Biblia Todo Logo
Bib sou entènèt

- Piblisite -




କଲସୀୟ 3:16 - ଓଡିଆ ବାଇବେଲ

16 ଖ୍ରୀଷ୍ଟଙ୍କ ବାକ୍ୟ ପ୍ରଚୁରଭାବେ ତୁମ୍ଭମାନଙ୍କଠାରେ ବାସ କରୁ; ତୁମ୍ଭେମାନେ ପରସ୍ପରକୁ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଓ ଚେତନା ଦିଅ, ପୁଣି, ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା କୃତଜ୍ଞ ହୃଦୟରେ ଗାନ କର ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ଖ୍ରୀଷ୍ଟଙ୍କ ବାକ୍ୟ ପ୍ରଚୁରଭାବେ ତୁମ୍ଭମାନଙ୍କଠାରେ ବାସ କରୁ; ତୁମ୍ଭେମାନେ ପରସ୍ପରକୁ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଓ ଚେତନା ଦିଅ, ପୁଣି ଈଶ୍ଵରଙ୍କ ଉଦ୍ଦେଶ୍ୟରେ ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ଵାରା କୃତଜ୍ଞ ହୃଦୟରେ ଗାନ କର।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

16 ଖ୍ରୀଷ୍ଟଙ୍କ ବାର୍ତ୍ତାର ପ୍ରଚୁର ଐଶ୍ୱର୍ଯ୍ୟ ତୁମ ଅନ୍ତରରେ ବାସ କରୁ। ଜ୍ଞାନର ସହିତ ପରସ୍ପରକୁ ଶିକ୍ଷା ଓ ପରାମର୍ଶ ଦିଅ। ସ୍ତବ, ସ୍ତୁତି ଓ ସଂକୀର୍ତ୍ତନ କର। ଅନ୍ତରର କୃତଜ୍ଞତା ସହ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଗାନ, ଭଜନ କର।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ଖ୍ରୀଷ୍ଟଙ୍କ ବାକ୍ୟ ପ୍ରଚୁରଭାବେ ତୁମ୍ଭମାନଙ୍କଠାରେ ବାସ କରୁ; ତୁମ୍ଭେମାନେ ପରସ୍ପରକୁ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଓ ଚେତନା ଦିଅ, ପୁଣି, ଈଶ୍ବରଙ୍କ ଉଦ୍ଦେଶ୍ୟରେ ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା କୃତଜ୍ଞ ହୃଦୟରେ ଗାନ କର।

Gade chapit la Kopi

ପବିତ୍ର ବାଇବଲ

16 ଖ୍ରୀଷ୍ଟଙ୍କ ଶିକ୍ଷା ତୁମ୍ଭଠାରେ ପ୍ରଚୁର ଭାବରେ ରହିଥାଉ। ପରସ୍ପରକୁ ଶିକ୍ଷା ଦେବା ଓ ଶକ୍ତିଶାଳୀ କରିବା ପାଇଁ ସମସ୍ତ ଜ୍ଞାନର ବ୍ୟବହାର କର। ନିଜ ହୃଦୟରେ ପରମେଶ୍ୱରଙ୍କ ପାଇଁ କୃତଜ୍ଞତାର ସଂଗୀତ, ଭଜନ, ଆଧ୍ୟାତ୍ମିକ ଗୀତମାନ ଗାଅ।

Gade chapit la Kopi




କଲସୀୟ 3:16
62 Referans Kwoze  

ମୁଁ ଯେପରି ତୁମ୍ଭ ବିରୁଦ୍ଧରେ ପାପ ନ କରେ, ଏଥିପାଇଁ ମୁଁ ଆପଣା ହୃଦୟ ମଧ୍ୟରେ ତୁମ୍ଭର ବାକ୍ୟ ସଞ୍ଚୟ କରି ରଖିଅଛି।


ପୁଣି, ତୁମ୍ଭମାନଙ୍କ ହୃଦୟରେ ଈଶ୍ୱରଙ୍କ ଉଦ୍ଦେଶ୍ୟରେ ଭଜନ ଓ ଗୀତ ଗାନ କର;


ଯଦି ତୁମ୍ଭେମାନେ ମୋ'ଠାରେ ରୁହ, ଆଉ ମୋହର ବାକ୍ୟ ତୁମ୍ଭମାନଙ୍କଠାରେ ରୁହେ, ତାହାହେଲେ ଯେକୌଣସି ବିଷୟ ଇଚ୍ଛା କର, ତାହା ମାଗ, ଆଉ ତୁମ୍ଭମାନଙ୍କ ନିମନ୍ତେ ତାହା ସାଧିତ ହେବ ।


ଅତଏବ, ବିଶ୍ୱାସ ଶ୍ରବଣରୁ ଜାତ ହୁଏ ଓ ଶ୍ରବଣ ଖ୍ରୀଷ୍ଟଙ୍କ ବାକ୍ୟ ଦ୍ୱାରା ହୁଏ ।


ତୁମ୍ଭେମାନେ ଆରମ୍ଭରୁ ଯାହା ଶୁଣିଅଛ, ତାହା ତୁମ୍ଭମାନଙ୍କଠାରେ ଥାଉ। ତୁମ୍ଭେମାନେ ଆରମ୍ଭରୁ ଯାହା ଶୁଣିଅଛ, ତାହା ଯଦି ତୁମ୍ଭମାନଙ୍କଠାରେ ଥାଏ, ତାହାହେଲେ ତୁମ୍ଭେମାନେ ମଧ୍ୟ ପୁତ୍ର ଓ ପିତାଙ୍କଠାରେ ରହିବ ।


ତୁମ୍ଭର ବାକ୍ୟ ପ୍ରାପ୍ତ ହେଲା, ପୁଣି ମୁଁ ତାହା ଭୋଜନ କଲି; ଆଉ, ତୁମ୍ଭର ବାକ୍ୟ ମୋର ଆନନ୍ଦ ଓ ଚିତ୍ତର ଆହ୍ଲାଦଜନକ ହେଲା; କାରଣ ହେ ସୈନ୍ୟାଧିପତି ସଦାପ୍ରଭୁ ପରମେଶ୍ୱର, ମୁଁ ତୁମ୍ଭ ନାମରେ ଖ୍ୟାତ ଅଟେ।


ଯେପରି ଆମ୍ଭମାନଙ୍କର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଈଶ୍ୱର, ଗୌରବମୟ ପିତା, ତାହାଙ୍କ ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜ୍ଞାନ ଓ ପ୍ରତ୍ୟାଦେଶର ଆତ୍ମା ପ୍ରଦାନ କରନ୍ତି;


ମୁଁ ତାହାଙ୍କ ଓଷ୍ଠାଧର-ନିର୍ଗତ ଆଜ୍ଞାରୁ ବିମୁଖ ହୋଇ ନାହିଁ; ମୁଁ ଆପଣା ଆବଶ୍ୟକ ଆହାର ଅପେକ୍ଷା ଅଧିକ ତାହାଙ୍କ ମୁଖର ବାକ୍ୟ ସଞ୍ଚୟ କରିଅଛି।


କିନ୍ତୁ ଊର୍ଦ୍ଧ୍ୱରୁ ଆଗତ ଜ୍ଞାନ ପ୍ରଥମରେ ପବିତ୍ର, ଦ୍ୱିତୀୟରେ ଶାନ୍ତିପ୍ରିୟ, ମୃଦୁଶୀଳ, ବାଧ୍ୟ, ଦୟା ଓ ଉତ୍ତମ ଫଳରେ ପରିପୂର୍ଣ୍ଣ, ସନ୍ଦେହଶୂନ୍ୟ ଓ ନିଷ୍କପଟ ।


ଯେଉଁ ସତ୍ୟ ଆମ୍ଭମାନଙ୍କ ଅନ୍ତରରେ ରହିଅଛି ଅନନ୍ତକାଳ ଆମ୍ଭମାନଙ୍କ ସହିତ ରହିବ, ସେହି ସତ୍ୟ ସକାଶେ ସେମାନଙ୍କୁ ପ୍ରେମ କରୁଅଛୁ ।


ପୁଣି, ଯେଉଁ ଧର୍ମଶାସ୍ତ୍ର ଖ୍ରୀଷ୍ଟ ଯୀଶୁଙ୍କଠାରେ ବିଶ୍ୱାସ ଦ୍ୱାରା ତୁମ୍ଭକୁ ପରିତ୍ରାଣଜନକ ଜ୍ଞାନ ଦେବାକୁ ସମର୍ଥ, ତାହା ତୁମ୍ଭେ ବାଲ୍ୟ କାଳଠାରୁ ଜାଣିଅଛ ।


ଏଣୁ ତାହା ଶୁଣିବା ଦିନଠାରୁ ଆମ୍ଭେମାନେ ମଧ୍ୟ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା ଓ ବିନତି କରିବାରୁ କ୍ଷାନ୍ତ ହେଉ ନାହୁଁ, ଯେପରି ତୁମ୍ଭେମାନେ ସମ୍ପୂର୍ଣ୍ଣ ରୂପେ ଈଶ୍ୱରଙ୍କ ଅଭିମତ ଜ୍ଞାତ ହୋଇ


ସେମାନେ ଗୋଟିଏ ନୂତନ ଗୀତ ଗାନ କରି କହିଲେ, ତୁମ୍ଭେ ସେହି ପୁସ୍ତକ ନେବାକୁ ଓ ସେଥିର ମୁଦ୍ରାସବୁ ଭାଙ୍ଗିବାକୁ ଯୋଗ୍ୟ ଅଟ, କାରଣ ତୁମ୍ଭେ ହତ ହୋଇଥିଲ, ପୁଣି, ଆପଣା ରକ୍ତ ଦ୍ୱାରା ସର୍ବଗୋଷ୍ଠୀ, ଭାଷାବାଦୀ, ବଂଶ ଓ ଜାତି ମଧ୍ୟରୁ ଈଶ୍ୱରଙ୍କ ନିମନ୍ତେ ଲୋକମାନଙ୍କୁ କିଣିଅଛ,


କିନ୍ତୁ ତୁମ୍ଭେମାନେ ତାହାଙ୍କଠାରୁ ଯେଉଁ ଅଭିଷେକ ପାଇଅଛ, ତାହା ତୁମ୍ଭମାନଙ୍କଠାରେ ରହିଅଛି, ପୁଣି, କେହି ଯେ ତୁମ୍ଭମାନଙ୍କୁ ଶିକ୍ଷା ଦେବ, ଏହା ତୁମ୍ଭମାନଙ୍କର ଆବଶ୍ୟକ ନାହିଁ, ମାତ୍ର ତାହାଙ୍କଠାରୁ ସେହି ଅଭିଷେକ ତୁମ୍ଭମାନଙ୍କୁ ସମସ୍ତ ବିଷୟରେ ଯେଉଁ ଶିକ୍ଷା ଦିଏ, ତାହା ସତ୍ୟ ଅଟେ, ମିଥ୍ୟା ନୁହେଁ; ଏଣୁ ସେହି ଶିକ୍ଷା ଅନୁସାରେ ତାହାଙ୍କଠାରେ ରୁହ ।


ତୁମ୍ଭମାନଙ୍କ ବାକ୍ୟ ସର୍ବଦା ମନୋହର ପୁଣି, ଲବଣରେ ଅନୁଗ୍ରହଯୁକ୍ତ ହେଉ, ଯେପରି କାହାକୁ କିପରି ଉତ୍ତର ଦେବାକୁ ହୁଏ, ତାହା ଜାଣି ପାର ।


ଏଣୁ ନିର୍ବୋଧ ନ ହୋଇ ପ୍ରଭୁଙ୍କର କଣ ଇଚ୍ଛା ତାହା ବୁଝ।


ସଦାପ୍ରଭୁ ମୋହର ବଳ ଓ ମୋହର ଢାଲ; ମୋହର ଅନ୍ତଃକରଣ ତାହାଙ୍କଠାରେ ଭରସା ରଖିଅଛି ଓ ମୁଁ ସାହାଯ୍ୟ ପାଇଅଛି; ଏହେତୁ ମୋ’ ଅନ୍ତଃକରଣ ଅତ୍ୟନ୍ତ ଉଲ୍ଲାସ କରୁଅଛି; ଆଉ, ମୁଁ ନିଜ ଗୀତରେ ତାହାଙ୍କର ପ୍ରଶଂସା କରିବି।


ତୁମ୍ଭମାନଙ୍କ ମଧ୍ୟରେ କ'ଣ କେହି ଦୁଃଖଭୋଗ କରୁଅଛି ? ସେ ପ୍ରାର୍ଥନା କରୁ । କେହି କ'ଣ ଆନନ୍ଦିତ ଅଟେ ? ସେ ଗୀତ ଗାନ କରୁ ।


ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବା ବେଳେ ମୋହର ଓଷ୍ଠାଧର ଓ ତୁମ୍ଭ ଦ୍ୱାରା ମୁକ୍ତ ମୋହର ପ୍ରାଣ ଅତିଶୟ ଆହ୍ଲାଦ କରିବ।


ସେହି ପବିତ୍ର ଆତ୍ମାଙ୍କୁ ସେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ପ୍ରଚୁର ରୂପେ ଆମ୍ଭମାନଙ୍କ ଉପରେ ଦେଲେ,


ହେ ଭାଇମାନେ, ତେବେ କର୍ତ୍ତବ୍ୟ କ'ଣ ? ତୁମ୍ଭେମାନେ ସମବେତ ହେବା ସମୟରେ ଗୀତ, ବା ଶିକ୍ଷା, ବା ପ୍ରକାଶିତ ବାକ୍ୟ, ବା ପରଭାଷା ବା ଭାଷାର ଅର୍ଥ, ଏପରି ପ୍ରତ୍ୟେକର କିଛି ନା କିଛି ଅଛି । ସମସ୍ତ ବିଷୟ ନିଷ୍ଠା ନିମନ୍ତେ କରାଯାଉ ।


କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ ଯେବେ କାହାରି ଜ୍ଞାନର ଅଭାବ ଥାଏ, ତେବେ ଯେଉଁ ଈଶ୍ୱର ଦୋଷ ନ ଧରି ମୁକ୍ତ ହସ୍ତରେ ସମସ୍ତଙ୍କୁ ଦାନ କରନ୍ତି, ତାହାଙ୍କ ଛାମୁରେ ସେ ପ୍ରାର୍ଥନା କରୁ, ସେଥିରେ ତାହାକୁ ଦିଆଯିବ ।


ତାହାଙ୍କୁ ଆମ୍ଭେମାନେ ପ୍ରଚାର କରୁଅଛୁ, ପୁଣି, ପ୍ରତ୍ୟେକ ଲୋକଙ୍କୁ ଚେତନା ଓ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଦେଉଅଛୁ, ଯେପରି ଆମ୍ଭେମାନେ ପ୍ରତ୍ୟେକ ଲୋକଙ୍କୁ ଖ୍ରୀଷ୍ଟଙ୍କ ସହଭାଗିତାରେ ସିଦ୍ଧ କରି ଉପସ୍ଥାପିତ କରି ପାରୁ;


ତୁମ୍ଭେ ମୋହର ଲୁଚିବା ସ୍ଥାନ; ତୁମ୍ଭେ ସଙ୍କଟରୁ ମୋତେ ରକ୍ଷା କରିବ; ତୁମ୍ଭେ ରକ୍ଷାର୍ଥକ ଗାୟନରେ ମୋହର ଚତୁର୍ଦ୍ଦିଗ ବେଷ୍ଟନ କରିବ। [ସେଲା]


କାରଣ ପୂର୍ବକାଳେ ଦାଉଦ ଓ ଆସଫଙ୍କ ସମୟରେ ଗାୟକମାନଙ୍କର ଜଣେ ପ୍ରଧାନ ଥିଲା ଓ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଓ ଧନ୍ୟବାଦାର୍ଥକ ନାନା ଗୀତ ଥିଲା।


ଆଉ ସମଗ୍ର ଇସ୍ରାଏଲ ରାଜାଙ୍କର ଏହି ବିଚାରର ନିଷ୍ପତ୍ତି ବିଷୟ ଶୁଣି ରାଜାଙ୍କୁ ଭୟ କଲେ; କାରଣ, ସେମାନେ ଦେଖିଲେ ଯେ, ବିଚାର କରିବା ନିମନ୍ତେ ତାଙ୍କର ଅନ୍ତରରେ ପରମେଶ୍ୱର-ଦତ୍ତ ଜ୍ଞାନ ଅଛି।


ସେମାନେ ଈଶ୍ୱରଙ୍କ ଦାସ ମୋଶା ଓ ମେଷଶାବକଙ୍କ ଗୀତ ଗାନ କରି କହୁଅଛନ୍ତି, ହେ ପ୍ରଭୁ, ସର୍ବଶକ୍ତିମାନ ଈଶ୍ୱର, ତୁମ୍ଭର କର୍ମସମୂହ ମହତ ଓ ଆଶ୍ଚର୍ଯ୍ୟ; ହେ ଜାତିସମୂହର ରାଜା, ତୁମ୍ଭର ପଥସମସ୍ତ ନ୍ୟାୟ ଓ ସତ୍ୟ ।


ବତ୍ସଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି, କାରଣ ତୁମ୍ଭେମାନେ ପିତାଙ୍କୁ ଜାଣିଅଛ । ହେ ପିତୃଗଣ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି, କାରଣ ଯେ ଆଦ୍ୟରୁ ଅଛନ୍ତି, ତାହାଙ୍କୁ ତୁମ୍ଭେମାନେ ଜାଣିଅଛ । ହେ ଯୁବକମାନେ, ମୁଁ ତୁମ୍ଭମାନଙ୍କ ନିକଟକୁ ଲେଖିଲି, କାରଣ ତୁମ୍ଭେମାନେ ବଳବାନ, ପୁଣି, ଈଶ୍ୱରଙ୍କ ବାକ୍ୟ ତୁମ୍ଭମାନଙ୍କଠାରେ ଅଛି ଓ ତୁମ୍ଭେମାନେ ପାପାତ୍ମାକୁ ଜୟ କରିଅଛ ।


ଯେଉଁମାନେ ଏହିକାଳରେ ଧନୀ, ସେମାନେ ଯେପରି ଅହଙ୍କାରୀ ନ ହୁଅନ୍ତି ଏବଂ ଅସ୍ଥାୟୀ ଧନ ଉପରେ ନିର୍ଭର ନ କରନ୍ତି, ବରଂ ଉପଭୋଗ କରିବା ନିମନ୍ତେ ସମସ୍ତ ବିଷୟ ପ୍ରଚୁରଭାବେ ଆମ୍ଭମାନଙ୍କୁ ଦାନ କରନ୍ତି ଯେଉଁ ଈଶ୍ୱର, ତାହାଙ୍କ ଉପରେ ନିର୍ଭର କରନ୍ତି,


ତଥାପି ତାହାକୁ ଶତ୍ରୁ ବୋଲି ଭାବ ନାହିଁ, ମାତ୍ର ତାହାକୁ ଭାଇ ବୋଲି ଭାବି ସତର୍କ କରାଅ ।


ଅତଏବ, ଏହି ସମସ୍ତ ବାକ୍ୟ ଦ୍ୱାରା ତୁମ୍ଭେମାନେ ପରସ୍ପରକୁ ସାନ୍ତ୍ୱନା ଦିଅ ।


ତେବେ କର୍ତ୍ତବ୍ୟ କ'ଣ ? ମୁଁ ଆତ୍ମା ଦ୍ୱାରା ପ୍ରାର୍ଥନା କରିବି; ପୁଣି, ବୁଦ୍ଧି ସହିତ ମଧ୍ୟ ପ୍ରାର୍ଥନା କରିବି; ଆତ୍ମା ଦ୍ୱାରା ସ୍ତୁତିଗାନ କରିବି, ପୁଣି, ବୁଦ୍ଧି ସହିତ ମଧ୍ୟ ସ୍ତୁତିଗାନ କରିବି ।


ପୁଣି, ସେମାନେ ସ୍ତବଗାନ କଲା ପରେ ଜୀତପର୍ବତକୁ ବାହାରିଗଲେ ।


ଆପଣା ପଥ ବିବେଚନା କରିବା ଚତୁର ଲୋକର ଜ୍ଞାନ; ମାତ୍ର ପ୍ରବଞ୍ଚନା ମୂର୍ଖମାନଙ୍କର ଅଜ୍ଞାନତା ମାତ୍ର।


ହେ ସଦାପ୍ରଭୁ, ମୁଁ ଆପଣାର ସର୍ବାନ୍ତଃକରଣରେ ତୁମ୍ଭର ଧନ୍ୟବାଦ କରିବି; ଦେବଗଣ ସାକ୍ଷାତରେ ମୁଁ ତୁମ୍ଭ ଉଦ୍ଦେଶ୍ୟରେ ପ୍ରଶଂସାଗାନ କରିବି।


ମୋ’ ପ୍ରବାସ-ଗୃହରେ ତୁମ୍ଭର ବିଧିସବୁ ମୋହର ଗାୟନ ହୋଇଅଛି।


ଆଉ ହେ ମୋହର ଭାଇମାନେ, ତୁମ୍ଭେମାନେ ଯେ ଆପେ ଆପେ ମଙ୍ଗଳଭାବରେ ଓ ସମସ୍ତ ଜ୍ଞାନରେ ପରିପୂର୍ଣ୍ଣ; ପୁଣି, ପରସ୍ପରକୁ ଚେତନା ଦେବା ନିମନ୍ତେ ମଧ୍ୟ ସକ୍ଷମ, ଏହା ମୁଁ ନିଜେ ସୁଦ୍ଧା ତୁମ୍ଭମାନଙ୍କ ବିଷୟରେ ନିଶ୍ଚୟ ବୋଧ କରୁଅଛି ।


ପରେ ସେ ସେମାନଙ୍କ ସାଙ୍ଗରେ ଫେରି ନାଜରିତକୁ ଆସିଲେ ଓ ସେମାନଙ୍କ ବାଧ୍ୟ ହୋଇ ରହିଲେ; ପୁଣି, ତାହାଙ୍କ ମାତା ଏହି ସମସ୍ତ କଥା ସାବଧାନ ରୂପେ ଆପଣା ହୃଦୟରେ ରଖିଲେ ।


ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନକାର୍ଯ୍ୟରେ ଶିକ୍ଷିତ ଓ ନିପୁଣ ଏସମସ୍ତେ ଓ ଏମାନଙ୍କ ଭ୍ରାତୃଗଣ ସଂଖ୍ୟାରେ ଦୁଇ ଶହ ଅଠାଶୀ ଜଣ ଥିଲେ।


ସେମାନେ ବିଧବାମାନଙ୍କୁ ଆପଣାମାନଙ୍କର ଲୁଟିତ ଦ୍ରବ୍ୟ ସ୍ୱରୂପ କରିବା ପାଇଁ, ପିତୃହୀନମାନଙ୍କୁ ଆପଣାମାନଙ୍କର ମୃଗୟା ସ୍ୱରୂପ କରିବା ପାଇଁ, ଦରିଦ୍ରମାନଙ୍କୁ ନ୍ୟାୟବିଚାରରୁ ଫେରାଇ ଦିଅନ୍ତି ଓ ମୋହର ଦୁଃଖୀ ଲୋକମାନଙ୍କର ଅଧିକାର ହରଣ କରନ୍ତି।


ତହିଁରେ ମୁଁ ତାହାଙ୍କୁ ପ୍ରଣାମ କରିବା ନିମନ୍ତେ ତାହାଙ୍କ ପାଦ ତଳେ ଉବୁଡ଼ ହେଲି । ସେଥିରେ ସେ ମୋତେ କହିଲେ, ସାବଧାନ, ଏହା କର ନାହିଁ, ମୁଁ ତୁମ୍ଭର ଓ ଯୀଶୁଙ୍କ ସାକ୍ଷୀ ଯେ ତୁମ୍ଭର ଭାଇଗଣ, ସେମାନଙ୍କର ସହଦାସ; ଈଶ୍ୱରଙ୍କୁ ପ୍ରଣାମ କର । ଯୀଶୁଙ୍କ ବିଷୟକ ସାକ୍ଷ୍ୟ ତ ସାର ।


ପବିତ୍ର ଉତ୍ସବ ପାଳନର ରାତ୍ରିରେ ଯେପରି, ସେହିପରି ତୁମ୍ଭେମାନେ ଗାନ କରିବ; ପୁଣି, ଲୋକେ ଯେପରି ସଦାପ୍ରଭୁଙ୍କ ପର୍ବତକୁ, ଇସ୍ରାଏଲର ଶୈଳ ନିକଟକୁ ଯିବା ପାଇଁ ବଂଶୀ ବଜାଇ ଗମନ କରନ୍ତି, ସେହିପରି ତୁମ୍ଭମାନଙ୍କର ଚିତ୍ତ ଆନନ୍ଦିତ ହେବ।


ସେହି ଦିନ ଯିହୁଦା ଦେଶରେ ଏହି ଗୀତ ଗାନ କରାଯିବ; “ଆମ୍ଭମାନଙ୍କର ଗୋଟିଏ ଦୃଢ଼ ନଗର ଅଛି; ସେ ପରିତ୍ରାଣକୁ ତହିଁର ପ୍ରାଚୀର ଓ ପରିଖା ସ୍ୱରୂପ କରିବେ।


ମୁଁ ଆପଣା ପ୍ରିୟତମଙ୍କ ଉଦ୍ଦେଶ୍ୟରେ, ତାହାଙ୍କ ଦ୍ରାକ୍ଷାକ୍ଷେତ୍ର ବିଷୟରେ ମୋ’ ପ୍ରିୟତମଙ୍କର ଗୋଟିଏ ଗୀତ ଗାନ କରେ। ଅତି ଉର୍ବରା ଏକ ପର୍ବତରେ ମୋ’ ପ୍ରିୟତମଙ୍କର ଗୋଟିଏ ଦ୍ରାକ୍ଷାକ୍ଷେତ୍ର ଥିଲା;


ଶଲୋମନଙ୍କର ପରମ ଗୀତ।


ସେମାନେ ସିହାଂସନ, ଚାରି ପ୍ରାଣୀ ଓ ପ୍ରାଚୀନମାନଙ୍କ ସମ୍ମୁଖରେ ଗୋଟିଏ ନୂତନ ଗୀତ ଗାନ କଲେ, ପୁଣି, ପୃଥିବୀରୁ କ୍ରୀତ ସେହି ୧୪୪,୦୦୦ (ଏକ ଲକ୍ଷ ଚୌରାଳିଶ ହଜାର) ଲୋକଙ୍କ ବିନା ଆଉ କେହି ସେ ଗୀତ ଶିଖି ପାରିଲେ ନାହିଁ ।


ଯେ ଆପଣାକୁ ଅନ୍ୟଠାରୁ ପୃଥକ କରେ, ସେ ଆପଣା ଇଷ୍ଟ ଚେଷ୍ଟା କରେ ଓ ସର୍ବପ୍ରକାର ତତ୍ତ୍ୱଜ୍ଞାନ ବିରୁଦ୍ଧରେ କନ୍ଦଳ କରେ।


ଯେପରି ବାକ୍ୟ ଓ ଜଳ ପ୍ରକ୍ଷାଳନ ଦ୍ୱାରା ସେ ତାହାକୁ ପରିଷ୍କାର କରି ପବିତ୍ର କରନ୍ତି,


କାରଣ ଥେସଲନୀକୀୟ ବିଶ୍ୱାସୀମାନଙ୍କ ଦ୍ୱାରା ପ୍ରଭୁଙ୍କର ବାକ୍ୟ ଯେ କେବଳ ମାକିଦନିଆ ଓ ଆଖାୟାରେ ପ୍ରଚାରିତ ହୋଇଅଛି, ତାହା ନୁହେଁ, ମାତ୍ର ଈଶ୍ୱରଙ୍କ ପ୍ରତି ତୁମ୍ଭମାନଙ୍କ ବିଶ୍ୱାସର ବିଷୟ ସର୍ବତ୍ର ଏପରି ବ୍ୟାପ୍ତ ହୋଇଅଛି ଯେ, ସେ ସମ୍ବନ୍ଧରେ ଆମ୍ଭମାନଙ୍କର କିଛି କହିବା ଆବଶ୍ୟକ ନୁହେଁ ।


Swiv nou:

Piblisite


Piblisite