Biblia Todo Logo
Bib sou entènèt

- Piblisite -




ପ୍ରେରିତ 9:5 - ଓଡିଆ ବାଇବେଲ

5 ସେ କହିଲେ, ହେ ପ୍ରଭୁ, ଆପଣ କିଏ? ଆଉ ସେ କହିଲେ, ଯାହାଙ୍କୁ ତୁମ୍ଭେ ତାଡ଼ନା କରୁଅଛ, ଆମ୍ଭେ ସେହି ଯୀଶୁ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ସେ କହିଲେ, ହେ ପ୍ରଭୁ, ଆପଣ କିଏ? ଆଉ ସେ କହିଲେ, ଯାହାଙ୍କୁ ତୁମ୍ଭେ ତାଡ଼ନା କରୁଅଛ, ଆମ୍ଭେ ସେହି ଯୀଶୁ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ସେ କହିଲେ, “ପ୍ରଭୁ, ଆପଣ କିଏ?” ପୁନର୍ବାର ସେହି ବାଣୀ ଶୁଣାଗଲା, “ତୁମ୍ଭେ ଯାହାକୁ ନିର୍ଯ୍ୟାତିତ କରୁଛ, ମୁଁ ସେହି ଯୀଶୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସେ କହିଲେ, ହେ ପ୍ରଭୁ, ଆପଣ କିଏ? ଆଉ ସେ କହିଲେ, “ଯାହାଙ୍କୁ ତୁମ୍ଭେ ତାଡ଼ନା କରୁଅଛ, ଆମ୍ଭେ ସେହି ଯୀଶୁ।”

Gade chapit la Kopi

ପବିତ୍ର ବାଇବଲ

5 ଶାଉଲ କହିଲେ, “ପ୍ରଭୁ, ତୁମ୍ଭେ କିଏ?” ସେ କହିଲେ, “ମୁଁ ଯୀଶୁ, ଯାହାଙ୍କୁ ତୁମ୍ଭେ ତାଡ଼ନା କରୁଛ।

Gade chapit la Kopi




ପ୍ରେରିତ 9:5
15 Referans Kwoze  

ଯଦ୍ୟପି ମୁଁ ପୂର୍ବେ ନିନ୍ଦକ, ତାଡ଼ନାକାରୀ ଓ ଅତ୍ୟାଚାରୀ ଥିଲି; କିନ୍ତୁ ମୁଁ ଅବିଶ୍ୱାସ ହେତୁ ଅଜ୍ଞାନ ପଣରେ ତାହା କରିଥିଲି ବୋଲି ଦୟା ପାଇଲି;


ସେ ମନରେ ଜ୍ଞାନବାନ ଓ ବଳରେ ପରାକ୍ରାନ୍ତ; କିଏ ତାହାଙ୍କ ବିରୁଦ୍ଧରେ ଆପଣାକୁ ପ୍ରବଳ କରି ମଙ୍ଗଳ ପାଇଅଛି ?


ନାଜରିତୀୟ ଯୀଶୁଙ୍କ ନାମ ବିରୁଦ୍ଧରେ ମୋହର ଅନେକ କାର୍ଯ୍ୟ କରିବା ଯେ କର୍ତ୍ତବ୍ୟ ଏହା ମୁଁ ନିଜେ ମନେ କରିଥିଲି ।


ଯେ ଆପଣା ସୃଷ୍ଟିକର୍ତ୍ତାଙ୍କ ସଙ୍ଗେ ବିରୋଧ କରେ, ସେ ସନ୍ତାପର ପାତ୍ର ! ପୃଥିବୀର ଖପରା ମଧ୍ୟରେ ଖଣ୍ଡେ ଖପରା ମାତ୍ର ! ମୃତ୍ତିକା କ’ଣ ତା’ର ଗଢ଼ିବା ଲୋକକୁ କହିବ, ତୁମ୍ଭେ କଅଣ ନିର୍ମାଣ କରୁଅଛ ? ଅବା ତୁମ୍ଭର କର୍ମ କ’ଣ କହିବ, ତାହାର ହସ୍ତ ନାହିଁ ?


ଅଥବା ଆମ୍ଭେମାନେ କ'ଣ ପ୍ରଭୁଙ୍କୁ ବିରକ୍ତି ଜନ୍ମାଇବା ? ଆମ୍ଭେମାନେ କି ତାହାଙ୍କଠାରୁ ବଳବାନ ?


କିନ୍ତୁ ଯଦି ତାହା ଈଶ୍ୱରଙ୍କଠାରୁ ହୋଇଥାଏ, ତାହାହେଲେ ଆପଣମାନେ ସେମାନଙ୍କୁ ଉଚ୍ଛିନ୍ନ କରିବାକୁ ସମର୍ଥ ହେବେ ନାହିଁ, କାଳେ ଆପଣମାନେ ଈଶ୍ୱରଙ୍କ ବିରୁଦ୍ଧରେ ଯୁଦ୍ଧ କରୁଅଛନ୍ତି ବୋଲି ଦେଖାଯିବେ ।


ପୁତ୍ରଙ୍କୁ ଚୁମ୍ବନ କର, ନୋହିଲେ ସେ କ୍ରୁଦ୍ଧ ହେବେ ଓ ତୁମ୍ଭେମାନେ ପଥରେ ବିନଷ୍ଟ ହେବ, କାରଣ ଶୀଘ୍ର ତାହାଙ୍କର କ୍ରୋଧ ପ୍ରଜ୍ୱଳିତ ହେବ। ଯେଉଁମାନେ ତାହାଙ୍କର ଶରଣ ନିଅନ୍ତି, ସେ ସମସ୍ତେ ଧନ୍ୟ।


ମାତ୍ର ଯିଶୁରୁଣ ଚର୍ବିରେ ଫୁଲି ପଦାଘାତ କଲା; ତୁମ୍ଭେ ଚର୍ବିରେ ଫୁଲିଅଛ, ତୁମ୍ଭେ ମୋଟା ହୋଇଅଛ, ତୁମ୍ଭେ ଚିକ୍କଣ ହୋଇଅଛ; ତହୁଁ ସେ ଆପଣା ସୃଷ୍ଟିକର୍ତ୍ତା ପରମେଶ୍ୱରଙ୍କୁ ତ୍ୟାଗ କଲା, ପୁଣି ଆପଣା ତ୍ରାଣ ରୂପ ଶୈଳଙ୍କୁ ଲଘୁ ଜ୍ଞାନ କଲା।


ସେଥିରେ ସେ ଭୂମିରେ ପଡ଼ିଯାଇ ତାହାଙ୍କ ପ୍ରତି ଉକ୍ତ ଏହି ବାଣୀ ଶୁଣିଲେ, ହେ ଶାଉଲ, ହେ ଶାଉଲ କାହିଁକି ଆମ୍ଭକୁ ତାଡ଼ନା କରୁଅଛ ?


କିନ୍ତୁ ଉଠ, ନଗରରେ ପ୍ରବେଶ କର, ଆଉ ତୁମ୍ଭକୁ କ'ଣ କରିବାକୁ ହେବ, ତାହା କୁହାଯିବ ।


କିନ୍ତୁ ପିତର କହିଲେ, ନାହିଁ, ପ୍ରଭୁ, ମୁଁ କେବେହେଲେ କୌଣସି ଅପବିତ୍ର ଓ ଅଶୁଚି ପଦାର୍ଥ ଖାଇ ନାହିଁ ।


ଆମ୍ଭେମାନେ ସମସ୍ତେ ଭୂମିରେ ପଡ଼ିଯାଆନ୍ତେ, ମୁଁ ଏବ୍ରୀ ଭାଷାରେ ମୋ, ପ୍ରତି ଏହି ବାଣୀ ଶୁଣିଲି, ଶାଉଲ, ଶାଉଲ, କାହିଁକି ଆମ୍ଭକୁ ତାଡ଼ନା କରୁଅଛ ? ପାଞ୍ଚଣ କଣ୍ଟାମୁନରେ ଗୋଇଠା ମାରିବା ତୁମ୍ଭ ପକ୍ଷରେ କଷ୍ଟକର ।


ମୁଁ ଯେ ଏବେ ସେହି ସମସ୍ତ ପ୍ରାପ୍ତ ହୋଇଅଛି ଅବା ସିଦ୍ଧି ଲାଭ କରିଅଛି, ତାହା ନୁହେଁ, କିନ୍ତୁ ମୁଁ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ଧରାଯାଇଥିବାରୁ ତାହା ଧରିବା ପାଇଁ ଦୌଡ଼ୁଅଛି ।


Swiv nou:

Piblisite


Piblisite