Biblia Todo Logo
Bib sou entènèt

- Piblisite -




ଦାନିୟେଲ 12:2 - ଓଡିଆ ବାଇବେଲ

2 ପୁଣି, ପୃଥିବୀର ଧୂଳିରେ ଯେଉଁମାନେ ଶୟନ କରନ୍ତି, ସେମାନଙ୍କ ମଧ୍ୟରୁ ଅନେକେ ଜାଗି ଉଠିବେ; କେତେକେ ଅନନ୍ତ ଜୀବନ ଓ କେତେକେ ଲଜ୍ଜା ଓ ଅନନ୍ତ ଅବଜ୍ଞା ଭୋଗ ପାଇଁ ଉଠିବେ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

2 ପୁଣି, ପୃଥିବୀର ଧୂଳିରେ ଯେଉଁମାନେ ଶୟନ କରନ୍ତି, ସେମାନଙ୍କ ମଧ୍ୟରୁ ଅନେକେ ଜାଗି ଉଠିବେ; କେତେକେ ଅନ; ଜୀବନ ଓ କେତେକେ ଲଜ୍ଜା ଓ ଅନ; ଅବଜ୍ଞା ଭୋଗ ପାଇଁ ଉଠିବେ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

2 ପୁଣି, ପୃଥିବୀର ଧୂଳିରେ ଯେଉଁମାନେ ଶୟନ କରନ୍ତି, ସେମାନଙ୍କ ମଧ୍ୟରୁ ଅନେକେ ଜାଗି ଉଠିବେ; କେତେକେ ଅନନ୍ତ ଜୀବନ ଓ କେତେକେ ଲଜ୍ଜା ଓ ଅନନ୍ତ ଅବଜ୍ଞା ଭୋଗ ପାଇଁ ଉଠିବେ।

Gade chapit la Kopi

ପବିତ୍ର ବାଇବଲ

2 ପୁଣି ଯେଉଁମାନେ ମୃତ ଓ କବର ପ୍ରାପ୍ତ ସେମାନଙ୍କ ମଧ୍ୟରୁ ଅନେକ ଜାଗି ଉଠିବେ। କେତେକ ଅନନ୍ତ ଜୀବନ, କେତେକ ଲଜ୍ଜା ଓ କେତେକ ଚିର ଅପମାନ ଭୋଗ ପାଇଁ ଉଠିବେ।

Gade chapit la Kopi




ଦାନିୟେଲ 12:2
19 Referans Kwoze  

ତୁମ୍ଭର ମୃତମାନେ ଜୀବିତ ହେବେ; ମୋହର ଶବସବୁ ଉଠିବେ। ହେ ଧୂଳିନିବାସୀମାନେ, ତୁମ୍ଭେମାନେ ଉଠି ଗାନ କର; କାରଣ ତୁମ୍ଭର ଶିଶିର ତୃଣର ଶିଶିର ତୁଲ୍ୟ ଓ ଭୂମି ମୃତମାନଙ୍କୁ ବାହାର କରି ଦେବ।


ଆଉ, ଏମାନେ ଅନନ୍ତ ଶାସ୍ତି, କିନ୍ତୁ ଧାର୍ମିକମାନେ ଅନନ୍ତ ଜୀବନ ଭୋଗ କରିବାକୁ ଯିବେ ।


ଏଥିପାଇଁ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରି ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ଆମ୍ଭର ଲୋକେ, ଦେଖ, ଆମ୍ଭେ ତୁମ୍ଭମାନଙ୍କର କବର ମୁକ୍ତ କରିବା ଓ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କ କବରରୁ ବାହାର କରାଇବା, ଆଉ ତୁମ୍ଭମାନଙ୍କୁ ଇସ୍ରାଏଲ ଦେଶକୁ ଆଣିବା।


ପୁଣି, ମୁଁ କ୍ଷୁଦ୍ର ଓ ମହାନ ସମସ୍ତ ମୃତ ଲୋକଙ୍କୁ ସିଂହାସନର ସମ୍ମୁଖରେ ଠିଆ ହୋଇଥିବାର ଦେଖିଲି, ଆଉ ପୁସ୍ତକସବୁ ଫିଟାଗଲା; ପରେ ଜୀବନ ପୁସ୍ତକ ନାମକ ଆଉ ଗୋଟିଏ ପୁସ୍ତକ ଫିଟାଗଲା; ସେହି ପୁସ୍ତକମାନଙ୍କରେ ଲିଖିତ ବିଷୟ ପ୍ରମାଣେ ମୃତମାନେ ଆପଣା ଆପଣା କର୍ମାନୁସାରେ ବିଚାରିତ ହେଲେ ।


ପୁଣି, ଧାର୍ମିକ ଓ ଅଧାର୍ମିକ ଉଭୟଙ୍କର ପୁନରୁତ୍ଥାନ ହେବ ବୋଲି ଯାହା ଏମାନେ ନିଜେ ଅପେକ୍ଷା କରନ୍ତି, ମୁଁ ମଧ୍ୟ ଈଶ୍ୱରଙ୍କଠାରେ ସେହି ପ୍ରକାର ଭରସା ରଖିଅଛି ବୋଲି ଆପଣଙ୍କ ନିକଟରେ ସ୍ୱୀକାର କରୁଅଛି ।


କାରଣ ଯଦି ଆମ୍ଭେମାନେ ବିଶ୍ୱାସ କରୁ ଯେ, ଯୀଶୁ ମୃତ୍ୟୁଭୋଗ କରି ପୁନର୍ବାର ଉଠିଅଛନ୍ତି, ତେବେ ଈଶ୍ୱର ଯେ ଯୀଶୁଙ୍କ ଦ୍ୱାରା ମହାନିଦ୍ରାପ୍ରାପ୍ତ ଲୋକମାନଙ୍କୁ ସେହି ପ୍ରକାରେ ତାହାଙ୍କ ସାଙ୍ଗରେ ଆଣିବେ, ଏହା ମଧ୍ୟ ବିଶ୍ୱାସ କରିବା ଉଚିତ ।


“ପୁଣି, ସେମାନେ ବାହାରେ ଯାଇ, ଯେଉଁମାନେ ଆମ୍ଭ ବିରୁଦ୍ଧରେ ଅଧର୍ମ କରିଅଛନ୍ତି, ସେହି ଲୋକମାନଙ୍କର ଶବ ଦେଖିବେ; କାରଣ ସେମାନଙ୍କର କୀଟ ମରିବ ନାହିଁ, କିଅବା ସେମାନଙ୍କର ଅଗ୍ନି ନିର୍ବାଣ ହେବ ନାହିଁ; ପୁଣି, ସେମାନେ ସମସ୍ତ ମର୍ତ୍ତ୍ୟର ଘୃଣାସ୍ପଦ ହେବେ।”


ମାତ୍ର ସଦାପ୍ରଭୁ ଭୟାନକ ବୀର ପରି ମୋ’ ସଙ୍ଗରେ ଅଛନ୍ତି; ଏହେତୁ ମୋର ତାଡ଼ନାକାରୀମାନେ ଝୁଣ୍ଟି ପଡ଼ିବେ ଓ ସେମାନେ ଜୟଯୁକ୍ତ ହେବେ ନାହିଁ; ସେମାନେ ବିବେଚନାପୂର୍ବକ କାର୍ଯ୍ୟ ନ କରିବାରୁ ଅତ୍ୟନ୍ତ ଲଜ୍ଜିତ ହେବେ, ସେ ଅପମାନ ନିତ୍ୟସ୍ଥାୟୀ ହେବ, ତାହା କେବେ ବିସ୍ମୃତ ହେବ ନାହିଁ।


ଆମ୍ଭେ ପାତାଳର ପରାକ୍ରମରୁ ସେମାନଙ୍କୁ ଉଦ୍ଧାର କରିବା; ଆମ୍ଭେ ମୃତ୍ୟୁୁରୁ ସେମାନଙ୍କୁ ମୁକ୍ତ କରିବା; ହେ ମୃତ୍ୟୁୁ, ତୁମ୍ଭର ମହାମାରୀ କାହିଁ ? ହେ ପାତାଳ, ତୁମ୍ଭର ସଂହାର କାହିଁ ? ଅନୁତାପ ଆମ୍ଭ ଦୃଷ୍ଟିରୁ ଗୁପ୍ତ ରହିବ।


କିମ୍ବା ଗୋଟିଏ ମାଟିପିଣ୍ଡୁଳାରୁ ଗୋଟିଏ ପାତ୍ର ଆଦର ନିମନ୍ତେ ଓ ଅନ୍ୟଟି ଅନାଦର ନିମନ୍ତେ ଗଢ଼ିବା ପାଇଁ କି ମାଟି ଉପରେ କୁମ୍ଭକାରର ଅଧିକାର ନାହିଁ ?


ପୁଣି, ସେ ଆଣ୍ଠୋଇପଡ଼ି ଉଚ୍ଚସ୍ୱରରେ ଡାକି କହିଲେ, ହେ ପ୍ରଭୁ, ଏହି ପାପ ଏମାନଙ୍କ ବିରୁଦ୍ଧରେ ଗଣନା କର ନାହିଁ । ସେ ଏହା କହି ମହାନିଦ୍ରା (ମୃତ୍ୟୁ) ପ୍ରାପ୍ତ ହେଲେ ।


ମନୁଷ୍ୟ ଆପଣା ସୁବୁଦ୍ଧି ଅନୁସାରେ ପ୍ରଶଂସା ପାଇବ, ମାତ୍ର ଯାହାର କୁଟିଳ ଅନ୍ତଃକରଣ, ସେ ତୁଚ୍ଛୀକୃତ ହେବ।


Swiv nou:

Piblisite


Piblisite