Biblia Todo Logo
Bib sou entènèt

- Piblisite -




ପ୍ରେରିତ 5:1 - ଓଡିଆ ବାଇବେଲ

1 ତେବେ ବିଶ୍ୱାସୀମାନଙ୍କ ମଧ୍ୟରୁ ଜଣେ ଯାହାଙ୍କ ନାମ ହନନୀୟ ଓ ଯାହାଙ୍କ ଭାର୍ଯ୍ୟାଙ୍କ ନାମ ଶଫୀରା ଥିଲା ସେ ଏବଂ ଶଫୀରା ଏକତ୍ର ସେମାନଙ୍କ ସମ୍ପତ୍ତିରୁ କିଛି ବିକ୍ରୟ କଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 କିନ୍ତୁ ହନନୀୟ ନାମକ ଜଣେ ବ୍ୟକ୍ତି ଆପଣା ଭାର୍ଯ୍ୟା ଶଫୀରାର ସମ୍ମତିରେ କିଛି ସମ୍ପତ୍ତି ବିକ୍ରୟ କଲା,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ହନନୀୟ ନାମକ ଜଣେ ଲୋକ ଓ ତା’ର ସ୍ତ୍ରୀ ଶଫୀରା ସେମାନଙ୍କର ସମ୍ପତ୍ତି ବିକ୍ରୟ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ତେବେ ବିଶ୍ୱାସୀମାନଙ୍କ ମଧ୍ୟରୁ ଜଣେ ଯାହାଙ୍କ ନାମ ହନନୀୟ ଓ ଯାହାଙ୍କ ଭାର୍ଯ୍ୟାଙ୍କ ନାମ ଶଫୀରା ଥିଲା, ସେ ଏବଂ ଶଫୀରା ଏକତ୍ର ସେମାନଙ୍କ ସମ୍ପତ୍ତିରୁ କିଛି ବିକ୍ରୟ କଲେ।

Gade chapit la Kopi

ପବିତ୍ର ବାଇବଲ

1 ହନନିୟ ନାମକ ଜଣେ ଲୋକ ଥିଲେ, ତାହାଙ୍କ ସ୍ତ୍ରୀଙ୍କର ନାମ ଥିଲା ଶଫୀରା, ତାହାଙ୍କର କିଛି ଜମି ବିକ୍ରୀ କରିଦେଲେ।

Gade chapit la Kopi




ପ୍ରେରିତ 5:1
9 Referans Kwoze  

ଗୋଟିଏ ବଡ଼ ଘରେ (ଧନୀ) ଯେ କେବଳ ସୁନା ଓ ରୂପାର ପାତ୍ର ଥାଏ, ତାହା ନୁହେଁ, ମାତ୍ର କାଠ ଓ ମାଟିର ପାତ୍ର ମଧ୍ୟ ଥାଏ; କେତେକ ସମାଦର ଓ କେତେକ ଅନାଦର ନିମନ୍ତେ ଥାଏ ।


ପିତା ଯେସମସ୍ତଙ୍କୁ ମୋତେ ଦାନ କରନ୍ତି, ସେମାନେ ମୋ' ନିକଟକୁ ଆସିବେ; ଆଉ, ଯେ ମୋ' ନିକଟକୁ ଆସେ, ତାହାକୁ ମୁଁ କୌଣସି ପ୍ରକାରେ ବାହାର କରିଦେବି ନାହିଁ;


(ସେହି ସମୟରେ ଇସ୍ରାଏଲ ସନ୍ତାନଗଣ ସକାଶୁ ଯିରୀହୋ ରୁଦ୍ଧ ଥିଲା; ଦୃଢ଼ ରୂପେ ରୁଦ୍ଧ ହୋଇଥିଲା; କେହି ବାହାରକୁ ଗଲେ ନାହିଁ ଓ କେହି ଭିତରକୁ ଆସିଲେ ନାହିଁ।)


ତହୁଁ ସେ ତାହାର ପରିବାରର ଏକ ଏକ ପୁରୁଷ ନିକଟକୁ ଅଣାନ୍ତେ, ଯିହୁଦା ବଂଶୀୟ ସେରହର ପ୍ରପୌତ୍ର, ସବ୍‍ଦିର ପୌତ୍ର, କର୍ମିର ପୁତ୍ର ଆଖନ୍‍ ନିର୍ଣ୍ଣୀତ ହେଲା।


ମାତ୍ର ଆପଣା ପଲର ପୁଂପଶୁ ଥିଲେ ହେଁ ଯେଉଁ ପ୍ରତାରକ ମାନତ କରି ପ୍ରଭୁଙ୍କ ଉଦ୍ଦେଶ୍ୟରେ ଖୁନ୍ତବିଶିଷ୍ଟ ପଶୁ ଉତ୍ସର୍ଗ କରେ, ସେ ଅଭିଶପ୍ତ ହେଉ; କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଆମ୍ଭେ ମହାନ୍ ରାଜା ଅଟୁ ଓ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ଭୟଙ୍କର ଅଟେ।”


ତାଙ୍କର ଖଣ୍ଡେ କ୍ଷେତ୍ର ଥିଲା; ସେ ତାହା ବିକ୍ରୟ କରି ସେଥିର ଟଙ୍କା ଆଣି ପ୍ରେରିତମାନଙ୍କର ପାଦ ତଳେ ଥୋଇଲେ ।


ପୁଣି, ଭାର୍ଯ୍ୟାର ଜ୍ଞାତସାରରେ ସେଥିର ମୂୂଲ୍ୟରୁ କିଛି ଲୁଚାଇ ରଖି, ଅବଶିଷ୍ଟ ଅଂଶମାତ୍ର ଆଣି ପ୍ରେରିତମାନଙ୍କ ଚରଣ ତଳେ ଥୋଇଲା ।


Swiv nou:

Piblisite


Piblisite