Biblia Todo Logo
Bib sou entènèt

- Piblisite -




ପ୍ରେରିତ 4:21 - ଓଡିଆ ବାଇବେଲ

21 ସେଥିରେ ସେମାନେ ଲୋକମାନଙ୍କ ହେତୁ ସେମାନଙ୍କୁ ଦଣ୍ଡ ଦେବାର କୌଣସି ବାଟ ନ ପାଇବାରୁ ସେମାନଙ୍କୁ ଅଧିକ ଭୟ ଦେଖାଇ ଛାଡ଼ିଦେଲେ, ଯେଣୁ ଯାହା ଘଟିଥିଲା, ସେଥିନିମନ୍ତେ ଲୋକ ସମସ୍ତେ ଈଶ୍ୱରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

21 ସେଥିରେ ସେମାନେ ଲୋକମାନଙ୍କ ହେତୁ ସେମାନଙ୍କୁ ଦଣ୍ତ ଦେବାର କୌଣସି ବାଟ ନ ପାଇବାରୁ ସେମାନଙ୍କୁ ଅଧିକ ଭୟ ଦେଖାଇ ଛାଡ଼ିଦେଲେ, ଯେଣୁ ଯାହା ଘଟିଥିଲା, ସେଥିନିମନ୍ତେ ଲୋକସମସ୍ତେ ଈଶ୍ଵରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲେ,,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

21 କିନ୍ତୁ ମହାସଭା ସେମାନଙ୍କୁ ଆହୁରି ଦୃଢ଼ ଧମକ ଦେଇ ମୁକ୍ତ କରିଦେଲେ। ସେମାନଙ୍କୁ ଦଣ୍ଡ ଦେବା ଅସମ୍ଭବ ବୋଲି ସେମାନେ ଜାଣିପାରିଲେ, କାରଣ ସେହି ଅସାଧାରଣ ଘଟଣା ହେତୁ ଲୋକମାନେ ସମସ୍ତେ ଈଶ୍ୱରଙ୍କର ଧନ୍ୟବାଦ କରୁଥିଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

21 ସେଥିରେ ସେମାନେ ଲୋକମାନଙ୍କ ହେତୁ ସେମାନଙ୍କୁ ଦଣ୍ଡ ଦେବାର କୌଣସି ବାଟ ନ ପାଇବାରୁ ସେମାନଙ୍କୁ ଅଧିକ ଭୟ ଦେଖାଇ ଛାଡ଼ିଦେଲେ, ଯେଣୁ ଯାହା ଘଟିଥିଲା, ସେଥିନିମନ୍ତେ ଲୋକ ସମସ୍ତେ ଈଶ୍ବରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲେ,

Gade chapit la Kopi




ପ୍ରେରିତ 4:21
18 Referans Kwoze  

ସେତେବେଳେ ସେନାପତି କର୍ମଚାରୀମାନଙ୍କ ସହିତ ଯାଇ ସେମାନଙ୍କୁ ଆଣିଲେ, କିନ୍ତୁ ବଳପୂର୍ବକ ନୁହେଁ, କାରଣ କାଳେ ଲୋକେ ସେମାନଙ୍କୁ ପଥର ଫୋପାଡ଼ିବେ,ଏହା ଭୟ କରୁଥିଲେ ।


ଆଉ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ, କିପରି ଯୀଶୁଙ୍କୁ ବିନାଶ କରି ପାରନ୍ତି, ସେଥିର ଉପାୟ ଖୋଜୁଥିଲେ, କାରଣ ସେମାନେ ଲୋକମାନଙ୍କୁ ଭୟ କରୁଥିଲେ ।


ଏଥିରେ ଶାସ୍ତ୍ରୀ ଓ ପ୍ରଧାନ ଯାଜକମାନେ ସେହି ମୁହୁର୍ତ୍ତରେ ତାହାଙ୍କୁ ଧରିବାକୁ ଚେଷ୍ଟା କଲେ, କିନ୍ତୁ ସେମାନେ ଲୋକମାନଙ୍କୁ ଭୟ କଲେ, କାରଣ ସେ ସେହି ଦୃଷ୍ଟାନ୍ତ ସେମାନଙ୍କୁ ଲକ୍ଷ୍ୟ କରି କହିଥିଲେ ବୋଲି ସେମାନେ ବୁଝିଲେ ।


କିନ୍ତୁ ଯଦି ମନୁଷ୍ୟଠାରେ ବୋଲି କହିବୁ, ତେବେ ଲୋକ ସମସ୍ତେ ଆମ୍ଭମାନଙ୍କୁ ପଥର ଫୋପାଡ଼ି ମାରିପକାଇବେ, କାରଣ ଯୋହନ ଯେ ଜଣେ ଭାବବାଦୀ, ଏହା ସେମାନଙ୍କର ଦୃଢ଼ ବିଶ୍ୱାସ ।


ଆଉ ସେମାନେ ତାହାଙ୍କୁ ଧରିବାକୁ ଚେଷ୍ଟା କଲେ, କିନ୍ତୁ ଲୋକସମୂହକୁ ଭୟ କଲେ, କାରଣ ସେମାନେ ତାହାଙ୍କୁ ଭାବବାଦୀ ବୋଲି ମାନୁଥିଲେ ।


ତାହା ଦେଖି ଲୋକସମୂହ ଭୟ କଲେ, ପୁଣି, ଯେଉଁ ଈଶ୍ୱର ମନୁଷ୍ୟମାନଙ୍କୁ ଏପରି ଅଧିକାର ଦେଇଅଛନ୍ତି, ତାହାଙ୍କର ମହିମା କୀର୍ତ୍ତନ କଲେ ।


ସେମାନେ ତାହାଙ୍କ କଥାରେ ସମ୍ମତ ହେଲେ, ପୁଣି, ପ୍ରେରିତମାନଙ୍କୁ ନିକଟକୁ ଡାକି ସେମାନଙ୍କୁ ପ୍ରହାର କଲେ ଓ ଯୀଶୁଙ୍କ ନାମରେ କଥା ନ କହିବାକୁ ଆଜ୍ଞା ଦେଇ ଛାଡ଼ି ଦେଲେ ।


କିନ୍ତୁ ଏ କଥାଟା ଯେପରି ଲୋକମାନଙ୍କ ମଧ୍ୟରେ ଆହୁରି ଅଧିକ ବ୍ୟାପି ନ ଯାଏ, ଏଥିପାଇଁ ଏହି ନାମରେ କୌଣସି ଲୋକକୁ ଆଉ କିଛି ନ କହିବାକୁ ସେମାନଙ୍କୁ ଭୟ ଦେଖାଇବା ।


ଆଉ, ସେ ଏହି କଥାସବୁ କହନ୍ତେ, ତାହାଙ୍କ ବିପକ୍ଷ ସମସ୍ତେ ଲଜ୍ଜିତ ହେବାକୁ ଲାଗିଲେ, ମାତ୍ର ଲୋକମାନେ ଯୀଶୁ କରିଥିବା ସମସ୍ତ ମହତ କାର୍ଯ୍ୟ ସକାଶେ ଆନନ୍ଦ କରିବାକୁ ଲାଗିଲେ ।


ତହିଁରେ ସମସ୍ତେ ଆଚମ୍ବିତ ହୋଇ ଈଶ୍ୱରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲେ ଓ ଅତିଶୟ ଭୟ କରି କହିଲେ, ଆଜି ଆମ୍ଭେମାନେ ଆଶ୍ଚର୍ଯ୍ୟ ଘଟଣା ଦେଖିଲୁ ।


କିନ୍ତୁ ସେମାନେ କହିଲେ, ପର୍ବ ସମୟରେ ନୁହେଁ, କାଳେ ଲୋକଙ୍କ ମଧ୍ୟରେ ଗଣ୍ଡଗୋଳ ହେବ ।


ଏହି ରୂପେ ମୂକମାନେ ଯେ କଥା କହୁଅଛନ୍ତି, ପଙ୍ଗୁମାନେ ସୁସ୍ଥ ହୋଇଅଛନ୍ତି, ଖଞ୍ଜମାନେ ଚାଲୁଅଛନ୍ତି ଓ ଅନ୍ଧମାନେ ଦେଖୁଅଛନ୍ତି, ଏହା ଦେଖି ଲୋକସମୂହ ଚମତ୍କୃତ ହେଲେ, ପୁଣି, ଇସ୍ରାଏଲର ଈଶ୍ୱରଙ୍କ ମହିମା କୀର୍ତ୍ତନ କଲେ ।


ପୁଣି, ଭୂତ ଛଡ଼ାଯାଆନ୍ତେ ସେହି ମୂକ କଥା କହିଲା । ସେଥିରେ ଲୋକ ସମୁହ ଚମତ୍କୃତ ହୋଇ କହିଲେ, ଇସ୍ରାଏଲ ମଧ୍ୟରେ ଏପରି କେବେ ହେଁ ଦେଖାଯାଇ ନାହିଁ ।


କାରଣ ଯେଉଁ ଲୋକଠାରେ ସେହି ଆରୋଗ୍ୟର ଆଶ୍ଚର୍ଯ୍ୟକର୍ମ କରାଯାଇଥିଲା, ତାହାର ବୟସ ଚାଳିଶ ବର୍ଷରୁ ଊର୍ଦ୍ଧ୍ୱ ଥିଲା ।


କିନ୍ତୁ ଅନ୍ୟ ଲୋକମାନଙ୍କ ମଧ୍ୟରୁ କେହି ସେମାନଙ୍କ ସହିତ ଯୋଗ ଦେବାକୁ ସାହସ କରୁ ନ ଥିଲେ; ତଥାପି ଲୋକମାନେ ସେମାନଙ୍କର ପ୍ରଶଂସା କରୁଥିଲେ,


Swiv nou:

Piblisite


Piblisite