Biblia Todo Logo
Bib sou entènèt

- Piblisite -




ପ୍ରେରିତ 5:4 - ଓଡିଆ ବାଇବେଲ

4 ବିକ୍ରୟ ନ ହେବା ପୂର୍ବେ ତାହା କ'ଣ ତୁମ୍ଭ ନିଜର ହୋଇ ରହି ନ ଥିଲା ? ଆଉ, ବିକ୍ରୟ ହେବା ଉତ୍ତାରେ ସେଥିର ମୂୂଲ୍ୟ କି ତୁମ୍ଭ ନିଜ ଅଧିକାରରେ ନ ଥିଲା ? ତେବେ ତୁମ୍ଭେ କିପରି ଆପଣା ହୃଦୟରେ ଏହି ବିଷୟ ଭାବିଲ ? ତୁମ୍ଭେ ଯେ ମନୁଷ୍ୟ ନିକଟରେ ମିଥ୍ୟା କହିଲ, ତାହା ନୁହେଁଁ, ମାତ୍ର ଈଶ୍ୱରଙ୍କ ନିକଟରେ ମିଥ୍ୟା କହିଲ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ବିକ୍ରୟ ନ ହେବା ପୂର୍ବେ ତାହା କʼଣ ତୁମ୍ଭ ନିଜର ହୋଇ ରହି ନ ଥିଲା? ଆଉ, ବିକ୍ରୟ ହେବା ଉତ୍ତାରେ ସେଥିର ମୂଲ୍ୟ କି ତୁମ୍ଭ ନିଜ ଅଧିକାରରେ ନ ଥିଲା? ତେବେ ତୁମ୍ଭେ କିପରି ଆପଣା ହୃଦୟରେ ଏହି ବିଷୟ ଭାବିଲ? ତୁମ୍ଭେ ଯେ ମନୁଷ୍ୟ ନିକଟରେ ମିଥ୍ୟା କହିଲ, ତାହା ନୁହେଁ, ମାତ୍ର ଈଶ୍ଵରଙ୍କ ନିକଟରେ ମିଥ୍ୟା କହିଲ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

4 ବିକ୍ରୀ କରିବା ପରେ ମଧ୍ୟ ତାହା କ’ଣ ତୁମର ନ ଥିଲା? ତେବେ ତୁମେ କାହିଁକି ଏପ୍ରକାର କାର୍ଯ୍ୟ କରିବାକୁ ସ୍ଥିର କଲ? ତୁମେ ଲୋକମାନଙ୍କୁ ପ୍ରତାରଣା କରି ନାହଁ, ମାତ୍ର ଈଶ୍ୱରଙ୍କ ନିକଟରେ ମିଥ୍ୟା କହିଛ।”

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ବିକ୍ରୟ ହେବା ପୂର୍ବେ ତାହା କଅଣ ତୁମ୍ଭ ନିଜର ହୋଇ ରହି ନ ଥିଲା? ଆଉ, ବିକ୍ରୟ ହେବା ଉତ୍ତାରେ ସେଥିର ମୂଲ୍ୟ କି ତୁମ୍ଭ ନିଜ ଅଧିକାରରେ ନ ଥିଲା? ତେବେ ତୁମ୍ଭେ କିପରି ଆପଣା ହୃଦୟରେ ଏହି ବିଷୟ ଭାବିଲ? ତୁମ୍ଭେ ଯେ ମନୁଷ୍ୟ ନିକଟରେ ମିଥ୍ୟା କହିଲ, ତାହା ନୁହେଁ, ମାତ୍ର ଈଶ୍ବରଙ୍କ ନିକଟରେ ମିଥ୍ୟା କହିଲ।

Gade chapit la Kopi

ପବିତ୍ର ବାଇବଲ

4 ସେ ସମ୍ପତ୍ତି କ’ଣ ବିକ୍ରୀ ପୂର୍ବରୁ ତୁମ୍ଭର ନ ଥିଲା? ବିକ୍ରୀ ପରେ ସେ ସମ୍ପତ୍ତିର ମୂଲ୍ୟ କ’ଣ ତୁମ୍ଭ ଅଧିକାରରେ ନ ଥିଲା? ତେବେ ତୁମ୍ଭେ ମନ ଭିତରେ ଏପରି ଖରାପ କଥା କାହିଁକି ଭାବିଲ? ଏହା ଦ୍ୱାରା ତୁମ୍ଭେ ମନୁଷ୍ୟମାନଙ୍କ ଆଗରେ ମିଥ୍ୟା କହିଲ ନାହିଁ ବରଂ ତୁମ୍ଭେ ପରମେଶ୍ୱରଙ୍କୁ ମିଥ୍ୟା କହିଲ।”

Gade chapit la Kopi




ପ୍ରେରିତ 5:4
26 Referans Kwoze  

ସେଥିରେ ପିତର କହିଲେ, ହେ ହନନୀୟ, ପବିତ୍ର ଆତ୍ମାଙ୍କ ନିକଟରେ ମିଥ୍ୟା କହିବାକୁ ଓ ଭୂମିର ମୂଲ୍ୟରୁ କିଛି ଲୁଚାଇ ରଖିବାକୁ କାହିଁକି ଶୟତାନ ତୁମ୍ଭ ହୃଦୟ ସମ୍ପୂର୍ଣ୍ଣ ଅଧିକାର କରିଅଛନ୍ତି ?


ଆହୁରି ମଧ୍ୟ ମୁଁ ଏହି ପବିତ୍ର ଗୃହ ନିମନ୍ତେ ଯାହାସବୁ ଆୟୋଜନ କରିଅଛି, ତାହା ଛଡ଼ା ଓ ତହିଁ ଉପରେ ମୋ’ ନିଜର ସୁନା ଓ ରୂପାର ଭଣ୍ଡାର ଅଛି, ଆଉ ମୁଁ ମୋ’ ପରମେଶ୍ୱରଙ୍କ ଗୃହ ପ୍ରତି ଆପଣା ମନ ଆସକ୍ତ କରି ଥିବାରୁ ମୁଁ ତାହାସବୁ ଆପଣା ପରମେଶ୍ୱରଙ୍କ ଗୃହ ନିମନ୍ତେ ଦେଉଅଛି।


ଅତଏବ, ଯେ ଏହା ଅଗ୍ରାହ୍ୟ କରେ, ସେ ମନୁଷ୍ୟକୁ ଅଗ୍ରାହ୍ୟ କରେ ନାହିଁ, ମାତ୍ର ଯେଉଁ ଈଶ୍ୱର ତୁମ୍ଭମାନଙ୍କ ଅନ୍ତରରେ ଆପଣା ପବିତ୍ର ଆତ୍ମା ପ୍ରଦାନ କରନ୍ତି, ତାହାଙ୍କୁ ଅଗ୍ରାହ୍ୟ କରେ ।


ସେଥିରେ ପିତର ତାହାକୁ କହିଲେ, "ପ୍ରଭୁଙ୍କ ଆତ୍ମାଙ୍କୁ ପରୀକ୍ଷା କରିବା ନିମନ୍ତେ ତୁମ୍ଭେମାନେ କାହିଁକି ଏକମତ ହେଲ" ? ଦେଖ, ଯେଉଁମାନେ ତୁମ୍ଭ ସ୍ୱାମୀକୁ ସମାଧି ଦେଇଛନ୍ତି, ସେମାନେ ଦ୍ୱାର ପାଖରେ ଉପସ୍ଥିତ ହେଲେଣି, ଆଉ ସେମାନେ ତୁମ୍ଭକୁ ବାହାରକୁ ବହିନେଇଯିବେ ।


ଯେ ତୁମ୍ଭମାନଙ୍କର କଥା ଶୁଣେ, ସେ ମୋ' କଥା ଶୁଣେ, ପୁଣି, ଯେ ତୁମ୍ଭମାନଙ୍କୁ ଅଗ୍ରାହ୍ୟ କରେ, ସେ ମୋତେ ଅଗ୍ରାହ୍ୟ କରେ, ଆଉ ଯେ ମୋତେ ଅଗ୍ରାହ୍ୟ କରେ, ସେ ମୋ' ପ୍ରେରଣକର୍ତ୍ତାଙ୍କୁ ଅଗ୍ରାହ୍ୟ କରେ ।


ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ସେହି ସମୟରେ ନାନା ବିଷୟ ତୁମ୍ଭ ମନରେ ପଡ଼ିବ ଓ ତୁମ୍ଭେ ଗୋଟିଏ ଅନିଷ୍ଟ ସଂକଳ୍ପ କରିବ;


କେହି ନ୍ୟାୟରେ ଗୁହାରି ଶୁଣେ ନାହିଁ ଓ କେହି ସତ୍ୟରେ ପ୍ରତିବାଦ କରେ ନାହିଁ; ସେମାନେ ଅସାରତାରେ ନିର୍ଭର କରନ୍ତି ଓ ମିଥ୍ୟା କଥା କହନ୍ତି; ସେମାନେ ଅନିଷ୍ଟକୁ ଗର୍ଭରେ ଧାରଣ କରନ୍ତି ଓ ଅପରାଧ ପ୍ରସବ କରନ୍ତି।


କାରଣ ହେ ସଦାପ୍ରଭୁ, ଦେଖ, ଯାହା ତୁମ୍ଭଙ୍କୁ ସମ୍ପୂର୍ଣ୍ଣ ଗୋଚର ନୁହେଁ, ଏପରି ଗୋଟିଏ କଥା ମୋ’ ଜିହ୍ୱାରେ ନାହିଁ।


ଦେଖ, ସେ ଅଧର୍ମରୂପ ପ୍ରସବ-ବେଦନାରେ ଆକ୍ରାନ୍ତ ହେଉଅଛି; ହଁ, ସେ ଅନିଷ୍ଟ ଗର୍ଭରେ ଧାରଣ କରି ମିଥ୍ୟା ପ୍ରସବ କଲା।


ଆହୁରି ହେ ମୋହର ପରମେଶ୍ୱର, ମୁଁ ଜାଣେ ଯେ, ତୁମ୍ଭେ ଅନ୍ତଃକରଣ ପରୀକ୍ଷା କରିଥାଅ ଓ ସରଳତାରେ ତୁମ୍ଭର ସନ୍ତୋଷ ଥାଏ। ମୁଁ ଆପଣା ଅନ୍ତଃକରଣର ସରଳତାରେ ସ୍ୱେଚ୍ଛାପୂର୍ବକ ଏହିସବୁ ପଦାର୍ଥ ଦାନ କରିଅଛି; ଆଉ ଏଠାରେ ଉପସ୍ଥିତ ତୁମ୍ଭ ଲୋକମାନଙ୍କୁ ସ୍ୱେଚ୍ଛାପୂର୍ବକ ତୁମ୍ଭ ଉଦ୍ଦେଶ୍ୟରେ ଦାନ କରିବାର ଦେଖି ମୁଁ ଆନନ୍ଦିତ ହେଲି।


ତହିଁରେ ଲୋକମାନେ ସ୍ୱେଚ୍ଛାପୂର୍ବକ ଦାନ କରିବାରୁ ଆନନ୍ଦ କଲେ, କାରଣ, ସେମାନେ ସିଦ୍ଧଚିତ୍ତରେ ସ୍ୱେଚ୍ଛାପୂର୍ବକ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦାନ କଲେ; ପୁଣି, ଦାଉଦ ରାଜା ମଧ୍ୟ ମହାନନ୍ଦରେ ଆନନ୍ଦ କଲେ।


ସ୍ୱର୍ଣ୍ଣମୟ ଦ୍ରବ୍ୟ ନିମନ୍ତେ ସୁନା ଓ ରୌପ୍ୟମୟ ଦ୍ରବ୍ୟ ନିମନ୍ତେ ରୂପା ଓ ଶିଳ୍ପକାରମାନଙ୍କ ହସ୍ତରେ ଯାହା ଯାହା କରାଯିବ, ସେହିସବୁ ପ୍ରକାରର କାର୍ଯ୍ୟ ନିମନ୍ତେ ଦେଉଅଛି। ଅତଏବ, ଆଜି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାକୁ ପ୍ରତିଷ୍ଠା କରିବାକୁ କିଏ ସ୍ୱେଚ୍ଛାରେ ଉଦ୍ୟତ ଅଛି ?”


ସେତେବେଳେ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ଏହି ଲୋକମାନେ ତୁମ୍ଭକୁ ଯାହା ଯାହା କହନ୍ତି, ସେହିସବୁ ରବରେ କର୍ଣ୍ଣପାତ କର; କାରଣ ସେମାନେ କେବଳ ତୁମ୍ଭକୁ ଅଗ୍ରାହ୍ୟ କରି ନାହାନ୍ତି, ମାତ୍ର ଆମ୍ଭେ ଯେପରି ସେମାନଙ୍କ ଉପରେ ରାଜା ନୋହିବା, ଏଥିପାଇଁ ସେମାନେ ଆମ୍ଭକୁ ଅଗ୍ରାହ୍ୟ କରିଅଛନ୍ତି।


ଇସ୍ରାଏଲ ସନ୍ତାନଗଣ ସ୍ୱେଚ୍ଛାରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଆଣିଲେ; ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଯାହା ଯାହା କରିବାକୁ ଆଜ୍ଞା ଦେଇଥିଲେ, ତହିଁର କୌଣସି ପ୍ରକାର କର୍ମ କରିବା ପାଇଁ ଯେଉଁ ଯେଉଁ ପୁରୁଷ ଓ ସ୍ତ୍ରୀମାନଙ୍କର ମନ ସେମାନଙ୍କୁ ଇଚ୍ଛୁକ କଲା, ସେମାନେ ପ୍ରତ୍ୟେକେ ଉପହାର ଆଣିଲେ।


ଆହୁରି ମୋଶା କହିଲେ, “ସଦାପ୍ରଭୁ ସନ୍ଧ୍ୟା କାଳରେ ଭୋଜନ ନିମନ୍ତେ ତୁମ୍ଭମାନଙ୍କୁ ମାଂସ ଦେବେ ଓ ପ୍ରାତଃ କାଳରେ ତୃପ୍ତି ପର୍ଯ୍ୟନ୍ତ ଅନ୍ନ ଦେବେ; କାରଣ ସଦାପ୍ରଭୁଙ୍କ ବିରୁଦ୍ଧରେ କରିଥିବା ତୁମ୍ଭମାନଙ୍କର ବଚସା ସେ ଶୁଣନ୍ତି। ଆମ୍ଭେମାନେ କିଏ ? ତୁମ୍ଭମାନଙ୍କର ବଚସା ଆମ୍ଭମାନଙ୍କ ବିରୁଦ୍ଧରେ ନୁହେଁ ମାତ୍ର ସଦାପ୍ରଭୁଙ୍କ ବିରୁଦ୍ଧରେ ହୁଏ।”


ତାହା ପରେ କାମନା ଗର୍ଭଧାରଣ କରି ପାପ ପ୍ରସବ କରେ, ପୁଣି, ପାପ ପୂର୍ଣ୍ଣମାତ୍ରାରେ ବୃଦ୍ଧି ପାଇ ମୃତ୍ୟୁକୁ ଜନ୍ମ ଦିଏ ।


କିନ୍ତୁ ତୁମ୍ଭର ସମ୍ମତି ନ ନେଇ ମୁଁ କିଛି କରିବାକୁ ଇଚ୍ଛା କଲି ନାହିଁ, ଯେପରି ତୁମ୍ଭର ଉତ୍ତମ କାର୍ଯ୍ୟ ବାଧ୍ୟ ବାଧକତାରେ କଲାପରି ନ ହୋଇ ସ୍ୱଚ୍ଛନ୍ଦ ମନରେ ହେବ ।


କିନ୍ତୁ ଖାଦ୍ୟଦ୍ରବ୍ୟ ଆମ୍ଭମାନଙ୍କୁ ଈଶ୍ୱରଙ୍କ ନିକଟରେ ଗ୍ରାହ୍ୟ କି ଅଗ୍ରାହ୍ୟ କରାଏ ନାହିଁ; ଭୋଜନ ନ କଲେ ଆମ୍ଭମାନଙ୍କର କ୍ଷତି ହୁଏ ନାହିଁ, କିମ୍ବା ଭୋଜନ କଲେ ଆମ୍ଭମାନଙ୍କର ଲାଭ ହୁଏ ନାହିଁ ।


ସେମାନେ ଅନିଷ୍ଟ ଗର୍ଭଧାରଣ କରି ଅଧର୍ମ ପ୍ରସବ କରନ୍ତି ଓ ସେମାନଙ୍କ ଉଦର ପ୍ରତାରଣା ପ୍ରସ୍ତୁତ କରେ।


ଏଥିପାଇଁ ସିନା ତୁମ୍ଭେ ଓ ତୁମ୍ଭର ଦଳସ୍ଥ ସମସ୍ତେ ସଦାପ୍ରଭୁଙ୍କ ବିରୁଦ୍ଧରେ ଏକମେଳି ହୋଇଅଛ; ଯେହେତୁ ହାରୋଣ କିଏ ଯେ, ତୁମ୍ଭେମାନେ ତାଙ୍କର ବିରୁଦ୍ଧରେ ବଚସା କରୁଅଛ ?


ମାନତ କରି ପରିଶୋଧ ନ କରିବା ଅପେକ୍ଷା ତୁମ୍ଭର ମାନତ ନ କରିବାର ଭଲ।


Swiv nou:

Piblisite


Piblisite