Biblia Todo Logo
Bib sou entènèt

- Piblisite -




ଦାନିୟେଲ 1:19 - ଓଡିଆ ବାଇବେଲ

19 ପୁଣି, ରାଜା ସେମାନଙ୍କ ସଙ୍ଗେ ଆଳାପ କଲେ; ଆଉ, ସେହି ସମସ୍ତଙ୍କ ମଧ୍ୟରେ ଦାନିୟେଲ, ହନାନୀୟ, ମୀଶାୟେଲ ଓ ଅସରୀୟ ସମାନ କେହି ଦେଖା ଗଲେ ନାହିଁ; ଏଣୁ ଏମାନେ ରାଜାଙ୍କ ଛାମୁରେ ଠିଆ ହେଲେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

19 ପୁଣି, ରାଜା ସେମାନଙ୍କ ସଙ୍ଗେ ଆଳାପ କଲା; ଆଉ, ସେସମସ୍ତଙ୍କ ମଧ୍ୟରେ ଦାନିୟେଲ, ହନାନୀୟ, ମୀଶାୟେଲ ଓ ଅସରୀୟ ସମାନ କେହି ଦେଖା ଗଲେ ନାହିଁ; ଏଣୁ ଏମାନେ ରାଜାଙ୍କ ଛାମୁରେ ଠିଆ ହେଲେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ପୁଣି, ରାଜା ସେମାନଙ୍କ ସଙ୍ଗେ ଆଳାପ କଲେ; ଆଉ, ସେହି ସମସ୍ତଙ୍କ ମଧ୍ୟରେ ଦାନିୟେଲ, ହନାନୀୟ, ମୀଶାୟେଲ ଓ ଅସରୀୟ ସମାନ କେହି ଦେଖାଗଲେ ନାହିଁ; ଏଣୁ ଏମାନେ ରାଜାଙ୍କ ଛାମୁରେ ଠିଆ ହେଲେ।

Gade chapit la Kopi

ପବିତ୍ର ବାଇବଲ

19 ରାଜା ସେମାନଙ୍କ ସହିତ ଆଳାପ କଲେ। ଆଉ ସେ ସମସ୍ତଙ୍କ ମଧ୍ୟରେ ଦାନିୟେଲ, ହନାନିୟ, ମୀଶାୟେଲ ଓ ଅସରିୟ ଅଧିକ ଦକ୍ଷ ଜଣା ଗଲେ। ତେଣୁ ସେମାନେ ରାଜାଙ୍କର ଦାସ ହେଲେ।

Gade chapit la Kopi




ଦାନିୟେଲ 1:19
11 Referans Kwoze  

ଆଉ, ସେମାନେ ଯେପରି ତିନି ବର୍ଷର ଶେଷରେ ରାଜାଙ୍କ ନିକଟରେ ଠିଆ ହେବେ, ଏଥିପାଇଁ ରାଜା ସେମାନଙ୍କ ନିମନ୍ତେ ରାଜାର ଆହାରୀୟ ଦ୍ରବ୍ୟରୁ ଓ ପାନୀୟ ଦ୍ରାକ୍ଷାରସରୁ ଦୈନିକ ଅଂଶ ଦେବା ପାଇଁ ଓ ତିନି ବର୍ଷ ପର୍ଯ୍ୟନ୍ତ ସେମାନଙ୍କ ପ୍ରତିପୋଷଣ କରିବା ପାଇଁ ନିରୂପଣ କଲା।


ତୁମ୍ଭେ କି କୌଣସି ଲୋକକୁ ଆପଣା ବ୍ୟବସାୟରେ ତତ୍ପର ଦେଖୁଅଛ ? ସେ ରାଜାମାନଙ୍କ ସମ୍ମୁଖରେ ଠିଆ ହେବ। ସେ ନୀଚ ଲୋକଙ୍କ ଆଗରେ ଠିଆ ହେବ ନାହିଁ।


ଯୋଷେଫ ତିରିଶ ବର୍ଷ ବୟସ ସମୟରେ ମିସ୍ରୀୟ ରାଜା ଫାରୋଙ୍କ ଛାମୁରେ ଠିଆ ହୋଇଥିଲେ; ତାହାପରେ ଯୋଷେଫ ଫାରୋଙ୍କ ନିକଟରୁ ପ୍ରସ୍ଥାନ କରି ମିସର ଦେଶର ସର୍ବତ୍ର ଭ୍ରମଣ କଲେ।


ଏନିମନ୍ତେ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେ ଯଦି ଫେରିବ, ତେବେ ଆମ୍ଭ ସମ୍ମୁଖରେ ଠିଆ ହେବା ନିମନ୍ତେ ଆମ୍ଭେ ତୁମ୍ଭକୁ ପୁନର୍ବାର ଆଣିବା; ପୁଣି, ତୁମ୍ଭେ ଯଦି ନିକୃଷ୍ଟ ବସ୍ତୁରୁ ବହୁମୂଲ୍ୟ ବସ୍ତୁ ବାହାର କରି ନେବ, ତେବେ ତୁମ୍ଭେ ଆମ୍ଭର ମୁଖ ସ୍ୱରୂପ ହେବ; ସେମାନେ ତୁମ୍ଭ ନିକଟକୁ ଫେରି ଆସିବେ, ମାତ୍ର ତୁମ୍ଭେ ସେମାନଙ୍କ ନିକଟକୁ ଫେରି ଯିବ ନାହିଁ।”


ଏଥିଉତ୍ତାରେ ଗିଲୀୟଦର ପ୍ରବାସୀ ତିଶ୍‍ବୀୟ ଏଲୀୟ ଆହାବଙ୍କୁ କହିଲେ, “ମୁଁ ଯାହାଙ୍କ ସାକ୍ଷାତରେ ଛିଡ଼ା ହେଉଅଛି, ସେହି ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଏହି କେତେକ ବର୍ଷ କାକର କି ବୃଷ୍ଟି ପଡ଼ିବ ନାହିଁ, କେବଳ ମୋ’ ବାକ୍ୟାନୁସାରେ ହେବ।”


ଏମାନଙ୍କ ମଧ୍ୟରେ ଯିହୁଦା ବଂଶୀୟ ଦାନିୟେଲ, ହନାନୀୟ, ମୀଶାୟେଲ ଓ ଅସରୀୟ ଥିଲେ।


ପୁଣି, ନପୁଂସକାଧିପତି ସେମାନଙ୍କୁ ନାମ ଦେଲା; ସେ ଦାନିୟେଲଙ୍କୁ ବେଲ୍‍ଟଶତ୍ସର, ହନାନୀୟଙ୍କୁ ଶଦ୍ରକ୍‍, ମୀଶାୟେଲଙ୍କୁ ମୈଶକ୍‍ ଓ ଅସରୀୟକୁ ଅବେଦ୍‍ନଗୋ ନାମ ଦେଲା।


ଆଉ, ରାଜା ସେମାନଙ୍କୁ ନିକଟକୁ ଆଣିବା ନିମନ୍ତେ ଯେଉଁ ସମୟ ନିରୂପଣ କରିଥିଲେ, ତାହା ଶେଷ ହୁଅନ୍ତେ, ନପୁଂସକାଧିପତି ସେମାନଙ୍କୁ ନବୂଖଦ୍‍ନିତ୍ସରର ଛାମୁକୁ ଆଣିଲା।


ତହିଁରେ ଆଜ୍ଞା ପ୍ରଚାରିତ ହେଲା ଯେ, ବିଦ୍ୱାନ୍ ଲୋକମାନେ ହତ ହେବେ; ଆଉ, ଲୋକମାନେ ଦାନିୟେଲ ଓ ତାଙ୍କର ସଙ୍ଗୀମାନଙ୍କୁ ବଧ କରିବା ପାଇଁ ଅନ୍ଵେଷଣ କଲେ।


ଏଥିପାଇଁ ମୁଁ ଏହି ଆଜ୍ଞା କରୁଅଛି ଯେ, ଯେଉଁ ପ୍ରତ୍ୟେକ ଗୋଷ୍ଠୀ, ଦେଶୀୟ ଓ ଭାଷାବାଦୀ ଲୋକ, ଶଦ୍ରକ୍‍, ମୈଶକ୍‍ ଓ ଅବେଦ୍‍ନଗୋର ପରମେଶ୍ୱରଙ୍କ ପ୍ରତିକୂଳରେ କୌଣସି ଭ୍ରାନ୍ତିର କଥା କହିବେ, ସେମାନେ ଖଣ୍ଡ ଖଣ୍ଡ ହୋଇ କଟା ଯିବେ ଓ ସେମାନଙ୍କର ଗୃହ ଖତ-ରାଶି ହେବ; କାରଣ ଏପ୍ରକାର ଉଦ୍ଧାର କରିବାକୁ ସମର୍ଥ ଆଉ କୌଣସି ଦେବତା ନାହିଁ।


ନିଖୁଣ, ସୁନ୍ଦର ଓ ସମସ୍ତ ଜ୍ଞାନରେ ନିପୁଣ, ବିଦ୍ୟାରେ ବିଚକ୍ଷଣ, ବୁଦ୍ଧିରେ ବିଜ୍ଞ ଓ ରାଜପ୍ରାସାଦରେ ଠିଆ ହେବାକୁ ଯୋଗ୍ୟ କେତେକ ଯୁବା ଲୋକଙ୍କୁ ଆଣିବାକୁ ଓ କଲ୍‍ଦୀୟ ବିଦ୍ୟା ଓ ଭାଷା ଶିଖାଇବାକୁ ଆପଣାର ନପୁଂସକାଧିପତି ଅସ୍ପନସ୍‍କୁ କହିଲା।


Swiv nou:

Piblisite


Piblisite