦେଇଅଛ, ସେହିପରି ତୁମ୍ଭକୁ ରୋମରେ ମଧ୍ୟ ସାକ୍ଷ୍ୟ ଦେବାକୁ ହେବ ।


ସେହି ଶତସେନାପତି ଏହା ଶୁଣି ସହସ୍ର ସେନାପତିଙ୍କ ନିକଟକୁ ଯାଇ ତାହାଙ୍କୁ ସେହି କଥା ଜଣାଇ କହିଲେ, ଆପଣ କ'ଣ କରିବାକୁ ଯାଉଅଛନ୍ତି ?


ଏଥିରେ ସେ ସେହିକ୍ଷଣି ସୈନ୍ୟ ଓ ଶତସେନାପତିମାନଙ୍କୁ ନେଇ ସେମାନଙ୍କ ନିକଟକୁ ଦୌଡ଼ିଗଲେ । ସେମାନେ ସହସ୍ର ସେନାପତି ଓ ସୈନ୍ୟମାନଙ୍କୁ ଦେଖି ପାଉଲଙ୍କୁ ପ୍ରହାର କରିବା ବନ୍ଦ କଲେ ।


ଏହି ସମସ୍ତ ବିଷୟ ଶେଷ ହେଲା ଉତ୍ତାରେ ପାଉଲ ମାକିଦନିଆ ଓ ଆଖାୟା ଦେଇ ଯିରୂଶାଲମକୁ ଯିବାକୁ ମନରେ ସ୍ଥିର କରି କହିଲେ, ସେଠାକୁ ଗଲା ଉତ୍ତାରେ ମୋତେ ରୋମକୁ ମଧ୍ୟ ଯିବାକୁ ହେବ ।


ସେ ଏହି ଦର୍ଶନ ପାଇଲା ପରେ ଆମ୍ଭେମାନେ ତତ୍‌କ୍ଷଣାତ୍ ମାକିଦନିଆକୁ ଯିବା ପାଇଁ ଚେଷ୍ଟା କଲୁ, କାରଣ ସେମାନଙ୍କ ନିକଟରେ ସୁସମାଚାର ପ୍ରଚାର କରିବାକୁ ଈଶ୍ୱର ଆମ୍ଭମାନଙ୍କୁ ଆହ୍ୱାନ କରିଅଛନ୍ତି ବୋଲି ଆମ୍ଭେମାନେ ବୁଝିଲୁ ।


ସେମାନେ କହିଲେ, କର୍ଣ୍ଣିଲୀୟ ନାମକ ଜଣେ ଶତସେନାପତି, ଯେ ଧାର୍ମିକ ବ୍ୟକ୍ତି ଓ ଈଶ୍ୱରଙ୍କୁ ଭୟ କରନ୍ତି, ପୁଣି, ସମସ୍ତ ଯିହୂଦୀ ଜାତିଙ୍କ ନିକଟରେ ସୁଖ୍ୟାତି ପ୍ରାପ୍ତ, ସେ ନିଜ ଗୃହକୁ ଆପଣଙ୍କୁ ଡକାଇପଠାଇ ଆପଣଙ୍କଠାରୁ କଥା ଶୁଣିବା ନିମନ୍ତେ ପବିତ୍ର ଦୂତଙ୍କ ଦ୍ୱାରା ପ୍ରତ୍ୟାଦେଶ ପାଇଅଛନ୍ତି ।


ଶତସେନାପତି ଏହି ଘଟଣା ଦେଖି ଈଶ୍ୱରଙ୍କ ଗୌରବ କରି କହିଲେ, ନିଶ୍ଚୟ ଏ ବ୍ୟକ୍ତି ଧାର୍ମିକ ଥିଲେ ।


ସେ ସମୟରେ ଜଣେ ଶତସେନାପତିଙ୍କର ଦାସ ଅସୁସ୍ଥ ହୋଇ ମଲା ଭଳି ହୋଇଥିଲା, ସେ ତାହାଙ୍କର ପ୍ରିୟପାତ୍ର ଥିଲେ ।


ଶତସେନାପତି ଓ ତାହାଙ୍କ ସାଙ୍ଗରେ ଯେଉଁମାନେ ଯୀଶୁଙ୍କୁ ଜଗିଥିଲେ, ସେମାନେ ଭୂମିକମ୍ପାଦି ଘଟଣା ଦେଖି ଅତ୍ୟନ୍ତ ଭୀତ ହୋଇ ରହିଲେ, ସତ୍ୟ, ଏ ଈଶ୍ୱରଙ୍କ ପୁତ୍ର ଥିଲେ ।


ପୁଣି, ପୃଥିବୀନିବାସୀ ସମସ୍ତେ ଅବସ୍ତୁ ତୁଲ୍ୟ ଗଣିତ; ଆଉ ସେ ସ୍ୱର୍ଗୀୟ ସୈନ୍ୟଗଣ ମଧ୍ୟରେ ଓ ପୃଥିବୀର ନିବାସୀଗଣର ମଧ୍ୟରେ ଆପଣା ଇଚ୍ଛାନୁସାରେ କାର୍ଯ୍ୟ କରନ୍ତି; ଆଉ, କେହି ତାହାଙ୍କର ହସ୍ତ ସ୍ଥଗିତ କରି ନ ପାରେ ଓ ତୁମ୍ଭେ କ’ଣ କରୁଅଛ ଏହା ତାହାଙ୍କୁ କହି ନ ପାରେ।


ଯୌବନ କାଳରେ ଯୁଆଳି ବୋହିବା ମନୁଷ୍ୟ ନିମନ୍ତେ ମଙ୍ଗଳ ଅଟେ।


ମନୁଷ୍ୟର ମନରେ ନାନା ସଂକଳ୍ପ ଥାଏ, ମାତ୍ର ସଦାପ୍ରଭୁଙ୍କ ମନ୍ତ୍ରଣା ସ୍ଥିର ହେବ।


ମନୁଷ୍ୟର କ୍ରୋଧ ନିତାନ୍ତ ତୁମ୍ଭର ପ୍ରଶଂସା କରିବ; ତୁମ୍ଭେ କ୍ରୋଧର ଅବଶେଷ ଦ୍ୱାରା ଆପଣା କଟିବନ୍ଧନ କରିବ।


ସଦାପ୍ରଭୁଙ୍କ ମନ୍ତ୍ରଣା ଅନନ୍ତକାଳସ୍ଥାୟୀ; ତାହାଙ୍କ ଚିତ୍ତର ସଂକଳ୍ପସବୁ ପୁରୁଷାନୁକ୍ରମେ ଥାଏ।


ତୁମ୍ଭେମାନେ ମୋ’ ବିରୁଦ୍ଧରେ ମନ୍ଦ କଳ୍ପନା କରିଥିଲ ପ୍ରମାଣ, ମାତ୍ର ପରମେଶ୍ୱର ତାହା ମଙ୍ଗଳର କଳ୍ପନା କଲେ; ଏବେ ଯେପରି ଦେଖୁଅଛ, ସେପରି ଅନେକ ଲୋକଙ୍କର ପ୍ରାଣରକ୍ଷା କରିବାକୁ ତାହାଙ୍କର ଅଭିପ୍ରାୟ ଥିଲା।


ଆମ୍ଭେମାନେ ରକ୍ଷା ପାଇଲା ପରେ ସେହି ଦ୍ୱୀପ ମେଲିତୀ ବୋଲି ଜାଣିଲୁ ।


Swiv nou:

Piblisite


Piblisite