Biblia Todo Logo
Bib sou entènèt

- Piblisite -




ଦାନିୟେଲ 10:2 - ଓଡିଆ ବାଇବେଲ

2 ସେହି ସମୟରେ ମୁଁ, ଦାନିୟେଲ, ପୂର୍ଣ୍ଣ ତିନି ସପ୍ତାହ ପର୍ଯ୍ୟନ୍ତ ଶୋକ କରୁଥିଲି।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ସେହି ସମୟରେ ମୁଁ ଦାନିୟେଲ ପୂର୍ଣ୍ଣ ତିନି ସପ୍ତାହ ପର୍ଯ୍ୟନ୍ତ ଶୋକ କରୁଥିଲି।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ସେହି ସମୟରେ ମୁଁ, ଦାନିୟେଲ, ପୂର୍ଣ୍ଣ ତିନି ସପ୍ତାହ ପର୍ଯ୍ୟନ୍ତ ଶୋକ କରୁଥିଲି।

Gade chapit la Kopi

ପବିତ୍ର ବାଇବଲ

2 ସେହି ସମୟରେ ମୁଁ ଦାନିୟେଲ, ତିନି ସପ୍ତାହ ପର୍ଯ୍ୟନ୍ତ ଶୋକ କରୁଥିଲି।

Gade chapit la Kopi




ଦାନିୟେଲ 10:2
13 Referans Kwoze  

ତହୁଁ ମୁଁ ଏହି କଥା ଶୁଣିବା ମାତ୍ରେ, ବସି ରୋଦନ କଲି ଓ କେତେକ ଦିନ ପର୍ଯ୍ୟନ୍ତ ବିଳାପ କଲି; ପୁଣି, ମୁଁ ସ୍ୱର୍ଗସ୍ଥ ପରମେଶ୍ୱରଙ୍କ ଛାମୁରେ ଉପବାସ ଓ ପ୍ରାର୍ଥନା କରି କହିଲି,


କେହି ଯଦି ସେମାନଙ୍କର କ୍ଷତି କରିବାକୁ ଇଚ୍ଛା କରେ, ତେବେ ସେମାନଙ୍କ ମୁଖରୁ ଅଗ୍ନି ନିର୍ଗତ ହୋଇ ସେମାନଙ୍କ ଶତ୍ରୁମାନଙ୍କୁ ଗ୍ରାସ କରେ; କେହି ଯଦି ସେମାନଙ୍କର କ୍ଷତି କରିବାକୁ ଇଚ୍ଛା କରିବ, ତାହାକୁ ଏହିପରି ଭାବେ ହତ ହେବାକୁ ହେବ ।


ଖେଦଯୁକ୍ତ ଓ ଶୋକାର୍ତ୍ତ ହୋଇ ରୋଦନ କର; ତୁମ୍ଭମାନଙ୍କ ହାସ୍ୟ ଶୋକରେ ଓ ତୁମ୍ଭମାନଙ୍କ ଆନନ୍ଦ ବିଷାଦରେ ପରିଣତ ହେଉ ।


ଏହା ମୁଁ ଖ୍ରୀଷ୍ଟଙ୍କ ସାକ୍ଷାତରେ ସତ୍ୟ କହୁଅଛି, ମିଥ୍ୟା କହୁ ନାହିଁ, ମୋହର ବିବେକ ପବିତ୍ର ଆତ୍ମାଙ୍କ ପ୍ରଭାବରେ ମୋ' ସହିତ ସାକ୍ଷ୍ୟ ଦେଉଅଛି ।


ଯୀଶୁ ସେମାନଙ୍କୁ କହିଲେ, ବର ଯେପର୍ଯ୍ୟନ୍ତ ବରଯାତ୍ରୀମାନଙ୍କ ସହିତ ଥାଆନ୍ତି, ସେପର୍ଯ୍ୟନ୍ତ ସେମାନେ କି ଶୋକ କରି ପାରନ୍ତି ? କିନ୍ତୁ ସମୟ ଆସିବ, ଯେତେବେଳେ ସେମାନଙ୍କଠାରୁ ବରଙ୍କୁ କାଢ଼ିନିଆଯିବ, ଆଉ ସେତେବେଳେ ସେମାନେ ଉପବାସ କରିବେ ।


ଆଃ, ଯେବେ ମୋହର ମସ୍ତକ ଜଳମୟ ଓ ମୋର ଚକ୍ଷୁ ଲୋତକର ଝର ସ୍ୱରୂପ ହୁଅନ୍ତା, ତେବେ ମୁଁ ଆପଣା ଲୋକମାନଙ୍କ କନ୍ୟାର ହତ ଲୋକମାନଙ୍କ ନିମନ୍ତେ ଦିବାରାତ୍ର କ୍ରନ୍ଦନ କରି ପାରନ୍ତି !


ହେ ଯିରୂଶାଲମକୁ ପ୍ରେମକାରୀ ସମସ୍ତେ, ତୁମ୍ଭେମାନେ ତାହା ସହିତ ଆନନ୍ଦ କର ଓ ତାହା ନିମନ୍ତେ ଉଲ୍ଲାସ କର; ତାହା ବିଷୟରେ ଶୋକକାରୀ ସମସ୍ତେ, ତୁମ୍ଭେମାନେ ଆନନ୍ଦ ସକାଶୁ ତାହା ସହିତ ଉଲ୍ଲାସ କର;


କାରଣ ତୁମ୍ଭେ ହିଁ ମୋହର ବଳଦାତା ପରମେଶ୍ୱର ଅଟ; ତୁମ୍ଭେ କାହିଁକି ମୋତେ ପରିତ୍ୟାଗ କରିଅଛ ? ମୁଁ କାହିଁକି ଶତ୍ରୁର ଦୌରାତ୍ମ୍ୟ ସକାଶୁ ଶୋକ କରି ବୁଲୁଅଛି ?


ମୁଁ ଆପଣା ଶୈଳ ସ୍ୱରୂପ ପରମେଶ୍ୱରଙ୍କୁ କହିବି, “ତୁମ୍ଭେ କାହିଁକି ମୋତେ ପାସୋରିଅଛ ? ମୁଁ କାହିଁକି ଶତ୍ରୁର ଦୌରାତ୍ମ୍ୟ ହେତୁ ଶୋକ କରି ବୁଲୁଅଛି ?”


ଏଥିରେ ସେ ମୋତେ କହିଲେ, ହେ ଦାନିୟେଲ, ଭୟ କର ନାହିଁ; କାରଣ ତୁମ୍ଭେ ଯେଉଁ ପ୍ରଥମ ଦିନରୁ ବୁଝିବା ପାଇଁ ଓ ତୁମ୍ଭ ପରମେଶ୍ୱରଙ୍କ ସାକ୍ଷାତରେ ଆପଣାକୁ ନମ୍ର କରିବା ପାଇଁ ଆପଣା ମନୋନିବେଶ କଲ, ସେହି ଦିନଠାରୁ ତୁମ୍ଭର ବାକ୍ୟ ଶୁଣାଗଲା; ଆଉ, ତୁମ୍ଭର ବାକ୍ୟ ସକାଶୁ ଆମ୍ଭେ ଆସିଅଛୁ।


Swiv nou:

Piblisite


Piblisite