Biblia Todo Logo
Bib sou entènèt

- Piblisite -




କଲସୀୟ 2:8 - ଓଡିଆ ବାଇବେଲ

8 ସାବଧାନ, କାଳେ କେହି ଖ୍ରୀଷ୍ଟଙ୍କ ଶିକ୍ଷାର ଅସଙ୍ଗତ ମନୁଷ୍ୟର ପରମ୍ପରାଗତ ଓ ଜଗତର ପ୍ରାଥମିକ ଶିକ୍ଷାନୁଯାୟୀ ଦର୍ଶନବିଦ୍ୟା ଓ ନିରର୍ଥକ ପ୍ରତାରଣା ଦ୍ୱାରା ତୁମ୍ଭମାନଙ୍କୁ ବନ୍ଦୀ କରିନିଏ;

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ସାବଧାନ, କାଳେ କେହି ଖ୍ରୀଷ୍ଟଙ୍କ ଶିକ୍ଷାର ଅସଙ୍ଗତ ମନୁଷ୍ୟର ପରମ୍ପରାଗତ ଓ ଜଗତର ପ୍ରାଥମିକ ଶିକ୍ଷାନୁଯାୟୀ ଦର୍ଶନବିଦ୍ୟା ଓ ନିରର୍ଥକ ପ୍ରତାରଣା ଦ୍ଵାରା ତୁମ୍ଭମାନଙ୍କୁ ବନ୍ଦୀ କରିନିଏ;

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ସାବଧାନ, କେହି ଯେପରି ତୁମକୁ ମନୁଷ୍ୟର ବିଭ୍ରାନ୍ତିକର ଅସାର ଜ୍ଞାନ ଦ୍ୱାରା ବଶୀଭୂତ ନ କରେ। ସେହି ସବୁ ଜ୍ଞାନ ଖ୍ରୀଷ୍ଟଙ୍କ ଶିକ୍ଷାରୁ ଆସି ନ ଥାଏ। ତାହା ମନୁଷ୍ୟ ସମାଜର ପାରମ୍ପରିକ ଶିକ୍ଷା ଓ ବିଶ୍ୱସ ଉପରେ କର୍ତ୍ତୃତ୍ୱ କରୁଥିବା ଅଶରୀରୀ ଶକ୍ତିମାନଙ୍କ ଶିକ୍ଷାର ଫଳ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ସାବଧାନ, କାଳେ କେହି ଖ୍ରୀଷ୍ଟଙ୍କ ଶିକ୍ଷାର ଅସଙ୍ଗତ ମନୁଷ୍ୟର ପରମ୍ପରାଗତ ଓ ଜଗତର ମୌଳିକ ଶିକ୍ଷାନୁଯାୟୀ ଦର୍ଶନବିଦ୍ୟା ଓ ନିରର୍ଥକ ପ୍ରତାରଣା ଦ୍ୱାରା ତୁମ୍ଭମାନଙ୍କୁ ବନ୍ଦୀ କରିନିଏ;

Gade chapit la Kopi

ପବିତ୍ର ବାଇବଲ

8 ସାବଧାନ ରୁହ, ଯେପରି କେହି ତୁମ୍ଭକୁ ଅନର୍ଥକ, ଅସତ୍ୟ ଚିନ୍ତାଧାରା ଓ ବାକ୍ୟ ଦ୍ୱାରା ଭ୍ରାନ୍ତ ନ କରୁ। ଏହିଭଳି ଧାରଣାସବୁ ଖ୍ରୀଷ୍ଟଙ୍କଠାରୁ ନୁହେଁ, ମନୁଷ୍ୟଠାରୁ ଉତ୍ପନ୍ନ ହୁଏ। ଏହି ଧାରଣାଗୁଡ଼ିକ ହେଉଛି ସଂସାରର ଲୋକମାନଙ୍କର ମୂଲ୍ୟହୀନ ଧାରଣା।

Gade chapit la Kopi




କଲସୀୟ 2:8
38 Referans Kwoze  

ହେ ତୀମଥି, ତୁମ୍ଭଠାରେ ଯାହା ସମର୍ପିତ ହୋଇଅଛି, ତାହା ରକ୍ଷା କର; ଅସାର ବକୁଆପଣ ଓ କଥା କଥାରେ ଜ୍ଞାନର ଯୁକ୍ତିତର୍କରୁ ବିମୁଖ ହୁଅ;


କେହି ତୁମ୍ଭମାନଙ୍କୁ ଅସାର କଥାରେ ନ ଭୁଲାଉ, କାରଣ ଏହି ସମସ୍ତ କୁକର୍ମ ହେତୁ ଅନାଜ୍ଞାବହ ସନ୍ତାନମାନଙ୍କ ଉପରେ ଈଶ୍ୱରଙ୍କ କ୍ରୋଧ ବର୍ତ୍ତେ ।


ଭଣ୍ଡ ଭାବବାଦୀମାନଙ୍କଠାରୁ ସାବଧାନ ହୋଇଥାଅ; ସେମାନେ ମେଣ୍ଢାବେଶ‍ରେ ତୁମ୍ଭମାନଙ୍କ ପାଖକୁ ଆସନ୍ତି, କିନ୍ତୁ ଅନ୍ତରରେ ସେମାନେ ହିଂସ୍ରକ ବାଘ !


କିନ୍ତୁ ଏବେ ଈଶ୍ୱରଙ୍କ ପରିଚୟ ପାଇଅଛ; ବରଂ ଈଶ୍ୱରଙ୍କ ଦ୍ୱାରା ପରିଚିତ ହୋଇଅଛ, ତେବେ କିପରି ଆଉ ଥରେ ଦୁର୍ବଳ ଓ ଅକିଞ୍ଚନ ପ୍ରାଥମିକ ବିଷୟଗୁଡ଼ାକ ପ୍ରତି ଫେରିଯାଇ ପୁନର୍ବାର ସେହି ସବୁର ଦାସ ହେବାକୁ ଇଚ୍ଛା କରୁଅଛ ?


ତୁମ୍ଭେମାନେ ଯଦି ଖ୍ରୀଷ୍ଟଙ୍କ ସହିତ ଜଗତର ପ୍ରାଥମିକ ଶିକ୍ଷା ପ୍ରତି ମୃତ ହୋଇଅଛ,


କିନ୍ତୁ ଦୁଷ୍ଟ ଲୋକେ ଓ ଠକ ଲୋକମାନେ ଭ୍ରାନ୍ତି ଜନ୍ମାଇ ଓ ଭ୍ରାନ୍ତ ହୋଇ ଅଧିକରୁ ଅଧିକ ଦୁଷ୍ଟ ହୋଇ ଉଠିବେ ।


ସୈନ୍ୟାଧିପତି ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହି କଥା କହନ୍ତି; “ତୁମ୍ଭମାନଙ୍କର ମଧ୍ୟବର୍ତ୍ତୀ ତୁମ୍ଭମାନଙ୍କର ଭବିଷ୍ୟଦ୍‍ବକ୍ତାମାନେ ଓ ଗଣକମାନେ ତୁମ୍ଭମାନଙ୍କୁ ନ ଭୁଲାଉନ୍ତୁ, ଅଥବା ତୁମ୍ଭେମାନେ ଯେଉଁ ସ୍ୱପ୍ନ ଦର୍ଶନ କର, ତୁମ୍ଭମାନଙ୍କର ସେହିସବୁ ସ୍ୱପ୍ନରେ ମନୋଯୋଗ କର ନାହିଁ।


ଅତଏବ, ହେ ପ୍ରିୟମାନେ, ତୁମ୍ଭେମାନେ ପୂର୍ବରୁ ଏହିସବୁ ଜାଣି ସତର୍କ ହୋଇଥାଅ, କାଳେ ଦୁରାଚାରୀମାନଙ୍କ ଭ୍ରାନ୍ତିରେ ପଡ଼ି ତୁମ୍ଭେମାନେ ମଧ୍ୟ ଆପଣାମାନଙ୍କ ଦୃଢ଼ତାରୁ ସ୍ଖଳିତ ହୁଅ,


ବିବିଧ ଓ ବିପରୀତ ପ୍ରକାର ଶିକ୍ଷାରେ ବିଚଳିତ ନ ହୁଅ, କାରଣ ଖାଦ୍ୟପଦାର୍ଥ ଦ୍ୱାରା ନୁହେଁ, ମାତ୍ର ଅନୁଗ୍ରହ ଦ୍ୱାରା ହୃଦୟ ସ୍ଥିରୀକୃତ ହେବା ଭଲ; ଯେଉଁମାନେ ଖାଦ୍ୟଦ୍ରବ୍ୟ ପ୍ରଥା ପାଳନ କରନ୍ତି, ସେମାନଙ୍କର କିଛି ଲାଭ ହେବ ନାହିଁ ।


ତୁମ୍ଭେମାନେ ଯେପରି ଆମ୍ଭମାନଙ୍କର କୃତ କର୍ମର ଫଳ ନ ହରାଇ ବରଂ ସେଥିର ପୂର୍ଣ୍ଣ ପୁରସ୍କାର ପ୍ରାପ୍ତ ହୁଅ, ସେଥିନିମନ୍ତେ ଆପଣା ଆପଣା ବିଷୟରେ ସାବଧାନ ହୁଅ ।


ସେହିପରି ଆମ୍ଭେମାନେ ମଧ୍ୟ ଯେତେବେଳେ ଧର୍ମରେ ନାବାଳକ ଥିଲୁ, ସେତେବେଳେ ଜଗତର ପ୍ରାଥମିକ ବିଷୟଗୁଡ଼ାକର ଦାସ ଥିଲୁ


ଆମ୍ଭେମାନେ ତର୍କବିତର୍କସବୁ ଓ ଈଶ୍ୱରଙ୍କ ଜ୍ଞାନବିରୁଦ୍ଧରେ ଉତ୍ଥିତ ସମସ୍ତ ଉଚ୍ଚ ବିଷୟ ଭୂମିସାତ୍‍ କରୁ, ପୁଣି, ପ୍ରତ୍ୟେକ କଳ୍ପନାକୁ ଖ୍ରୀଷ୍ଟଙ୍କ ବାଧ୍ୟ ହେବା ନିମନ୍ତେ ବନ୍ଦୀ କରୁ,


ପୁଣି, କେହି ନମ୍ରତା ଓ ଦୂତମାନଙ୍କ ପୂଜାରେ ସନ୍ତୋଷ ପାଇ ଦର୍ଶନରେ ଦେଖିଥିବା ବିଷୟଗୁଡ଼ିକ ଅନୁସନ୍ଧାନ କରି ଓ ଆପଣା ସାଂସାରିକ ମନ ଦ୍ୱାରା ବୃଥା ଗର୍ବିତ ହୋଇ ମସ୍ତକ ସ୍ୱରୂପ ଯେ ଖ୍ରୀଷ୍ଟ, ତାହାଙ୍କୁ ନ ଧରି ପୁରସ୍କାରରୁ ତୁମ୍ଭମାନଙ୍କୁ ବଞ୍ଚିତ ନ କରୁ;


ଯେଣୁ ତୁମ୍ଭେମାନେ ଜାଣ ଯେ, ତୁମ୍ଭମାନଙ୍କ ପିତୃପୁରୁଷମାନଙ୍କଠାରୁ ପ୍ରାପ୍ତ ପରମ୍ପରାଗତ ନିରର୍ଥକ ଆଚାର ବ୍ୟବହାରରୁ ରୂପା କି ସୁନା ପରି କ୍ଷୟଣୀୟ ବସ୍ତୁ ଦ୍ୱାରା ମୁକ୍ତ ନ ହୋଇ


ହେ ଭାଇମାନେ, ତୁମ୍ଭେମାନେ ଯେଉଁ ଶିକ୍ଷା ପାଇଅଛ, ସେଥିର ବିପରୀତ ଯେଉଁମାନେ ଦଳଭେଦ ଓ ବିଘ୍ନର କାରଣ ଘଟାନ୍ତି, ସେମାନଙ୍କୁ ଚିହ୍ନି ରଖି ସେମାନଙ୍କଠାରୁ ପୃଥକ ରହିବା ପାଇଁ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି;


କିନ୍ତୁ ତୁମ୍ଭେମାନେ ଖ୍ରୀଷ୍ଟଙ୍କୁ ସେପ୍ରକାରେ ଶିକ୍ଷା କରି ନାହଁ;


ଆଉ, ମୋହର ପିତୃପୁରୁଷଙ୍କ ପରମ୍ପରାଗତ ରୀତିନୀତି ନିମନ୍ତେ ଅତ୍ୟନ୍ତ ଉଦ୍‍ଯୋଗୀ ହୋଇ ମୋହର ସମବୟସ୍କ ସ୍ୱଜାତି ଲୋକମାନଙ୍କ ମଧ୍ୟରେ ଅନେକଙ୍କଠାରୁ ବଳି ଯିହୂଦୀ ଧର୍ମରେ ଅଗ୍ରସର ହେଉଥିଲି ।


କୁକୁରମାନଙ୍କଠାରୁ ସାବଧାନ, ଦୁଷ୍ଟ କାର୍ଯ୍ୟକାରୀମାନଙ୍କଠାରୁ ସାବଧାନ, ସୁନ୍ନତବାଦୀ ଲୋକମାନଙ୍କଠାରୁ ସାବଧାନ;


ସେତେବେଳେ ସାବଧାନ, ଯେ ତୁମ୍ଭକୁ ଦାସ୍ୟଗୃହରୂପ ମିସର ଦେଶରୁ ବାହାର କରି ଆଣିଅଛନ୍ତି, ସେହି ସଦାପ୍ରଭୁଙ୍କୁ ପାସୋର ନାହିଁ।


ଯୀଶୁ ସେମାନଙ୍କୁ କହିଲେ, ସତର୍କ ହୁଅ, ଫାରୂଶୀ ଓ ସାଦ୍ଦୂକୀମାନଙ୍କ ଖମୀରଠାରୁ ସାବଧାନ ହୋଇଥାଅ ।


ମାତ୍ର ମନୁଷ୍ୟମାନଙ୍କଠାରୁ ସାବଧାନ ହୋଇଥାଅ, କାରଣ ସେମାନେ ତୁମ୍ଭମାନଙ୍କୁ ବିଚାରସଭାମାନଙ୍କରେ ସମର୍ପଣ କରିବେ ଓ ସେମାନଙ୍କ ସମାଜଗୃହ ସମୂହରେ କୋରଡ଼ା ମାରିବେ,


ଏହି ସବୁ ବସ୍ତୁ ବ୍ୟବହାର ଦ୍ୱାରା କ୍ଷୟ ପାଏ ।


ଅର୍ଥାତ୍ ଯେଉଁ ଆତ୍ମା ଏବେ ହେଁ ଅନାଜ୍ଞାବହ ସନ୍ତାନମାନଙ୍କ ଠାରେ କାର୍ଯ୍ୟ ସାଧନ କରୁଅଛି, ତାହାର ଇଚ୍ଛାନୁସାରେ ତୁମ୍ଭେମାନେ ମଧ୍ୟ ପୁର୍ବରେ ଆଚରଣ କରି ଅପରାଧ ଓ ପାପରେ ମୃତ ଥିଲ;


ସେଥିରେ ଏପିକୂୂରୀୟ ଓ ସ୍ତୋୟିକ କେତେକ ଦାର୍ଶନିକ ମଧ୍ୟ ତାହାଙ୍କ ସହିତ ବାଦାନୁବାଦ କରିବାକୁ ଲାଗିଲେ, ପୁଣି, କେହି କେହି କହିଲେ, ଏ ବାଚାଳଟା କ'ଣ କହିବାକୁ ଇଚ୍ଛା କରୁଅଛ ? ଆଉ କେହି କେହି କହିଲେ, ସେ ଅଜଣା ଦେବତାମାନଙ୍କର ପ୍ରଚାରକ ହେଲା ପରି ଜଣାଯାଉଅଛି; କାରଣ ସେ ଯୀଶୁ ଓ ପୁନରୁତ୍ଥାନ ବିଷୟକ ସୁସମାଚାର ପ୍ରଚାର କରୁଥିଲେ ।


ମୃତମାନଙ୍କର ପୁନରୁତ୍ଥାନ କଥା ଶୁଣି କେହି କେହି ପରିହାସ କରିବାକୁ ଲାଗିଲେ; ଆଉ କେହି କେହି କହିଲେ, ଆମ୍ଭେମାନେ ଆଉ ଥରେ ଆପଣଙ୍କଠାରୁ ଏହି ବିଷୟ ଶୁଣିବା ।


ଆମ୍ଭମାନଙ୍କ ପାଇଁ ଦ୍ରାକ୍ଷାକ୍ଷେତ୍ରନାଶକ ଶୃଗାଳମାନଙ୍କୁ, କ୍ଷୁଦ୍ର ଶୃଗାଳମାନଙ୍କୁ ଧର; କାରଣ ଆମ୍ଭମାନଙ୍କ ଦ୍ରାକ୍ଷାକ୍ଷେତ୍ର ପୁଷ୍ପିତ ହୋଇଅଛି।”


କିନ୍ତୁ ସାବଧାନ, କାଳେ ତୁମ୍ଭମାନଙ୍କର ଏହି ଅଧିକାର ଦୁର୍ବଳମାନଙ୍କର ଝୁଣ୍ଟିବାର କାରଣ ହୁଏ ।


ଏଣୁ ଯେ ଆପଣାକୁ ସ୍ଥିର ବୋଲି ମନେ କରେ, ସେ ଯେପରି ପତିତ ନ ହୁଏ, ଏଥି ନିମନ୍ତେ ସେ ସାବଧାନ ହେଉ ।


କିନ୍ତୁ ତୁମ୍ଭେମାନେ ଯଦି କାମୁଡ଼ାକାମୁଡ଼ି ହୋଇ ପରସ୍ପରକୁ ଗ୍ରାସ କର, ତେବେ ସାବଧାନ, ଯେପରି ପରସ୍ପର ଦ୍ୱାରା ବିନଷ୍ଟ ନ ହୁଅ ।


ଏହି ପ୍ରକାର ଶିକ୍ଷା ତ ସ୍ୱେଚ୍ଛାଉପାସନା, ନମ୍ରତା ଏବଂ ଶରୀର ପ୍ରତି କଠୋର ବ୍ୟବହାର ଦ୍ୱାରା ଜ୍ଞାନର ନାମ ପାଇଅଛି, କିନ୍ତୁ ସେଥିର ମୂଲ୍ୟ ନାହିଁ, ତଦ୍ଵାରା କେବଳ ଶାରୀରିକ ଭାବର ତୃପ୍ତି ହୁଏ ।


ହେ ଭାଇମାନେ, ସାବଧାନ,ଯେପରି ଜୀବନ୍ତ ଈଶ୍ୱରଙ୍କଠାରୁ ବିମୁଖକାରୀ ଦୁଷ୍ଟ, ଅବିଶ୍ୱାସୀ ହୃଦୟ ତୁମ୍ଭମାନଙ୍କର କାହାରିଠାରେ ନ ଥାଏ ।


Swiv nou:

Piblisite


Piblisite