Biblia Todo Logo
Bib sou entènèt

- Piblisite -




ପ୍ରେରିତ 9:2 - ଓଡିଆ ବାଇବେଲ

2 ପୁଣି, ଏହି ମାର୍ଗର ଯେକୌଣସି ପୁରୁଷ କି ସ୍ତ୍ରୀର ଦେଖା ପାଆନ୍ତି, ସେମାନଙ୍କୁ ଯେପରି ବାନ୍ଧି ଯିରୂଶାଲମକୁ ଆଣି ପାରନ୍ତି,ଏଥିସକାଶେ ଦମ୍ମେସକର ସମସ୍ତ ସମାଜଗୃହ ନିକଟକୁ ତାହାଙ୍କଠାରୁ ପତ୍ର ମାଗିଲେ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ପୁଣି, ଏହି ମାର୍ଗର ଯେକୌଣସି ପୁରୁଷ କି ସ୍ତ୍ରୀର ଦେଖା ପାଆନ୍ତି, ସେମାନଙ୍କୁ ଯେପରି ବାନ୍ଧି ଯିରୂଶାଲମକୁ ଆଣି ପାରନ୍ତି, ଏଥିସକାଶେ ଦାମାସ୍କସ୍ର ସମସ୍ତ ସମାଜଗୃହ ନିକଟକୁ ତାଙ୍କଠାରୁ ପତ୍ର ମାଗିଲେ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ଦାମାସ୍କସ୍ର ଉପାସନା ଗୃହମାନଙ୍କରେ ପ୍ରଭୁଙ୍କ ଅନୁଗାମୀମାନଙ୍କୁ ପାଇଲେ ବନ୍ଦୀ କରି ଯିରୂଶାଲମକୁ ଧରି ଆଣିବା ପାଇଁ ପ୍ରଧାନ ଯାଜକଠାରୁ ଅନୁମତି ପତ୍ର ପାଇଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୁଣି, ଏହି ମାର୍ଗର ଯେକୌଣସି ପୁରୁଷ କି ସ୍ତ୍ରୀର ଦେଖା ପାଆନ୍ତି, ସେମାନଙ୍କୁ ଯେପରି ବାନ୍ଧି ଯିରୂଶାଲମ ସହରକୁ ଆଣି ପାରନ୍ତି, ଏଥିସକାଶେ ଦମ୍ମେଶକର ସମସ୍ତ ସମାଜଗୃହ ନିକଟକୁ ତାହାଙ୍କଠାରୁ ପତ୍ର ମାଗିଲେ।

Gade chapit la Kopi

ପବିତ୍ର ବାଇବଲ

2 ସେ ମହାଯାଜକଙ୍କ ପାଖକୁ ଯାଇ ଦମ୍ମେସକ ନଗରର ଯିହୂଦୀ ସମାଜଗୃହଗୁଡ଼ିକୁ ପତ୍ର ସବୁ ଲେଖିବା ନିମନ୍ତେ କହିଲେ। ଯେପରି ଏହା ଦ୍ୱାରା ସେ ଯେତେବେଳେ ଖ୍ରୀଷ୍ଟଙ୍କ ପଥ ଅନୁସରଣକାରୀ କୌଣସି ପୁରୁଷ ବା ସ୍ତ୍ରୀକୁ ଦେଖନ୍ତି, ସେତେବେଳେ ସେମାନଙ୍କୁ ବନ୍ଦୀ କରି ଯିରୁଶାଲମକୁ ନେଇ ଆସିପାରିବେ।

Gade chapit la Kopi




ପ୍ରେରିତ 9:2
23 Referans Kwoze  

ପ୍ରାୟ ସେହି ସମୟରେ ଏହି ମାର୍ଗ ବିଷୟରେ ମହା ଗଣ୍ଡଗୋଳ ଉଠିଲା ।


କିନ୍ତୁ ସେତେବେଳେ କେତେକ ଲୋକ କଠିନ ଓ ଅବାଧ୍ୟ ହୋଇ ଲୋକସମୂହ ସାକ୍ଷାତରେ ଏହି ମାର୍ଗ ବିଷୟରେ ନିନ୍ଦା କରିବାକୁ ଲାଗିଲେ, ସେତେବେଳେ ସେ ସେମାନଙ୍କୁ ପରିତ୍ୟାଗ କରି ଶିଷ୍ୟମାନଙ୍କୁ ପୃଥକ୍ କଲେ, ଆଉ ପ୍ରତିଦିନ ତୁରାନ୍ନର ବିଦ୍ୟାଳୟରେ ଉପଦେଶ ଦେବାକୁ ଲାଗିଲେ ।


କିନ୍ତୁ ଏମାନେ ଯାହାକୁ ଗୋଟିଏ ବିଧର୍ମଦଳ ବୋଲି କହନ୍ତି, ମୁଁ ସେହି ମାର୍ଗ ଅନୁସାରେ ଆମ୍ଭମାନଙ୍କ ପିତୃପୁରୁଷଙ୍କ ଈଶ୍ୱରଙ୍କର ଉପାସନା କରିଥାଏ; ଯାହା ଯାହା ମୋଶାଙ୍କ ବ୍ୟବସ୍ଥା ଅନୁଯାୟୀ ଓ ଯାହା ଯାହା ଭାବବାଦୀଶାସ୍ତ୍ରରେ ଲିଖିତ ଅଛି, ସେହି ସବୁ ମୁଁ ବିଶ୍ୱାସ କରେ;


କିନ୍ତୁ ଫେଲୀକ୍ସ୍ ସେହି ମାର୍ଗ ବିଷୟ କେତେକ ପରିମାଣରେ ଜାଣିଥିବାରୁ ବିଚାର ସ୍ଥଗିତ ରଖି କହିଲେ, ସହସ୍ରସେନାପତି ଲୂସୀୟା ଆସିଲେ ଆମ୍ଭେ ତୁମ୍ଭମାନଙ୍କ ବିଷୟ ନିଷ୍ପତ୍ତି କରିବା


ଏହି ବ୍ୟକ୍ତି ପ୍ରଭୁଙ୍କ ମାର୍ଗ ବିଷୟରେ ଶିକ୍ଷା ପ୍ରାପ୍ତ ହୋଇଥିଲେ, ପୁଣି, ଆତ୍ମାରେ ଉତ୍ତପ୍ତ ହୋଇ ଯୀଶୁଙ୍କ ବିଷୟ ସୂକ୍ଷ୍ମରୂପେ କହି ଶିକ୍ଷା ଦେଉଥିଲେ, କିନ୍ତୁ ସେ କେବେଳ ଯୋହନଙ୍କ ବାପ୍ତିସ୍ମ ବିଷୟ ଜାଣିଥିଲେ;


ଆଉ, ଏହି ସ୍ଥାନରେ ଯେତେ ଲୋକ ଆପଣଙ୍କ ନାମରେ ପ୍ରାର୍ଥନା କରନ୍ତି, ସେମାନଙ୍କୁ ବାନ୍ଧିବା ନିମନ୍ତେ ସେ ପ୍ରଧାନ ଯାଜକମାନଙ୍କ ପାଖରୁ କ୍ଷମତା ପାଇଅଛି ।


ଏହି ଉଦ୍ଦେଶ୍ୟରେ ପ୍ରଧାନ ଯାଜକମାନଙ୍କଠାରୁ କ୍ଷମତା ଓ ଆଦେଶପତ୍ର ଘେନି ଦମ୍ମେସକକୁ ଯାଉଥିବା ସମୟରେ,


ସେ ଆମ୍ଭମାନଙ୍କ ଜାତି ପ୍ରତି ଖଳ ବ୍ୟବହାର କଲେ, ପୁଣି, ଆମ୍ଭମାନଙ୍କ ପିତୃପୁରୁଷମାନେ ଯେପରି ଆପଣା ଆପଣା ସନ୍ତାନମାନଙ୍କୁ ଜୀବିତ ନ ରହିବା ପାଇଁ ବାହାରେ ପକାଇ ଦିଅନ୍ତି, ଏଥି ନିମନ୍ତେ ସେମାନଙ୍କ ପ୍ରତି ଅତ୍ୟାଚାର କଲେ ।


କିନ୍ତୁ ଲିବର୍ତ୍ତୀନ, କୂୂରୀଣୀୟ ଓ ଅାଲେକଜାଣ୍ଡ୍ରୀୟମାନଙ୍କ ନାମରେ ଖ୍ୟାତ ଯିହୂଦୀମାନଙ୍କ ସମାଜଗୃହର କେତେକ ଜଣ, ପୁଣି, କିଲିକିୟା ଓ ଆସିଆନିବାସୀ କେତେକ ଲୋକ ଉଠି ସ୍ତିଫାନଙ୍କ ସହିତ ବାଦାନୁବାଦ କରିବାକୁ ଲାଗିଲେ,


ଏଥିଉତ୍ତାରେ ସେ ଆପଣା ଦାସମାନଙ୍କୁ ଦୁଇ ଦଳ କରି ରାତ୍ରି କାଳରେ ଶତ୍ରୁମାନଙ୍କୁ ଆକ୍ରମଣ କଲେ, ପୁଣି, ଦମ୍ମେଶକର ଉତ୍ତରସ୍ଥିତ ହୋବା ପର୍ଯ୍ୟନ୍ତ ସେମାନଙ୍କର ପଛେ ପଛେ ଗୋଡ଼ାଇଲେ।


ଦମ୍ମେଶକ ବିଷୟକ ଭାବବାଣୀ। ଦେଖ, ଦମ୍ମେଶକ ଆଉ ନଗର ନ ହୋଇ ଦୂରୀକୃତ ହୋଇଅଛି, ତାହା କାନ୍ଥଡ଼ାର ଢ଼ିପି ହେବ।


ଦମ୍ମେଶକର ବିଷୟ। “ହମାତ୍‍ ଓ ଅର୍ପଦ ଲଜ୍ଜିତ ହେଉଅଛନ୍ତି, କାରଣ ସେମାନେ ଅମଙ୍ଗଳର ବାର୍ତ୍ତା ଶୁଣିଅଛନ୍ତି, ସେମାନେ ତରଳି ଯାଇଅଛନ୍ତି; ସମୁଦ୍ରରେ ଉଦ୍‍ବେଗ ଦେଖା ଯାଉଅଛି, ତାହା ସୁସ୍ଥିର ହୋଇ ନ ପାରେ।


ମାତ୍ର ମନୁଷ୍ୟମାନଙ୍କଠାରୁ ସାବଧାନ ହୋଇଥାଅ, କାରଣ ସେମାନେ ତୁମ୍ଭମାନଙ୍କୁ ବିଚାରସଭାମାନଙ୍କରେ ସମର୍ପଣ କରିବେ ଓ ସେମାନଙ୍କ ସମାଜଗୃହ ସମୂହରେ କୋରଡ଼ା ମାରିବେ,


ଯୀଶୁ ତାଙ୍କୁ କହିଲେ, ମୁଁ ପଥ, ସତ୍ୟ ଓ ଜୀବନ; ମୋ' ଦେଇ ନ ଗଲେ କେହି ପିତାଙ୍କ ନିକଟକୁ ଯାଏ ନାହିଁ ।


ଆଉ, ଯେଉଁମାନେ ତାହାଙ୍କ କଥା ଶୁଣିଲେ, ସେମାନେ ସମସ୍ତେ ଆଚମ୍ବିତ ହୋଇ କହିବାକୁ ଲାଗିଲେ,ଏହି ନାମ ଧରି ପ୍ରାର୍ଥନା କରୁଥିବା ଲୋକମାନଙ୍କୁ ଯେ ଯିରୂଶାଲମରେ ବିନଷ୍ଟ କରୁଥିଲା, ଆଉ ଯେପରି ସେମାନଙ୍କୁ ବାନ୍ଧି ପ୍ରଧାନ ଯାଜକମାନଙ୍କ ନିକଟକୁ ଘେନିଯାଇ ପାରେ, ସେହି ଅଭିପ୍ରାୟରେ ଏହି ସ୍ଥାନକୁ ଆସିଥିଲା,ଏ କି ସେହି ନୁହେଁ ?


ଆଉ, ଯିରୂଶାଲମରେ ମୁଁ ଏହା ମଧ୍ୟ କରିଥିଲି, ପ୍ରଧାନ ଯାଜକମାନଙ୍କଠାରୁ କ୍ଷମତା ପ୍ରାପ୍ତ ହୋଇ ସାଧୁମାନଙ୍କ ମଧ୍ୟରୁ ଅନେକଙ୍କୁ କାରାଗାରରେ ବନ୍ଦ କରିଥିଲି, ପୁଣି, ସେମାନଙ୍କ ପ୍ରାଣଦଣ୍ଡ ସମୟରେ ମୁଁ ମଧ୍ୟ ସେମାନଙ୍କ ବିରୁଦ୍ଧରେ ମୋହର ମତ ଦେଇଥିଲି,


ଦମ୍ମେସକରେ ହାରେତା ରାଜାଙ୍କ ଶାସନକର୍ତ୍ତା ମୋତେ ଧରିବା ନିମନ୍ତେ ଉକ୍ତ ସହରରେ ପ୍ରହରୀମାନଙ୍କୁ ଜଗାଇଥିଲେ,


କିଅବା ମୋ' ପୂର୍ବରେ ନିଯୁକ୍ତ ପ୍ରେରିତମାନଙ୍କ ନିକଟକୁ ଯିରୂଶାଲମକୁ ନ ଯାଇ ସେହିକ୍ଷଣି ଆରବକୁ ବାହାରିଗଲି; ପୁନଶ୍ଚ ମୁଁ ଦମ୍ମେସକକୁ ବାହୁଡ଼ି ଆସିଲି ।


Swiv nou:

Piblisite


Piblisite