Biblia Todo Logo
Bib sou entènèt

- Piblisite -




ପ୍ରେରିତ 27:4 - ଓଡିଆ ବାଇବେଲ

4 ସେହି ସ୍ଥାନରୁ ଜାହାଜ ଫିଟାଇ ପ୍ରତିକୂଳ ପବନ ହେତୁ ଆମ୍ଭେମାନେ କୁପ୍ରର ଆଶ୍ରୟସ୍ଥଳୀ ଦେଇ ଯାତ୍ରା କରି,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ସେହି ସ୍ଥାନରୁ ଜାହାଜ ଫିଟାଇ ପ୍ରତିକୂଳ ପବନ ହେତୁ ଆମ୍ଭେମାନେ କୁପ୍ରର ଉହାଡ଼େ ଉହାଡ଼େ ଯାତ୍ରା କରି

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ଆମେ ସେଠାରୁ ଯାତ୍ରା କରିବା ସମୟରେ ପ୍ରତିକୂଳ ପବନ ବହିବାରୁ ସାଇପ୍ରସ୍ ଦ୍ୱୀପର ଉହାଡ଼େ ଉହାଡ଼େ ଗଲୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ସେହି ସ୍ଥାନରୁ ଜାହାଜ ଫିଟାଇ ପ୍ରତିକୂଳ ପବନ ହେତୁ ଆମ୍ଭେମାନେ ସାଇପ୍ରସ୍ ଦ୍ୱୀପର ଆଶ୍ରୟସ୍ଥଳୀ ଦେଇ ଯାତ୍ରା କରି,

Gade chapit la Kopi

ପବିତ୍ର ବାଇବଲ

4 ତା'ପରେ ଆମ୍ଭେ ସୀଦୋନ ନଗର ଛାଡ଼ିଲୁ। ସେ ସମୟରେ ପ୍ରତିକୂଳ ପବନ ବହୁଥିଲା। ତେଣୁ ଆମ୍ଭେ ସାଇପ୍ରସ୍ ଉପଦ୍ୱୀପ ନିକଟ ଦେଇ ଜଳଯାତ୍ରା କଲୁ।

Gade chapit la Kopi




ପ୍ରେରିତ 27:4
10 Referans Kwoze  

ପୁଣି, ଯୋଷେଫ, ଯେ ଲେବୀ ବଂଶଜାତ ଜଣେ ସାଇପ୍ରସ୍ ଜାତିର ଲୋକ, ଯାହାଙ୍କୁ ପ୍ରେରିତମାନେ ବର୍ଣ୍ଣବ୍ବା ବୋଲି ଉପନାମ ଦେଇଥିଲେ (ଅନୁବାଦ କଲେ ଏହାର ଅର୍ଥ ସାନ୍ତ୍ୱନାର ପୁତ୍ର),


ପରେ ଅନେକ ଦିନ ପର୍ଯ୍ୟନ୍ତ ଧିରେ ଧିରେ ଯାଇ କଷ୍ଟରେ କ୍ନିଦର ସମ୍ମୁଖରେ ଉପସ୍ଥିତ ହୋଇ ପବନ ଆମ୍ଭମାନଙ୍କୁ ଆଗକୁ ଯିବାକୁ ଛାଡ଼ି ନ ଦେବାରୁ ସାଲ୍ମୋନୀର ସମ୍ମୁଖ ଦେଇ କ୍ରୀତୀର ଆଶ୍ରୟସ୍ଥଳୀ ଦେଇ ଯାତ୍ରା କଲୁ,


ପୁଣି, ଆମ୍ଭମାନଙ୍କ ସାଙ୍ଗରେ କାଇସରିୟାରୁ ମଧ୍ୟ କେତେକ ଜଣ ଶିଷ୍ୟ ଗଲେ; ସେମାନେ କୁପ୍ରର ମନାସୋନ ନାମକ ଜଣେ ପୁରୁଣା ଶିଷ୍ୟଙ୍କୁ ସାଙ୍ଗରେ ଆଣିଲେ,ତାହାଙ୍କ ଘରେ ଆମ୍ଭମାନଙ୍କର ରହିବାର ଥିଲା ।


ପରେ କୁପ୍ର ଦେଖିବା ମାତ୍ରେ ଆମ୍ଭେମାନେ ବାମ ପାଖ ଛାଡ଼ି ସିରିୟାକୁ ଯାତ୍ରା କରି ସୋରରେ ଉପସ୍ଥିତ ହେଲୁ, କାରଣ ସେଠାରେ ଜାହାଜରୁ ମାଲପତ୍ର ଖଲାସ କରିବାର ଥିଲା ।


ସେଥିରେ ଘୋର ବିବାଦ ଘଟିବାରୁ ସେମାନେ ପରସ୍ପରଠାରୁ ପୃଥକ୍ ହେଲେ, ବର୍ଣ୍ଣବ୍ବା ମାର୍କଙ୍କୁ ସାଙ୍ଗରେ ଘେନି ଜାହାଜରେ କୁପ୍ରକୁ ଗମନ କଲେ,


ଏହି ପ୍ରକାରେ ସେମାନେ ପବିତ୍ର ଆତ୍ମାଙ୍କ ଦ୍ୱାରା ପ୍ରେରିତ ହୋଇ ସେଲୂକିଆକୁ ଗଲେ; ସେଠାରୁ ସେମାନେ ଜାହାଜରେ ଚଢ଼ି କୁପ୍ରକୁ ଗଲେ ।


ପ୍ରତିକୂଳ ବାୟୁ ହେତୁ ସେମାନଙ୍କୁ ନୌକା ବାହିବାରେ କଷ୍ଟ ପାଉଥିବା ଦେଖି ସେ ପ୍ରାୟ ରାତ୍ରିର ଚତୁର୍ଥ ପ୍ରହରରେ ସମୁଦ୍ର ଉପରେ ଚାଲି ସେମାନଙ୍କ ପାଖକୁ ଆସିଲେ, ଆଉ ସେମାନଙ୍କ ପାଖ ଦେଇ ଆଗକୁ ଚାଲିବା ପାଇଁ ଉଦ୍ୟତ ଥିଲେ ।


କିନ୍ତୁ ନୌକା ସେତେବେଳେ କୂଳରୁ ଅନେକ ଦୂରରେ ଥିଲା ଏବଂ ପ୍ରତିକୂଳ ବାୟୁ ହେତୁ ତାହା ଟଳମଳ ହେଉଥିଲା ।


ସେହି ସମୟରେ ଦିନେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଗୋଟିଏ ନୌକାରେ ଚଢ଼ିଲେ, ଆଉ ସେ ସେମାନଙ୍କୁ କହିଲେ, ଆସ, ହ୍ରଦର ଆରପାରିକୁ ଯିବା । ସେଥିରେ ସେମାନେ ନୌକା ଫିଟାଇଦେଲେ ।


Swiv nou:

Piblisite


Piblisite