Biblia Todo Logo
Bib sou entènèt

- Piblisite -




କଲସୀୟ 3:1 - ଓଡିଆ ବାଇବେଲ

1 ତୁମ୍ଭେମାନେ ଯେବେ ଖ୍ରୀଷ୍ଟଙ୍କ ସହିତ ଉତ୍ଥିତ ହୋଇଅଛ, ତେବେ ଈଶ୍ୱରଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଖ୍ରୀଷ୍ଟଙ୍କର ଯେଉଁ ବାସସ୍ଥାନ, ସେହି ଊର୍ଦ୍ଧ୍ୱସ୍ଥାନ ବିଷୟସବୁ ଅନ୍ୱେଷଣ କର ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ତୁମ୍ଭେମାନେ ଯେବେ ଖ୍ରୀଷ୍ଟଙ୍କ ସହିତ ଉତ୍ଥିତ ହୋଇଅଛ, ତେବେ ଈଶ୍ଵରଙ୍କ ଦକ୍ଷିଣ ପାର୍ଶ୍ଵରେ ଉପବିଷ୍ଟ ଖ୍ରୀଷ୍ଟଙ୍କର ଯେଉଁ ବାସସ୍ଥାନ, ସେହି ଊର୍ଦ୍ଧ୍ଵସ୍ଥାନର ବିଷୟସବୁ ଅନ୍ଵେଷଣ କର।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ତୁମ୍ଭେମାନେ ଖ୍ରୀଷ୍ଟଙ୍କ ସହିତ ମୃତ୍ୟୁରୁ ଉତ୍ଥାପିତ ହୋଇଛ। ତେଣୁ ସ୍ୱର୍ଗସ୍ଥ ବିଷୟ ପ୍ରତି ମନୋନିବେଶ କର, କାରଣ ଖ୍ରୀଷ୍ଟ ସ୍ୱର୍ଗରେ ଈଶ୍ୱରଙ୍କ ଦକ୍ଷିଣ ପାଶ୍ୱର୍ରେ ଉପବିଷ୍ଟ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ତୁମ୍ଭେମାନେ ଯେବେ ଖ୍ରୀଷ୍ଟଙ୍କ ସହିତ ଉତ୍ଥିତ ହୋଇଅଛ, ତେବେ ଈଶ୍ବରଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଖ୍ରୀଷ୍ଟଙ୍କର ଯେଉଁ ବାସସ୍ଥାନ, ସେହି ଊର୍ଦ୍ଧ୍ୱସ୍ଥାନ ବିଷୟସବୁ ଅନ୍ୱେଷଣ କର।

Gade chapit la Kopi

ପବିତ୍ର ବାଇବଲ

1 ତୁମ୍ଭେମାନେ ଖ୍ରୀଷ୍ଟଙ୍କ ସହିତ ମୃତ୍ୟୁରୁ ଜୀବିତ ହୋଇଛ। ଅତଏବ ସ୍ୱର୍ଗରେ ଥିବା ବିଷୟ ଗୁଡ଼ିକ ପାଇବା ପାଇଁ ଯତ୍ନଶୀଳ ହୁଅ। ଯେଉଁଠାରେ ଖ୍ରୀଷ୍ଟ, ପରମେଶ୍ୱରଙ୍କ ଡାହାଣରେ ବସିଛନ୍ତି।

Gade chapit la Kopi




କଲସୀୟ 3:1
39 Referans Kwoze  

କାରଣ ଶାରୀରିକ ମନ ମୃତ୍ୟୁଜନକ, କିନ୍ତୁ ଆତ୍ମିକ ମନ ଜୀବନ ଓ ଶାନ୍ତିଦାୟକ;


କିନ୍ତୁ ତୁମ୍ଭେମାନେ ପ୍ରଥମରେ ତାହାଙ୍କ ରାଜ୍ୟ ଓ ଧାର୍ମିକତା ଅନ୍ୱେଷଣ କର, ଆଉ ଏହି ସମସ୍ତ ବିଷୟ ମଧ୍ୟ ତୁମ୍ଭମାନଙ୍କୁ ଦିଆଯିବ ।


ଯେଣୁ ଆମ୍ଭେମାନେ ଦୃଶ୍ୟ ବିଷୟ ପ୍ରତି ଲକ୍ଷ୍ୟ ନ କରି ଅଦୃଶ୍ୟ ବିଷୟ ପ୍ରତି ଲକ୍ଷ୍ୟ କରୁଅଛୁ; କାରଣ ଦୃଶ୍ୟ ବିଷୟ କ୍ଷଣକାଳସ୍ଥାୟୀ, କିନ୍ତୁ ଅଦୃଶ୍ୟ ବିଷୟ ଅନନ୍ତକାଳସ୍ଥାୟୀ ।


ପାର୍ଥିବ ବିଷୟରେ ଆସକ୍ତ ନ ହୋଇ ଊର୍ଦ୍ଧ୍ୱସ୍ଥାନ ବିଷୟରେ ଆସକ୍ତ ହୁଅ ।


ମାତ୍ର ଯେଉଁଠାରେ କୀଟ ଓ କଳଙ୍କ ନଷ୍ଟ ନ କରେ ଏବଂ ଚୋରମାନେ ସିନ୍ଧି କାଟି ଚୋରି ନ କରନ୍ତି, ଏପରି ସ୍ୱର୍ଗରେ ଆପଣା ଆପଣା ନିମନ୍ତେ ଧନ ସଞ୍ଚୟ କର,


ସେ ଆପଣା ସମ୍ମୁଖସ୍ଥ ଆନନ୍ଦ ନିମନ୍ତେ ଅପମାନ ତୁଚ୍ଛଜ୍ଞାନ କରି ଧୈର୍ଯ୍ୟ ସହ କ୍ରୁଶୀୟ ମୃତ୍ୟୁଭୋଗ କଲେ, ପୁଣି, ଈଶ୍ୱରଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହୋଇଅଛନ୍ତି ।


ତୁମ୍ଭମାନଙ୍କର ଯାହା ଅଛି; ତାହା ବିକ୍ରୟ କରି ଦାନ କର; ଯାହା କ୍ଷୟ ପାଏ ନାହିଁ, ଏପରି ଥଳି ଆପଣା ଆପଣା ନିମନ୍ତେ ପ୍ରସ୍ତୁତ କର; ଯେଉଁଠାରେ ଚୋର ନିକଟକୁ ଆସେ ନାହିଁ କିମ୍ବା ପୋକ ନଷ୍ଟ କରେ ନାହିଁ, ଏପରି ସ୍ୱର୍ଗରେ ଅକ୍ଷୟ ଧନ ସଞ୍ଚୟ କର,


ତୁମ୍ଭେ ମୋତେ ଜୀବନର ପଥ ଦେଖାଇବ; ତୁମ୍ଭ ସମ୍ମୁଖରେ ଆନନ୍ଦର ପୂର୍ଣ୍ଣତା ଥାଏ; ତୁମ୍ଭ ଦକ୍ଷିଣ ପାଖରେ ନିତ୍ୟ ସୁଖଭୋଗ ଥାଏ।”


ସେହି ପୁତ୍ର ତାହାଙ୍କ ମହିମାର ପ୍ରଭା ଓ ତାହାଙ୍କ ତତ୍ତ୍ୱର ପ୍ରତିମୂର୍ତ୍ତି, ସେ ଆପଣା ଶକ୍ତିଯୁକ୍ତ ବାକ୍ୟ ଦ୍ୱାରା ସମସ୍ତ ବିଷୟ ଧାରଣ କରନ୍ତି, ପୁଣି, ପାପ ମାର୍ଜନା କଲା ଉତ୍ତାରେ ଊର୍ଦ୍ଧ୍ୱସ୍ଥ ମହାମହିମଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବେଶ ନ କରିଅଛନ୍ତି,


କିନ୍ତୁ ଏହାପରେ ମନୁଷ୍ୟପୁତ୍ର ଈଶ୍ୱରଙ୍କ ପରାକ୍ରମର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହେବେ ।


ତୁମ୍ଭେମାନେ ଯଦି ଖ୍ରୀଷ୍ଟଙ୍କ ସହିତ ଜଗତର ପ୍ରାଥମିକ ଶିକ୍ଷା ପ୍ରତି ମୃତ ହୋଇଅଛ,


ଆମ୍ଭେମାନେ ଯାହା କହୁଅଛୁ, ସେଥିର ପ୍ରଧାନ ବିଷୟ ଏହି, ଆମ୍ଭମାନଙ୍କର ଏପରି ଜଣେ ମହାଯାଜକ ଅଛନ୍ତି, ଯେ ସ୍ୱର୍ଗରେ ମହାମହିମଙ୍କ ସିଂହାସନର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ହୋଇଅଛନ୍ତି;


କିଏ ଦଣ୍ଡାଜ୍ଞା ଦେବ ? ଖ୍ରୀଷ୍ଟ ଯୀଶୁ ତ ମୃତ୍ୟୁଭୋଗ କଲେ, ବରଂ ସେ ଉତ୍ଥାପିତ ହେଲେ, ସେ ଈଶ୍ୱରଙ୍କ ଦକ୍ଷିଣ ପାର୍ଶ୍ୱରେ ଅଛନ୍ତି, ସେ ମଧ୍ୟ ଆମ୍ଭମାନଙ୍କ ନିମନ୍ତେ ନିବେଦନ କରୁଅଛନ୍ତି ।


ମାତ୍ର ସେ ପାପ ନିମନ୍ତେ କେବଳ ଏକ ବଳି ଉତ୍ସର୍ଗ କଲା ଉତ୍ତାରେ ଈଶ୍ୱରଙ୍କ ଦକ୍ଷିଣ ପାର୍ଶ୍ୱରେ ଚିରକାଳ ପାଇଁ ଉପବେଶ ନ କଲେ;


ଯୀଶୁ ତାହାଙ୍କୁ କହିଲେ, ଆପଣ କହିଅଛନ୍ତି; ଆହୁରି ମୁଁ ଆପଣମାନଙ୍କୁ କହୁଅଛି, ଅଦ୍ୟାବଧି ଆପଣମାନେ ମନୁଷ୍ୟପୁତ୍ରଙ୍କୁ ପରାକ୍ରମର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଓ ଆକାଶର ମେଘମାଳାରେ ଆଗମନ କରିବା ଦେଖିବେ ।


ଯେ ଅବତରଣ କରିଥିଲେ, ସେ ଯେପରି ସମସ୍ତ ବିଷୟ ପୂର୍ଣ୍ଣ କରନ୍ତି, ଏଥିପାଇଁ ସେ ମଧ୍ୟ ସମସ୍ତ ସ୍ୱର୍ଗର ଊର୍ଦ୍ଧ୍ୱକୁ ଆରୋହଣ କଲେ।)


ଯୀଶୁ କହିଲେ, ମୁଁ ସେହି; ପୁଣି, ଆପଣମାନେ ମନୁଷ୍ୟପୁତ୍ରଙ୍କୁ ପରାକ୍ରମର ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଓ ଆକାଶର ମେଘମାଳାରେ ଆଗମନ କରିବା ଦେଖିବେ ।


ଆଉ "ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭର ପାଦପୀଠ କରି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ,'' ଏହା ସେ ଦୂତମାନଙ୍କ ମଧ୍ୟରେ କାହାକୁ କେବେ କହିଅଛନ୍ତି ?


କାରଣ ଦାଉଦ ସ୍ୱର୍ଗାରୋହଣ କରି ନ ଥିଲେ, କିନ୍ତୁ ସେ ନିଜେ କହନ୍ତି, ପ୍ରଭୁ ମୋହର ପ୍ରଭୁଙ୍କୁ କହିଲେ,


କାରଣ ଦାଉଦ ନିଜେ ଗୀତସଂହିତାରେ କହନ୍ତି, ପ୍ରଭୁ ମୋହର ପ୍ରଭୁଙ୍କୁ (ଯୀଶୁ) କହିଲେ,


ଏହି ରୂପେ ପ୍ରଭୁ ଯୀଶୁ ସେମାନଙ୍କୁ କଥା କହିବା ପରେ ସ୍ୱର୍ଗରେ ଗୃହୀତ ହୋଇ ଈଶ୍ୱରଙ୍କ ଦକ୍ଷିଣ ପାର୍ଶ୍ୱରେ ବସିଲେ ।


ସ୍ୱୟଂ ଦାଉଦ ପବିତ୍ର ଆତ୍ମାଙ୍କ ଦ୍ୱାରା ପୂର୍ଣ୍ଣ ହୋଇ କହିଥିଲେ, ପ୍ରଭୁ ମୋହର ପ୍ରଭୁଙ୍କୁ କହିଲେ, ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭ ପାଦ ତଳେ ରଖି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ ।


ସେହି ଯୀଶୁ ଖ୍ରୀଷ୍ଟ ସ୍ୱର୍ଗାରୋହଣ କରି ଈଶ୍ୱରଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଅଛନ୍ତି, ଆଉ ଦୂତମାନେ, କ୍ଷମତାବାନ ଓ ଶକ୍ତିଶାଳୀମାନେ ତାହାଙ୍କ ବଶୀଭୂତ ହୋଇଅଛନ୍ତି ।


କିନ୍ତୁ ସେ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ ସ୍ୱର୍ଗ ପ୍ରତି ସ୍ଥିର ଦୃଷ୍ଟିରେ ଚାହିଁଲେ, ଆଉ ଈଶ୍ୱରଙ୍କ ମହିମା ଓ ଯୀଶୁଙ୍କୁ ଈଶ୍ୱରଙ୍କ ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇଥିବା ଦେଖି କହିଲେ,


ଯଥା, ପ୍ରଭୁ ମୋହର ପ୍ରଭୁଙ୍କୁ କହିଲେ, ଆମ୍ଭେ ଯେପର୍ଯ୍ୟନ୍ତ ତୁମ୍ଭର ଶତ୍ରୁମାନଙ୍କୁ ତୁମ୍ଭ ପାଦ ତଳେ ରଖି ନାହୁଁ, ସେପର୍ଯ୍ୟନ୍ତ ଆମ୍ଭର ଦକ୍ଷିଣରେ ବସିଥାଅ ।


ନୀଚସ୍ଥିତ ପାତାଳକୁ ତ୍ୟାଗ କରିବା ପାଇଁ ବୁଦ୍ଧିମାନ ଲୋକ ନିମନ୍ତେ ଜୀବନର ପଥ ଊର୍ଦ୍ଧ୍ୱଗାମୀ।


ସଦାପ୍ରଭୁ ମୋ’ ପ୍ରଭୁଙ୍କୁ କହନ୍ତି, “ଆମ୍ଭେ ତୁମ୍ଭ ଶତ୍ରୁଗଣକୁ ତୁମ୍ଭର ପାଦପୀଠ ନ କରିବା ପର୍ଯ୍ୟନ୍ତ ତୁମ୍ଭେ ଆମ୍ଭ ଦକ୍ଷିଣରେ ବସ।”


ଜ୍ଞାନୀର ହୃଦୟ ତାହାକୁ ସଠିକ୍ ପଥରେ ନିଏ; ମାତ୍ର ମୂର୍ଖର ହୃଦୟ ତାହାକୁ ଭୁଲ୍ ପଥରେ ନିଏ।


ହେ ସ୍ତ୍ରୀମାନେ ତୁମ୍ଭେମାନେ ଯେପରି ପ୍ରଭୁଙ୍କର ବସୀଭୂତା ହୁଅ, ସେହିପରି ଆପଣା ଆପଣା ସ୍ୱାମୀର ବସୀଭୂତ ହୁଅ ,


Swiv nou:

Piblisite


Piblisite