Biblia Todo Logo
Bib sou entènèt

- Piblisite -




ପ୍ରେରିତ 6:5 - ଓଡିଆ ବାଇବେଲ

5 ଏହି କଥା ସମସ୍ତ ବିଶ୍ୱାସୀମାନଙ୍କ ଦୃଷ୍ଟିରେ ଉତ୍ତମ ଦେଖାଗଲା, ଆଉ ସେମାନେ ବିଶ୍ୱାସ ଓ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ସ୍ତିଫାନ ନାମକ ଜଣେ ବ୍ୟକ୍ତିଙ୍କି, ପୁଣି, ଫିଲିପ୍ପ, ପ୍ରଖର, ନୀକାନୋର, ତୀମୋନ, ପାର୍ମନା ଓ ଆନ୍ତିୟଖିଆର ଯିହୂଦୀମତାବଲମ୍ବୀ ନୀକଲାୟଙ୍କୁ ମନୋନୀତ କରି,

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ଏହି କଥା ସମସ୍ତ ସମ୍ପ୍ରଦାୟର ଦୃଷ୍ଟିରେ ଉତ୍ତମ ଦେଖାଗଲା, ଆଉ ସେମାନେ ବିଶ୍ଵାସ ଓ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ସ୍ତିଫାନ ନାମକ ଜଣେ ବ୍ୟକ୍ତିଙ୍କି, ପୁଣି ଫିଲିପ୍ପ, ପ୍ରଖର, ନୀକାନୋର, ତୀମୋନ, ପାର୍ମନା ଓ ଆନ୍ତିୟଖିଆର ଯିହୁଦୀମତାବଲମ୍ଵୀ ନୀକଲାୟଙ୍କୁ ମନୋନୀତ କରି,

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ଦଳର ସମସ୍ତେ ପ୍ରେରିତ ଶିଷ୍ୟମାନଙ୍କ ପ୍ରସ୍ତାବରେ ସନ୍ତୁଷ୍ଟ ହେଲେ ଏବଂ ଏହି କାର୍ଯ୍ୟ ପାଇଁ ବିଶ୍ୱାସ ଓ ପବିତ୍ରଆତ୍ମାରେ ପୂର୍ଣ୍ଣ ହୋଇଥିବା ସ୍ତିଫାନ ନାମକ ଜଣେ ବ୍ୟକ୍ତିଙ୍କୁ, ପୁଣି ଫିଲିପ୍ପ, ପ୍ରଖର, ନୀକାନୋର୍, ତୀମୋନ, ପାର୍ମନା ଓ ପୂର୍ବେ ଇହୁଦୀ ଧର୍ମରେ ଦୀକ୍ଷିତ ହୋଇଥିବା ଆଣ୍ଟିୟୋଖର ଅଣଇହୁଦୀ ନିକୋଲାୟଙ୍କୁ ମନୋନୀ କଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ଏହି କଥା ସମସ୍ତ ବିଶ୍ୱାସୀମାନଙ୍କ ଦୃଷ୍ଟିରେ ଉତ୍ତମ ଦେଖାଗଲା, ଆଉ ସେମାନେ ବିଶ୍ୱାସ ଓ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ସ୍ତିଫାନ ନାମକ ଜଣେ ବ୍ୟକ୍ତିଙ୍କୁ, ପୁଣି, ଫିଲିପ୍ପ, ପ୍ରଖର, ନୀକାନୋର, ତୀମୋନ, ପାର୍ମନା ଓ ଆନ୍ତିୟଖିଆର ଯିହୁଦୀମତାବଲମ୍ବୀ ନୀକଲାୟଙ୍କୁ ମନୋନୀତ କରି,

Gade chapit la Kopi

ପବିତ୍ର ବାଇବଲ

5 ସେହି ଦଳର ସମସ୍ତେ ଏହି ଚିନ୍ତାଧାରାକୁ ପସନ୍ଦ କଲେ। ସେମାନେ ନିଜ ମଧ୍ୟରୁ ସ୍ତିଫାନ, ଯେ କି ପବିତ୍ରଆତ୍ମା ଓ ବିଶ୍ୱାସରେ ପରିପୂର୍ଣ୍ଣ ଥିଲେ, ଫିଲି‌ପ୍‌ପ, ପ୍ରଖର, ନୀକାନୋର, ତୀମୋନ, ପାର୍ମନା ଓ ନୀକଲାୟଙ୍କୁ (ସେ ଆନ୍ତିୟଖିଅରୁ ଆସିଥିଲେ ଓ ଯିହୂଦୀ ଧର୍ମରୁ ଧର୍ମାନ୍ତରୀତ ହୋଇଥିଲେ)।

Gade chapit la Kopi




ପ୍ରେରିତ 6:5
24 Referans Kwoze  

କାରଣ ସେ ଜଣେ ଉତ୍ତମ ବ୍ୟକ୍ତି, ପୁଣି, ପବିତ୍ର ଆତ୍ମା ଓ ବିଶ୍ୱାସରେ ପରିପୂର୍ଣ୍ଣ ଥିଲେ । ଏହି ପ୍ରକାରେ ଅନେକ ଅନେକ ଲୋକ ପ୍ରଭୁଙ୍କଠାରେ ସଂଯୁକ୍ତ ହେଲେ ।


ପରଦିନ ଆମ୍ଭେମାନେ କାଇସରିୟାକୁ ପ୍ରସ୍ଥାନ କଲୁ । ଆଉ ସାତ ଜଣଙ୍କ ମଧ୍ୟରେ ଅନ୍ତର୍ଗତ, ସୁସମାଚାର ପ୍ରଚାରକ ଫିଲିପ୍ପଙ୍କ ଗୃହରେ ପ୍ରବେଶ କରି ତାହାଙ୍କ ସାଙ୍ଗରେ ରହିଲୁ ।


ସ୍ତିଫାନ ଅନୁଗ୍ରହ ଓ ଶକ୍ତିରେ ପରିପୂର୍ଣ୍ଣ ହୋଇ ଲୋକମାନଙ୍କ ମଧ୍ୟରେ ମହା ମହା ଆଶ୍ଚର୍ଯ୍ୟକର୍ମ ଓ ଲକ୍ଷଣ ସାଧନ କରିବାକୁ ଲାଗିଲେ ।


ସେଥିରେ ମହାଯାଜକ ପଚାରିଲେ,ଏହି ସମସ୍ତ ଅଭିଯୋଗ କି ସତ୍ୟ?


ଅତଏବ ହେ ଭାଇମାନେ, ଯେଉଁମାନଙ୍କୁ ଆମ୍ଭେମାନେ ଏହି କାର୍ଯ୍ୟରେ ନିଯୁକ୍ତ କରି ପାରୁ,ଏପରି ସୁଖ୍ୟାତି ସମ୍ପନ୍ନ ଏବଂ ଆତ୍ମା ଓ ଜ୍ଞାନରେ ପରିପୂର୍ଣ୍ଣ ସାତ ଜଣଙ୍କୁ ଆପଣମାନଙ୍କ ମଧ୍ୟରୁ ବାଛି ସ୍ଥିର କରନ୍ତୁ;


ସେତେବେଳେ ଆନ୍ତିୟଖିଆସ୍ଥିତ ମଣ୍ଡଳୀରେ ବର୍ଣ୍ଣବ୍ବା, ଶିମିୟୋନ, ଯାହାଙ୍କୁ ନିଗର ବୋଲି କହନ୍ତି, କୂରୀଣୀୟ ଲୂକୀୟ, ସାମନ୍ତରାଜା ହେରୋଦଙ୍କ ସହପାଳିତ ମନହେମ୍ ଓ ଶାଉଲ, ଏହିପରି ଭାବବାଦୀ ଓ ଶିକ୍ଷକମାନେ ଥିଲେ ।


ଇତିମଧ୍ୟରେ ସ୍ତିଫାନଙ୍କ ସକାଶେ ଘଟିଥିବା କ୍ଲେଶ ହେତୁ ଯେଉଁମାନେ ଛିନ୍ନଭିନ୍ନ ହୋଇ ଯାଇଥିଲେ, ସେମାନେ ଫୈନିକିଆ, ସାଇପ୍ରସ୍ ଓ ଆନ୍ତିୟଖିଆ ପର୍ଯ୍ୟନ୍ତ ଭ୍ରମଣ କରି କେବଳ ଯିହୂଦୀମାନଙ୍କ ବିନା ଆଉ କାହାରି ନିକଟରେ ବାକ୍ୟ ପ୍ରଚାର କରୁ ନ ଥିଲେ ।


ମାତ୍ର ସେ ଯେଉଁ ଜ୍ଞାନ ଓ ଆତ୍ମାଙ୍କ ଶକ୍ତିରେ କଥା କହୁଥିଲେ, ସେମାନେ ତାହା ପ୍ରତିରୋଧ କରିବାକୁ ସମର୍ଥ ହେଲେ ନାହିଁ ।


ଆପଣା ମୁଖର ଉତ୍ତରରେ ମନୁଷ୍ୟର ଆନନ୍ଦ ହୁଏ, ପୁଣି ଯଥାକାଳର କଥା କିପରି ଉତ୍ତମ !


ସେହିପରି ମଧ୍ୟ ନୀକଲାତୀୟ ମତାବଲମ୍ୱୀ କେତେକ ତୁମ୍ଭ ମଧ୍ୟରେ ଅଛନ୍ତି ।


ହେଲେ, ତୁମ୍ଭର ଏହି ସଦ୍‌ଗୁଣ ଅଛି ଯେ, ଆମ୍ଭେ ନୀକଲାତୀୟମାନଙ୍କର ଯେଉଁ ସବୁ କର୍ମ ଘୃଣା କରୁ, ତୁମ୍ଭେ ମଧ୍ୟ ସେହି ସବୁ ଘୃଣା କରୁଅଛ ।


ସେତେବେଳେ ପ୍ରେରିତ ଓ ପ୍ରାଚୀନମାନେ ସମସ୍ତ ମଣ୍ଡଳୀ ସହିତ ଆପଣାମାନଙ୍କ ମଧ୍ୟରୁ ଲୋକ, ଅର୍ଥାତ୍ ଭ୍ରାତୃବୃନ୍ଦଙ୍କ ମଧ୍ୟରେ ଅଗ୍ରଗଣ୍ୟ ବର୍ଶବ୍ବା ନାମରେ ଖ୍ୟାତ ଯିହୂଦା ଓ ଶୀଲାଙ୍କୁ ମନୋନୀତ କରି ପାଉଲ ଓ ବର୍ଣ୍ଣବ୍ବାଙ୍କ ସହିତ ଆନ୍ତିୟଖିଆକୁ ପଠାଇବାକୁ ନିଷ୍ପତ୍ତି ନେଲେ,


ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ଜଣକୁ ତୁମ୍ଭମାନଙ୍କର ଧର୍ମାବଲମ୍ବୀ କରିବା ପାଇଁ ଜଳସ୍ଥଳ ଭ୍ରମଣ କରୁଥାଅ, ପୁଣି, ଯେତେବେଳେ ସେ ହୁଏ, ସେତେବେଳେ ତାହାକୁ ତୁମ୍ଭମାନଙ୍କ ଅପେକ୍ଷା ଦୁଇ ଗୁଣ ନର୍କର ପାତ୍ର କରୁଥାଅ ।


ମାତ୍ର ଯାକୁବକୁ ତାହାର ଆଜ୍ଞା-ଲଙ୍ଘନ ଓ ଇସ୍ରାଏଲକୁ ତାହାର ପାପ ଜ୍ଞାତ କରାଇବା ନିମନ୍ତେ ଆମ୍ଭେ ପ୍ରକୃତରେ ସଦାପ୍ରଭୁଙ୍କ ଆତ୍ମା ଦ୍ୱାରା ଶକ୍ତିରେ, ନ୍ୟାୟ-ବିଚାରରେ ଓ ପରାକ୍ରମରେ ପରିପୂର୍ଣ୍ଣ ଅଛୁ।


କୋମଳ ଉତ୍ତର କ୍ରୋଧକୁ ଦମନ କରେ; ମାତ୍ର କଟୁ ବାକ୍ୟ କୋପ ଜନ୍ମାଏ।


ସେତେବେଳେ ଫାରୋଙ୍କର ଓ ତାଙ୍କର ଦାସମାନଙ୍କ ଦୃଷ୍ଟିରେ ଏହି କଥା ଉତ୍ତମ ବୋଧ ହେଲା।


ସେଥିରେ ସମସ୍ତେ ପବିତ୍ର ଆତ୍ମାରେ ପରିପୂର୍ଣ୍ଣ ହେଲେ, ପୁଣି, ଆତ୍ମା ସେମାନଙ୍କୁ ଯେପରି କହିବାକୁ ଶକ୍ତି ଦେଲେ, ତଦନୁସାରେ ସେମାନେ ଅନ୍ୟାନ୍ୟ ଭାଷାରେ କଥା କହିବାକୁ ଲାଗିଲେ ।


କିନ୍ତୁ ସେମାନଙ୍କ ମଧ୍ୟରୁ କେତେକ ସାଇପ୍ରସ୍ ଓ କୂରୀଣୀୟ ଲୋକ ଆନ୍ତିୟଖିଆକୁ ଗ୍ରୀକ୍‌ମାନଙ୍କ ନିକଟରେ ମଧ୍ୟ କଥା କହି ପ୍ରଭୁ ଯୀଶୁଙ୍କ ସୁସମାଚାର ପ୍ରଚାର କରିବାକୁ ଲାଗିଲେ ।


ସେମାନଙ୍କ ବିଷୟକ ସମ୍ବାଦ ଯିରୂଶାଲମସ୍ଥ ମଣ୍ଡଳୀର କର୍ଣ୍ଣଗୋଚର ହେଲା, ସେଥିରେ ସେମାନେ ଆନ୍ତିୟଖିଆ ପର୍ଯ୍ୟନ୍ତ ବର୍ଣ୍ଣବ୍ବାଙ୍କୁ ପ୍ରେରଣ କଲେ ।


ପୁଣି, ସେ ତାହାଙ୍କୁ ପାଇ ଆନ୍ତିୟଖିଆକୁ ଘେନି ଆସିଲେ । ସେମାନେ ସମ୍ପୂର୍ଣ୍ଣ ଏକ ବର୍ଷ ପର୍ଯ୍ୟନ୍ତ ମଣ୍ଡଳୀର ସହିତ ରହି ଅନେକ ଲୋକଙ୍କୁ ଶିକ୍ଷା ଦେଲେ, ପୁଣି, ଆନ୍ତିୟଖିଆରେ ଶିଷ୍ୟମାନେ ପ୍ରଥମରେ ଖ୍ରୀଷ୍ଟିୟାନ ବୋଲି ନାମିତ ହେଲେ ।


ସେହି ସମୟରେ କେତେକ ଜଣ ଭାବବାଦୀ ଯିରୂଶାଲମରୁ ଆନ୍ତିୟଖିଆକୁ ଆସିଲେ ।


ଆଉ ଆପଣଙ୍କ ସାକ୍ଷୀ ସ୍ତିଫାନଙ୍କ ରକ୍ତପାତ ଯେତେବେଳେ ହେଉଥିଲା, ସେତେବେଳେ ମୁଁ ମଧ୍ୟ ପାଖରେ ଠିଆ ହୋଇ ତାହା ସମର୍ଥନ କରୁଥିଲି, ପୁଣି, ଘାତକମାନଙ୍କର ବସ୍ତ୍ର ରକ୍ଷା କରୁଥିଲି ।


Swiv nou:

Piblisite


Piblisite