Biblia Todo Logo
Bib sou entènèt

- Piblisite -




ପ୍ରେରିତ 6:12 - ଓଡିଆ ବାଇବେଲ

12 ଆଉ, ସେମାନେ ଜନସାଧାରଣଙ୍କୁ, ପୁଣି, ପ୍ରାଚୀନ ଓ ଶାସ୍ତ୍ରୀମାନଙ୍କୁ ଉତ୍ତେଜିତ କରି ତାହାଙ୍କୁ ଆକ୍ରମଣ କଲେ ଓ ତାହାଙ୍କୁୁ ବଳରେ ଧରି ମହାସଭାକୁ ଆଣିଲେ,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ଆଉ, ସେମାନେ ଲୋକସାଧାରଣଙ୍କୁ, ପୁଣି ପ୍ରାଚୀନ ଓ ଶାସ୍ତ୍ରୀମାନଙ୍କୁ ଉତ୍ତେଜିତ କରି ତାହାଙ୍କୁ ଆକ୍ରମଣ କଲେ ଓ ତାଙ୍କୁ ବଳରେ ଧରି ମହାସଭାକୁ ଆଣିଲେ,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 ଏହି ପ୍ରକାରେ ସେମାନେ ଲୋକମାନଙ୍କୁ, ଧର୍ମନେତା ଓ ଗୁରୁମାନଙ୍କୁ ଉତ୍ତେଜିତ କଲେ ଓ ସ୍ତିଫାନଙ୍କୁ ଧରି ମହାସଭାକୁ ନେଇଗଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଆଉ, ସେମାନେ ଜନସାଧାରଣଙ୍କୁ, ପୁଣି, ପ୍ରାଚୀନ ଓ ଶାସ୍ତ୍ରୀମାନଙ୍କୁ ଉତ୍ତେଜିତ କରି ତାହାଙ୍କୁ ଆକ୍ରମଣ କଲେ ଓ ତାହାଙ୍କୁ ବଳରେ ଧରି ମହାସଭାକୁ ଆଣିଲେ,

Gade chapit la Kopi

ପବିତ୍ର ବାଇବଲ

12 ଏହା କରିବା ଦ୍ୱାରା ସେମାନେ ପୁରୁଖା ଯିହୂଦୀ ନେତାଙ୍କୁ ଆଇନର ଶିକ୍ଷକମାନଙ୍କୁ ଓ ଲୋକମାନଙ୍କୁ ଉତ୍ତେଜିତ କଲେ ଓ ସ୍ତିଫାନଙ୍କୁ ଧରିନେଇ ମହାସଭାକୁ ନେଇ ଆସିଲେ।

Gade chapit la Kopi




ପ୍ରେରିତ 6:12
15 Referans Kwoze  

କ୍ରୋଧୀ ଲୋକ କଳି ଜନ୍ମାଏ; ପୁଣି, କୋପ କରିବାକୁ ଧୀର ଲୋକ ବିବାଦ କ୍ଷାନ୍ତ କରେ।


କିନ୍ତୁ ଯେଉଁ ଯିହୂଦୀମାନେ ବିଶ୍ୱାସ କଲେ ନାହିଁ, ସେମାନେ ଅଣଯିହୂଦୀମାନଙ୍କର ମନକୁ ଉତ୍ତେଜିତ କରି ଭାଇମାନଙ୍କ ବିରୁଦ୍ଧରେ ମନ୍ଦ ଭାବ ଜନ୍ମାଇଦେଲେ ।


ପରେ ଯେଉଁମାନେ ଯୀଶୁଙ୍କୁ ଧରିଥିଲେ, ସେମାନେ ତାହାଙ୍କୁ କୟାଫା ମହାଯାଜକଙ୍କ ନିକଟକୁ ନେଇଗଲେ; ସେହି ସ୍ଥାନରେ ଶାସ୍ତ୍ରୀ ଓ ପ୍ରାଚୀନବର୍ଗ ଏକତ୍ର ହୋଇଥିଲେ ।


ସେହି ସାତ ଦିନ ପ୍ରାୟ ସମ୍ପୂର୍ଣ୍ଣ ହୁଅନ୍ତେ, ଆସିଆର ଯିହୂଦୀମାନେ ମନ୍ଦିରରେ ତାହାଙ୍କୁ ଦେଖି ଲୋକସମୂହକୁ ଉତ୍ତେଜିତ କଲେ, ପୁଣି, ତାହାଙ୍କୁ ଧରି ଚିତ୍କାର କରିବାକୁ ଲାଗିଲେ,


କିନ୍ତୁ ଯେତେବେଳେ ଥେସଲନୀକୀୟ ଯିହୂଦୀମାନେ ଜାଣିଲେ ଯେ, ଈଶ୍ୱରଙ୍କ ବାକ୍ୟ ପାଉଲଙ୍କ ଦ୍ୱାରା ବେରୟାରେ ସୁଦ୍ଧା ପ୍ରଚାରିତ ହେଉଅଛି, ସେତେବେଳେ ସେମାନେ ସେ ସ୍ଥାନକୁ ମଧ୍ୟ ଆସି ଲୋକସମୂହଙ୍କୁ ଉତ୍ତେଜିତ ଓ ବିଚଳିତ କଲେ ।


କିନ୍ତୁ ଯିହୂଦୀମତାବଲମ୍ବୀ ଅଣଯିହୂଦୀ ପ୍ରମୁଖ ମହିଳାମାନଙ୍କୁ ଓ ନଗରର ପ୍ରଧାନ ପ୍ରଧାନ ବ୍ୟକ୍ତିଙ୍କୁ ଯିହୂଦୀମାନେ ଉତ୍ତେଜିତ କଲେ, ପୁଣି, ପାଉଲ ଓ ବର୍ଣ୍ଣବ୍ବାଙ୍କ ପ୍ରତି ତାଡ଼ନା ଘଟାଇ ଆପଣାମାନଙ୍କ ସୀମାରୁ ସେମାନଙ୍କୁ ବାହାର କରିଦେଲେ ।


ସେମାନେ ସେମାନଙ୍କୁ ଆଣି ମହାସଭା ସମ୍ମୁଖରେ ଠିଆ କରାଇଲେ । ସେଥିରେ ମହାଯାଜକ ସେମାନଙ୍କୁ ପଚାରିଲେ,


ଓ ପ୍ରେରିତମାନଙ୍କୁ ଧରି ସାଧାରଣ କାରାଗାରରେ ରଖିଲେ ।


କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଆପଣା ଭାଇ ଉପରେ କ୍ରୋଧ କରେ, ସେ ବିଚାରସ୍ଥାନରେ ଦଣ୍ଡନୀୟ ହେବ । ପୁଣି, ଯେ କେହି ଆପଣା ଭାଇ କି ମୂର୍ଖ ବୋଲି କହେ, ସେ ମହାସଭାରେ ଦଣ୍ଡିତ ହେବ; ଆଉ ଯେ କେହି ପାଷାଣ୍ଡ ବୋଲି କହେ, ସେ ଅଗ୍ନିମୟ ନର୍କରେ ଦଣ୍ଡନୀୟ ହେବ ।


କିନ୍ତୁ ଗାଲ୍ଲିୟୋନ୍ ଆଖାୟାର ଶାସନକର୍ତ୍ତା ଥିବା ସମୟରେ ଯିହୂଦୀମାନେ ପାଉଲଙ୍କ ବିରୁଦ୍ଧରେ ଏକମତ ହୋଇ ଉଠି ତାହାଙ୍କୁ ବିଚାରାସନ ଛାମୁକୁ ଘେନିଆସି କହିଲେ,


ଏଥିମଧ୍ୟରେ ଦିନେ ଯୀଶୁ ଯେତେବେଳେ ମନ୍ଦିରରେ ଲୋକମାନଙ୍କୁ ଶିକ୍ଷା ଦେଉଥିଲେ ଓ ସୁସମାଚାର ପ୍ରଚାର କରୁଥିଲେ, ସେତେବେଳେ ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ପ୍ରାଚୀନମାନଙ୍କ ସହିତ ଆସି ତାହାଙ୍କୁ କହିଲେ,


ସେଥିରେ ସେମାନେ ଲୋକମାନଙ୍କୁ ମତାଇଲେ, ଆଉ ସେମାନେ କହିଲେ, ଆମ୍ଭେମାନେ ଏହାକୁ ମୋଶା ଓ ଈଶ୍ୱରଙ୍କ ବିରୁଦ୍ଧରେ ନିନ୍ଦାକଥା କହିବା ଶୁଣିଅଛୁ ।


Swiv nou:

Piblisite


Piblisite