Biblia Todo Logo
Bib sou entènèt

- Piblisite -




ଦାନିୟେଲ 11:16 - ଓଡିଆ ବାଇବେଲ

16 ମାତ୍ର ଯେ ତାହାର ବିରୁଦ୍ଧରେ ଆସିବ, ସେ ସ୍ଵେଚ୍ଛାନୁସାରେ କାର୍ଯ୍ୟ କରିବ ଓ ତାହା ସାକ୍ଷାତରେ କେହି ଠିଆ ହେବ ନାହିଁ; ଆଉ, ସେ ରମ୍ୟ (ଇସ୍ରାଏଲ) ଦେଶରେ ଠିଆ ହେବ ଓ ତାହାର ହସ୍ତରେ ବିନାଶ ରହିବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

16 ମାତ୍ର ଯେ ତାହାର ବିରୁଦ୍ଧରେ ଆସିବ, ସେ ସ୍ଵେଚ୍ଛାନୁସାରେ କାର୍ଯ୍ୟ କରିବ ଓ ତାହା ସାକ୍ଷାତରେ କେହି ଠିଆ ହେବ ନାହିଁ; ଆଉ, ସେ ରମ୍ୟ ଦେଶରେ ଠିଆ ହେବ ଓ ତାହାର ହସ୍ତରେ ବିନାଶ ରହିବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ମାତ୍ର ଯେ ତାହାର ବିରୁଦ୍ଧରେ ଆସିବ, ସେ ସ୍ଵେଚ୍ଛାନୁସାରେ କାର୍ଯ୍ୟ କରିବ ଓ ତାହା ସାକ୍ଷାତରେ କେହି ଠିଆ ହେବ ନାହିଁ; ଆଉ, ସେ ରମ୍ୟ (ଇସ୍ରାଏଲ) ଦେଶରେ ଠିଆ ହେବ ଓ ତାହାର ହସ୍ତରେ ବିନାଶ ରହିବ।

Gade chapit la Kopi

ପବିତ୍ର ବାଇବଲ

16 “ଉତ୍ତର ଦେଶର ରାଜା ନିଜ ଇଚ୍ଛାନୁସାରେ ସେମାନଙ୍କ ବିରୁଦ୍ଧରେ କାର୍ଯ୍ୟ କରିବ। ତା'ର ବିପକ୍ଷରେ କେହି ଠିଆ ହେବେ ନାହିଁ। ଆଉ ସେ ସେହି ପବିତ୍ର ଦେଶରେ ଠିଆ ହେବ ଓ ତାହା ହସ୍ତରେ ବିନାଶର ଶକ୍ତି ରହିବ।

Gade chapit la Kopi




ଦାନିୟେଲ 11:16
11 Referans Kwoze  

ପୁଣି, ସେହି ଶୃଙ୍ଗମାନର ଗୋଟିକର ମଧ୍ୟରୁ ଗୋଟିଏ କ୍ଷୁଦ୍ର ଶୃଙ୍ଗ ଉତ୍ପନ୍ନ ହୋଇ ଦକ୍ଷିଣ ଓ ପୂର୍ବ ରମ୍ୟ ଦେଶ ଆଡ଼େ ଅତିଶୟ ବୃଦ୍ଧି ପାଇଲା।


ସେ ମଧ୍ୟ ରମ୍ୟ (ଇସ୍ରାଏଲ) ଦେଶରେ ପ୍ରବେଶ କରିବ, ତହିଁରେ ଅନେକ ଦେଶ ପରାସ୍ତ ହେବ; ମାତ୍ର ଇଦୋମ ଓ ମୋୟାବ ଓ ଅମ୍ମୋନ-ସନ୍ତାନଗଣର ଶ୍ରେଷ୍ଠାଂଶ ତାହାର ହସ୍ତରୁ ରକ୍ଷା ପାଇବେ।


ଆଉ, ରାଜା ଆପଣା ଇଚ୍ଛାନୁସାରେ କର୍ମ କରିବ ଓ ସକଳ ଦେବତା ଅପେକ୍ଷା ଆପଣାକୁ ବଡ଼ କରି ଦର୍ପ କରିବ, ପୁଣି ଈଶ୍ୱରଗଣର ଈଶ୍ୱରଙ୍କ ବିରୁଦ୍ଧରେ ଅଦ୍ଭୁତ କଥା କହିବ ଓ କ୍ରୋଧ ସଫଳ ହେବା ପର୍ଯ୍ୟନ୍ତ ସମୃଦ୍ଧି ହେବ; କାରଣ ଯାହା ନିରୂପିତ ହୋଇଅଛି, ତାହା କରାଯିବ।


ତହୁଁ ଏକ ବିକ୍ରମୀ ରାଜା ଉତ୍ପନ୍ନ ହେବ, ସେ ମହାକର୍ତ୍ତୃତ୍ୱରେ ଶାସନ କରିବ ଓ ସ୍ଵେଚ୍ଛାନୁସାରେ କର୍ମ କରିବ।


ପୁଣି, ମୁଁ ଦେଖିଲି ଯେ, ସେ ସେହି ମେଷ ନିକଟକୁ ଆସିଲା ଓ ତାହା ଉପରେ ପ୍ରଚଣ୍ଡ କ୍ରୋଧରେ ଉତ୍ତେଜିତ ହୋଇ ସେହି ମେଷକୁ ଆଘାତ କଲା ଓ ତାହାର ଦୁଇ ଶୃଙ୍ଗ ଭାଙ୍ଗି ପକାଇଲା ଓ ତାହା ସମ୍ମୁଖରେ ଠିଆ ହେବା ପାଇଁ ସେହି ମେଷର ଆଉ ଶକ୍ତି ରହିଲା ନାହିଁ; ମାତ୍ର ସେ ଛାଗ ତାହାକୁ ଭୂମିରେ ପକାଇ ପଦରେ ଦଳିଲା, ଆଉ ତାହାର ହସ୍ତରୁ ସେହି ମେଷକୁ ଉଦ୍ଧାର କରିବା ପାଇଁ କେହି ନ ଥିଲା।


ମୁଁ ସେହି ମେଷକୁ ପଶ୍ଚିମ, ଉତ୍ତର ଓ ଦକ୍ଷିଣ ଦିଗକୁ ପେଲି ମାଡ଼ିବାର ଦେଖିଲି; ଆଉ, କୌଣସି ପଶୁ ତାହା ସମ୍ମୁଖରେ ଠିଆ ହୋଇ ପାରିଲେ ନାହିଁ, କିଅବା ତାହାର ହସ୍ତରୁ ଉଦ୍ଧାର କରିବାକୁ କେହି ନ ଥିଲା; ମାତ୍ର ସେ ସ୍ଵେଚ୍ଛାମତ କର୍ମ କରି ଆପଣାର ବଡ଼ାଇ ପ୍ରକାଶ କଲା।


ପୁଣି, ସେ ସମୁଦ୍ର ଓ ରମ୍ୟ ପବିତ୍ର ପର୍ବତର ମଧ୍ୟରେ ଆପଣା ରାଜକୀୟ ତମ୍ବୁ ସ୍ଥାପନ କରିବ; ତଥାପି ତାହାର ଅନ୍ତିମ କାଳ ଉପସ୍ଥିତ ହେବ, ଆଉ କେହି ତାହାର ସାହାଯ୍ୟ କରିବ ନାହିଁ।


ମାତ୍ର ଆମ୍ଭେ କହିଲୁ, “ଆମ୍ଭ ସନ୍ତାନଗଣ ମଧ୍ୟରେ କିପରି ତୁମ୍ଭକୁ ସ୍ଥାନ ଦେବା ଓ ମନୋରମ ଏକ ଦେଶ, ନାନା ଦେଶୀୟମାନଙ୍କର ପରମ ରତ୍ନ ସ୍ୱରୂପ ଏକ ଅଧିକାର ତୁମ୍ଭକୁ ଦାନ କରିବା ?” ପୁଣି, ଆମ୍ଭେ କହିଲୁ, “ତୁମ୍ଭେମାନେ ଆମ୍ଭକୁ ହେ ମୋର ପିତଃ ବୋଲି ଡାକିବ ଓ ଆମ୍ଭ ପଶ୍ଚାଦ୍‍ଗମନରୁ ବିମୁଖ ହେବ ନାହିଁ।”


ଆଉ, ସେ ପ୍ରବଳ ରୂପେ ଆଗକୁ ବଢ଼ି ଯିହୁଦା ପର୍ଯ୍ୟନ୍ତ ଯିବ; ସେ ଉଚ୍ଛୁଳି ଉଠି ବ୍ୟାପି ଯିବ; ସେ କଣ୍ଠ ସରିକି ଉଠିବ; ପୁଣି, ହେ ଇମ୍ମାନୁୟେଲ, ତାହାର ପକ୍ଷର ବିସ୍ତୃତି ଦ୍ୱାରା ତୁମ୍ଭ ଦେଶର ପ୍ରସ୍ଥ ବ୍ୟାପ୍ତ ହେବ।”


ତୁମ୍ଭର ଯାବଜ୍ଜୀବନ ତୁମ୍ଭ ସମ୍ମୁଖରେ କେହି ଠିଆ ହୋଇ ପାରିବ ନାହିଁ; ଆମ୍ଭେ ଯେପରି ମୋଶା ସଙ୍ଗରେ ଥିଲୁ, ସେପରି ଆମ୍ଭେ ତୁମ୍ଭ ସଙ୍ଗରେ ଥିବା; ଆମ୍ଭେ ତୁମ୍ଭ ପ୍ରତି ନିରସ୍ତ ହେବା ନାହିଁ, କି ତୁମ୍ଭକୁ ତ୍ୟାଗ କରିବା ନାହିଁ।


ଆଉ, ସେ ତାଙ୍କୁ ଏପରି ମହିମା ଦେବାରୁ ସକଳ ଗୋଷ୍ଠୀ, ନାନା ଦେଶୀୟ ଓ ଭାଷାବାଦୀ ଲୋକମାନେ ତାଙ୍କ ଛାମୁରେ କମ୍ପିତ ହୋଇ ଭୟ କଲେ; ଯାହାକୁ ତାଙ୍କର ଇଚ୍ଛା, ତାହାକୁ ସେ ବଧ କଲେ ଓ ଯାହାକୁ ତାଙ୍କର ଇଚ୍ଛା, ତାହାକୁ ସେ ଜୀବିତ ରଖିଲେ; ପୁଣି, ଯାହାକୁ ତାଙ୍କର ଇଚ୍ଛା, ସେ ତାହାକୁ ଉନ୍ନତ କଲେ ଓ ଯାହାକୁ ତାଙ୍କର ଇଚ୍ଛା, ତାହାକୁ ସେ ଅବନତ କଲେ।


Swiv nou:

Piblisite


Piblisite