Biblia Todo Logo
Bib sou entènèt

- Piblisite -




ଦାନିୟେଲ 12:13 - ଓଡିଆ ବାଇବେଲ

13 ମାତ୍ର ଶେଷ କାଳ ପର୍ଯ୍ୟନ୍ତ ତୁମ୍ଭେ ଆପଣା ପଥରେ ଗମନ କର; କାରଣ ତୁମ୍ଭେ ବିଶ୍ରାମ ପାଇବ ଓ କାଳର ଶେଷରେ ଆପଣା ଅଧିକାରରେ ଠିଆ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

13 ମାତ୍ର ଶେଷ କାଳ ପର୍ଯ୍ୟନ୍ତ ତୁମ୍ଭେ ଆପଣା ପଥରେ ଗମନ କର; କାରଣ ତୁମ୍ଭେ ବିଶ୍ରାମ ପାଇବ ଓ କାଳର ଶେଷରେ ଆପଣା ଅଧିକାରରେ ଠିଆ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ମାତ୍ର ଶେଷ କାଳ ପର୍ଯ୍ୟନ୍ତ ତୁମ୍ଭେ ଆପଣା ପଥରେ ଗମନ କର; କାରଣ ତୁମ୍ଭେ ବିଶ୍ରାମ ପାଇବ ଓ କାଳର ଶେଷରେ ଆପଣା ଅଧିକାରରେ ଠିଆ ହେବ।”

Gade chapit la Kopi

ପବିତ୍ର ବାଇବଲ

13 “ମାତ୍ର ଶେଷକାଳ ପର୍ଯ୍ୟନ୍ତ ତୁମ୍ଭେ, ଦାନିୟେଲ ନିଜ ପଥରେ ଗମନ କର। କାରଣ ତୁମ୍ଭେ ବି ଶ୍ରାମ ପାଇବ ଓ କାଳର ଶେଷରେ ନିଜର ଅଧିକାରରେ ଛିଡ଼ା ହେବ।”

Gade chapit la Kopi




ଦାନିୟେଲ 12:13
16 Referans Kwoze  

ପୁଣି, ମୁଁ ସ୍ୱର୍ଗରୁ ଏହି ବାଣୀ ଶୁଣିଲି, ଲେଖ, ଯେଉଁମାନେ ଏଣିକି ପ୍ରଭୁଙ୍କଠାରେ ଥାଇ ମରନ୍ତି, ସେମାନେ ଧନ୍ୟ; ହଁ, ଆତ୍ମା କହୁଅଛନ୍ତି, ସେମାନେ ଆପଣା ଆପଣା ପରିଶ୍ରମରୁ ବିଶ୍ରାମ ପ୍ରାପ୍ତ ହେବେ, କାରଣ ସେମାନଙ୍କ କର୍ମ ସେମାନଙ୍କର ଅନୁବର୍ତ୍ତୀ ହେବ ।


କାରଣ ଯଦି ଆମ୍ଭମାନଙ୍କର ଏହି ତମ୍ବୁରୂପ ପାର୍ଥିବ ଗୃହ ଭାଙ୍ଗିଯାଏ, ତେବେ ଈଶ୍ୱରକୃତ ଅହସ୍ତନିର୍ମିତ ଆମ୍ଭମାନଙ୍କର ଏକ ଅନନ୍ତକାଳସ୍ଥାୟୀ ଗୃହ ଯେ ସ୍ୱର୍ଗରେ ଅଛି, ଏହା ଆମ୍ଭେମାନେ ଜାଣୁ ।


“ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି: ଯଦି ତୁମ୍ଭେ ଆମ୍ଭ ପଥରେ ଚାଲିବ ଓ ତୁମ୍ଭେ ଆମ୍ଭର ଆଜ୍ଞା ରକ୍ଷା କରିବ, ତେବେ ତୁମ୍ଭେ ମଧ୍ୟ ଆମ୍ଭ ଗୃହର ବିଚାର କରିବ ଓ ଆମ୍ଭ ପ୍ରାଙ୍ଗଣର ରକ୍ଷକ ହେବ, ଆଉ ନିକଟରେ ଠିଆ ହେବାର ଏହି ବ୍ୟକ୍ତିମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭକୁ ପ୍ରବେଶର ଓ ପ୍ରସ୍ଥାନର ଅଧିକାର ଦେବା।


ଆଉ, ଯେଉଁମାନେ ଜ୍ଞାନବାନ, ସେମାନେ ଆକାଶର ଦୀପ୍ତିର ତୁଲ୍ୟ ଓ ଯେଉଁମାନେ ଅନେକଙ୍କୁ ଧର୍ମର ପ୍ରତି ଫେରାଇ ଆଣନ୍ତି, ସେମାନେ ତାରାଗଣର ତୁଲ୍ୟ ଅନନ୍ତ କାଳ ପର୍ଯ୍ୟନ୍ତ ତେଜସ୍ୱୀ ହେବେ।


ଯୀଶୁ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ନୂତନ ସୃଷ୍ଟିରେ ଯେତେବେଳେ ମନୁଷ୍ୟପୁତ୍ର ଆପଣା ଗୌରବମୟ ସିଂହାସନରେ ଉପବେଶନ କରିବେ, ସେତେବେଳେ, ମୋହର ଅନୁଗାମୀ ହୋଇଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ମଧ୍ୟ ଦ୍ୱାଦଶ ସିଂହାସନରେ ଉପବେଶନ କରି ଇସ୍ରାଏଲରେ ଦ୍ୱାଦଶ ଗୋଷ୍ଠୀକୁ ଶାସନ କରିବ ।


କିନ୍ତୁ ତୁମ୍ଭେମାନେ ଯେପରି ଏହି ସମସ୍ତ ଆଗାମୀ ଘଟଣାରୁ ରକ୍ଷା ପାଇବାକୁ ଓ ମନୁଷ୍ୟପୁତ୍ରଙ୍କ ସମ୍ମୁଖରେ ଠିଆ ହେବାକୁ ସମର୍ଥ ହୁଅ, ଏନିମନ୍ତେ ସର୍ବଦା ପ୍ରାର୍ଥନା କରି ଜାଗି ରୁହ ।


ସଦାପ୍ରଭୁ ମୋହର ଅଧିକାରର ଓ ପାନପାତ୍ରର ବାଣ୍ଟ ସ୍ୱରୂପ; ତୁମ୍ଭେ ମୋହର ବାଣ୍ଟ ସ୍ଥିର କରୁଅଛ।


ସେତେବେଳେ ତୁମ୍ଭମାନଙ୍କୁ କଷ୍ଟ ଦେଉଥିବା ଲୋକମାନଙ୍କୁ ପ୍ରତିଫଳ ଭାବରେ କଷ୍ଟ ଦେବା ଓ କଷ୍ଟ ଭୋଗ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ଆମ୍ଭମାନଙ୍କ ସହିତ ବିଶ୍ରାମ ଦେବା, ଏହା ତ ଈଶ୍ୱରଙ୍କ ପକ୍ଷରେ ନ୍ୟାୟର ବିଷୟ;


ଏହେତୁ ଦୁଷ୍ଟମାନେ ବିଚାର ସ୍ଥାନରେ, ଅବା ପାପୀମାନେ ଧାର୍ମିକମାନଙ୍କ ମଣ୍ଡଳୀରେ ଠିଆ ହେବେ ନାହିଁ।


ମାତ୍ର ହେ ଦାନିୟେଲ, ତୁମ୍ଭେ ଶେଷ କାଳ ପର୍ଯ୍ୟନ୍ତ ଏହି ବାକ୍ୟସକଳ ବନ୍ଦ କରି ଓ ଏହି ନଳାକାର ପୁସ୍ତକ ମୁଦ୍ରାଙ୍କନ କରି ରଖ; ଅନେକେ ଏଣେତେଣେ ଧାବମାନ ହେବେ ଓ ଜ୍ଞାନର ବୃଦ୍ଧି ହେବ।


ସେତେବେଳେ ସେ କହିଲେ, “ମୋହର ଉପସ୍ଥିତି ତୁମ୍ଭ ସହିତ ଗମନ କରିବ, ପୁଣି, ଆମ୍ଭେ ତୁମ୍ଭକୁ ବିଶ୍ରାମ ଦେବା।”


ଏଥିପାଇଁ ମୋହର ଅନ୍ତଃକରଣ ଆନନ୍ଦିତ ଓ ମୋହର ଗୌରବ ଉଲ୍ଲସିତ ହୁଅଇ; ମୋ’ ଶରୀର ମଧ୍ୟ ନିରାପଦରେ ବାସ କରିବ।


Swiv nou:

Piblisite


Piblisite