Biblia Todo Logo
Bib sou entènèt

- Piblisite -




କଲସୀୟ 4:1 - ଓଡିଆ ବାଇବେଲ

1 ହେ କର୍ତ୍ତାମାନେ, ସ୍ୱର୍ଗରେ ତୁମ୍ଭମାନଙ୍କ ମଧ୍ୟ କର୍ତ୍ତା ଅଛନ୍ତି ବୋଲି ଜାଣି ଆପଣା ଆପଣା ଦାସମାନଙ୍କ ପ୍ରତି ନ୍ୟାୟ ଓ ସମାନ ବ୍ୟବହାର କର ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ହେ କର୍ତ୍ତାମାନେ, ସ୍ଵର୍ଗରେ ତୁମ୍ଭମାନଙ୍କ ମଧ୍ୟ କର୍ତ୍ତା ଅଛନ୍ତି ବୋଲି ଜାଣି ଆପଣା ଆପଣା ଦାସମାନଙ୍କ ପ୍ରତି ନ୍ୟାୟ ଓ ସମାନ ବ୍ୟବହାର କର।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

1 ମୁନିବଗଣ, ତୁମ୍ଭମାନଙ୍କ ଦାସମାନଙ୍କ ପ୍ରତି ଉପଯୁକ୍ତ ଓ ନ୍ୟାୟ ଆଚରଣ କର। ମନେରଖ, ସ୍ୱର୍ଗରେ ତୁମର ମଧ୍ୟ ଜଣେ ପ୍ରଭୁ ଅଛନ୍ତି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ହେ କର୍ତ୍ତାମାନେ, ସ୍ୱର୍ଗରେ ତୁମ୍ଭମାନଙ୍କ ମଧ୍ୟ କର୍ତ୍ତା ଅଛନ୍ତି ବୋଲି ଜାଣି ଆପଣା ଆପଣା ଦାସମାନଙ୍କ ପ୍ରତି ନ୍ୟାୟ ଓ ସମାନ ବ୍ୟବହାର କର।

Gade chapit la Kopi

ପବିତ୍ର ବାଇବଲ

1 ମାଲିକମାନେ! ଯାହା ସୁନ୍ଦର ଓ ଯଥାର୍ଥ ତାହା ତୁମ୍ଭ ସେବକମାନଙ୍କୁ ଦିଅ। ମନେରଖ ଯେ ସ୍ୱର୍ଗରେ ତୁମ୍ଭମାନଙ୍କର ମଧ୍ୟ ଜଣେ ମାଲିକ ଅଛନ୍ତି।

Gade chapit la Kopi




କଲସୀୟ 4:1
22 Referans Kwoze  

ସେମାନେ ମେଷଶାବକଙ୍କ ସହିତ ଯୁଦ୍ଧ କରିବେ, ଆଉ ମେଷଶାବକ ସେମାନଙ୍କୁ ଜୟ କରିବେ, କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା, ପୁଣି, ଯେଉଁମାନେ ତାହାଙ୍କ ସହିତ ଅଛନ୍ତି, ସେହି ଆହୂତ, ମନୋନୀତ ଓ ବିଶ୍ୱସ୍ତ ଲୋକମାନେ ମଧ୍ୟ ଜୟ କରିବେ ।


କାରଣ ଯେ ଦୟା କରେ ନାହିଁ, ସେ ନିର୍ଦୟ ରୂପେ ବିଚାରିତ ହେବ, ଦୟା ବିଚାର ଉପରେ ଜୟଧ୍ୱନି କରେ ।


ଦେଖ, ତୁମ୍ଭମାନଙ୍କ କ୍ଷେତ୍ରର ଶସ୍ୟଛେଦନକାରୀମାନଙ୍କୁ ପ୍ରବଞ୍ଚନା କରି ତୁମ୍ଭେମାନେ ଯେଉଁ ମୂଲ ଦେଇ ନାହଁ, ତାହା ଚିତ୍କାର କରୁଅଛି, ପୁଣି, ଶସ୍ୟ ଛେଦନକାରୀମାନଙ୍କର ଆର୍ତ୍ତନାଦ ବାହିନୀମାନଙ୍କ ପ୍ରଭୁଙ୍କ କର୍ଣ୍ଣରେ ପ୍ରବେଶ କରିଅଛି ।


ଯେବେ ତୁମ୍ଭେ କୌଣସି ପ୍ରଦେଶରେ ଦରିଦ୍ର ପ୍ରତି ଉପଦ୍ରବ, ଅତ୍ୟାଚାରପୂର୍ବକ ବିଚାର ଓ ନ୍ୟାୟ ଅନ୍ୟଥା ହେବାର ଦେଖ, ତେବେ ସେ ବିଷୟରେ ଚମତ୍କୃତ ହୁଅ ନାହିଁ; କାରଣ ଉଚ୍ଚ ଅପେକ୍ଷା ଜଣେ ଉଚ୍ଚତର ଦେଖନ୍ତି; ପୁଣି, ସେମାନଙ୍କ ଅପେକ୍ଷା ଉଚ୍ଚତର ଅଛନ୍ତି।


ତାହାଙ୍କ ବସ୍ତ୍ରରେ, ତାହାଙ୍କ ଜଂଘ ଦେଶରେ ଏହି ନାମ ଲିଖିତ ଅଛି, ରାଜାମାନଙ୍କ ରାଜା ଓ ପ୍ରଭୁମାନଙ୍କର ପ୍ରଭୁ ।


ପରେ ସେ ରାଜପଦ ପ୍ରାପ୍ତ ହୋଇ ଫେରିଆସିଲେ, ଯେଉଁ ଦାସମାନଙ୍କୁ ଧନ ଦେଇଥିଲେ, ସେମାନଙ୍କ ମଧ୍ୟରେ ବେପାର କରି କିଏ କେତେ ଲାଭ କରିଅଛି, ତାହା ଜାଣିବା ନିମନ୍ତେ ସେମାନଙ୍କୁ ଆପଣା ନିକଟକୁ ଡାକି ଆଣିବା ପାଇଁ ଆଦେଶ ଦେଲେ ।


“ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।


ତୁମ୍ଭେ ଆପଣା ପ୍ରତିବାସୀ ପ୍ରତି ଅନ୍ୟାୟ କରିବ ନାହିଁ ଓ ଅପହରଣ କରିବ ନାହିଁ; ପୁଣି, ବେତନଜୀବୀର ବେତନ ରାତ୍ରିଠାରୁ ସକାଳ ଯାଏ ତୁମ୍ଭ ପାଖରେ ରହିବ ନାହିଁ।


ସେମାନେ କୁହନ୍ତି, “ଆମ୍ଭେମାନେ କାହିଁକି ଉପବାସ କରିଅଛୁ ଓ ତୁମ୍ଭେ ଦୃଷ୍ଟି କରୁ ନାହଁ ?” ଆମ୍ଭେମାନେ କାହିଁକି ଆପଣା ଆପଣା ପ୍ରାଣକୁ କ୍ଲେଶ ଦେଇଅଛୁ ଓ ତୁମ୍ଭେ ମନୋଯୋଗ କରୁ ନାହଁ ? ଦେଖ, ତୁମ୍ଭେମାନେ ଉପବାସ ଦିନ ଆପଣା ସୁଖ ଚେଷ୍ଟା କରୁଅଛ ଓ ବଳପୂର୍ବକ ସବୁ ପରିଶ୍ରମ ନେଉଅଛ।


ତୁମ୍ଭେମାନେ ସୁଦ୍ଧା ଦ୍ରାକ୍ଷାକ୍ଷେତ୍ରକୁ ଯାଅ, ପୁଣି, ଯାହା ଠିକ୍, ତାହା ତୁମ୍ଭମାନଙ୍କୁ ଦେବି; ଆଉ ସେମାନେ ଗଲେ ।


Swiv nou:

Piblisite


Piblisite