Biblia Todo Logo
Bib sou entènèt

- Piblisite -




କଲସୀୟ 3:2 - ଓଡିଆ ବାଇବେଲ

2 ପାର୍ଥିବ ବିଷୟରେ ଆସକ୍ତ ନ ହୋଇ ଊର୍ଦ୍ଧ୍ୱସ୍ଥାନ ବିଷୟରେ ଆସକ୍ତ ହୁଅ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ପାର୍ଥିବ ବିଷୟରେ ଆସକ୍ତ ନ ହୋଇ ଊର୍ଦ୍ଧ୍ଵସ୍ଥ ବିଷୟରେ ଆସକ୍ତ ହୁଅ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

2 ପାର୍ଥିବ ବିଷୟ ପ୍ରତି ଆସକ୍ତ ନ ହୋଇ ସ୍ୱର୍ଗୀୟ ବିଷୟ ପ୍ରତି ଆସକ୍ତ ହୁଅ,

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପାର୍ଥିବ ବିଷୟରେ ଆସକ୍ତ ନ ହୋଇ ଊର୍ଦ୍ଧ୍ୱସ୍ଥାନ ବିଷୟରେ ଆସକ୍ତ ହୁଅ।

Gade chapit la Kopi

ପବିତ୍ର ବାଇବଲ

2 ସବୁବେଳେ ସେହି ସ୍ୱର୍ଗର ବିଷୟ ଗୁଡ଼ିକ ଅନ୍ୱେଷଣ କର, ମର୍ତ୍ତ୍ୟର ବିଷୟ ଗୁଡ଼ିକ ପାଇଁ ନୁହେଁ।

Gade chapit la Kopi




କଲସୀୟ 3:2
20 Referans Kwoze  

ଏଣୁ, ଏବେ ତୁମ୍ଭେମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ୱରଙ୍କର ଅନ୍ୱେଷଣ କରିବା ପାଇଁ ଆପଣା ଆପଣା ଅନ୍ତଃକରଣ ଓ ପ୍ରାଣ ନିବେଶ କର; ଆଉ ଉଠ, ସଦାପ୍ରଭୁଙ୍କ ନାମ ଉଦ୍ଦେଶ୍ୟରେ ଯେଉଁ ଗୃହ ନିର୍ମିତ ହେବ, ସେଠାକୁ ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଓ ପରମେଶ୍ୱରଙ୍କ ପବିତ୍ର ପାତ୍ରସକଳ ଆଣିବା ପାଇଁ ସଦାପ୍ରଭୁ ପରମେଶ୍ୱରଙ୍କର ଆବାସ ନିର୍ମାଣ କର।”


ତୁମ୍ଭେମାନେ ଯେବେ ଖ୍ରୀଷ୍ଟଙ୍କ ସହିତ ଉତ୍ଥିତ ହୋଇଅଛ, ତେବେ ଈଶ୍ୱରଙ୍କ ଦକ୍ଷିଣ ପାର୍ଶ୍ୱରେ ଉପବିଷ୍ଟ ଖ୍ରୀଷ୍ଟଙ୍କର ଯେଉଁ ବାସସ୍ଥାନ, ସେହି ଊର୍ଦ୍ଧ୍ୱସ୍ଥାନ ବିଷୟସବୁ ଅନ୍ୱେଷଣ କର ।


କିନ୍ତୁ ଯୀଶୁ ବୁଲିପଡ଼ି ପିତରଙ୍କୁ କହିଲେ, ମୋ ଆଗରୁ ଦୂର ହୁଅ, ଶୟତାନ, ତୁମ୍ଭେ ମୋର ବିଘ୍ନସ୍ୱରୂପ, କାରଣ ତୁମ୍ଭେ ଈଶ୍ୱରଙ୍କ ବିଷୟ ନ ଭାବି ମନୁଷ୍ୟର ବିଷୟ ଭାବୁଅଛ ।


ଯେଉଁଠାରେ କୀଟ ଓ କଳଙ୍କ କ୍ଷୟ କରେ ପୁଣି, ଚୋରମାନେ ସିନ୍ଧି କାଟି ଚୋରି କରନ୍ତି, ଏପରି ପୃଥିବୀରେ ଆପଣା ଆପଣା ନିମନ୍ତେ ଧନ ସଞ୍ଚୟ କର ନାହିଁ;


ଅତଏବ, ତୁମ୍ଭମାନଙ୍କର ଶାରୀରିକ ଅଙ୍ଗପ୍ରତ୍ୟଙ୍ଗର କୁପ୍ରବୃତ୍ତିଗୁଡ଼ିକ, ଅର୍ଥାତ୍‍ ବ୍ୟଭିଚାର, ଅଶୁଚିତା, କାମ, କୁଅଭିଳାଷ, ପୁଣି, ପ୍ରତିମାପୂଜା, ଲୋଭ, ଏହି ସବୁ ପ୍ରତି ମୃତ ହୁଅ;


ପୁଣି, ସେ ସେମାନଙ୍କୁ କହିଲେ, ସାବଧାନ, ସମସ୍ତ ପ୍ରକାର ଲୋଭରୁ ଆପଣା ଆପଣାକୁ ଦୂରରେ ରଖ, କାରଣ ଜଣେ ଲୋକର ଜୀବନ ତାହାର ଧନସମ୍ପତ୍ତି ପ୍ରାଚୁର୍ଯ୍ୟ ଉପରେ ନିର୍ଭର କରେ ନାହିଁ ।


ଦୌରାତ୍ମ୍ୟରେ ନିର୍ଭର ରଖ ନାହିଁ ଓ ଅପହରଣରେ ଦର୍ପୀ ହୁଅ ନାହିଁ; ଧନ ବଢ଼ିଲେ ତହିଁରେ ମନ ଦିଅ ନାହିଁ।


ସେ ଆମ୍ଭ ଉପରେ ଆପଣା ସ୍ନେହ ରଖିଅଛି, ଏହେତୁ ଆମ୍ଭେ ତାହାକୁ ଉଦ୍ଧାର କରିବା; ସେ ଆମ୍ଭ ନାମ ଜାଣିଅଛି, ଏହେତୁ ଆମ୍ଭେ ତାହାକୁ ଉଚ୍ଚରେ ରଖିବା।


ଅତଏବ, ଯଦି ତୁମ୍ଭେମାନେ ଅଧର୍ମ ଧନରେ ବିଶ୍ୱସ୍ତ ହୋଇ ନାହଁ, ତେବେ କିଏ ତୁମ୍ଭମାନଙ୍କୁ ବିଶ୍ୱାସ କରି ସତ୍ୟ ଧନ ତୁମ୍ଭମାନଙ୍କ ହସ୍ତରେ ସମର୍ପଣ କରିବ ?


ମୁଁ ଦୁଇଟି ବିଷୟ ଘେନି ମହା ସମସ୍ୟାରେ ପଡ଼ିଅଛି; ଇହଲୋକରୁ ପ୍ରସ୍ଥାନ କରି ଖ୍ରୀଷ୍ଟଙ୍କ ସହିତ ରହିବାକୁ ମୋହର ଇଚ୍ଛା, କାରଣ ତାହା ଅତୀବ ଶ୍ରେୟସ୍କର;


ଯାହା ନାହିଁ, ତୁମ୍ଭେ କି ତହିଁ ପ୍ରତି ଆପଣା ଚକ୍ଷୁ ନିର୍ଦ୍ଦେଶ କରିବ ? କାରଣ ଆକାଶରେ ଉଡ଼ନ୍ତା ଉତ୍କ୍ରୋଶ ପକ୍ଷୀ ପରି ନିଶ୍ଚୟ ଧନ ଆପଣା ପାଇଁ ପକ୍ଷ କରେ।


ସୁଖ ସମୟରେ ଆନନ୍ଦିତ ହୁଅ ଓ ଦୁଃଖ ସମୟରେ ବିବେଚନା କର; ମନୁଷ୍ୟକୁ ଭବିଷ୍ୟତରେ ଯାହା ଘଟିବ, ତାହା ଯେପରି ସେ ଜାଣି ନ ପାରେ, ଏଥିପାଇଁ ପରମେଶ୍ୱର ସୁଖ ଓ ଦୁଃଖକୁ ପାଖେ ପାଖେ ରଖିଅଛନ୍ତି।


ଆହୁରି ମଧ୍ୟ ମୁଁ ଏହି ପବିତ୍ର ଗୃହ ନିମନ୍ତେ ଯାହାସବୁ ଆୟୋଜନ କରିଅଛି, ତାହା ଛଡ଼ା ଓ ତହିଁ ଉପରେ ମୋ’ ନିଜର ସୁନା ଓ ରୂପାର ଭଣ୍ଡାର ଅଛି, ଆଉ ମୁଁ ମୋ’ ପରମେଶ୍ୱରଙ୍କ ଗୃହ ପ୍ରତି ଆପଣା ମନ ଆସକ୍ତ କରି ଥିବାରୁ ମୁଁ ତାହାସବୁ ଆପଣା ପରମେଶ୍ୱରଙ୍କ ଗୃହ ନିମନ୍ତେ ଦେଉଅଛି।


Swiv nou:

Piblisite


Piblisite