Biblia Todo Logo
Bib sou entènèt

- Piblisite -




ଦାନିୟେଲ 12:1 - ଓଡିଆ ବାଇବେଲ

1 ସେହି ସମୟରେ ତୁମ୍ଭ ଲୋକଙ୍କ ସନ୍ତାନଗଣର ସାହାଯ୍ୟକାରୀ ମୀଖାୟେଲ ମହାନ ଅଧିପତି ଠିଆ ହେବେ ଓ ମନୁଷ୍ୟ ଗୋଷ୍ଠୀର ସ୍ଥିତିକାଳଠାରୁ ସେହି ସମୟ ପର୍ଯ୍ୟନ୍ତ ଯେଉଁ ପ୍ରକାର ସଙ୍କଟର ସମୟ କେବେ ହୋଇ ନାହିଁ, ଏପରି ସଙ୍କଟର କାଳ ଉପସ୍ଥିତ ହେବ, ଆଉ, ତୁମ୍ଭ ଗୋଷ୍ଠୀୟ ଯେଉଁ ପ୍ରତ୍ୟେକର ନାମ ପୁସ୍ତକରେ ଲିଖିତ ହୋଇଅଛି, ସେମାନେ ପ୍ରତ୍ୟେକେ ସେହି ସମୟରେ ଉଦ୍ଧାର ପାଇବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

1 ସେସମୟରେ ତୁମ୍ଭ ଲୋକଙ୍କ ସନ୍ତାନଗଣର ସାହାଯ୍ୟକାରୀ ମୀଖାୟେଲ ମହାନ ଅଧିପତି ଠିଆ ହେବେ ଓ ମନୁଷ୍ୟ ଗୋଷ୍ଠୀର ସ୍ଥିତିକାଳଠାରୁ ସେସମୟ ପର୍ଯ୍ୟନ୍ତ ଯେଉଁ ପ୍ରକାର ସଂକଟର କାଳ କେବେ ହୋଇ ନାହିଁ, ଏପରି ସଙ୍କଟର କାଳ ଉପସ୍ଥିତ ହେବ, ଆଉ, ତୁମ୍ଭ ଗୋଷ୍ଠୀୟ ଯେପ୍ରତ୍ୟେକର ନାମ ପୁସ୍ତକରେ ଲିଖିତ ହୋଇଅଛି, ସେମାନେ ପ୍ରତ୍ୟେକେ ସେସମୟରେ ଉଦ୍ଧାର ପାଇବେ,।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ସେହି ସମୟରେ ତୁମ୍ଭ ଲୋକଙ୍କ ସନ୍ତାନଗଣର ସାହାଯ୍ୟକାରୀ ମୀଖାୟେଲ ମହାନ ଅଧିପତି ଠିଆ ହେବେ ଓ ମନୁଷ୍ୟ ଗୋଷ୍ଠୀର ସ୍ଥିତିକାଳଠାରୁ ସେହି ସମୟ ପର୍ଯ୍ୟନ୍ତ ଯେଉଁ ପ୍ରକାର ସଙ୍କଟର ସମୟ କେବେ ହୋଇ ନାହିଁ, ଏପରି ସଙ୍କଟର କାଳ ଉପସ୍ଥିତ ହେବ, ଆଉ, ତୁମ୍ଭ ଗୋଷ୍ଠୀୟ ଯେଉଁ ପ୍ରତ୍ୟେକର ନାମ ପୁସ୍ତକରେ ଲିଖିତ ହୋଇଅଛି, ସେମାନେ ପ୍ରତ୍ୟେକେ ସେହି ସମୟରେ ଉଦ୍ଧାର ପାଇବେ।

Gade chapit la Kopi

ପବିତ୍ର ବାଇବଲ

1 ସେହି ଲୋକଟି ଦର୍ଶନରେ କହିଲେ, “ଦାନିୟେଲ, ସେ ସମୟରେ ତୁମ୍ଭ ଲୋକ ଯିହୁଦୀଙ୍କ, ତତ୍ତ୍ୱାବଧାରକ ରୂପେ ମୀଖାୟେଲ ମୁଖ୍ୟ ଅଧିପତିରୂପେ ଠିଆ ହେବେ। ମନୁଷ୍ୟ ଗୋଷ୍ଠୀର ସ୍ଥିତିକାଳ ଆରମ୍ଭରୁ ସେ ସମୟ ପର୍ଯ୍ୟନ୍ତ ଯେଉଁ ପ୍ରକାର ସଙ୍କଟର କାଳ କେବେ ହୋଇ ନାହିଁ। ଆଉ ତୁମ୍ଭ ଯିହୁଦୀୟ ଗୋଷ୍ଠୀୟ ଯେଉଁ ପ୍ରତ୍ୟେକର ନାମ ପୁସ୍ତକରେ ଲିଖିତ ହୋଇଅଛି, ସେମାନେ ପ୍ରତ୍ୟେକ ସେ ସମୟରେ ଉଦ୍ଧାର ପାଇବେ।

Gade chapit la Kopi




ଦାନିୟେଲ 12:1
48 Referans Kwoze  

ହାୟ ହାୟ ! ସେ ଦିନ ମହତ, ତାହା ତୁଲ୍ୟ ଦିନ ଆଉ ନାହିଁ, ତାହା ଯାକୁବର ସଙ୍କଟ କାଳ; ମାତ୍ର ସେ ତହିଁରୁ ଉଦ୍ଧାର ପାଇବ।’


କାରଣ ସେତେବେଳେ ଏପରି ମହାକ୍ଲେଶ ଘଟିବ ଯେ ଜଗତର ଆରମ୍ଭରୁ ଆଜି ପର୍ଯ୍ୟନ୍ତ ଘଟି ନାହିଁ, ପୁଣି, କେବେ ହେଁ ଘଟିବ ନାହିଁ ।


କାରଣ ସେହି କାଳରେ ଏପରି କ୍ଲେଶ ଘଟିବ ଯେ, ଈଶ୍ୱରଙ୍କ କୃତ ସୃଷ୍ଟି ଆରମ୍ଭରୁ ଆଜି ପର୍ଯ୍ୟନ୍ତ ସେହିପରି ଘଟି ନାହିଁ, ପୁଣି, କେବେ ହେଁ ଘଟିବ ନାହିଁ ।


ମାତ୍ର ପାରସ୍ୟ ରାଜ୍ୟର ଅଧିପତି ଏକୋଇଶ ଦିନ ପର୍ଯ୍ୟନ୍ତ ଆମ୍ଭର ପ୍ରତିବାଧା କଲା; ମାତ୍ର ଦେଖ, ପ୍ରଧାନ ଅଧିପତିମାନଙ୍କର ମଧ୍ୟରୁ ମୀଖାୟେଲ ନାମରେ ଜଣେ ଆମ୍ଭର ସାହାଯ୍ୟ କରିବାକୁ ଆସିଲେ; ଆଉ, ଆମ୍ଭେ ସେହି ସ୍ଥାନରେ ପାରସ୍ୟର ରାଜାଗଣର ସଙ୍ଗରେ ରହିଲୁ।


ମାତ୍ର ସତ୍ୟଗ୍ରନ୍ଥରେ ଯାହା ଲିଖିତ ଅଛି, ତାହା ଆମ୍ଭେ ତୁମ୍ଭଙ୍କୁ ଜଣାଇବୁ; ଏମାନଙ୍କ ବିରୁଦ୍ଧରେ ଆମ୍ଭର ସାହାଯ୍ୟ କରିବା ପାଇଁ ତୁମ୍ଭମାନଙ୍କର ଅଧିପତି ମୀଖାୟେଲ ବିନୁ ଆଉ କେହି ନାହାନ୍ତି।”


ତତ୍ପରେ ସ୍ୱର୍ଗରେ ଯୁଦ୍ଧ ହେଲା, ମିଖାୟେଲ ଓ ତାହାଙ୍କ ଦୂତମାନେ ସେହି ସର୍ପ ସହିତ ଯୁଦ୍ଧ କଲେ | ସେଥିରେ ସେହି ସର୍ପ ଓ ତାହାର ଦୂତମାନେ ମଧ୍ୟ ଯୁଦ୍ଧ କଲେ,


ଯାହାର ନାମ ଜୀବନ ପୁସ୍ତକରେ ଲେଖା ହୋଇଥିବାର ଦେଖା ନ ଗଲା, ତାହାକୁ ଅଗ୍ନିମୟ ହ୍ରଦରେ ପକାଗଲା ।


ପୁଣି, ମୁଁ କ୍ଷୁଦ୍ର ଓ ମହାନ ସମସ୍ତ ମୃତ ଲୋକଙ୍କୁ ସିଂହାସନର ସମ୍ମୁଖରେ ଠିଆ ହୋଇଥିବାର ଦେଖିଲି, ଆଉ ପୁସ୍ତକସବୁ ଫିଟାଗଲା; ପରେ ଜୀବନ ପୁସ୍ତକ ନାମକ ଆଉ ଗୋଟିଏ ପୁସ୍ତକ ଫିଟାଗଲା; ସେହି ପୁସ୍ତକମାନଙ୍କରେ ଲିଖିତ ବିଷୟ ପ୍ରମାଣେ ମୃତମାନେ ଆପଣା ଆପଣା କର୍ମାନୁସାରେ ବିଚାରିତ ହେଲେ ।


ଯେ ଜୟ କରେ, ସେ ଏହି ପ୍ରକାରେ ଶୁକ୍ଳ ବସ୍ତ୍ର ପରିହିତ ହେବ, ଆଉ ଆମ୍ଭେ ଜୀବନ ପୁସ୍ତକରୁ ତାହାର ନାମ କୌଣସି ପ୍ରକାରେ ଲୋପ ନ କରି ଆମ୍ଭର ପିତା ଓ ତାହାଙ୍କ ଦୂତମାନଙ୍କ ସମ୍ମୁଖରେ ତାହାର ନାମ ସ୍ୱୀକାର କରିବୁ ।


ତଥାପି ଆତ୍ମାମାନେ ଯେ ତୁମ୍ଭମାନଙ୍କର ବଶୀଭୂତ ଅଟନ୍ତି, ଏଥିରେ ଆନନ୍ଦ କର ନାହିଁ, କିନ୍ତୁ ତୁମ୍ଭମାନଙ୍କ ନାମ ଯେ ସ୍ୱର୍ଗରେ ଲେଖା ଅଛି, ଏଥିରେ ଆନନ୍ଦ କର ।


ପୁଣି, ସେ ଆମ୍ଭମାନଙ୍କ ଉପରେ ମହା ଅମଙ୍ଗଳ ଘଟାଇବା ଦ୍ୱାରା ଆମ୍ଭମାନଙ୍କ ବିରୁଦ୍ଧରେ ଓ ଯେଉଁ ବିଚାରକର୍ତ୍ତାଗଣ ଆମ୍ଭମାନଙ୍କର ବିଚାର କଲେ, ସେମାନଙ୍କ ବିରୁଦ୍ଧରେ ଯାହା କହିଥିଲେ, ଆପଣାର ସେହି ବାକ୍ୟ ସେ ସଫଳ କରିଅଛନ୍ତି; କାରଣ ଯିରୂଶାଲମ ପ୍ରତି ଯାହା କରା ଯାଇଅଛି, ସମୁଦାୟ ଆକାଶମଣ୍ଡଳ ତଳେ ସେପରି କରାଯାଇ ନାହିଁ।


ଜଗତର ସୃଷ୍ଟି ଠାରୁ ଯେଉଁମାନଙ୍କର ନାମ, ବଳିକୃତ ମେଷଶାବକଙ୍କର ଜୀବନ ପୁସ୍ତକରେ ଲିଖିତ ହୋଇ ନାହିଁ, ପୃଥିବୀନିବାସୀ ସେହି ସମସ୍ତ ଲୋକ, ତାହାକୁ (ପଶୁକୁ) ପ୍ରଣାମ କରିବେ ।


ପୁଣି, ବିଶ୍ୱସ୍ତ ସାକ୍ଷୀ, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ ଓ ପୃଥିବୀର ରାଜାମାନଙ୍କ ରାଜା ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ। ଯେ ଆମ୍ଭମାନଙ୍କୁ ପ୍ରେମ କରି ଆପଣା ରକ୍ତ ଦ୍ୱାରା ଆମ୍ଭମାନଙ୍କୁ ଆମ୍ଭମାନଙ୍କ ପାପରୁ ମୁକ୍ତ କରିଅଛନ୍ତି,


କିନ୍ତୁ ପ୍ରଧାନ ଦୂତ ମୀଖାୟେଲ ମୋଶାଙ୍କ ଶବ ବିଷୟରେ ଶୟତାନ ସହିତ ବାଦାନୁବାଦ କରିବା ସମୟରେ ନିନ୍ଦା କରି ତାହାର ବିଚାର କରିବାକୁ ସାହସୀ ନ ହୋଇ, କେବଳ ଏତିକି କହିଲେ, ପ୍ରଭୁ ତୁମ୍ଭକୁ ଧମକ ଦିଅନ୍ତୁ ।


ପୁଣି, ହେ ପ୍ରକୃତ ସହକାରୀ, ଏହି ମହିଳାମାନଙ୍କୁ ସାହାଯ୍ୟ କରିବା ପାଇଁ ତୁମ୍ଭକୁ ମଧ୍ୟ ନିବେଦନ କରୁଅଛି, କାରଣ ଏମାନେ କ୍ଳେମେନ୍‍ସ୍‍ ଓ ମୋହର ଅନ୍ୟ ସହକର୍ମୀମାନଙ୍କ ସଙ୍ଗରେ ସୁସମାଚାର କାର୍ଯ୍ୟରେ ମୋ' ସହିତ ପରିଶ୍ରମ କରିଅଛନ୍ତି; ସେହି ସହକର୍ମୀମାନଙ୍କର ନାମ ଜୀବନ ପୁସ୍ତକରେ ଅଛି ।


ସେ ସମସ୍ତଙ୍କ ଉପରେ ତାହାଙ୍କୁ ଉନ୍ନତ କରାଇ ସ୍ୱର୍ଗରେ ଆପଣା ଦକ୍ଷିଣ ପାର୍ଶ୍ୱରେ ଉପବେଶ ନ କରାଇଲେ,


ଆଉ, ଏହି ପ୍ରକାରେ ସମସ୍ତ ଇସ୍ରାଏଲ ପରିତ୍ରାଣ ପାଇବେ, ଯେପରି ଲେଖା ଅଛି, "ସିୟୋନରୁ ଉଦ୍ଧାରକର୍ତ୍ତା ଆଗମନ କରିବେ, ସେ ଯାକୁବଠାରୁ ଅଧର୍ମ ଦୂର କରିବେ ।"


“ପୁଣି, ଯେଉଁ ଭବିଷ୍ୟଦ୍‍ବକ୍ତାମାନେ ଅସାର ଦର୍ଶନ ପାଆନ୍ତି ଓ ମିଥ୍ୟା ମନ୍ତ୍ର ପଢ଼ନ୍ତି, ଆମ୍ଭର ହସ୍ତ ସେମାନଙ୍କର ପ୍ରତିକୂଳ ହେବ; ସେମାନେ ଆମ୍ଭ ଲୋକମାନଙ୍କ ମନ୍ତ୍ରୀ ସଭାରେ ରହିବେ ନାହିଁ, କିଅବା ଇସ୍ରାଏଲ ବଂଶର ବଂଶାବଳୀ ମଧ୍ୟରେ ସେମାନେ ଲିଖିତ ହେବେ ନାହିଁ, ଅଥବା ଇସ୍ରାଏଲ ଦେଶରେ ପ୍ରବେଶ କରିବେ ନାହିଁ; ତହିଁରେ ଆମ୍ଭେ ଯେ ପ୍ରଭୁ, ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।


ତାହାଙ୍କ କର୍ତ୍ତୃତ୍ୱବୃଦ୍ଧି ଓ ଶାନ୍ତିର ସୀମା ରହିବ ନାହିଁ, ସେ ଦାଉଦଙ୍କର ସିଂହାସନରେ ଓ ତାହାଙ୍କର ରାଜ୍ୟରେ ଉପବିଷ୍ଟ ହୋଇ ନ୍ୟାୟବିଚାର ଓ ଧାର୍ମିକତାରେ ଏହି କ୍ଷଣଠାରୁ ଅନନ୍ତ କାଳ ପର୍ଯ୍ୟନ୍ତ ତାହା ସୁସ୍ଥିର ଓ ସୁଦୃଢ଼ କରିବେ। ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍‍ଯୋଗ ଏହା ସାଧନ କରିବ।


ପୁଣି, ପ୍ରଭୁ ଯେତେବେଳେ ବିଚାରକ ଆତ୍ମା ଓ ଦାହକ ଆତ୍ମା ଦ୍ୱାରା ସିୟୋନର କନ୍ୟାଗଣର ମଳ ଧୌତ କରିବେ ଓ ଯିରୂଶାଲମ ମଧ୍ୟରୁ ତହିଁର ରକ୍ତ ଦୂର କରି ଦେବେ;


ଜୀବନ-ପୁସ୍ତକରୁ ସେମାନଙ୍କ ନାମ ଲୁପ୍ତ ହେଉ ଓ ଧାର୍ମିକମାନଙ୍କ ସହିତ ଲେଖା ନ ଯାଉ।


ତୁମ୍ଭେ ମୋହର ଭ୍ରମଣ ଗଣନା କରୁଅଛ। ତୁମ୍ଭେ ଆପଣା ପାତ୍ରରେ ଆମ୍ଭର ଅଶ୍ରୁ ରଖିଥାଅ; ତାହାସବୁ କ’ଣ ତୁମ୍ଭ ପୁସ୍ତକରେ ନାହିଁ ?


ସେମାନେ ମେଷଶାବକଙ୍କ ସହିତ ଯୁଦ୍ଧ କରିବେ, ଆଉ ମେଷଶାବକ ସେମାନଙ୍କୁ ଜୟ କରିବେ, କାରଣ ସେ ପ୍ରଭୁମାନଙ୍କର ପ୍ରଭୁ ଓ ରାଜାମାନଙ୍କର ରାଜା, ପୁଣି, ଯେଉଁମାନେ ତାହାଙ୍କ ସହିତ ଅଛନ୍ତି, ସେହି ଆହୂତ, ମନୋନୀତ ଓ ବିଶ୍ୱସ୍ତ ଲୋକମାନେ ମଧ୍ୟ ଜୟ କରିବେ ।


କାରଣ ଯଦି ସେମାନଙ୍କର ଦୂରୀକରଣ ଦ୍ୱାରା ଜଗତର ମିଳନ ଘଟିଲା, ତେବେ ସେମାନଙ୍କ ଗ୍ରହଣ ଦ୍ୱାରା କ'ଣ ନିଶ୍ଚୟ ମୃତମାନଙ୍କ ମଧ୍ୟରୁ ଜୀବନ ଲାଭ ନ ହେବ ?


ପୁଣି, ସେ ସମୁଦ୍ର ଓ ରମ୍ୟ ପବିତ୍ର ପର୍ବତର ମଧ୍ୟରେ ଆପଣା ରାଜକୀୟ ତମ୍ବୁ ସ୍ଥାପନ କରିବ; ତଥାପି ତାହାର ଅନ୍ତିମ କାଳ ଉପସ୍ଥିତ ହେବ, ଆଉ କେହି ତାହାର ସାହାଯ୍ୟ କରିବ ନାହିଁ।


ପୁଣି, ଆମ୍ଭେ ସଦାପ୍ରଭୁ ସେମାନଙ୍କର ପରମେଶ୍ୱର ହେବା ଓ ଆମ୍ଭର ଦାସ ଦାଉଦ ସେମାନଙ୍କ ମଧ୍ୟରେ ଅଧିପତି ହେବ; ଆମ୍ଭେ ସଦାପ୍ରଭୁ ଏହା କହିଅଛୁ।


ମୁଁ ତାହାଙ୍କୁ କହିଲି, ହେ ମୋହର ପ୍ରଭୁ, ଆପଣ ହିଁ ତାହା ଜାଣନ୍ତି। ସେଥିରେ ସେ ମୋତେ କହିଲେ, ଏମାନେ ମହାକ୍ଲେଶରୁ ବାହାରି ଆସିଅଛନ୍ତି ଓ ମେଷଶାବକଙ୍କ ରକ୍ତରେ ଆପଣା ଆପଣା ବସ୍ତ୍ର ଧୋଇ ଶୁକ୍ଳବର୍ଣ୍ଣ କରିଅଛନ୍ତି ।


ପୁଣି, ଯାହା ଆମ୍ଭେ କରି ନାହୁଁ ଓ ଯହିଁର ତୁଲ୍ୟ ଆଉ ଆମ୍ଭେ କରିବା ନାହିଁ, ଏପରି କର୍ମ, ତୁମ୍ଭମାନଙ୍କର ଘୃଣାଯୋଗ୍ୟ ସକଳ କ୍ରିୟା ସକାଶୁ ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ କରିବା।”


ତାହାଙ୍କ ସମ୍ମୁଖରୁ ଅଗ୍ନିସ୍ରୋତ ନିର୍ଗତ ହୋଇ ବହିଲା; ସହସ୍ର ସହସ୍ର ତାହାଙ୍କର ପରିଚର୍ଯ୍ୟା କଲେ ଓ ଅୟୁତ ଅୟୁତ ତାହାଙ୍କ ସମ୍ମୁଖରେ ଉଭା ହେଲେ। ବିଚାରସଭା ବସିଲା ଓ ପୁସ୍ତକମାନ ଫିଟାଗଲା।


ତାହା ତିମିର ଓ ଅନ୍ଧକାରମୟ ଦିନ, ତାହା ମେଘାଚ୍ଛନ୍ନ ଓ ନିବିଡ଼ ଅନ୍ଧକାରମୟ ଦିନ, ପର୍ବତଗଣର ଉପରେ ଅରୁଣ ତୁଲ୍ୟ ତାହା ବ୍ୟାପ୍ତ ହେଉଅଛି; ମହତୀ ଓ ବଳବତୀ ଏକ ଗୋଷ୍ଠୀ, ତାହାରି ସଦୃଶ ଗୋଷ୍ଠୀ କେବେ ହୋଇ ନାହିଁ, କିଅବା ସେମାନଙ୍କ ଉତ୍ତାରେ ଅନେକ ଅନେକ ପିଢ଼ିର ବର୍ଷ ପର୍ଯ୍ୟନ୍ତ ହେବ ନାହିଁ।


ସେହି ସମୟରେ ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କଲେ, ସେମାନେ ଏକ ଆରେକର ସଙ୍ଗେ କଥାବାର୍ତ୍ତା କଲେ; ଆଉ, ସଦାପ୍ରଭୁ ମନୋଯୋଗ କରି ତାହା ଶୁଣିଲେ ଓ ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କଲେ ଓ ତାହାଙ୍କ ନାମ ଧ୍ୟାନ କଲେ, ସେମାନଙ୍କ ନିମନ୍ତେ ଏକ ସ୍ମରଣାର୍ଥ ନଳାକାର ପୁସ୍ତକ ତାହାଙ୍କ ଛାମୁରେ ଲେଖାଗଲା।


ଏହେତୁ ସଦାପ୍ରଭୁ କହନ୍ତି, ‘ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ; ଅଥବା ହେ ଇସ୍ରାଏଲ, ନିରାଶ ହୁଅ ନାହିଁ; କାରଣ ଦେଖ, ଆମ୍ଭେ ଦୂରରୁ ତୁମ୍ଭକୁ ଓ ବନ୍ଦୀତ୍ୱ ଦେଶରୁ ତୁମ୍ଭ ବଂଶକୁ ଉଦ୍ଧାର କରିବୁ, ପୁଣି ଯାକୁବ ଫେରି ଆସି ଶାନ୍ତିରେ ଓ ନିରାପଦରେ ରହିବ ଓ କେହି ତାହାକୁ ଭୟ ଦେଖାଇବ ନାହିଁ।’


Swiv nou:

Piblisite


Piblisite