Biblia Todo Logo
Bib sou entènèt

- Piblisite -




କଲସୀୟ 1:5 - ଓଡିଆ ବାଇବେଲ

5 ସେହି ଭରସା ବିଷୟରେ ତୁମ୍ଭେମାନେ ସୁସମାଚାରର ସତ୍ୟ ବାକ୍ୟ ଦ୍ୱାରା ପୂର୍ବେ ଶୁଣିଅଛ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

5 ସେହି ଭରସା ବିଷୟରେ ତୁମ୍ଭେମାନେ ସୁସମାଚାରର ସତ୍ୟ ବାକ୍ୟ ଦ୍ଵାରା ପୂର୍ବେ ଶୁଣିଅଛ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

5 ଯେତେବେଳେ ସୁସମାଚାରର ସତ୍ୟ ସମ୍ବାଦ ତୁମ୍ଭମାନଙ୍କ ନିକଟକୁ ପ୍ରଥମେ ଆସିଲା, ତୁମ୍ଭେମାନେ ତାହା ଦ୍ୱାରା ପ୍ରଦତ୍ତ ଭରସାର କଥା ଶୁଣିଥିଲ। ତୁମ୍ଭେମାନେ ଯାହା ଭରସା କର, ଯାହା ତୁମ୍ଭମାନଙ୍କ ପାଇଁ ସ୍ୱର୍ଗରେ ସୁରକ୍ଷିତ, ତାହା ଉପରେ ତୁମ୍ଭମାନଙ୍କର ବିଶ୍ୱାସ ଓ ପ୍ରେମ ପ୍ରତିଷ୍ଠିତ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

5 ସେହି ଭରସା ବିଷୟରେ ତୁମ୍ଭେମାନେ ସୁସମାଚାରର ସତ୍ୟ ବାକ୍ୟ ଦ୍ୱାରା ପୂର୍ବେ ଶୁଣିଅଛ।

Gade chapit la Kopi

ପବିତ୍ର ବାଇବଲ

5 ତୁମ୍ଭମାନଙ୍କର ଭରସା ହେତୁ ତୁମ୍ଭେମାନେ ଖ୍ରୀଷ୍ଟଙ୍କୁ ବିଶ୍ୱାସ ଓ ସାଧୁମାନଙ୍କୁ ପ୍ରେମ କରୁଛ। ତୁମ୍ଭେ ଯେଉଁ ବିଷୟ ଗୁଡ଼ିକ ପାଇଁ ଭରସା କରୁଛ, ତାହା ସ୍ୱର୍ଗରେ ତୁମ୍ଭ ପାଇଁ ସୁରକ୍ଷିତ ଅଛି। ତୁମ୍ଭେମାନେ ଯେତେବେଳେ ସ‌ତ୍‌‌ଶିକ୍ଷା ବା ସୁସମାଗ୍ଭର ଶୁଣିଥିଲ, ସେତେବେଳେ ଏହି ଭରସା ବିଷୟରେ ଜାଣିଥିଲ।

Gade chapit la Kopi




କଲସୀୟ 1:5
33 Referans Kwoze  

ତାହାଙ୍କ ଦ୍ୱାରା ତୁମ୍ଭେମାନେ ସୁଦ୍ଧା ସତ୍ୟ ବାକ୍ୟ, ଅର୍ଥାତ୍ ତୁମ୍ଭମାନଙ୍କ ପରିତ୍ରାଣର ସୁସମାଚାର ଶୁଣି ବିଶ୍ୱାସ କରି ପ୍ରତିଜ୍ଞାତ ପବିତ୍ର ଆତ୍ମାଙ୍କ ଦ୍ୱାରା ମଧ୍ୟ ମୁଦ୍ରାଙ୍କିତ ହୋଇଅଛ;


ବର୍ତ୍ତମାନ ମୋ ନିମନ୍ତେ ଧାର୍ମିକତାର ମୁକୁଟ ରଖାଯାଇଅଛି, ତାହା ସେହି ମହାଦିନରେ ନ୍ୟାୟବାନ୍ ବିଚାରକର୍ତ୍ତା ପ୍ରଭୁ ମୋତେ ଦେବେ, ପୁଣି, କେବଳ ମୋତେ ନୁହେଁ, ମାତ୍ର ଯେତେ ଲୋକ ତାହାଙ୍କ ଆଗମନକୁ ଆଗ୍ରହରେ ଅପେକ୍ଷା କରନ୍ତି, ସେ ସମସ୍ତଙ୍କୁ ଦେବେ ।


ଈଶ୍ୱରଙ୍କ ମନୋନୀତ ଲୋକମାନେ ଅନନ୍ତ ଜୀବନର ଭରସା ପ୍ରାପ୍ତ ହୋଇ, ଯେପରି ବିଶ୍ଵାସ ଓ ଭକ୍ତି ସହିତ ସତ୍ୟ ଜ୍ଞାନରେ ବୃଦ୍ଧି ପାଆନ୍ତି, ଏଥି ନିମନ୍ତେ ମୁଁ ପ୍ରେରିତ ହୋଇଅଛି;


ଅଣଯିହୂଦୀମାନଙ୍କ ମଧ୍ୟରେ ସେହି ନିଗୂଢ଼ ତତ୍ତ୍ୱର ଗୌରବରୂପ ଧନ ଯେ କ'ଣ, ତାହା ଈଶ୍ୱର ଆପଣା ସାଧୁମାନଙ୍କ ନିକଟରେ ପ୍ରକାଶ କରିବାକୁ ଇଚ୍ଛା କଲେ ସେହି ନିଗୂଢ଼ତତ୍ତ୍ୱ ଏହି, ତୁମ୍ଭମାନଙ୍କ ମଧ୍ୟରେ ଖ୍ରୀଷ୍ଟ, ସେ ଗୌରବର ଭରସା ସ୍ୱରୂପ;


ତାହାହେଲେ ସମସ୍ତ ପ୍ରକାର ଦୁଷ୍ଟତା, ଛଳ, କପଟ, ଈର୍ଷା ଓ ପରନିନ୍ଦା ପରିତ୍ୟାଗ କରି


ତୁମ୍ଭେମାନେ ଯେବେ ବିଶ୍ୱାସରେ ବଦ୍ଧମୂଳ ଓ ଅଟଳ ରହି ସୁସମାଚାରରେ ନିହିତ ଭରସାରୁ ବିଚଳିତ ନ ହୁଅ, ତାହାହେଲେ ନିଶ୍ଚୟ ଏହି ସବୁ ଫଳ ପାଇବ; ସେହି ସୁସମାଚାର ତୁମ୍ଭେମାନେ ତ ଶୁଣିଅଛ; ତାହା ଆକାଶମଣ୍ଡଳ ତଳେ ଥିବା ସମସ୍ତ ସୃଷ୍ଟି ନିକଟରେ ପ୍ରଚାରିତ ହୋଇଅଛି, ଆଉ ମୁଁ ପାଉଲ ସେଥିର ଜଣେ ସେବକ ହୋଇଅଛି ।


ଯଦି କେବଳ ଏହି ଜୀବନ ନିମନ୍ତେ ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ଭରସା ରଖିଅଛୁ, ତେବେ ସମସ୍ତ ମନୁଷ୍ୟଙ୍କଠାରୁ ଆମ୍ଭେମାନେ ଦୟନୀୟ ଅଟୁ ।


(କାରଣ ମୋଶାଙ୍କ ବ୍ୟବସ୍ଥା କୌଣସି ବିଷୟ ସିଦ୍ଧ କରି ନ ଥିଲା), ଅନ୍ୟ ପକ୍ଷରେ ଶ୍ରେଷ୍ଠତର ଭରସା ପ୍ରବେଶ କରିଅଛି, ତଦ୍ୱାରା ଆମ୍ଭେମାନେ ଈଶ୍ୱରଙ୍କ ନିକଟବର୍ତ୍ତୀ ହେଉ ।


ଆଉ, ଏହି କାରଣରୁ ଆମ୍ଭେମାନେ ମଧ୍ୟ ନିରନ୍ତର ଈଶ୍ୱରଙ୍କ ଧନ୍ୟବାଦ କରୁଅଛୁ ଯେ, ଯେତେବେଳେ ତୁମ୍ଭେମାନେ ଆମ୍ଭମାନଙ୍କ ଦ୍ୱାରା ପ୍ରଚାରିତ ଈଶ୍ୱରଙ୍କ ବାକ୍ୟ ଗ୍ରହଣ କଲ, ସେତେବେଳେ ସେହି ବାକ୍ୟକୁ ମନୁଷ୍ୟର ବାକ୍ୟ ରୂପେ ଗ୍ରହଣ ନ କରି ବରଂ ଈଶ୍ୱରଙ୍କ ବାକ୍ୟ ସ୍ୱରୂପେ ଗ୍ରହଣ କରିଥିଲ, ଆଉ ବାସ୍ତବରେ ତାହା ଈଶ୍ୱରଙ୍କ ବାକ୍ୟ ଅଟେ, ପୁଣି, ବିଶ୍ୱାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ଅନ୍ତରରେ ତାହା ମଧ୍ୟ କାର୍ଯ୍ୟ ସାଧନ କରୁଅଛି ।


ଆଉ ଯେ କେହି ତାହାଙ୍କଠାରେ ଏହି ଭରସା ସ୍ଥାପନ କରିଅଛି, ସେ ଯେପରି ପବିତ୍ର ଅଟନ୍ତି, ସେ ସେହିପରି ଆପଣାକୁ ପବିତ୍ର କରେ ।


କାରଣ ଆମ୍ଭେମାନେ ଆତ୍ମାଙ୍କ ଦ୍ୱାରା ବିଶ୍ୱାସ ହେତୁ ଧାର୍ମିକତା ପ୍ରାପ୍ତିର ଆଶାରେ ଅପେକ୍ଷା କରୁଅଛୁ ।


ସେହି ସମ୍ମିଳନର ବାକ୍ୟ ଏହି, ଈଶ୍ୱର ଖ୍ରୀଷ୍ଟଙ୍କଠାରେ ଜଗତକୁ ଆପଣା ସହିତ ସମ୍ମିଳିତ କରୁଥିଲେ; ସେ ଜଗତବାସୀଙ୍କର ଅପରାଧ ଗଣନା ନ କରି ସେହି ସମ୍ମିଳନର ବାକ୍ୟ ଆମ୍ଭମାନଙ୍କ ନିକଟରେ ସମର୍ପଣ କରିଅଛନ୍ତି ।


ପାଉଲ ଏକ ଭାଗ ସାଦ୍ଦୂକୀ ଆଉ ଅପର ଭାଗ ଫାରୂଶୀ ବୋଲି ଜାଣି ମହାସଭାରେ ଉଚ୍ଚସ୍ୱରରେ କହିଲେ, ଭାଇମାନେ, ମୁଁ ଜଣେ ଫାରୂଶୀ ଓ ଫାରୂଶୀର ପୁତ୍ର; ପୁଣି, ଏହି ଭରସା, ଅର୍ଥାତ୍ ମୃତମାନଙ୍କ ପୁନରୁତ୍ଥାନ ସମ୍ବନ୍ଧରେ ମୁଁ ବିଚାରିତ ହେଉଅଛି ।


କିନ୍ତୁ ଖ୍ରୀଷ୍ଟଙ୍କୁ ପ୍ରଭୁ ବୋଲି ଆପଣା ଆପଣା ହୃଦୟରେ ପବିତ୍ର ରୂପେ ମାନ୍ୟ କର। ତୁମ୍ଭମାନଙ୍କଠାରେ ଥିବା ଭରସାର କାରଣ ସମ୍ବନ୍ଧରେ ଯେ କେହି ପ୍ରଶ୍ନ କରେ, ତାହାକୁ ପ୍ରତ୍ୟୁତ୍ତର ଦେବାକୁ ପ୍ରସ୍ତୁତ ରୁହ, କିନ୍ତୁ ନମ୍ର ଭାବରେ ଓ ସଭୟରେ ଉତ୍ତମ ବିବେକ ସହ ଉତ୍ତର ଦିଅ,


ଅତଏବ ବିଶ୍ୱାସ, ଭରସା, ପ୍ରେମ, ଏହି ତିନି ସ୍ଥାୟୀ ଅଟେ, ଆଉ ଏମାନଙ୍କ ମଧ୍ୟରେ ପ୍ରେମ ଉତ୍କୃଷ୍ଟ ।


ପୁଣି, ଧାର୍ମିକ ଓ ଅଧାର୍ମିକ ଉଭୟଙ୍କର ପୁନରୁତ୍ଥାନ ହେବ ବୋଲି ଯାହା ଏମାନେ ନିଜେ ଅପେକ୍ଷା କରନ୍ତି, ମୁଁ ମଧ୍ୟ ଈଶ୍ୱରଙ୍କଠାରେ ସେହି ପ୍ରକାର ଭରସା ରଖିଅଛି ବୋଲି ଆପଣଙ୍କ ନିକଟରେ ସ୍ୱୀକାର କରୁଅଛି ।


ଆଃ, ତୁମ୍ଭେ ଆପଣା ଭୟକାରୀମାନଙ୍କ ପାଇଁ ଯେଉଁ ମଙ୍ଗଳ ସଞ୍ଚୟ କରିଅଛ, ମନୁଷ୍ୟ-ସନ୍ତାନଗଣ ସାକ୍ଷାତରେ ଆପଣା ଶରଣାଗତ ଲୋକଙ୍କ ପାଇଁ ଯେଉଁ ମଙ୍ଗଳ ସାଧନ କରିଅଛ, ତାହା କିପରି ମହତ୍‍ !


ପାପୀମାନଙ୍କୁ ପରିତ୍ରାଣ କରିବା ନିମନ୍ତେ ଖ୍ରୀଷ୍ଟ ଯୀଶୁ ଯେ ଜଗତକୁ ଆସିଲେ; ଏହି ବାକ୍ୟ ବିଶ୍ୱାସ ଓ ସର୍ବତୋଭାବେ ଗ୍ରହଣ ଯୋଗ୍ୟ; ସେହି ପାପୀମାନଙ୍କ ମଧ୍ୟରେ ମୁଁ ପ୍ରଧାନ ।


ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟ ନିଜେ, ଆଉ ଆମ୍ଭମାନଙ୍କ ଯେଉଁ ପିତା ଈଶ୍ୱର ଆମ୍ଭମାନଙ୍କୁ ପ୍ରେମ କରି ଅନୁଗ୍ରହରେ ଆମ୍ଭମାନଙ୍କୁ ଅନନ୍ତ ସାନ୍ତ୍ୱନା ଓ ଉତ୍ତମ ଭରସା ଦେଇଅଛନ୍ତି,


ଖ୍ରୀଷ୍ଟଙ୍କ ବାକ୍ୟ ପ୍ରଚୁରଭାବେ ତୁମ୍ଭମାନଙ୍କଠାରେ ବାସ କରୁ; ତୁମ୍ଭେମାନେ ପରସ୍ପରକୁ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଓ ଚେତନା ଦିଅ, ପୁଣି, ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା କୃତଜ୍ଞ ହୃଦୟରେ ଗାନ କର ।


କିନ୍ତୁ ତାହା କ'ଣ କହେ ? "ବାକ୍ୟ ତୁମ୍ଭର ନିକଟବର୍ତ୍ତୀ, ତୁମ୍ଭ ମୁଖରେ ଓ ତୁମ୍ଭ ହୃଦୟରେ ଅଛି', ଅର୍ଥାତ୍‍ ଯେଉଁ ବିଶ୍ୱାସ ସମ୍ବନ୍ଧୀୟ ବାକ୍ୟ ଆମ୍ଭେମାନେ ପ୍ରଚାର କରୁ, ସେହି ବାକ୍ୟ ।"


ସେ ତ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଶାନ୍ତିର ସୁସମାଚାର ପ୍ରଚାର କରାଇ ଇସ୍ରାଏଲ ସନ୍ତାନମାନଙ୍କ ନିକଟକୁ ଏହି ବାକ୍ୟ ପ୍ରେରଣ କଲେ; ସେହି ଯୀଶୁ ଖ୍ରୀଷ୍ଟ ସମସ୍ତଙ୍କର ପ୍ରଭୁ ।


ତୁମ୍ଭମାନଙ୍କର ଯାହା ଅଛି; ତାହା ବିକ୍ରୟ କରି ଦାନ କର; ଯାହା କ୍ଷୟ ପାଏ ନାହିଁ, ଏପରି ଥଳି ଆପଣା ଆପଣା ନିମନ୍ତେ ପ୍ରସ୍ତୁତ କର; ଯେଉଁଠାରେ ଚୋର ନିକଟକୁ ଆସେ ନାହିଁ କିମ୍ବା ପୋକ ନଷ୍ଟ କରେ ନାହିଁ, ଏପରି ସ୍ୱର୍ଗରେ ଅକ୍ଷୟ ଧନ ସଞ୍ଚୟ କର,


ହେ ଭାଇମାନେ, ଅବ୍ରହାମଙ୍କ ବଂଶର ସନ୍ତାନସନ୍ତତି ଓ ଆପଣମାନଙ୍କ ମଧ୍ୟରୁ ଈଶ୍ୱର ଭୟକାରୀମାନେ, ଆମ୍ଭମାନଙ୍କ ନିକଟକୁ ଏହି ପରିତ୍ରାଣର ବାକ୍ୟ ପ୍ରେରିତ ହୋଇଅଛି ।


ସତ୍ୟ ବାକ୍ୟରେ, ଈଶ୍ୱରଙ୍କ ଶକ୍ତିରେ, ଦକ୍ଷିଣ ଓ ବାମହସ୍ତରେ ଧାର୍ମିକତାର ଅସ୍ତ୍ରଶସ୍ତ୍ରଦ୍ୱାରା,


କିନ୍ତୁ ସୁସମାଚାରର ସତ୍ୟ ଯେପରି ତୁମ୍ଭମାନଙ୍କ ନିକଟରେ ସ୍ଥାୟୀ ହୋଇ ରହେ, ଏଥିପାଇଁ ଆମ୍ଭେମାନେ ଦଣ୍ଡେମାତ୍ର ଅଧୀନତା ସ୍ୱୀକାର କରି ସେମାନଙ୍କର ବଶବର୍ତ୍ତୀ ହୋଇ ନ ଥିଲୁ ।


କିନ୍ତୁ ଯେତେବେଳେ ମୁଁ ଦେଖିଲି ଯେ, ସେମାନେ ସୁସମାଚାରର ସତ୍ୟ ଅନୁଯାୟୀ ସରଳ ଭାବରେ ଆଚରଣ କରୁ ନାହାଁନ୍ତି, ସେତେବେଳେ ମୁଁ ସମସ୍ତଙ୍କ ସାକ୍ଷାତରେ କୈଫାଙ୍କୁ କହିଲି, ତୁମ୍ଭେ ଯିହୂଦୀ ହୋଇ ଯଦି ଯିହୂଦୀମାନଙ୍କ ପରି ବ୍ୟବହାର ନ କରି ଅଣଯିହୂଦୀମାନଙ୍କ ପରି ବ୍ୟବହାର କର, ତେବେ ତୁମ୍ଭେ କିପରି ଅଣଯିହୂଦୀମାନଙ୍କୁ ଯିହୂଦୀମାନଙ୍କ ପରି ବ୍ୟବହାର କରିବା ନିମନ୍ତେ ବାଧ୍ୟ କରୁଅଛ ?


ତୁମ୍ଭେମାନେ ତ ତାହାଙ୍କ ବିଷୟ ଶୁଣିଅଛ, ପୁଣି, ଯୀଶୁଙ୍କ ସମ୍ବନ୍ଧୀୟ ସତ୍ୟ ଅନୁସାରେ ତାହାଙ୍କ ସହଭାଗିତାରେ ଥାଇ ଶିକ୍ଷିତ ହୋଇଅଛ,


ଅତଏବ, ତୁମ୍ଭେମାନେ ଯଦ୍ୟପି ଏହି ସବୁ ବିଷୟ ଜାଣ ଓ ପ୍ରାପ୍ତ ସତ୍ୟରେ ସ୍ଥିରୀକୃତ ହୋଇଅଛ, ତଥାପି ମୁଁ ଏହି ସବୁ ବିଷୟ ତୁମ୍ଭମାନଙ୍କୁ ସ୍ମରଣ କରାଇବାକୁ ସର୍ବଦା ପ୍ରସ୍ତୁତ ହୋଇ ରହିବି।


Swiv nou:

Piblisite


Piblisite