Biblia Todo Logo
Bib sou entènèt

- Piblisite -




ପ୍ରେରିତ 5:3 - ଓଡିଆ ବାଇବେଲ

3 ସେଥିରେ ପିତର କହିଲେ, ହେ ହନନୀୟ, ପବିତ୍ର ଆତ୍ମାଙ୍କ ନିକଟରେ ମିଥ୍ୟା କହିବାକୁ ଓ ଭୂମିର ମୂଲ୍ୟରୁ କିଛି ଲୁଚାଇ ରଖିବାକୁ କାହିଁକି ଶୟତାନ ତୁମ୍ଭ ହୃଦୟ ସମ୍ପୂର୍ଣ୍ଣ ଅଧିକାର କରିଅଛନ୍ତି ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

3 ସେଥିରେ ପିତର କହିଲେ, ହେ ହନନୀୟ, ପବିତ୍ର ଆତ୍ମାଙ୍କ ନିକଟରେ ମିଥ୍ୟା କହିବାକୁ ଓ ଭୂମିର ମୂଲ୍ୟରୁ କିଛି ଲୁଚାଇ ରଖିବାକୁ କାହିଁକି ଶୟତାନ ତୁମ୍ଭ ହୃଦୟ ସମ୍ପୂର୍ଣ୍ଣ ଅଧିକାର କରିଅଛି?

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

3 ପିତର ତାକୁ କହିଲେ, “ହନନୀୟ, ତୁମେ କାହିଁକି ଶୟତାନର ବଶୀଭୂତ ହୋଇ ଜମି ବିକ୍ରୀ କରି ପାଇଥିବା ଟଙ୍କାର କିଛି ପରିମାଣ ନିଜ ପାଇଁ ରଖି ପବିତ୍ରଆତ୍ମାଙ୍କ ସମ୍ମୁଖରେ ମିଥ୍ୟା କହିଲ? ସମ୍ପତ୍ତି ବିକ୍ରୟ କରିବା ପୂର୍ବରୁ ତାହା ତୁମର ଥିଲା;

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ସେଥିରେ ପିତର କହିଲେ, ହେ ହନନୀୟ, ପବିତ୍ର ଆତ୍ମାଙ୍କ ନିକଟରେ ମିଥ୍ୟା କହିବାକୁ ଓ ଭୂମିର ମୂଲ୍ୟରୁ କିଛି ଲୁଚାଇ ରଖିବାକୁ କାହିଁକି ଶୟତାନ ତୁମ୍ଭ ହୃଦୟ ସମ୍ପୂର୍ଣ୍ଣ ଅଧିକାର କରିଅଛି?

Gade chapit la Kopi

ପବିତ୍ର ବାଇବଲ

3 ଏହା ଦେଖି ପିତର କହିଲେ, “ହେ ହନନିୟ, ତୁମ୍ଭେ କାହିଁକି ଶୟତାନକୁ ତୁମ୍ଭ ହୃଦୟକୁ ନିୟନ୍ତ୍ରଣ କରିବାକୁ ଦେଲ? ତୁମ୍ଭେ ମିଛ କହିଲ, ପବିତ୍ରଆତ୍ମାକୁ ଠକିବାକୁ ଚେଷ୍ଟା କଲ; ତୁମ୍ଭେ ସମ୍ପତ୍ତି ବିକ୍ରୀ କଲ, କିନ୍ତୁ କାହିଁକି ସେହି ଟଙ୍କାର କିଛି ଅଂଶ ନିଜ ପାଇଁ ଲୁଗ୍ଭଇ ରଖିଲ।

Gade chapit la Kopi




ପ୍ରେରିତ 5:3
25 Referans Kwoze  

ସଦାପ୍ରଭୁ କହନ୍ତି, “ଆମ୍ଭେ ଯେଉଁ ସ୍ଥାନରେ ଦେଖି ନ ପାରିବୁ, ଏପରି ଗୁପ୍ତ ସ୍ଥାନରେ କି କେହି ଆପଣାକୁ ଲୁଚାଇ ପାରେ ?” ସଦାପ୍ରଭୁ କହନ୍ତି, “ଆମ୍ଭେ କି ସ୍ୱର୍ଗ ଓ ମର୍ତ୍ତ୍ୟ ବ୍ୟାପି ନ ଥାଉ ?


ଯେଉଁମାନେ ସଦାପ୍ରଭୁଙ୍କଠାରୁ ଆପଣା ଆପଣା ମନ୍ତ୍ରଣା ଗୁପ୍ତ କରିବାକୁ ଅତିଶୟ ଚେଷ୍ଟା କରନ୍ତି, ସେମାନେ ସନ୍ତାପର ପାତ୍ର ! ଆଉ, ସେମାନେ ଅନ୍ଧକାରରେ ଆପଣା ଆପଣା କର୍ମ କରି କହନ୍ତି, “ଆମ୍ଭମାନଙ୍କୁ କିଏ ଦେଖୁଅଛି ? ଓ ଆମ୍ଭମାନଙ୍କୁ କିଏ ଚିହ୍ନୁଅଛି ?”


ସଚେତନ ହୋଇ ଜାଗ୍ରତ ରୁହ। ତୁମ୍ଭମାନଙ୍କ ବିପକ୍ଷ ଶୟତାନ ସିଂହପ୍ରାୟ ଗର୍ଜନ କରି କାହାକୁ ଗ୍ରାସିବ, ଏହା ଖୋଜି ବୁଲୁଅଛି;


ସେଥିରେ ପିତର ତାହାକୁ କହିଲେ, "ପ୍ରଭୁଙ୍କ ଆତ୍ମାଙ୍କୁ ପରୀକ୍ଷା କରିବା ନିମନ୍ତେ ତୁମ୍ଭେମାନେ କାହିଁକି ଏକମତ ହେଲ" ? ଦେଖ, ଯେଉଁମାନେ ତୁମ୍ଭ ସ୍ୱାମୀକୁ ସମାଧି ଦେଇଛନ୍ତି, ସେମାନେ ଦ୍ୱାର ପାଖରେ ଉପସ୍ଥିତ ହେଲେଣି, ଆଉ ସେମାନେ ତୁମ୍ଭକୁ ବାହାରକୁ ବହିନେଇଯିବେ ।


ସେ ରୁଟିଖଣ୍ଡକ ପାଇଲା ଉତ୍ତାରେ ଶୟତାନ ତାହା ମଧ୍ୟରେ ପ୍ରବେଶ କଲା । ସେଥିରେ ଯୀଶୁ ତାକୁ କହିଲେ, ଯାହା କରୁଅଛ, ତାହା ଶୀଘ୍ର କର ।


ଆଉ, ରାତ୍ରିଭୋଜ ସମୟରେ, ଯେତେବେଳେ ଶୟତାନ ଶିମୋନର ପୁତ୍ର ଇଷ୍କାରିୟୋତୀୟ ଯିହୂଦାର ହୃଦୟରେ ଯୀଶୁଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରିବା ନିମନ୍ତେ ସଂକଳ୍ପ ଜାତ କରିସାରିଥିଲା,


ଅତଏବ, ତୁମ୍ଭେମାନେ ଈଶ୍ୱରଙ୍କର ବଶୀଭୂତ ହୁଅ; ଶୟତାନକୁ ପ୍ରତିବାଦ କର, ତାହାହେଲେ ସେ ତୁମ୍ଭମାନଙ୍କ ନିକଟରୁ ପଳାଇଯିବ ।


ତୁମ୍ଭେ ପରମେଶ୍ୱରଙ୍କ ନିକଟରେ ମାନତ କଲେ, ତାହା ପରିଶୋଧ କରିବାକୁ ବିଳମ୍ବ କର ନାହିଁ; କାରଣ ମୂର୍ଖମାନଙ୍କଠାରେ ତାହାଙ୍କର ସନ୍ତୋଷ ନାହିଁ; ତୁମ୍ଭେ ଯାହା ମାନତ କର, ତାହା ପରିଶୋଧ କର।


ପୁଣି, ତୁମ୍ଭେ କହୁଅଛ, ‘ପରମେଶ୍ୱର କ’ଣ ଜାଣନ୍ତି ?’ ସେ ନିବିଡ଼ ଅନ୍ଧକାର ଦେଇ କ’ଣ ବିଚାର କରିପାରନ୍ତି ?


ବିକ୍ରୟ ନ ହେବା ପୂର୍ବେ ତାହା କ'ଣ ତୁମ୍ଭ ନିଜର ହୋଇ ରହି ନ ଥିଲା ? ଆଉ, ବିକ୍ରୟ ହେବା ଉତ୍ତାରେ ସେଥିର ମୂୂଲ୍ୟ କି ତୁମ୍ଭ ନିଜ ଅଧିକାରରେ ନ ଥିଲା ? ତେବେ ତୁମ୍ଭେ କିପରି ଆପଣା ହୃଦୟରେ ଏହି ବିଷୟ ଭାବିଲ ? ତୁମ୍ଭେ ଯେ ମନୁଷ୍ୟ ନିକଟରେ ମିଥ୍ୟା କହିଲ, ତାହା ନୁହେଁଁ, ମାତ୍ର ଈଶ୍ୱରଙ୍କ ନିକଟରେ ମିଥ୍ୟା କହିଲ ।


ପୁଣି, ଭାର୍ଯ୍ୟାର ଜ୍ଞାତସାରରେ ସେଥିର ମୂୂଲ୍ୟରୁ କିଛି ଲୁଚାଇ ରଖି, ଅବଶିଷ୍ଟ ଅଂଶମାତ୍ର ଆଣି ପ୍ରେରିତମାନଙ୍କ ଚରଣ ତଳେ ଥୋଇଲା ।


ସେତେବେଳେ ବାରଜଣଙ୍କ ସଂଖ୍ୟା ମଧ୍ୟରେ ଥିବା ଈଷ୍କାରିୟୋଥ ନାମକ ଯିହୂଦା ଠାରେ ଶୟତାନ ପ୍ରବେଶ କଲା;


ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ତୁମ୍ଭେ ମାନତ ମନାସିଲେ, ତାହା ଦେବାକୁ ବିଳମ୍ବ କରିବ ନାହିଁ; କାରଣ ତାହା ତୁମ୍ଭର ପାପ ହେବ; ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଅବଶ୍ୟ ତୁମ୍ଭଠାରୁ ତାହା ଆଦାୟ କରିବେ।


କୌଣସି ପୁରୁଷ ଯଦି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ମାନତ କରେ, କିଅବା ବ୍ରତ ଦ୍ୱାରା ଆପଣା ପ୍ରାଣକୁ ଆବଦ୍ଧ କରିବା ପାଇଁ ଶପଥ କରେ, ତେବେ ସେ ଆପଣା ବାକ୍ୟ ଲଙ୍ଘନ କରିବ ନାହିଁ; ସେ ଆପଣା ମୁଖରୁ ନିର୍ଗତ ସମସ୍ତ (ବାକ୍ୟ) ଅନୁସାରେ ସାଧନ କରିବ।


ଯେ କେହି ରାଜ୍ୟର ବାକ୍ୟ ଶୁଣି ନ ବୁଝେ, ପାପାତ୍ମା ଆସି ତାହାର ହୃଦୟରେ ଯାହା ବୁଣାଯାଇଥିଲା, ତାହା ହରଣ କରିନିଏ, ସେ ଜଣକ ବୁଣାଯାଇଥିବା ବାଟ ପାଖ ଭୂମି ସଦୃଶ ।


ଇଫ୍ରୟିମ ମିଥ୍ୟା କଥାରେ ଓ ଇସ୍ରାଏଲ ବଂଶ ପ୍ରବଞ୍ଚନାରେ ଆମ୍ଭକୁ ଘେରୁଅଛନ୍ତି; ମାତ୍ର ଯିହୁଦା ଏବେ ମଧ୍ୟ ପରମେଶ୍ୱରଙ୍କ ସହିତ କର୍ତ୍ତୃତ୍ୱ କରୁଅଛି ଓ ଧର୍ମସ୍ୱରୂପଙ୍କ ସହିତ ବିଶ୍ୱସ୍ତ ହୋଇ ରହିଅଛି।


ଏହା ପବିତ୍ର ବୋଲି ହଠାତ୍‍ କହିବାର ଓ ମାନତ କଲା ଉତ୍ତାରେ ବିଚାର କରିବାର, ମନୁଷ୍ୟ ପ୍ରତି ଫାନ୍ଦ ସ୍ୱରୂପ।


Swiv nou:

Piblisite


Piblisite