Biblia Todo Logo
Bib sou entènèt

- Piblisite -




କଲସୀୟ 2:12 - ଓଡିଆ ବାଇବେଲ

12 ତୁମ୍ଭେମାନେ ବାପ୍ତିସ୍ମରେ ତାହାଙ୍କ ସହିତ ସମାଧିପ୍ରାପ୍ତ ହୋଇ, ଯେଉଁ ଈଶ୍ୱର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଲେ, ତାହାଙ୍କ କାର୍ଯ୍ୟସାଧକ ଶକ୍ତିରେ ବିଶ୍ୱାସ କରି ଖ୍ରୀଷ୍ଟଙ୍କ ସହିତ ମଧ୍ୟ ଉତ୍ଥାପିତ ହୋଇଅଛ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

12 ତୁମ୍ଭେମାନେ ବାପ୍ତିସ୍ମରେ ତାହାଙ୍କ ସହିତ ସମାଧି ପ୍ରାପ୍ତ ହୋଇ, ଯେଉଁ ଈଶ୍ଵର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଲେ, ତାହାଙ୍କ କାର୍ଯ୍ୟସାଧକ ଶକ୍ତିରେ ବିଶ୍ଵାସ କରିା ଖ୍ରୀଷ୍ଟଙ୍କ ସହିତ ମଧ୍ୟ ଉତ୍ଥାପିତ ହୋଇଅଛ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

12 କାରଣ ଜଳଦୀକ୍ଷା ଗ୍ରହଣ କରିବା ଦ୍ୱାରା ତୁମ୍ଭେମାନେ ଖ୍ରୀଷ୍ଟଙ୍କ ସହିତ କବରସ୍ଥ ହୋଇଥିଲ ଏବଂ ଯୀଶୁ ଖ୍ରୀଷ୍ଟଙ୍କୁ ପୁନରୁତ୍ଥିତ କରିଥିବା ଈଶ୍ୱରଙ୍କ ସକ୍ରିୟ ଶକ୍ତିରେ ବିଶ୍ୱାସ କରିବା ଦ୍ୱାରା ଖ୍ରୀଷ୍ଟଙ୍କ ସହିତ ତୁମ୍ଭେମାନେ ମଧ୍ୟ ପୁନରୁତ୍ଥିତ ହୋଇଅଛ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ତୁମ୍ଭେମାନେ ବାପ୍ତିସ୍ମରେ ତାହାଙ୍କ ସହିତ ସମାଧିପ୍ରାପ୍ତ ହୋଇ, ଯେଉଁ ଈଶ୍ବର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଲେ, ତାହାଙ୍କ କାର୍ଯ୍ୟସାଧକ ଶକ୍ତିରେ ବିଶ୍ୱାସ କରି ଖ୍ରୀଷ୍ଟଙ୍କ ସହିତ ମଧ୍ୟ ଉତ୍ଥାପିତ ହୋଇଅଛ।

Gade chapit la Kopi

ପବିତ୍ର ବାଇବଲ

12 ତୁମ୍ଭେ ଯେତେବେଳେ ବାପ୍ତିଜିତ ହୋଇଥିଲ, ତୁମ୍ଭର ପୁରୁଣା ସ୍ୱଭାବର ମୃତ୍ୟୁ ହେଲା ଓ ତୁମ୍ଭେ ଖ୍ରୀଷ୍ଟଙ୍କଠାରେ କବର ପ୍ରାପ୍ତ ହେଲ। ସେହି ବାପ୍ତିସ୍ମରେ ପରମେଶ୍ୱରଙ୍କ ଶକ୍ତିରେ ତୁମ୍ଭେ ବିଶ୍ୱାସ କରିଥିବା ହେତୁ ତୁମ୍ଭେ ଖ୍ରୀଷ୍ଟଙ୍କ ସହିତ ପୁଣି ପୁନରୁ‌ତ୍‌‌ଥିତ ହେଲ। ଯେତେବେଳେ ଖ୍ରୀଷ୍ଟ ମୃତ୍ୟୁରୁ ପୁନର୍ଜୀବିତ ହେଲେ, ସେତେବେଳେ ପରମେଶ୍ୱରଙ୍କ ଶକ୍ତି ଦେଖା ଯାଇଥିଲା।

Gade chapit la Kopi




କଲସୀୟ 2:12
31 Referans Kwoze  

ସେଥିର ପ୍ରତିରୂପ ବାପ୍ତିସ୍ମ ଅର୍ଥାତ୍‍ ଶରୀରର ମଳିନତା ଦୂରୀକରଣ ନୁହେଁ, କିନ୍ତୁ ଈଶ୍ୱରଙ୍କ ନିକଟରେ ଶୁଚି ବିବେକ ପାଇବା ନିମନ୍ତେ ପ୍ରାର୍ଥନା, ଯୀଶୁଖ୍ରୀଷ୍ଟଙ୍କ ପୁନରୁତ୍ଥାନ ଦ୍ୱାରା ଏବେ ତୁମ୍ଭମାନଙ୍କୁ ପରିତ୍ରାଣ କରୁଅଛି;


ଯେଣୁ ତୁମ୍ଭେମାନେ ଯେତେ ଲୋକ ଖ୍ରୀଷ୍ଟଙ୍କ ଉଦ୍ଦେଶ୍ୟରେ ବାପ୍ତିଜିତ ହୋଇଅଛ, ତୁମ୍ଭେମାନେ ସମସ୍ତେ ଖ୍ରୀଷ୍ଟଙ୍କୁ ପରିଧାନ କରିଅଛ ।


କିନ୍ତୁ ଈଶ୍ୱର ମୃତ୍ୟୁର ବନ୍ଧନରୁ ମୁକ୍ତ କରି ତାହାଙ୍କୁ ଉଠାଇଅଛନ୍ତି, କାରଣ ସେ ଯେ ମୃତ୍ୟୁ ଦ୍ୱାରା ଆବଦ୍ଧ ରହିବେ ତାହା ଅସମ୍ଭବ ।


ପୁଣି, ବିଶ୍ୱାସ ଦ୍ୱାରା ଖ୍ରୀଷ୍ଟ ତୁମ୍ଭମାନଙ୍କ ହୃଦୟରେ ବାସ କରନ୍ତି,


ମାତ୍ର ଆମ୍ଭମାନଙ୍କ ନିମନ୍ତେ ମଧ୍ୟ ଲେଖା ହୋଇଅଛି; କାରଣ ଯେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କୁ ମୃତମାନଙ୍କ ମଧ୍ୟରୁ ଉତ୍ଥାପନ କଲେ, ତାହାଙ୍କଠାରେ ବିଶ୍ୱାସ କରୁଅଛୁ ଯେ ଆମ୍ଭେମାନେ, ଆମ୍ଭମାନଙ୍କ ପକ୍ଷରେ ମଧ୍ୟ ତାହା ଗଣିତ ହେବ;


ଏକ ପ୍ରଭୁ, ଏକ ବିଶ୍ୱାସ, ଏକ ବାପ୍ତିସ୍ମ, ସମସ୍ତଙ୍କ ଏକ ଈଶ୍ୱର ଓ ପିତା;


କାରଣ ଅନୁଗ୍ରହରେ ବିଶ୍ୱାସ ଦ୍ୱାରା ତୁମ୍ଭେମାନେ ପରିତ୍ରାଣ ପାଇଅଛ; ତାହା ତୁମ୍ଭମାନଙ୍କ ନିଜଠାରୁ ହୋଇ ନାହିଁ, ତାହା ଈଶ୍ୱରଙ୍କ ଦାନ,


କିନ୍ତୁ ପ୍ରକୃତରେ ଖ୍ରୀଷ୍ଟ ମହାନିଦ୍ରାପ୍ରାପ୍ତ ଲୋକମାନଙ୍କର ପ୍ରଥମ ଫଳ ସ୍ୱରୂପେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ହୋଇଅଛନ୍ତି ।


ସେ ଆପଣା ସମ୍ମୁଖସ୍ଥ ଆନନ୍ଦ ନିମନ୍ତେ ଅପମାନ ତୁଚ୍ଛଜ୍ଞାନ କରି ଧୈର୍ଯ୍ୟ ସହ କ୍ରୁଶୀୟ ମୃତ୍ୟୁଭୋଗ କଲେ, ପୁଣି, ଈଶ୍ୱରଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହୋଇଅଛନ୍ତି ।


ନାନା ବାପ୍ତିସ୍ମ ସମ୍ବନ୍ଧୀୟ ଶିକ୍ଷା, ହସ୍ତାର୍ପଣ, ମୃତମାନଙ୍କ ପୁନରୁତ୍ଥାନ ଓ ଅନନ୍ତ ବିଚାର ସ୍ୱରୂପ ଭିତ୍ତିମୂଳ ପୁନର୍ବାର ନ ବସାଇ ସିଦ୍ଧି ଲାଭ କରିବା ନିମନ୍ତେ ଅଗ୍ରସର ହେଉ ।


କାରଣ ଖ୍ରୀଷ୍ଟଙ୍କଠାରେ କେବଳ ବିଶ୍ୱାସ କରିବା ନିମନ୍ତେ ତୁମ୍ଭମାନଙ୍କୁ ଯେ ଅନୁଗ୍ରହ ଦିଆଯାଇଅଛି, ତାହା ନୁହେଁ, ମାତ୍ର ତାହାଙ୍କ ସକାଶେ ଦୁଃଖଭୋଗ ମଧ୍ୟ କରିବା ନିମନ୍ତେ ତୁମ୍ଭମାନଙ୍କୁ ଅନୁଗ୍ରହ ଦିଆଯାଇଅଛି;


ଏଣୁ ଉକ୍ତ ଅଛି, ହେ ନିଦ୍ରିତ ଜାଗ, ମୃତମାନଙ୍କ ମଧ୍ୟରୁ ଉଠ, ପୁଣି, ଖ୍ରୀଷ୍ଟ ତୁମ୍ଭକୁ ଆଲୋକ ପ୍ରଦାନ କରିବେ।


ଈଶ୍ୱରଙ୍କ କାର୍ଯ୍ୟସାଧକ ଶକ୍ତି ଅନୁସାରେ ମୋତେ ପ୍ରଦତ୍ତ ତାହାଙ୍କ ଅନୁଗ୍ରହର ଦାନ ପ୍ରମାଣେ ସେହି ସୁସମାଚାରର ମୁଁ ଜଣେ ସେବକ ହେଲି।


ଯେଣୁ ଆମ୍ଭେମାନେ ଯିହୂଦୀ ହେଉ ବା ଗ୍ରୀକ୍‍ ହେଉ, ଦାସ ହେଉ ବା ସ୍ୱାଧୀନ ହେଉ, ସମସ୍ତେ ତ ଏକ ଆତ୍ମାଙ୍କ ଦ୍ୱାରା ଏକ ଶରୀର ହେବା ଉଦ୍ଦେଶ୍ୟରେ ବାପ୍ତିଜିତ ହୋଇଅଛୁ; ଆଉ ସମସ୍ତେ ଏକ ଆତ୍ମାରୁ ପାନ କରିଅଛ ।


ଏଣୁ ହେ ମୋହର ଭାଇମାନେ, ଖ୍ରୀଷ୍ଟଙ୍କ ଶରୀର ଦ୍ୱାରା ତୁମ୍ଭେମାନେ ମଧ୍ୟ ମୋଶାଙ୍କ ବ୍ୟବସ୍ଥା ପ୍ରତି ମୃତ ହୋଇଅଛ, ଯେପରି ତୁମ୍ଭେମାନେ ଅନ୍ୟ ସହିତ ସଂଯୁକ୍ତ ହୁଅ, ଅର୍ଥାତ୍‍ ଆମ୍ଭେମାନେ ଈଶ୍ୱରଙ୍କ ନିମନ୍ତେ ଫଳ ଉତ୍ପନ୍ନ କରିବା ପାଇଁ ଯେ ମୃତ୍ୟୁରୁ ଉତ୍ଥାପିତ ହୋଇଅଛନ୍ତି, ତାହାଙ୍କ ସହିତ ସଂଯୁକ୍ତ ହୁଅ ।


ସେମାନେ ପହଞ୍ଚି ମଣ୍ଡଳୀ କି ଏକତ୍ର କଲେ, ପୁଣି, ଈଶ୍ୱର ସେମାନଙ୍କ ସାଙ୍ଗରେ ଥାଇ ଯେ ସମସ୍ତ କାର୍ଯ୍ୟ କରିଥିଲେ ଓ ଅଣଯିହୂଦୀମାନଙ୍କ ପ୍ରତି ବିଶ୍ୱାସର ଦ୍ୱାର ଫିଟାଇଦେଇଥିଲେ, ସେହି ସବୁ ବର୍ଣ୍ଣନା କଲେ ।


ସେଥିରେ ପ୍ରେରିତମାନେ ପ୍ରଭୁଙ୍କୁ କହିଲେ, ଆମ୍ଭମାନଙ୍କର ବିଶ୍ୱାସ ବଢ଼ାଇ ଦିଅନ୍ତୁ ।


ଏହି ଯୀଶୁଙ୍କୁ ଈଶ୍ୱର ଉଠାଇଅଛନ୍ତି, ସେହି ବିଷୟରେ ଅମ୍ଭେମାନେ ସମସ୍ତେ ସାକ୍ଷୀ ।


ଏହି ଉଦ୍ଦେଶ୍ୟରେ ମଧ୍ୟ ତାହାଙ୍କର ଯେଉଁ କାର୍ଯ୍ୟସାଧକ ଶକ୍ତି ମୋ'ଠାରେ ସବଳେ କାର୍ଯ୍ୟ ସାଧନ କରୁଅଛି, ତଦନୁସାରେ ମୁଁ ପ୍ରାଣପଣରେ ପରିଶ୍ରମ କରୁଅଛି ।


ଅପରାଧରେ ଓ ଶାରୀରିକ ଅସୁନ୍ନତ ଅବସ୍ଥାରେ ମୃତ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମଧ୍ୟ ଈଶ୍ୱର ତାହାଙ୍କ ସହିତ ଜୀବିତ କରିଅଛନ୍ତି, ସେ ତ ଆମ୍ଭମାନଙ୍କର ସମସ୍ତ ଅପରାଧ କ୍ଷମା କରିଅଛନ୍ତି,


Swiv nou:

Piblisite


Piblisite