Biblia Todo Logo
Bib sou entènèt

- Piblisite -




ଦାନିୟେଲ 1:17 - ଓଡିଆ ବାଇବେଲ

17 ଆଉ, ପରମେଶ୍ୱର ସେହି ଚାରି ଯୁବାଙ୍କୁ ସମସ୍ତ ବିଦ୍ୟା ଓ ଜ୍ଞାନରେ, ବୁଦ୍ଧି ଓ ନିପୁଣତା ଦେଲେ ପୁଣି, ଦାନିୟେଲ ଯାବତୀୟ ଦର୍ଶନ ଓ ସ୍ୱପ୍ନ ବିଷୟରେ ବୁଦ୍ଧିମାନ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

17 ଆଉ, ପରମେଶ୍ଵର ସେହି ଚାରି ଯୁବାଙ୍କୁ ସମସ୍ତ ବିଦ୍ୟା ଓ ଜ୍ଞାନରେ ବୁଦ୍ଧି ଓ ନିପୁଣତା ଦେଲେ; ପୁଣି, ଦାନିୟେଲ ଯାବତୀୟ ଦର୍ଶନ ଓ ସ୍ଵପ୍ନ ବିଷୟରେ ବୁଦ୍ଧିମାନ ହେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

17 ଆଉ, ପରମେଶ୍ୱର ସେହି ଚାରି ଯୁବାଙ୍କୁ ସମସ୍ତ ବିଦ୍ୟା ଓ ଜ୍ଞାନରେ, ବୁଦ୍ଧି ଓ ନିପୁଣତା ଦେଲେ ପୁଣି, ଦାନିୟେଲ ଯାବତୀୟ ଦର୍ଶନ ଓ ସ୍ୱପ୍ନ ବିଷୟରେ ବୁଦ୍ଧିମାନ ହେଲେ।

Gade chapit la Kopi

ପବିତ୍ର ବାଇବଲ

17 ଆଉ ପରମେଶ୍ୱର ସେହି ଗ୍ଭରି ଯୁବକଙ୍କୁ ଜ୍ଞାନ ଏବଂ ବିଭିନ୍ନ ଲେଖନି ଓ ବିଜ୍ଞାନ ଶିକ୍ଷା ପାଇଁ ଯୋଗ୍ୟତା ପ୍ରଦାନ କଲେ। ପୁଣି ଦାନିୟେଲ ସମସ୍ତ ଦର୍ଶନ ଓ ସ୍ୱପ୍ନ ବିଷୟରେ ବୁଦ୍ଧିମାନ ହେଲେ।

Gade chapit la Kopi




ଦାନିୟେଲ 1:17
36 Referans Kwoze  

କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ ଯେବେ କାହାରି ଜ୍ଞାନର ଅଭାବ ଥାଏ, ତେବେ ଯେଉଁ ଈଶ୍ୱର ଦୋଷ ନ ଧରି ମୁକ୍ତ ହସ୍ତରେ ସମସ୍ତଙ୍କୁ ଦାନ କରନ୍ତି, ତାହାଙ୍କ ଛାମୁରେ ସେ ପ୍ରାର୍ଥନା କରୁ, ସେଥିରେ ତାହାକୁ ଦିଆଯିବ ।


ଏହେତୁ ଦେଖ, ଆମ୍ଭେ ତୁମ୍ଭ ବାକ୍ୟାନୁସାରେ କଲୁ; ଦେଖ, ଆମ୍ଭେ ତୁମ୍ଭକୁ ଏପରି ଜ୍ଞାନ ଓ ବୁଦ୍ଧିବିଶିଷ୍ଟ ମନ ଦେଲୁ ଯେ, ତୁମ୍ଭ ପୂର୍ବେ ତୁମ୍ଭ ସମାନ କେହି ହୋଇ ନାହିଁ, କିଅବା ତୁମ୍ଭ ଉତ୍ତାରେ ତୁମ୍ଭ ସମାନ କେହି ଉତ୍ପନ୍ନ ହେବ ନାହିଁ।


ଆଉ, ସେ ସମୟ ଓ ଋତୁ ପରିବର୍ତ୍ତନ କରନ୍ତି; ସେ ରାଜାଗଣକୁ ପଦଚ୍ୟୁତ କରନ୍ତି ଓ ରାଜାଗଣକୁ ପଦସ୍ଥ କରନ୍ତି; ସେ ଜ୍ଞାନୀମାନଙ୍କୁ ଜ୍ଞାନ ଓ ବୁଦ୍ଧିମନ୍ତମାନଙ୍କୁ ବିବେଚନା ଦିଅନ୍ତି;


ମାତ୍ର ମନୁଷ୍ୟ ମଧ୍ୟରେ ଗୋଟିଏ ଆତ୍ମା ଅଛି ଓ ସର୍ବଶକ୍ତିମାନ ପରମେଶ୍ଵରଙ୍କ ନିଶ୍ୱାସ ସେମାନଙ୍କୁ ବୁଦ୍ଧି ଦିଏ।


ହେ ମୋର ପୂର୍ବପୁରୁଷଗଣର ପରମେଶ୍ୱର, ମୁଁ ତୁମ୍ଭର ଧନ୍ୟବାଦ ଓ ପ୍ରଶଂସା କରୁଅଛି, ତୁମ୍ଭେ ମୋତେ ଜ୍ଞାନ ଓ ସାମର୍ଥ୍ୟ ଦେଇଅଛ ଓ ତୁମ୍ଭ ନିକଟରେ ଆମ୍ଭମାନଙ୍କର ନିବେଦନର ବିଷୟ ଏବେ ମୋତେ ଜଣାଇଅଛ; କାରଣ ତୁମ୍ଭେ ରାଜାର କଥା ଆମ୍ଭମାନଙ୍କୁ ଜଣାଇଅଛ।


ଏଣୁ ତାହା ଶୁଣିବା ଦିନଠାରୁ ଆମ୍ଭେମାନେ ମଧ୍ୟ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା ଓ ବିନତି କରିବାରୁ କ୍ଷାନ୍ତ ହେଉ ନାହୁଁ, ଯେପରି ତୁମ୍ଭେମାନେ ସମ୍ପୂର୍ଣ୍ଣ ରୂପେ ଈଶ୍ୱରଙ୍କ ଅଭିମତ ଜ୍ଞାତ ହୋଇ


ଯେହେତୁ ସଦାପ୍ରଭୁ ଜ୍ଞାନ ଦିଅନ୍ତି, ତାହାଙ୍କ ମୁଖରୁ ଜ୍ଞାନ ଓ ବୁଦ୍ଧି ନିର୍ଗତ ହୁଏ।


ମାତ୍ର ସେ ଯେଉଁ ଜ୍ଞାନ ଓ ଆତ୍ମାଙ୍କ ଶକ୍ତିରେ କଥା କହୁଥିଲେ, ସେମାନେ ତାହା ପ୍ରତିରୋଧ କରିବାକୁ ସମର୍ଥ ହେଲେ ନାହିଁ ।


ସମସ୍ତ ଉତ୍ତମ ଦାନ ଓ ସମସ୍ତ ସିଦ୍ଧ ବର ଊର୍ଦ୍ଧ୍ୱରୁ, ଅର୍ଥାତ୍‍, ଜ୍ୟୋତିଃର୍ଗଣର ପିତାଙ୍କଠାରୁ ଆସେ, ଯାହାଙ୍କଠାରେ କୌଣସି ପରିବର୍ତ୍ତନ ବା ଲେଶମାତ୍ର ବିକାର ନାହିଁ ।


ଆଉ ମୋଶା ମିସରୀୟମାନଙ୍କ ସମସ୍ତ ବିଦ୍ୟାରେ ଶିକ୍ଷିତ ହୋଇ ବାକ୍ୟ ଓ କର୍ମରେ ପରାକ୍ରମୀ ହେଲେ ।


ପାରସ୍ୟର ରାଜା କୋରସ୍‍ଙ୍କ ରାଜତ୍ଵର ତୃତୀୟ ବର୍ଷରେ ବେଲ୍‍ଟଶତ୍ସର ନାମରେ ପରିଚିତ ଦାନିୟେଲଙ୍କ ପ୍ରତି ଏକ ବିଷୟ ପ୍ରକାଶିତ ହେଲା ଓ ତାହା ସତ୍ୟ, ତାହା ଏକ ମହାଯୁଦ୍ଧ ବିଷୟ; ପୁଣି, ସେ ତାହା ବୁଝିଲେ ଓ ସେହି ଦର୍ଶନ ବିଷୟ ତାଙ୍କୁ ଜ୍ଞାତ ହେଲା।


ଦେଖ, ତୁମ୍ଭେ ଦାନିୟେଲ ଅପେକ୍ଷା ଜ୍ଞାନୀ; କୌଣସି ନିଗୂଢ଼ କଥା ଲୋକମାନେ ତୁମ୍ଭଠାରୁ ଗୋପନ କରି ନ ପାରନ୍ତି :


ଆଉ, ପରମେଶ୍ୱରୀୟ ଦର୍ଶନ ସମ୍ବନ୍ଧରେ ବୁଦ୍ଧିମାନ ଜିଖରୀୟର ସମୟରେ ସେ ପରମେଶ୍ୱରଙ୍କର ଅନ୍ୱେଷଣ କରିବା ପାଇଁ ଆପଣାକୁ ନିବିଷ୍ଟ କଲେ ଓ ସେ ଯେତେ ସମୟ ପର୍ଯ୍ୟନ୍ତ ସଦାପ୍ରଭୁଙ୍କର ଅନ୍ୱେଷଣ କଲେ, ସେତେ ସମୟ ପର୍ଯ୍ୟନ୍ତ ପରମେଶ୍ୱର ତାଙ୍କୁ କୃତକାର୍ଯ୍ୟ ହେବାକୁ ଦେଲେ।


ତେବେ ସେ କହିଲେ, “ଆମ୍ଭର ବାକ୍ୟ ଶୁଣ; ଯଦି ତୁମ୍ଭମାନଙ୍କ ମଧ୍ୟରେ କେହି ଭବିଷ୍ୟଦ୍‍ବକ୍ତା ଥାଏ, ତେବେ ଆମ୍ଭେ ସଦାପ୍ରଭୁ କୌଣସି ଦର୍ଶନ ଦ୍ୱାରା ତାହା ପ୍ରତି ଆପଣାକୁ ପ୍ରକାଶ କରିବା, ଆମ୍ଭେ ସ୍ୱପ୍ନ ଦ୍ୱାରା ତାହା ସହିତ କଥା କହିବା।


ପୁଣି, ତାଙ୍କ ସମସ୍ତ କ୍ଲେଶରୁ ତାଙ୍କୁ ଉଦ୍ଧାର କରି ମିସରର ରାଜା ଫାରୋଙ୍କ ସାକ୍ଷାତରେ ତାହାଙ୍କୁ ଅନୁଗ୍ରହ ଓ ଜ୍ଞାନ ଦେଲେ; ସେଥିରେ ଫାରୋ ତାହାଙ୍କୁ ମିସର ଓ ଆପଣା ସମସ୍ତ ଗୃହର ଶାସନକର୍ତ୍ତା ସ୍ୱରୂପେ ନିଯୁକ୍ତ କଲେ ।


ବାବିଲର ରାଜା ବେଲ୍‍ଶତ୍ସରର ରାଜତ୍ଵର ପ୍ରଥମ ବର୍ଷରେ ଦାନିୟେଲ ଆପଣା ଶଯ୍ୟା ଉପରେ ସ୍ୱପ୍ନ ଓ ମାନସିକ ଦର୍ଶନ ପ୍ରାପ୍ତ ହେଲେ; ତହୁଁ ସେ ସେହି ସ୍ୱପ୍ନ ଲେଖି କଥାର ସାର ପ୍ରକାଶ କଲେ।


ଏଥିଉତ୍ତାରେ ରାତ୍ରିକାଳୀନ ଦର୍ଶନରେ ସେହି ନିଗୂଢ଼ ବିଷୟ ଦାନିୟେଲଙ୍କ ପ୍ରତି ପ୍ରକାଶିତ ହେଲା। ତହିଁରେ ଦାନିୟେଲ ସ୍ୱର୍ଗସ୍ଥ ପରମେଶ୍ୱରଙ୍କର ଧନ୍ୟବାଦ କଲେ।


କାରଣ ମୁଁ ତୁମ୍ଭମାନଙ୍କୁ ଏପରି ବାକ୍ୟ ଓ ଜ୍ଞାନ ଦେବି ଯେ, ତୁମ୍ଭମାନଙ୍କର ସମସ୍ତ ବିପକ୍ଷ ଲୋକ ସେଥିର ପ୍ରତିରୋଧ ବା ପ୍ରତିବାଦ କରି ପାରିବେ ନାହିଁ ।


କାରଣ, ତାହାର ପରମେଶ୍ୱର ତାହାକୁ ଯଥାର୍ଥ ଉପଦେଶ ଦିଅନ୍ତି ଓ ସେ ତାହାକୁ ଶିଖାନ୍ତି।


ଯେହେତୁ ଯେଉଁ ବ୍ୟକ୍ତି ପରମେଶ୍ୱରଙ୍କୁ ତୁଷ୍ଟ କରେ, ସେ ତାହାକୁ ଜ୍ଞାନ, ବିଦ୍ୟା ଓ ଆନନ୍ଦ ଦିଅନ୍ତି; ମାତ୍ର ପରମେଶ୍ୱରଙ୍କ ତୁଷ୍ଟିକାରୀ ଲୋକକୁ ଦେବା ପାଇଁ ସଂଗ୍ରହ ଓ ସଞ୍ଚୟ କରଣାର୍ଥେ ପାପୀକୁ ସେ କାର୍ଯ୍ୟ ଦିଅନ୍ତି। ଏହା ହିଁ ଅସାର ଓ ବାୟୁର ପଶ୍ଚାଦ୍ଧାବନ ମାତ୍ର।


ମୁଁ ଯେପରି ଏହି ଲୋକମାନଙ୍କ ସମ୍ମୁଖରେ ବାହାରେ ଯିବାକୁ ଭିତରେ ଆସିବାକୁ ପାରିବି, ଏଥିପାଇଁ ମୋତେ ଜ୍ଞାନ ଓ ବୁଦ୍ଧି ଦିଅ; କାରଣ ଏପରି ବୃହତ୍ ତୁମ୍ଭର ଏହି ଗୋଷ୍ଠୀକି କିଏ ବିଚାର କରି ପାରିବ ?”


ଆଉ ସମଗ୍ର ଇସ୍ରାଏଲ ରାଜାଙ୍କର ଏହି ବିଚାରର ନିଷ୍ପତ୍ତି ବିଷୟ ଶୁଣି ରାଜାଙ୍କୁ ଭୟ କଲେ; କାରଣ, ସେମାନେ ଦେଖିଲେ ଯେ, ବିଚାର କରିବା ନିମନ୍ତେ ତାଙ୍କର ଅନ୍ତରରେ ପରମେଶ୍ୱର-ଦତ୍ତ ଜ୍ଞାନ ଅଛି।


ବେଲ୍‍ଶତ୍ସର ରାଜାର ରାଜତ୍ଵର ତୃତୀୟ ବର୍ଷରେ ମୁଁ ଦାନିୟେଲ ପ୍ରଥମ ଦର୍ଶନର ଉତ୍ତାରେ ଆଉ ଏକ ଦର୍ଶନ ପାଇଲି।


ମୁଁ ତୁମ୍ଭ ବିଷୟରେ ଶୁଣିଅଛି ଯେ, ତୁମ୍ଭ ଅନ୍ତରରେ ଦେବଗଣର ଆତ୍ମା ଅଛନ୍ତି, ଆଉ ଜ୍ଞାନ ଓ ଦୀପ୍ତି, ବୁଦ୍ଧି ଓ ଶ୍ରେଷ୍ଠ ଜ୍ଞାନ ତୁମ୍ଭଠାରେ ଦେଖାଯାଏ।


ଏଣୁ ଏହି କଥା ତୁମ୍ଭର ହୃଦ୍‍ଗତ ହେବାରୁ ଜ୍ଞାନ ଓ ବୁଦ୍ଧି ତୁମ୍ଭକୁ ଦତ୍ତ ହେଲା; ପୁଣି ଆମ୍ଭେ ତୁମ୍ଭକୁ ଏପରି ଧନ ଓ ସମ୍ପତ୍ତି ଓ ସମ୍ଭ୍ରମ ଦେବା ଯେ, ତୁମ୍ଭର ପୂର୍ବବର୍ତ୍ତୀ ରାଜାମାନଙ୍କ ମଧ୍ୟରୁ କେହି ସେପରି ପାଇ ନାହିଁ, କି ତୁମ୍ଭ ଉତ୍ତାରେ ଆଉ କେହି ସେପରି ପାଇବ ନାହିଁ।”


ନିଖୁଣ, ସୁନ୍ଦର ଓ ସମସ୍ତ ଜ୍ଞାନରେ ନିପୁଣ, ବିଦ୍ୟାରେ ବିଚକ୍ଷଣ, ବୁଦ୍ଧିରେ ବିଜ୍ଞ ଓ ରାଜପ୍ରାସାଦରେ ଠିଆ ହେବାକୁ ଯୋଗ୍ୟ କେତେକ ଯୁବା ଲୋକଙ୍କୁ ଆଣିବାକୁ ଓ କଲ୍‍ଦୀୟ ବିଦ୍ୟା ଓ ଭାଷା ଶିଖାଇବାକୁ ଆପଣାର ନପୁଂସକାଧିପତି ଅସ୍ପନସ୍‍କୁ କହିଲା।


ଆଉ, ରାଜା ସେମାନଙ୍କୁ ନିକଟକୁ ଆଣିବା ନିମନ୍ତେ ଯେଉଁ ସମୟ ନିରୂପଣ କରିଥିଲେ, ତାହା ଶେଷ ହୁଅନ୍ତେ, ନପୁଂସକାଧିପତି ସେମାନଙ୍କୁ ନବୂଖଦ୍‍ନିତ୍ସରର ଛାମୁକୁ ଆଣିଲା।


ଆଉ, ଜ୍ଞାନ ଓ ବୁଦ୍ଧି ସମ୍ବନ୍ଧୀୟ ଯେଉଁ କୌଣସି କଥା ରାଜା ସେମାନଙ୍କୁ ପଚାରିଲେ, ସେହି ସକଳ ବିଷୟରେ ସେ ଆପଣାର ସମଗ୍ର ରାଜ୍ୟସ୍ଥ ଯାବତୀୟ ମନ୍ତ୍ରବେତ୍ତା ଓ ଗଣକ ଅପେକ୍ଷା ସେମାନଙ୍କର ବିଜ୍ଞତା ଦଶଗୁଣ ଅଧିକ ଦେଖିଲା।


ମାତ୍ର କୌଣସି ଜୀବିତ ଲୋକର ଜ୍ଞାନ ଅପେକ୍ଷା ମୋ’ର ଜ୍ଞାନ ଅଧିକ ଅଛି ବୋଲି ଯେ ଏହି ନିଗୂଢ଼ ବିଷୟ ପ୍ରକାଶିତ ହୋଇଅଛି, ତାହା ନୁହେଁ, ମାତ୍ର ମହାରାଜାଙ୍କୁ ଯେପରି ଅର୍ଥ ଜ୍ଞାତ କରାଯିବ ଓ ଆପଣ ଯେପରି ନିଜ ମନର ଚିନ୍ତା ଜାଣିବେ, ଏଥିପାଇଁ ତାହା ମୋ ପ୍ରତି ପ୍ରକାଶିତ ହୋଇଅଛି।


ଏହେତୁ ସ୍ୱପ୍ନର ଅର୍ଥ ମୋତେ ଜଣାଇବା ନିମନ୍ତେ ମୁଁ ବାବିଲର ସମସ୍ତ ବିଦ୍ୱାନ୍‍ ଲୋକଙ୍କୁ ମୋ’ ନିକଟକୁ ଆଣିବା ପାଇଁ ଆଜ୍ଞା କଲି;


Swiv nou:

Piblisite


Piblisite