Biblia Todo Logo
Bib sou entènèt

- Piblisite -




କଲସୀୟ 4:8 - ଓଡିଆ ବାଇବେଲ

8 ଏହି ଉଦ୍ଦେଶ୍ୟରେ ହିଁ ମୁଁ ତାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଲି, ଯେପରି ତୁମ୍ଭେମାନେ ଆମ୍ଭମାନଙ୍କ ଅବସ୍ଥା ବିଷୟ ଜାଣି ପାର ଓ ତୁମ୍ଭମାନଙ୍କ ହୃଦୟ ତାଙ୍କ ଦ୍ୱାରା ଉତ୍ସାହ ପ୍ରାପ୍ତ ହୁଏ ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ଏହି ଉଦ୍ଦେଶ୍ୟରେ ହିଁ ମୁଁ ତାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଲି, ଯେପରି ତୁମ୍ଭେମାନେ ଆମ୍ଭମାନଙ୍କ ଅବସ୍ଥା ବିଷୟ ଜାଣି ପାର ଓ ତୁମ୍ଭମାନଙ୍କ ହୃଦୟ ତାଙ୍କ ଦ୍ଵାରା ଉତ୍ସାହ ପ୍ରାପ୍ତ ହୁଏ।

Gade chapit la Kopi

ପବିତ୍ର ବାଇବଲ (CL) NT (BSI)

8 ଆମେ କିପରି ଅଛୁ, ସବୁ ବିଷୟ କହି ତୁମ୍ଭମାନଙ୍କୁ ଉତ୍ସାହ ଦେବା ନିମନ୍ତେ ମୁଁ ତାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଉଛି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ଏହି ଉଦ୍ଦେଶ୍ୟରେ ହିଁ ମୁଁ ତାହାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଲି, ଯେପରି ତୁମ୍ଭେମାନେ ଆମ୍ଭମାନଙ୍କ ଅବସ୍ଥା ବିଷୟ ଜାଣି ପାର ଓ ତୁମ୍ଭମାନଙ୍କ ହୃଦୟ ତାହାଙ୍କ ଦ୍ୱାରା ଉତ୍ସାହ ପ୍ରାପ୍ତ ହୁଏ।

Gade chapit la Kopi

ପବିତ୍ର ବାଇବଲ

8 ସେଥିପାଇଁ ମୁଁ ତାହାଙ୍କୁ ପଠାଉଛି। ମୁଁ ଇଚ୍ଛା କରେ ଯେ, ଆମ୍ଭେମାନେ କିପରି ଅଛୁ, ତାହା ତୁମ୍ଭେମାନେ ଜାଣ।

Gade chapit la Kopi




କଲସୀୟ 4:8
16 Referans Kwoze  

ଏହି ଉଦ୍ଦେଶ୍ୟରେ ମୁଁ ତାହାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଲି, ଯେପରି ତୁମ୍ଭେମାନେ ଆମ୍ଭମାନଙ୍କ ଅବସ୍ଥା ବିଷୟ ଜାଣି ପାର ଓ ତୁମ୍ଭମାନଙ୍କ ହୃଦୟ ତାହାଙ୍କ ଦ୍ୱାରା ଉତ୍ସାହ ପ୍ରାପ୍ତ ହୁଏ ।


ମୋହର ଉଦ୍ଦେଶ୍ୟ ଏହି, ଯେପରି ସେମାନଙ୍କ ହୃଦୟ ଉତ୍ସାହିତ ହୁଏ, ପୁଣି, ସେମାନେ ଜ୍ଞାନର ପୂର୍ଣ୍ଣ ନିଶ୍ଚୟତାରୂପ ସମସ୍ତ ଧନ ପ୍ରାପ୍ତ ହେବା ନିମନ୍ତେ, ଅର୍ଥାତ୍‍ ଈଶ୍ୱରଙ୍କ ନିଗୂଢ଼ ତତ୍ତ୍ୱ ଯେ ଖ୍ରୀଷ୍ଟ, ତାହାଙ୍କୁ ଜାଣିବା ନିମନ୍ତେ ପରସ୍ପର ପ୍ରେମରେ ସଂଯୁକ୍ତ ହୁଅନ୍ତି ।


ସେ ନିଜେ ତୁମ୍ଭମାନଙ୍କ ହୃଦୟକୁ ସାନ୍ତ୍ୱନା ଦେଇ ତୁମ୍ଭମାନଙ୍କୁ ସମସ୍ତ ଉତ୍ତମ କର୍ମ ଓ ବାକ୍ୟରେ ସୁସ୍ଥିର କରନ୍ତୁ ।


ହେ ଭାଇମାନେ, ଆମ୍ଭେମାନେ ତୁମ୍ଭମାନଙ୍କୁ ନିବେଦନ କରୁଅଛୁ, ଅବିହିତ ଆଚରଣ କରୁଥିବା ଲୋକମାନଙ୍କୁ ଚେତନା ଦିଅ, ସାହସ ହୀନମାନଙ୍କୁ ସାନ୍ତ୍ୱନା ଦିଅ, ଦୁର୍ବଳମାନଙ୍କୁୁ ସାହାଯ୍ୟ କର, ସମସ୍ତଙ୍କ ପ୍ରତି ଦୀର୍ଘସହିଷ୍ଣୁ ହୁଅ ।


ଏଣୁ ଯେପରି କରୁଅଛ, ସେହିପରି ପରସ୍ପରକୁ ସାନ୍ତ୍ୱନା ଦିଅ, ପୁଣି, ପରସ୍ପରର ନିଷ୍ଠା ଜନ୍ମାଅ ।


ଅତଏବ, ଏହି ସମସ୍ତ ବାକ୍ୟ ଦ୍ୱାରା ତୁମ୍ଭେମାନେ ପରସ୍ପରକୁ ସାନ୍ତ୍ୱନା ଦିଅ ।


ଏଥି ନିମନ୍ତେ, କାଳେ ପରୀକ୍ଷକ ତୁମ୍ଭମାନଙ୍କୁ ପରିକ୍ଷା କରିବ ଓ ଆମ୍ଭମାନଙ୍କ ପରିଶ୍ରମ ବ୍ୟର୍ଥ ହୋଇଯିବ, ଏହା ଚିନ୍ତା କରି ମୁଁ ମଧ୍ୟ ଆଉ ସହି ନ ପାରିବାରୁ ତୁମ୍ଭମାନଙ୍କ ବିଶ୍ୱାସ ବିଷୟ ଜାଣିବା ପାଇଁ ଲୋକ ପଠାଇଲି ।


ପୁଣି, ତୁମ୍ଭମାନଙ୍କ ବିଶ୍ୱାସ ସମ୍ବନ୍ଧରେ ତୁମ୍ଭମାନଙ୍କୁ ଉତ୍ସାହ ଦେବାକୁ ଓ ତୁମ୍ଭମାନଙ୍କୁ ସୁସ୍ଥିର କରିବାକୁ, ଖ୍ରୀଷ୍ଟଙ୍କ ସୁସମାଚାର କାର୍ଯ୍ୟରେ ଈଶ୍ୱରଙ୍କ ସହକାର୍ଯ୍ୟକାରୀ ଆମ୍ଭମାନଙ୍କ ଭାଇ ତୀମଥିଙ୍କୁ ପଠାଇଲୁ,


ଆଉ ତୁମ୍ଭେମାନେ ତ ଜାଣ, ପିତା ଯେପ୍ରକାରେ ନିଜ ସନ୍ତାନମାନଙ୍କୁ ଶିକ୍ଷା ଦିଅନ୍ତି, ସେହି ପ୍ରକାରେ ଆମ୍ଭେମାନେ ତୁମ୍ଭ ପ୍ରତ୍ୟେକ ଜଣକୁ ଉପଦେଶ ଓ ଉତ୍ସାହ ଦେଇ ଏକାନ୍ତ ଅନୁରୋଧ କରିଥିଲୁ,


ଏଣୁ ତୁମ୍ଭେମାନେ ଯେପରି ତାଙ୍କୁ ପୁନର୍ବାର ଦେଖି ଆନନ୍ଦ କର ଓ ମୋ' ଦୁଃଖ ଯେପରି ଊଣା ପଡ଼େ, ଏଥିପାଇଁ ମୁଁ ତାଙ୍କୁ ପଠାଇବା ନିମନ୍ତେ ଅଧିକ ଯତ୍ନବାନ ହେଲି ।


ମୁଁ ତୀତସଙ୍କୁ ଯିବା ନିମନ୍ତେ ଅନୁରୋଧ କରିଥିଲି,ପୁଣି, ତାଙ୍କ ସହିତ ସେହି ଭାଇଙ୍କି ପଠାଇଥିଲି । ତୀତସ କି ତୁମ୍ଭମାନଙ୍କଠାରୁ କିଛି ଲାଭ କରିଅଛନ୍ତି ? ଆମ୍ଭେମାନେ କ'ଣ ଏକ ଆତ୍ମାରେ ଆଚରଣ କରି ନାହୁଁ ? ଆମ୍ଭେମାନେ କ'ଣ ଏକ ପଦଚିହ୍ନରେ ଗମନ କରି ନାହୁଁ ?


ଏଣୁ କାଳେ ଏପରିଲୋକ ଅତିରିକ୍ତ ଦୁଃଖରେ ବୁଡ଼ିଯାଏ, ଏଥିପାଇଁ ତୁମ୍ଭେମାନେ ତାହାକୁ ବରଂ କ୍ଷମା କର ଓ ସାନ୍ତ୍ୱନା ଦିଅ ।


ଈଶ୍ୱରଙ୍କ ଦ୍ୱାରା ଯେଉଁ ସାନ୍ତ୍ୱନାରେ ଆମ୍ଭେମାନେ ସାନ୍ତ୍ୱନାପ୍ରାପ୍ତ ହେଉଅଛୁ, ସେହି ସାନ୍ତ୍ୱନା ଦ୍ୱାରା ଯେପରି ସମସ୍ତ ପ୍ରକାର କ୍ଳେଶ ଭୋଗୁଥିବା ଲୋକମାନଙ୍କୁ ସାନ୍ତ୍ୱନା ଦେଇପାରୁ, ଏଥିପାଇଁ ସେ ଆମ୍ଭମାନଙ୍କ ସମସ୍ତ କ୍ଳେଶରେ ଆମ୍ଭମାନଙ୍କୁ ସାନ୍ତ୍ୱନା ପ୍ରଦାନ କରନ୍ତି ।


ଏଥିସକାଶେ ମୁଁ ତୁମ୍ଭମାନଙ୍କ ନିକଟକୁ ତୀମଥିଙ୍କୁ ପଠାଇଅଛି, ସେ ପ୍ରଭୁଙ୍କଠାରେ ମୋହର ପ୍ରିୟ ଓ ବିଶ୍ୱସ୍ତ ପୁତ୍ର; ଯେପରି ମୁଁ ସର୍ବତ୍ର ସମସ୍ତ ମଣ୍ଡଳୀରେ ଶିକ୍ଷା ଦେଇଥାଏ, ସେହିପରି ସେ ତୁମ୍ଭମାନଙ୍କୁ ମୋହର ଖ୍ରୀଷ୍ଟୀୟ ଆଚରଣ ସମସ୍ତ ସ୍ମରଣ କରାଇବେ ।


“ମୋ’ ଲୋକମାନଙ୍କୁ ସାନ୍ତ୍ୱନା କର, ସାନ୍ତ୍ୱନା କର,” ଏହା ତୁମ୍ଭମାନଙ୍କର ପରମେଶ୍ୱର କହନ୍ତି।


Swiv nou:

Piblisite


Piblisite