Biblia Todo Logo
Bib sou entènèt

- Piblisite -




ପ୍ରେରିତ 6:11 - ଓଡିଆ ବାଇବେଲ

11 ସେଥିରେ ସେମାନେ ଲୋକମାନଙ୍କୁ ମତାଇଲେ, ଆଉ ସେମାନେ କହିଲେ, ଆମ୍ଭେମାନେ ଏହାକୁ ମୋଶା ଓ ଈଶ୍ୱରଙ୍କ ବିରୁଦ୍ଧରେ ନିନ୍ଦାକଥା କହିବା ଶୁଣିଅଛୁ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ସେଥିରେ ସେମାନେ ଲୋକମାନଙ୍କୁ ମତାଇଲେ, ଆଉ ସେମାନେ କହିଲେ, ଆମ୍ଭେମାନେ ଏହାକୁ ମୋଶା ଓ ଈଶ୍ଵରଙ୍କ ବିରୁଦ୍ଧରେ ନିନ୍ଦାକଥା କହିବା ଶୁଣିଅଛୁ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

11 ତଥାପି “ସେ ମୋଶାଙ୍କ ବିରୁଦ୍ଧରେ ଓ ଈଶ୍ୱରଙ୍କ ବିରୁଦ୍ଧରେ କଥା କହୁଥିବା ଆମେ ଶୁଣିଲୁ,” ଏହି ମିଥ୍ୟା ସାକ୍ଷ୍ୟ ଦେବା ପାଇଁ ସେମାନେ କେତେକ ଲୋକଙ୍କୁ ଲାଞ୍ଚ ଦେଇ ପ୍ରବର୍ତ୍ତାଇଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ସେଥିରେ ସେମାନେ ଲୋକମାନଙ୍କୁ ମତାଇଲେ, ଆଉ ସେମାନେ କହିଲେ, ଆମ୍ଭେମାନେ ଏହାକୁ ମୋଶା ଓ ଈଶ୍ବରଙ୍କ ବିରୁଦ୍ଧରେ ନିନ୍ଦାକଥା କହିବା ଶୁଣିଅଛୁ।

Gade chapit la Kopi

ପବିତ୍ର ବାଇବଲ

11 ତା'ପରେ ସେମାନେ କେତେକ ଲୋକଙ୍କୁ ଲାଞ୍ଚ ଦେଇ ଏହା କୁହାଇଲେ, “ଆମ୍ଭେ ତାହାଙ୍କୁ ପରମେଶ୍ୱର ଓ ମୋଶାଙ୍କର ବିରୁଦ୍ଧରେ ଖରାପ କଥା କହୁଥିବାର ଶୁଣିଲୁ।”

Gade chapit la Kopi




ପ୍ରେରିତ 6:11
28 Referans Kwoze  

ଯଦ୍ୟପି ମୁଁ ପୂର୍ବେ ନିନ୍ଦକ, ତାଡ଼ନାକାରୀ ଓ ଅତ୍ୟାଚାରୀ ଥିଲି; କିନ୍ତୁ ମୁଁ ଅବିଶ୍ୱାସ ହେତୁ ଅଜ୍ଞାନ ପଣରେ ତାହା କରିଥିଲି ବୋଲି ଦୟା ପାଇଲି;


ଆଉ, ଭଲ ଫଳ ଫଳିବା ନିମନ୍ତେ ଆସ, ମନ୍ଦ କର୍ମ କରୁ, ଏହା ଆମ୍ଭେମାନେ କହୁଅଛୁ ବୋଲି ଯେପରି କେହି କେହି ଆମ୍ଭମାନଙ୍କର ଗ୍ଳାନି କରି କହନ୍ତି, ସେପରି ବା କାହିଁକି ନ କରିବା ? ଏମାନଙ୍କର ଦଣ୍ଡ ଯଥାର୍ଥ ।


ସେ ଆସନ୍ତେ ଯିରୂଶାଲମରୁ ଆଗତ ଯିହୂଦୀମାନେ ତାଙ୍କ ଚାରିଆଡ଼େ ଠିଆ ହୋଇ ତାଙ୍କ ବିରୁଦ୍ଧରେ ଅନେକ ଗୁରୁତର ଅଭିଯୋଗ ଆଣିବାକୁ ଲାଗିଲେ, କିନ୍ତୁ ସେମାନେ ସେହି ସବୁ ପ୍ରମାଣ କରି ପାରିଲେ ନାହିଁ ।


ଆଉ ସେ ଯେପରି ତାଙ୍କୁ ଯିରୂଶାଲମକୁ ଡକାଇ ପଠାନ୍ତି ଏଥି ନିମନ୍ତେ ବିନତିପୁର୍ବକ ତାଙ୍କ ବିରୁଦ୍ଧରେ ଏହି ଅନୁଗ୍ରହ ପ୍ରାର୍ଥନା କଲେ; ପୁଣି, ସେମାନେ ତାଙ୍କୁ ବାଟରେ ବଧ କରିବା ପାଇଁ ଛକି ବସିଲେ ।


ହେ ଇସ୍ରାଏଲୀୟ ଲୋକମାନେ, ସାହାଯ୍ୟ କର; ସବୁ ସ୍ଥାନରେ ଯେଉଁ ଲୋକଟା ଆମ୍ଭମାନଙ୍କର ଜାତି, ମୋଶାଙ୍କ ବ୍ୟବସ୍ଥା ଓ ଏହି ସ୍ଥାନ ବିପକ୍ଷରେ ସମସ୍ତଙ୍କୁ ଶିକ୍ଷା ଦିଏ, ସେ ଏହି; ସେ ଆହୁରି ମଧ୍ୟ ଗ୍ରୀକ୍‌ମାନଙ୍କୁ ସୁଦ୍ଧା ମନ୍ଦିର ଭିତରକୁ ଆଣି ଏହି ପବିତ୍ର ସ୍ଥାନକୁ ଅଶୁଚି କରୁଅଛି ।


କିନ୍ତୁ ସେମାନେ ପ୍ରତିରୋଧ ଓ ନିନ୍ଦା କରିବାରୁ ସେ ଆପଣା ବସ୍ତ୍ର ଝାଡ଼ି ସେମାନଙ୍କୁ କହିଲେ, ଆପଣମାନଙ୍କ ରକ୍ତ ଆପଣମାନଙ୍କ ମସ୍ତକ ଉପରେ ବର୍ତ୍ତୁ; ମୁଁ ନିର୍ଦ୍ଦୋଷ; ଏଣିକି ମୁଁ ଅଣଯିହୂଦୀମାନଙ୍କ ନିକଟକୁ ଯିବି ।


କାରଣ ପ୍ରାଚୀନକାଳରୁ ପ୍ରତି ନଗରରେ ମୋଶାଙ୍କର ପ୍ରଚାରକମାନେ ଅଛନ୍ତି, ଯେଣୁ ପ୍ରତି ବିଶ୍ରାମବାରରେ ସମାଜଗୃହସମୂହରେ ତାହାଙ୍କ ମୋଶାଙ୍କ ବ୍ୟବସ୍ଥା ପାଠ କରାଯାଉଅଛି ।


ଆଉ ମିଥ୍ୟାସାକ୍ଷୀମାନଙ୍କୁ ଠିଆ କରାଇଲେ; ସେମାନେ କହିଲେ,ଏ ଲୋକଟା ଏହି ପବିତ୍ର ସ୍ଥାନ ଓ ମୋଶାଙ୍କ ଦତ୍ତ ନିୟମ ବିରୁଦ୍ଧରେ କଥା କହିବାକୁ ବନ୍ଦ କରୁ ନାହିଁ,


ଆଉ, ସେମାନେ ଏହାସବୁ କରିବେ, କାରଣ ସେମାନେ ପିତାଙ୍କୁ କିମ୍ବା ମୋତେ ଜାଣି ନାହାଁନ୍ତି ।


ଆମ୍ଭେମାନେ ଜାଣୁ ଯେ, ଈଶ୍ୱର ମୋଶାଙ୍କୁ କଥା କହିଅଛନ୍ତି, କିନ୍ତୁ ଏ ଲୋକଟା କେଉଁଠାରୁ ଆସିଅଛି, ତାହା ଆମ୍ଭେମାନେ ଜାଣୁ ନାହିଁ ।


କାରଣ ମୋଶାଙ୍କ ବ୍ୟବସ୍ଥା ମୋଶାଙ୍କ ଦ୍ୱାରା ପ୍ରଦତ୍ତ ହେଲା, କିନ୍ତୁ ଅନୁଗ୍ରହ ଓ ସତ୍ୟ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଉପସ୍ଥିତ ହେଲା ।


ଆଉ ସମସ୍ତ ସମାଜଗୃହରେ ଥରକୁଥର ସେମାନଙ୍କୁ ଶାସ୍ତି ଦେଇ ଯୀଶୁଙ୍କ ନିନ୍ଦା କରିବା ନିମନ୍ତେ ସେମାନଙ୍କୁ ବାଧ୍ୟ କରୁଥିଲି, ପୁଣି, ସେମାନଙ୍କ ବିରୁଦ୍ଧରେ ଅତ୍ୟନ୍ତ ଉନ୍ନତ୍ତ ହୋଇ ବିଦେଶୀୟ ନଗରଗୁଡ଼ିକ ପର୍ଯ୍ୟନ୍ତ ସୁଧା ସେମାନଙ୍କୁ ତାଡ଼ନା କରୁଥିଲି ।


ପୁଣି, ଯେକେହି ଆପଣା ସଦାପ୍ରଭୁଙ୍କ ନାମର ନିନ୍ଦା କରେ, ସେ ଅବଶ୍ୟ ହତ ହେବ; ସମସ୍ତ ମଣ୍ଡଳୀ ତାହାକୁ ନିଶ୍ଚୟ ପଥର ମାରି ବଧ କରିବେ; ବିଦେଶୀ ହେଉ ବା ସ୍ୱଦେଶୀ ହେଉ, ସଦାପ୍ରଭୁଙ୍କ ନାମର ନିନ୍ଦା କଲେ ହତ ହେବ।


ତୁମ୍ଭେ ମିଥ୍ୟାପବାଦ ଉତ୍‍ଥାପନ କରିବ ନାହିଁ; ଅନ୍ୟାୟ ସାକ୍ଷୀ ହୋଇ ଦୁଷ୍ଟର ସାହାଯ୍ୟ କରିବ ନାହିଁ।


ତହିଁରେ ଯାଜକମାନେ ଓ ଭବିଷ୍ୟଦ୍‍ବକ୍ତାମାନେ, ଅଧିପତିମାନଙ୍କୁ ଓ ଲୋକ ସମସ୍ତଙ୍କୁ ଏହି କଥା କହିଲେ, “ଏହି ମନୁଷ୍ୟ ପ୍ରାଣଦଣ୍ଡର ଯୋଗ୍ୟ; କାରଣ ସେ ଏହି ନଗର ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିଅଛି, ଏହା ତୁମ୍ଭେମାନେ ସ୍ୱକର୍ଣ୍ଣରେ ଶୁଣିଅଛ।”


ପୁଣି, ସେ ବିନ୍ୟାମୀନ୍ ନାମକ ନଗର ଦ୍ୱାରରେ ଉପସ୍ଥିତ ହେବା ବେଳେ ସେଠାରେ ପ୍ରହରୀଗଣର ଜଣେ ଅଧ୍ୟକ୍ଷ ଥିଲା, ତାହାର ନାମ ଯିରୀୟ, ସେ ହନାନୀୟର ପୌତ୍ର ଶେଲିମୀୟର ପୁତ୍ର; ପୁଣି, ସେ ଯିରିମୀୟ ଭବିଷ୍ୟଦ୍‍ବକ୍ତାଙ୍କୁ ଧରି କହିଲା, “ତୁମ୍ଭେ କଲ୍‍ଦୀୟମାନଙ୍କର ପକ୍ଷକୁ ଯାଉଅଛ।”


ମାତ୍ର ସେ ଯେଉଁ ଜ୍ଞାନ ଓ ଆତ୍ମାଙ୍କ ଶକ୍ତିରେ କଥା କହୁଥିଲେ, ସେମାନେ ତାହା ପ୍ରତିରୋଧ କରିବାକୁ ସମର୍ଥ ହେଲେ ନାହିଁ ।


ଆଉ, ସେମାନେ ଜନସାଧାରଣଙ୍କୁ, ପୁଣି, ପ୍ରାଚୀନ ଓ ଶାସ୍ତ୍ରୀମାନଙ୍କୁ ଉତ୍ତେଜିତ କରି ତାହାଙ୍କୁ ଆକ୍ରମଣ କଲେ ଓ ତାହାଙ୍କୁୁ ବଳରେ ଧରି ମହାସଭାକୁ ଆଣିଲେ,


Swiv nou:

Piblisite


Piblisite