Biblia Todo Logo
Bib sou entènèt

- Piblisite -




କଲସୀୟ 1:2 - ଓଡିଆ ବାଇବେଲ

2 ତୀମଥି କଲସୀରେ ଥିବା ସାଧୁ ଓ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସୀ ଭ୍ରାତୃବୃନ୍ଦଙ୍କ ନିକଟକୁ; ଆମ୍ଭମାନଙ୍କ ପିତା ଈଶ୍ୱରଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ତୀମଥି କଲସୀରେ ଥିବା ସାଧୁ ଓ ଖ୍ରୀଷ୍ଟଙ୍କଠାରେ ବିଶ୍ଵାସୀ ଭ୍ରାତୃବୃନ୍ଦଙ୍କ ନିକଟକୁ ଲେଖୁଅଛନ୍ତି; ଆମ୍ଭମାନଙ୍କ ପିତା ଈଶ୍ଵରଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 କଲସୀରେ ଥିବା ସାଧୁମାନଙ୍କୁ ଓ ଖ୍ରୀଷ୍ଟବିଶ୍ୱାସୀ ଭ୍ରାତାମାନଙ୍କ ନିକଟକୁ ଏହି ପତ୍ର ଲେଖୁଛନ୍ତି। ଆମ୍ଭମାନଙ୍କର ପିତା ଈଶ୍ୱର, ତୁମ୍ଭମାନଙ୍କୁ ଅନୁଗ୍ରହ ଓ ଶାନ୍ତି ପ୍ରଦାନ କରନ୍ତୁ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 କଲସୀୟ ସହରରେ ଥିବା ସାଧୁ ଓ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସୀ ଭ୍ରାତୃବୃନ୍ଦଙ୍କ ନିକଟକୁ ପତ୍ର ଆଉ ଭ୍ରାତା ତୀମଥିଙ୍କ ଅଭିବାଦନ; ଆମ୍ଭମାନଙ୍କ ପିତା ଈଶ୍ବରଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।

Gade chapit la Kopi

ପବିତ୍ର ବାଇବଲ

2 କଲସୀରେ ରହୁଥିବା ଖ୍ରୀଷ୍ଟଙ୍କଠାରେ ପବିତ୍ର ଓ ବିଶ୍ୱସ୍ତ ଭାଇ ଓ ଭଉଣୀମାନଙ୍କୁ ଲେଖୁଛି: ଆମର ପିତା ପରମେଶ୍ୱରଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ସହିତ ରହୁ।

Gade chapit la Kopi




କଲସୀୟ 1:2
14 Referans Kwoze  

ଈଶ୍ୱର ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ବିଷୟକ ଜ୍ଞାନ ଦ୍ୱାରା ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ ଓ ଶାନ୍ତି ପ୍ରଚୁର ପରିମାଣରେ ହେଉ ।


ପାଉଲ, ଈଶ୍ୱରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କ ଜଣେ ପ୍ରେରିତ, ଏଫିସରେ ଥିବା ସାଧୁ ଓ ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ବିଶ୍ୱାସୀମାନଙ୍କ ନିକଟକୁ |


ଆମ୍ଭମାନଙ୍କ ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ ।


କରିନ୍ଥରେ ଥିବା ଈଶ୍ୱରଙ୍କ ମଣ୍ଡଳୀ ନିକଟକୁ; ଯେଉଁମାନେ ସର୍ବତ୍ର, ସେମାନଙ୍କ ଓ ଆମ୍ଭମାନଙ୍କ ସ୍ଥାନରେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମରେ ପ୍ରାର୍ଥନା କରନ୍ତି, ସେ ସମସ୍ତଙ୍କ ସହିତ ଖ୍ରୀଷ୍ଟ ଯୀଶୁଙ୍କଠାରେ ପବିତ୍ରୀକୃତ ଓ ଆହୂତ ସାଧୁ ଯେ ତୁମ୍ଭେମାନେ,


ଯୋହନ ଆସିଆରେ ଥିବା ସପ୍ତ ମଣ୍ଡଳୀ ନିକଟକୁ ଲେଖୁଅଛି, ଯେ ବର୍ତ୍ତମାନ, ଅତୀତ ଓ ଭବିଷ୍ୟତ, ତାହାଙ୍କଠାରୁ ଓ ତାହାଙ୍କ ସିଂହାସନ ସମ୍ମୁଖସ୍ଥ ସପ୍ତ ଆତ୍ମାଙ୍କଠାରୁ


ପିତା ଈଶ୍ୱରଙ୍କ ପୂର୍ବ ଜ୍ଞାନାନୁସାରେ ଆତ୍ମାଙ୍କ ଦ୍ୱାରା ପବିତ୍ରୀକୃତ ହୋଇ ଆଜ୍ଞାବହ, ପୁଣି, ଯୀଶୁ ଖ୍ରୀଷ୍ଟଙ୍କର ରକ୍ତରେ ସିଞ୍ଚିତ ହେବା ନିମନ୍ତେ ମନୋନୀତ ହୋଇଅଛନ୍ତି, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି । ତୁମ୍ଭମାନଙ୍କ ପ୍ରତି ପ୍ରଚୁର ରୂପେ ଅନୁଗ୍ରହ ଓ ଶାନ୍ତି ହେଉ ।


ଆମ୍ଭମାନଙ୍କ ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ;


ମୋହର ବିଷୟ, ଅର୍ଥାତ୍ ମୁଁ କିପରି ଅଛି, ଏହା ତୁମ୍ଭେମାନେ ଜାଣି ପାର, ସେଥିନିମନ୍ତେ ପ୍ରିୟ ଭ୍ରାତା ଓ ପ୍ରଭୁଙ୍କ କାର୍ଯ୍ୟରେ ବିଶ୍ୱସ୍ତ ସେବକ ଯେ ତୁଖି‌କ, ସେ ତୁମ୍ଭମାନଙ୍କୁ ସମସ୍ତ ବିଷୟ ଜଣାଇବେ;


ପୃଥିବୀରେ ଯେଉଁ ପବିତ୍ର ଲୋକମାନେ ଅଛନ୍ତି, ସେମାନେ ଆଦରଣୀୟ, ସେମାନଙ୍କଠାରେ ମୋହର ପରମ ସନ୍ତୋଷ।


ତୁମ୍ଭମାନଙ୍କ ପ୍ରତି ଦୟା, ଶାନ୍ତି ଓ ପ୍ରେମ ପ୍ରଚୁରଭାବେ ବର୍ତ୍ତୁ ।


ଏଣୁ ଯେଉଁମାନେ ବିଶ୍ୱାସୀ, ସେମାନେ ବିଶ୍ବାସର ପୁରୁଷ ଅବ୍ରାହାମଙ୍କ ସହିତ ଆଶୀର୍ବାଦ ପ୍ରାପ୍ତ ହୁଅନ୍ତି ।


ଏଥିସକାଶେ ମୁଁ ତୁମ୍ଭମାନଙ୍କ ନିକଟକୁ ତୀମଥିଙ୍କୁ ପଠାଇଅଛି, ସେ ପ୍ରଭୁଙ୍କଠାରେ ମୋହର ପ୍ରିୟ ଓ ବିଶ୍ୱସ୍ତ ପୁତ୍ର; ଯେପରି ମୁଁ ସର୍ବତ୍ର ସମସ୍ତ ମଣ୍ଡଳୀରେ ଶିକ୍ଷା ଦେଇଥାଏ, ସେହିପରି ସେ ତୁମ୍ଭମାନଙ୍କୁ ମୋହର ଖ୍ରୀଷ୍ଟୀୟ ଆଚରଣ ସମସ୍ତ ସ୍ମରଣ କରାଇବେ ।


କିନ୍ତୁ ହନନୀୟ ଉତ୍ତର ଦେଲେ, ପ୍ରଭୂ, ଯିରୂଶାଲମରେ ଆପଣଙ୍କ ସାଧୁମାନଙ୍କ ପ୍ରତି ଏହି ଲୋକ ଯେ କେତେ ଅତ୍ୟାଚାର କରିଅଛି, ତାହା ମୁଁ ଅନେକଙ୍କଠାରୁ ଏହି ଲୋକ ବିଷୟରେ ଶୁଣିଅଛି ।


ପାଉଲ ଓ ତୀମଥି, ଖ୍ରୀଷ୍ଟ ଯୀଶୁଙ୍କର ଦୁଇ ଦାସ, ଫିଲିପ୍ପୀରେ ଥିବା ଖ୍ରୀଷ୍ଟ ଯୀଶୁଙ୍କ ଆଶ୍ରିତ ସମସ୍ତ ସାଧୁଙ୍କ ନିକଟକୁ ପୁଣି, ଅଧ୍ୟକ୍ଷ ଓ ସେବକମାନଙ୍କ ନିକଟକୁ;


Swiv nou:

Piblisite


Piblisite