Biblia Todo Logo
Bib sou entènèt

- Piblisite -




ଦାନିୟେଲ 10:11 - ଓଡିଆ ବାଇବେଲ

11 ପୁଣି, ସେ ମୋତେ କହିଲେ, ହେ ଅତ୍ୟନ୍ତ ପ୍ରିୟପାତ୍ର ଦାନିୟେଲ, ଆମ୍ଭେ ତୁମ୍ଭଙ୍କୁ ଯେଉଁ ଯେଉଁ ବାକ୍ୟ କହୁ, ତାହା ବୁଝ ଓ ସିଧା ହୋଇ ଠିଆ ହୁଅ; କାରଣ ଏବେ ଆମ୍ଭେ ତୁମ୍ଭ ନିକଟକୁ ପ୍ରେରିତ ହୋଇଅଛୁ; ସେ ମୋତେ ଏହି କଥା କହିବାରୁ ମୁଁ କମ୍ପି କମ୍ପି ଠିଆ ହେଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

11 ପୁଣି, ସେ ମୋତେ କହିଲେ, ହେ ଅତ୍ୟ; ପ୍ରିୟପାତ୍ର ଦାନିୟେଲ, ଆମ୍ଭେ ତୁମ୍ଭଙ୍କୁ ଯେଉଁ ଯେଉଁ ବାକ୍ୟ କହୁ, ତାହା ବୁଝ ଓ ସଳଖ ହୋଇ ଠିଆ ହୁଅ; କାରଣ ଏବେ ଆମ୍ଭେ ତୁମ୍ଭ ନିକଟକୁ ପ୍ରେରିତ ହୋଇଅଛୁ; ସେ ମୋତେ ଏହି କଥା କହିବାରୁ ମୁଁ କମ୍ପି କମ୍ପି ଠିଆ ହେଲି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ପୁଣି, ସେ ମୋତେ କହିଲେ, “ହେ ଅତ୍ୟନ୍ତ ପ୍ରିୟପାତ୍ର ଦାନିୟେଲ, ଆମ୍ଭେ ତୁମ୍ଭଙ୍କୁ ଯେଉଁ ଯେଉଁ ବାକ୍ୟ କହୁ, ତାହା ବୁଝ ଓ ସିଧା ହୋଇ ଠିଆ ହୁଅ; କାରଣ ଏବେ ଆମ୍ଭେ ତୁମ୍ଭ ନିକଟକୁ ପ୍ରେରିତ ହୋଇଅଛୁ;” ସେ ମୋତେ ଏହି କଥା କହିବାରୁ ମୁଁ କମ୍ପି କମ୍ପି ଠିଆ ହେଲି।

Gade chapit la Kopi

ପବିତ୍ର ବାଇବଲ

11 ସେ ମୋତେ କହିଲେ, “ହେ ଦାନିୟେଲ, ତୁମ୍ଭେ ପରମେଶ୍ୱରଙ୍କର ଅତି ପ୍ରିୟପାତ୍ର। ମୋ’ କଥା ଶୁଣ ଓ ମୋତେ ବୁଝିବାକୁ ଚେଷ୍ଟା କର।” ଛିଡ଼ା ହୁଅ। ମୁଁ ତୁମ୍ଭ ନିକଟକୁ ପ୍ରେରିତ ହୋଇଅଛି। ସେ ମୋତେ ଏହିକଥା କହିବାରୁ ମୁଁ କମ୍ପିତ ହୋଇ ଛିଡ଼ା ହେଲି।

Gade chapit la Kopi




ଦାନିୟେଲ 10:11
15 Referans Kwoze  

କିନ୍ତୁ ଉଠ, ପାଦରେ ଭରା ଦେଇ ଠିଆ ହୁଅ, କାରଣ ଆମ୍ଭେ ତୁମ୍ଭକୁ ଆମ୍ଭର ସେବକ, ଆଉ ତୁମ୍ଭେ ଆମ୍ଭର ଯେଉଁ ଯେଉଁ ଦର୍ଶନ ପାଇଅଛ ଓ ପାଇବ, ସେହି ସମସ୍ତ ବିଷୟର ସାକ୍ଷୀସ୍ୱରୂପେ ମନୋନୀତ କରିବା ଉଦ୍ଦେଶ୍ୟରେ ତୁମ୍ଭକୁ ଦର୍ଶନ ଦେଇଅଛୁ ।


ସେଥିରେ ସେମାନେ ବାହାରି ସମାଧି ନିକଟରୁ ପଳାଇଗଲେ, କାରଣ ସେମାନେ ଭୟରେ କମ୍ପୁଥିଲେ ଓ ଆଶ୍ଚର୍ଯ୍ୟ ହୋଇଥିଲେ, ପୁଣି, କାହାକୁ କିଛି କହିଲେ ନାହିଁ, ଯେଣୁ ସେମାନେ ଭୀତ ହୋଇଥିଲେ ।


ଏଥିଉତ୍ତାରେ ସେ ମୋତେ କହିଲେ, “ହେ ମନୁଷ୍ୟ ସନ୍ତାନ, ତୁମ୍ଭେ ଆପଣା ଚରଣରେ ଠିଆ ହୁଅ, ଆମ୍ଭେ ତୁମ୍ଭ ସଙ୍ଗେ କଥା କହିବା।”


କିନ୍ତୁ ଉଠ, ନଗରରେ ପ୍ରବେଶ କର, ଆଉ ତୁମ୍ଭକୁ କ'ଣ କରିବାକୁ ହେବ, ତାହା କୁହାଯିବ ।


ଯୀଶୁ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ ଓ ଯେ ମଧ୍ୟ ରାତ୍ରିଭୋଜ ସମୟରେ ତାହାଙ୍କ ବକ୍ଷସ୍ଥଳରେ ଆଉଜିପଡ଼ି, ପ୍ରଭୁ, ଆପଣଙ୍କୁ କିଏ ଶତ୍ରୁ ହସ୍ତରେ ସମର୍ପଣ କରିବ ବୋଲି ପଚାରିଥିଲେ, ସେହି ଶିଷ୍ୟଙ୍କୁ ପିତର ବୁଲିପଡ଼ି ପଛରେ ଆସୁଥିବା ଦେଖିଲେ ।


ଯୀଶୁଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ - ଯାହାକୁ ଯୀଶୁ ପ୍ରେମ କରୁଥିଲେ - ସେ ଯୀଶୁଙ୍କ ଦକ୍ଷିଣ ପାଖରେ ବସି ଭୋଜନ କରୁଥିଲେ ।


ପୁଣି, ସେ କହିଲେ, “ହେ ଅତ୍ୟନ୍ତ ପ୍ରିୟପାତ୍ର ମନୁଷ୍ୟ, ଭୟ କର ନାହିଁ; ତୁମ୍ଭର ଶାନ୍ତି ହେଉ, ସବଳ ହୁଅ, ସବଳ ହୁଅ !” ସେ ମୋତେ ଏହା କହନ୍ତେ, ମୁଁ ସବଳ ହୋଇ କହିଲି, “ମୋର ପ୍ରଭୁ କୁହନ୍ତୁ କାରଣ ତୁମ୍ଭେ ମୋତେ ସବଳ କରିଅଛ।”


ପୂର୍ଣ୍ଣ ତିନି ସପ୍ତାହ ସମାପ୍ତ ହେବା ପର୍ଯ୍ୟନ୍ତ ମୁଁ କୌଣସି ସୁସ୍ୱାଦ ଖାଦ୍ୟ ଭୋଜନ କଲି ନାହିଁ, କିଅବା ମାଂସ ଅବା ଦ୍ରାକ୍ଷାରସ ମୋ’ ମୁଖରେ ପ୍ରବେଶ କଲା ନାହିଁ, ଅଥବା ମୁଁ କିଛି ତୈଳ ମର୍ଦ୍ଦନ କଲି ନାହିଁ।


ତହିଁରେ ରାଜା ତୁମ୍ଭ ସୌନ୍ଦର୍ଯ୍ୟ ବାଞ୍ଛା କରିବେ। କାରଣ ସେ ତୁମ୍ଭର ପ୍ରଭୁ; ତୁମ୍ଭେ ତାହାଙ୍କୁ ପ୍ରଣାମ କର।


ଏଥିରେ ମଧ୍ୟ ମୋହର ହୃଦୟ କମ୍ପମାନ ହେଉଅଛି ଓ ସ୍ୱସ୍ଥାନରୁ ଅନ୍ତରିତ ହେଉଅଛି।


ମୁଁ ଆପଣା ପ୍ରିୟତମଙ୍କର ଓ ତାଙ୍କର ବାସନା ମୋ’ ପ୍ରତି ଅଛି।


ସେତେବେଳେ ନୋହ, ଦାନିୟେଲ ଓ ଆୟୁବ, ଏହି ତିନି ବ୍ୟକ୍ତି ଯଦି ତହିଁ ମଧ୍ୟରେ ଥା’ନ୍ତେ, ତେବେ ସେମାନେ ଆପଣା ଆପଣା ଧାର୍ମିକତା ଦ୍ୱାରା ଆପଣା ପ୍ରାଣ ମାତ୍ର ରକ୍ଷା କରନ୍ତେ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।


Swiv nou:

Piblisite


Piblisite