Biblia Todo Logo
Bib sou entènèt

- Piblisite -




ଦାନିୟେଲ 1:4 - ଓଡିଆ ବାଇବେଲ

4 ନିଖୁଣ, ସୁନ୍ଦର ଓ ସମସ୍ତ ଜ୍ଞାନରେ ନିପୁଣ, ବିଦ୍ୟାରେ ବିଚକ୍ଷଣ, ବୁଦ୍ଧିରେ ବିଜ୍ଞ ଓ ରାଜପ୍ରାସାଦରେ ଠିଆ ହେବାକୁ ଯୋଗ୍ୟ କେତେକ ଯୁବା ଲୋକଙ୍କୁ ଆଣିବାକୁ ଓ କଲ୍‍ଦୀୟ ବିଦ୍ୟା ଓ ଭାଷା ଶିଖାଇବାକୁ ଆପଣାର ନପୁଂସକାଧିପତି ଅସ୍ପନସ୍‍କୁ କହିଲା।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

4 ନିଖୁନ୍ତ, ସୁନ୍ଦର ଓ ସମସ୍ତ ଜ୍ଞାନରେ ନିପୁଣ, ବିଦ୍ୟାରେ ବିଚକ୍ଷଣ, ବୁଦ୍ଧିରେ ବିଜ୍ଞ ଓ ରାଜପ୍ରାସାଦରେ ଠିଆ ହେବାକୁ ଯୋଗ୍ୟ କେତେକ ଯୁବା ଲୋକଙ୍କୁ ଆଣିବାକୁ ଓ କଲ୍ଦୀୟ ବିଦ୍ୟା ଓ ଭାଷା ଶିଖାଇବାକୁ ଆପଣାର ନପୁଂସକାଧିପତି ଅସ୍ପନସ୍କୁ କହିଲା।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ନିଖୁଣ, ସୁନ୍ଦର ଓ ସମସ୍ତ ଜ୍ଞାନରେ ନିପୁଣ, ବିଦ୍ୟାରେ ବିଚକ୍ଷଣ, ବୁଦ୍ଧିରେ ବିଜ୍ଞ ଓ ରାଜପ୍ରାସାଦରେ ଠିଆ ହେବାକୁ ଯୋଗ୍ୟ କେତେକ ଯୁବା ଲୋକଙ୍କୁ ଆଣିବାକୁ ଓ କଲ୍‍ଦୀୟ ବିଦ୍ୟା ଓ ଭାଷା ଶିଖାଇବାକୁ ଆପଣାର ନପୁଂସକାଧିପତି ଅସ୍ପନସ୍‍କୁ କହିଲା।

Gade chapit la Kopi

ପବିତ୍ର ବାଇବଲ

4 ରାଜା ଯିହୋୟାକୀମ୍ ଗ୍ଭହିଁଲେ ସ୍ୱାସ୍ଥ୍ୟବାନ୍, ସୁନ୍ଦର ଯୋଗ୍ୟ ଏବଂ ଜ୍ଞାନୀ ଯିହୁଦୀ ବାଳକମାନେ ଯେଉଁମାନେ ରାଜକୀୟ ସ୍ଥାନରେ ଠିଆ ହେବାକୁ ଯୋଗ୍ୟ ଥିଲେ ଏବଂ ଅସ୍ପନସ୍ ନପୁଂସକାଧିପତି ଭାଷା ଏବଂ କ‌‌ଲ୍‌‌‌‌ଦୀୟ ଲୋକମାନଙ୍କର ଲେଖା ଶିଖାଇବାକୁ ପଗ୍ଭରିଲେ।

Gade chapit la Kopi




ଦାନିୟେଲ 1:4
23 Referans Kwoze  

ଆପଣଙ୍କ ରାଜ୍ୟ ମଧ୍ୟରେ ଏକ ଲୋକ ଅଛନ୍ତି, ତାଙ୍କ ଅନ୍ତରରେ ପବିତ୍ର ଦେବଗଣର ଆତ୍ମା ଅଛନ୍ତି; ପୁଣି, ଆପଣଙ୍କ ପିତାଙ୍କ ସମୟରେ ଦେବଗଣର ଜ୍ଞାନ ତୁଲ୍ୟ ଜ୍ଞାନଦୀପ୍ତି ଓ ବୁଦ୍ଧି ଓ ଜ୍ଞାନ ତାଙ୍କଠାରେ ଦେଖା ଯାଇଥିଲା; ଆଉ, ଆପଣଙ୍କ ପିତା ରାଜା ନବୂଖଦ୍‍ନିତ୍ସର, ହଁ, ଆପଣଙ୍କ ପିତା ରାଜା, ତାଙ୍କୁ ମନ୍ତ୍ରବେତ୍ତା, ଗଣକ, କଲ୍‍ଦୀୟ ଓ ଶୁଭାଶୁଭବାଦୀମାନଙ୍କ ଉପରେ ପ୍ରଧାନ କରି ନିଯୁକ୍ତ କରିଥିଲେ;


ଆଉ ମୋଶା ମିସରୀୟମାନଙ୍କ ସମସ୍ତ ବିଦ୍ୟାରେ ଶିକ୍ଷିତ ହୋଇ ବାକ୍ୟ ଓ କର୍ମରେ ପରାକ୍ରମୀ ହେଲେ ।


ତୁମ୍ଭେ କି କୌଣସି ଲୋକକୁ ଆପଣା ବ୍ୟବସାୟରେ ତତ୍ପର ଦେଖୁଅଛ ? ସେ ରାଜାମାନଙ୍କ ସମ୍ମୁଖରେ ଠିଆ ହେବ। ସେ ନୀଚ ଲୋକଙ୍କ ଆଗରେ ଠିଆ ହେବ ନାହିଁ।


ସମୁଦାୟ ଇସ୍ରାଏଲ ମଧ୍ୟରେ ଅବଶାଲୋମ ପରି ଅତି ପ୍ରଶଂସନୀୟ ସୌନ୍ଦର୍ଯ୍ୟ ପୁରୁଷ କେହି ନ ଥିଲା; ତାହାର ତଳିପାରୁ ମସ୍ତକର ଅଗ୍ରଭାଗ ପର୍ଯ୍ୟନ୍ତ ତାହାଠାରେ କୌଣସି ଖୁଣ ନ ଥିଲା।


କଲ୍‍ଦୀୟମାନେ ରାଜାର ଛାମୁରେ ଉତ୍ତର କରି କହିଲେ, ମହାରାଜାଙ୍କ ବିଷୟ ଯେ ପ୍ରକାଶ କରି ପାରିବ, ପୃଥିବୀରେ ଏପରି କୌଣସି ମନୁଷ୍ୟ ନାହିଁ; କାରଣ କୌଣସି ରାଜା, ପ୍ରଭୁ କିଅବା ଶାସନକର୍ତ୍ତା କୌଣସି ମନ୍ତ୍ରଜ୍ଞକୁ କିଅବା ଗଣକକୁ ଅଥବା କଲ୍‍ଦୀୟକୁ ଏପରି କଥା ପଚାରି ନାହାନ୍ତି।


ସେହି ସମୟରେ ମୋଶା ଜନ୍ମ ହେଲେ, ସେ ଈଶ୍ୱରଙ୍କ ଦୃଷ୍ଟିରେ ଅତି ସୁନ୍ଦର ଥିଲେ ଓ ତିନି ମାସ ପର୍ଯ୍ୟନ୍ତ ଆପଣା ପିତାଙ୍କ ଗୃହରେ ପ୍ରତିପାଳିତ ହେଲେ ।


ରାଜା ଗଣକ, କଲ୍‍ଦୀୟ ଓ ଶୁଭାଶୁଭବାଦୀମାନଙ୍କୁ ଆଣିବା ପାଇଁ ଉଚ୍ଚସ୍ୱର କରି ଡାକିଲା। ରାଜା ବାବିଲୀୟ ବିଦ୍ୱାନ୍‍ମାନଙ୍କୁ କହିଲା, ଯେକେହି ଏହି ଲେଖା ପଢ଼ିବ ଓ ତହିଁର ଅର୍ଥ ମୋତେ ଜଣାଇବ, ସେ ବାଇଗଣିଆ ରଙ୍ଗ ବସନରେ ବସ୍ତ୍ରାନ୍ୱିତ ହେବ ଓ ତାହାର କଣ୍ଠରେ ସୁବର୍ଣ୍ଣର ହାର ଦିଆଯିବ, ଆଉ ସେ ରାଜ୍ୟରେ ତୃତୀୟ କର୍ତ୍ତା ହେବ।


ତହିଁରେ ମନ୍ତ୍ରବେତ୍ତା, ଗଣକ, କଲ୍‍ଦୀୟ ଓ ଶୁଭାଶୁଭବାଦୀମାନେ ମୋ’ ନିକଟକୁ ଆସିଲେ; ପୁଣି, ମୁଁ ସେମାନଙ୍କୁ ସ୍ୱପ୍ନ ଜଣାଇଲି; ମାତ୍ର ସେମାନେ ତହିଁର ଅର୍ଥ ମୋତେ କହି ପାରିଲେ ନାହିଁ।


ଜ୍ଞାନବାନ ଲୋକ ପ୍ରତି ନଗରସ୍ଥ ଦଶ ଶାସନକର୍ତ୍ତା ଅପେକ୍ଷା ଜ୍ଞାନ ଅଧିକ ବଳ ସ୍ୱରୂପ ଅଟେ।


ଆଉ ସେ ସେବହକୁ ଓ ସଲମୁନ୍ନକୁ କହିଲେ, ତୁମ୍ଭେମାନେ ତାବୋରରେ ଯେଉଁ ଲୋକମାନଙ୍କୁ ବଧ କଲ, ସେମାନେ କି ପ୍ରକାର ଲୋକ ? ତହିଁରେ ସେମାନେ ଉତ୍ତର କଲେ, ଆପଣ ଯେପରି ସେମାନେ ସେପରି, ପ୍ରତ୍ୟେକେ ରାଜପୁତ୍ର ପରି ଥିଲେ।


ଯେପରି ମଣ୍ଡଳୀ ନିଷ୍କଳଙ୍କ, ନିଖୁନ୍ତ ଓ ସମସ୍ତ ପ୍ରକାର ଦୋଷରହିତ ହୋଇ ପବିତ୍ର ଓ ଅନିନ୍ଦନୀୟ ହୁଏ , ଆଉ ସେହିପରି ଗୌରବମୟ ଅବସ୍ଥାରେ ସେ ତାହାକୁ ଆପଣା ନିକଟରେ ଉପସ୍ଥିତ କରନ୍ତି ।


ଏଥିପାଇଁ ସେହି ସମୟରେ କେତେକ କଲ୍‍ଦୀୟ ଲୋକ ନିକଟକୁ ଆସି ଯିହୁଦୀୟ ଲୋକମାନଙ୍କ ବିରୁଦ୍ଧରେ ଅପବାଦ ଆଣିଲେ।


ତହୁଁ ରାଜାକୁ ତାହାର ସ୍ୱପ୍ନ ଜଣାଇବା ନିମନ୍ତେ ରାଜା ମନ୍ତ୍ରବେତ୍ତା, ଗଣକ, ମାୟାବୀ ଓ କଲ୍‍ଦୀୟମାନଙ୍କୁ ଡାକିବା ପାଇଁ ଆଜ୍ଞା ଦେଲା। ଏଥିରେ ସେମାନେ ଆସି ରାଜାର ସମ୍ମୁଖରେ ଠିଆ ହେଲେ।


ଏଥିରେ ଇଲିୟାକୀମ୍‍, ଶିବ୍‍ନ ଓ ଯୋୟାହ ରବ୍‍ଶାକିକୁ କହିଲେ, “ବିନୟ କରୁଅଛୁ, ଆପଣ ଅରାମୀୟ ଭାଷାରେ ଆପଣା ଦାସମାନଙ୍କୁ କୁହନ୍ତୁ; କାରଣ ଆମ୍ଭେମାନେ ତାହା ବୁଝୁଅଛୁ; ପୁଣି, ପ୍ରାଚୀରର ଉପରିସ୍ଥ ଲୋକମାନଙ୍କ କର୍ଣ୍ଣଗୋଚରରେ ଆମ୍ଭମାନଙ୍କୁ ଯିହୁଦୀୟ ଭାଷାରେ ନ କୁହନ୍ତୁ।”


ସଦାପ୍ରଭୁ କହନ୍ତି, “ହେ ଇସ୍ରାଏଲ ବଂଶ, ଦେଖ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଦୂରରୁ ଏକ ଗୋଷ୍ଠୀକୁ ଆଣିବା; ସେ ବଳବାନ ଗୋଷ୍ଠୀ, ପ୍ରାଚୀନ ଗୋଷ୍ଠୀ, ସେହି ଗୋଷ୍ଠୀର ଭାଷା ତୁମ୍ଭେ ଜାଣ ନାହିଁ, କିଅବା ସେମାନଙ୍କର କଥା ତୁମ୍ଭେ ବୁଝ ନାହିଁ।”


ମାଦୀୟ ବଂଶଜାତ ଅକ୍ଷଶ୍ୱେରଶର ପୁତ୍ର ଯେ ଦାରୀୟାବସ କଲ୍‍ଦୀୟ ରାଜ୍ୟ ଉପରେ ରାଜା ନିଯୁକ୍ତ ହୋଇଥିଲା, ତାହାର ପ୍ରଥମ ବର୍ଷରେ।


ପୁଣି, ତାହାଙ୍କୁ କହିଲେ, “ଦୌଡ଼, ଏହି ଯୁବାଲୋକକୁ କୁହ ଯିରୂଶାଲମର ମନୁଷ୍ୟ ଓ ପଶୁଗଣର ବାହୁଲ୍ୟ ହେତୁ ତାହା ପ୍ରାଚୀରବିହୀନ ଗ୍ରାମସମୂହର ତୁଲ୍ୟ ବସତି-ସ୍ଥାନ ହେବ।”


ଯୋଷେଫ ତିରିଶ ବର୍ଷ ବୟସ ସମୟରେ ମିସ୍ରୀୟ ରାଜା ଫାରୋଙ୍କ ଛାମୁରେ ଠିଆ ହୋଇଥିଲେ; ତାହାପରେ ଯୋଷେଫ ଫାରୋଙ୍କ ନିକଟରୁ ପ୍ରସ୍ଥାନ କରି ମିସର ଦେଶର ସର୍ବତ୍ର ଭ୍ରମଣ କଲେ।


Swiv nou:

Piblisite


Piblisite