Biblia Todo Logo
Bib sou entènèt

- Piblisite -




ପ୍ରେରିତ 8:2 - ଓଡିଆ ବାଇବେଲ

2 ତଥାପି କେତେକ ଜଣ ଭକ୍ତ ଲୋକ ସ୍ତିଫାନଙ୍କୁ ସମାଧି ଦେଇ ତାହାଙ୍କ ନିମନ୍ତେ ବହୁତ ବିଳାପ କଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତଥାପି କେତେକ ଜଣ ଭକ୍ତ ଲୋକ ସ୍ତିଫାନଙ୍କୁ ସମାଧି ଦେଇ ତାଙ୍କ ନିମନ୍ତେ ବହୁତ ବିଳାପ କଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 କେତେକ ଈଶ୍ୱର ଭକ୍ତ ଉଚ୍ଚ ସ୍ୱରରେ ବିଳାପ କରି ସ୍ତିଫାନଙ୍କ ମୃତ ଦେହକୁ ସମାଧି ଦେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ତଥାପି କେତେକ ଭକ୍ତ ଲୋକମାନେ ସ୍ତିଫାନଙ୍କୁ ସମାଧି ଦେଇ ତାହାଙ୍କ ନିମନ୍ତେ ବହୁତ ବିଳାପ କଲେ।

Gade chapit la Kopi




ପ୍ରେରିତ 8:2
19 Referans Kwoze  

ସେ ଜଣେ ଭକ୍ତ, ଆଉ ସପରିବାରରେ ଈଶ୍ୱରଙ୍କୁ ଭୟ କରୁଥିଲେ । ସେ ଲୋକମାନଙ୍କୁ ବହୁତ ଦାନ ଦେଉଥିଲେ, ଆଉ ସର୍ବଦା ଈଶ୍ୱରଙ୍କ ଛାମୁରେ ପ୍ରାର୍ଥନା କରୁଥିଲେ ।


ଏହି ସମୟରେ ପେଣ୍ଟିକଷ୍ଟ ପର୍ବ ପାଳନ ଉଦ୍ଦେଶ୍ୟରେ ଆକାଶ ତଳେ ଥିବା ପ୍ରତ୍ୟେକ ଜାତିରୁ ଭକ୍ତ ଯିହୂଦୀମାନେ ଆସି ଯିରୂୂଶାଲମରେ ବାସ କରୁଥିଲେ ।


ଆଉ ଦେଖ, ଯିରୂଶାଲମରେ ଶିମିୟୋନ ନାମକ ଜଣେ ଧାର୍ମିକ ଓ ଭକ୍ତ ବ୍ୟକ୍ତି ଥିଲେ; ସେ ଇସ୍ରାଏଲର ସାନ୍ତ୍ୱନା ଅପେକ୍ଷା କରୁଥିଲେ, ପୁଣି, ପବିତ୍ର ଆତ୍ମା ତାହାଙ୍କଠାରେ ଅଧିଷ୍ଠାନ କରିଥିଲେ ।


ଏଥିପାଇଁ ଯୋଶୀୟର ପୁତ୍ର ଯିହୁଦାର ରାଜା ଯିହୋୟାକୀମ୍‍ର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; “ଲୋକମାନେ, ହାୟ, ଆମ୍ଭର ଭାଇ! ଅବା ହାୟ, ଭଉଣୀ ! କହି ତାହା ପାଇଁ ବିଳାପ କରିବେ ନାହିଁ; ହାୟ, ପ୍ରଭୁ ! ଅବା ହାୟ, ତାଙ୍କର ମହିମା ! ଏହା କହି ଲୋକେ ତାହା ପାଇଁ ବିଳାପ କରିବେ ନାହିଁ।”


ତୁମ୍ଭେମାନେ ମୃତ ଲୋକ ସକାଶେ ରୋଦନ କର ନାହିଁ, କିଅବା ତାହା ସକାଶେ ବିଳାପ କର ନାହିଁ; ମାତ୍ର ପ୍ରସ୍ଥାନ କରିବା ଲୋକ ନିମନ୍ତେ ଅତିଶୟ କ୍ରନ୍ଦନ କର; କାରଣ ସେ ଆଉ ଫେରି ଆସିବ ନାହିଁ, କିଅବା ଆପଣା ଜନ୍ମଦେଶ ଆଉ ଦେଖିବ ନାହିଁ।


ପୁଣି, ଯିରିମୀୟ ଯୋଶୀୟଙ୍କ ଲାଗି ବିଳାପ କଲେ; ଆଉ ଗାୟକ ଓ ଗାୟିକା ସମସ୍ତେ ଆପଣା ଆପଣା ବିଳାପରେ ଯୋଶୀୟଙ୍କ ବିଷୟ ଆଜି ପର୍ଯ୍ୟନ୍ତ ଉଲ୍ଲେଖ କରନ୍ତି; ଲୋକମାନେ ଇସ୍ରାଏଲ ମଧ୍ୟରେ ଏହା ଏକ ପାଳନୀୟ ବିଧି କଲେ; ଆଉ ଦେଖ, ତାହା ବିଳାପ-ସଂହିତାରେ ଲିଖିତ ଅଛି।


ଏଥିଉତ୍ତାରେ ହିଜକୀୟ ମୃତ୍ୟୁବରଣ କଲେ, ତହିଁରେ ଲୋକମାନେ ଦାଉଦ-ସନ୍ତାନଗଣର କବର ସ୍ଥାନର ଊର୍ଦ୍ଧ୍ୱଗାମୀ ପଥ ପାର୍ଶ୍ୱରେ ତାଙ୍କୁ କବର ଦେଲେ; ପୁଣି, ତାଙ୍କର ମରଣ ସମୟରେ ସମଗ୍ର ଯିହୁଦା ଓ ଯିରୂଶାଲମ ନିବାସୀମାନେ ତାଙ୍କର ସମ୍ମାନ କଲେ। ତହୁଁ ତାଙ୍କର ପୁତ୍ର ମନଃଶି ତାଙ୍କର ପଦରେ ରାଜ୍ୟ କଲେ।


ଏଥିଉତ୍ତାରେ ଦାଉଦ ଯୋୟାବକୁ ଓ ତାହାର ସଙ୍ଗୀ ଲୋକ ସମସ୍ତଙ୍କୁ କହିଲେ, “ତୁମ୍ଭେମାନେ ଆପଣା ଆପଣା ବସ୍ତ୍ର ଚିରି ଅଖା ପିନ୍ଧ ଓ ଅବ୍‍ନରର ଆଗେ ଆଗେ ଶୋକ କରି ଚାଲ।” ପୁଣି ଦାଉଦ ରାଜା ଶବଶଯ୍ୟାର ପଛେ ପଛେ ଚାଲିଲେ।


ଏହି ସମୟକୁ ଶାମୁୟେଲ ମରିଯାଇଥିଲେ ଓ ସମୁଦାୟ ଇସ୍ରାଏଲ ତାଙ୍କ ପାଇଁ ଶୋକ କରି ତାଙ୍କର ନିଜ ନଗର ରାମାରେ ତାଙ୍କୁ କବର ଦେଇଥିଲେ। ପୁଣି, ଶାଉଲ ଭୂତୁଡ଼ିଆ ଓ ଗୁଣିଆ ଲୋକମାନଙ୍କୁ ଦେଶରୁ ଦୂର କରି ଦେଇଥିଲେ।


ଏଉତ୍ତାରେ ଇସ୍ରାଏଲ ସନ୍ତାନଗଣ ମୋୟାବ ପଦାରେ ତିରିଶ ଦିନ ରୋଦନ କଲେ; ଏଥିରେ ମୋଶାଙ୍କ ହେତୁ ଶୋକରେ ସେମାନଙ୍କ ରୋଦନର ଦିନ ସମ୍ପୂର୍ଣ୍ଣ ହେଲା।


ଏଉତ୍ତାରେ ହାରୋଣ ମରିଅଛନ୍ତି, ଏହା ସମସ୍ତ ମଣ୍ଡଳୀ ଦେଖନ୍ତେ, ସେମାନେ, ଅର୍ଥାତ୍‍, ଇସ୍ରାଏଲର ସମସ୍ତ ବଂଶ ହାରୋଣଙ୍କ ନିମନ୍ତେ ତିରିଶ ଦିନ ପର୍ଯ୍ୟନ୍ତ ରୋଦନ କଲେ।


ଏଥିଉତ୍ତାରେ ସାରା କିଣାନ ଦେଶସ୍ଥ କିରୀୟଥ୍‍-ଅର୍ବରେ, ଅର୍ଥାତ୍‍, ହିବ୍ରୋଣରେ ମଲା। ଏଣୁ ଅବ୍ରହାମ ସାରା ନିମନ୍ତେ ଶୋକ ଓ କ୍ରନ୍ଦନ କରିବାକୁ ଭିତରକୁ ଗଲେ।


ଶାଉଲ, ସ୍ତିଫାନ‍ଙ୍କ ପ୍ରାଣନାଶରେ ଏକମତ ଥିଲେ । ସେହି ଦିନ ଯିରୂଶାଲମରେ ଥିବା ମଣ୍ଡଳୀ ପ୍ରତି ଅତିଶୟ ତାଡ଼ନା ଘଟିଲା; ସେଥିରେ ପ୍ରେରିତମାନଙ୍କ ଛଡ଼ା ଅନ୍ୟସମସ୍ତେ ଯିହୂଦା ପ୍ରଦେଶ ଓ ଶମିରୋଣ ଅଞ୍ଚଳ ସମୂହର ଚାରିଆଡ଼େ ଛିନ୍ନଭିନ୍ନ ହୋଇଗଲେ ।


କିନ୍ତୁ ଶାଉଲ ଘରେ ଘରେ ପଶି ପୁରୁଷ ଓ ସ୍ତ୍ରୀଲୋକମାନଙ୍କୁ ଟାଣିଆଣି କାରାଗାରରେ ସମର୍ପଣ କରି ମଣ୍ଡଳୀକୁ ଧ୍ୱଂସ କରିବାକୁ ଲାଗିଲେ ।


ତାଙ୍କ ସଙ୍ଗରେ ରଥ ଓ ଅଶ୍ୱାରୋହୀଗଣ ଗମନ ଗଲେ; ତହିଁରେ ଅତିଶୟ ସମାରୋହ ହେଲା।


ତାହାଙ୍କ ଶିଷ୍ୟମାନେ ସେଥିର ସମ୍ବାଦ ପାଇ ଆସିଲେ ଓ ତାହାଙ୍କ ଶବ ଘେନିଯାଇ ସମାଧିରେ ରଖିଲେ ।


Swiv nou:

Piblisite


Piblisite