Biblia Todo Logo
Bib sou entènèt

- Piblisite -




ଦାନିୟେଲ 12:7 - ଓଡିଆ ବାଇବେଲ

7 ତହିଁରେ ମୁଁ ଶୁଣିଲି, ଶୁକ୍ଳବସ୍ତ୍ରାନ୍ୱିତ ଓ ନଦୀଜଳ ଉପରେ ସ୍ଥିତ ମନୁଷ୍ୟ ଆପଣା ଦକ୍ଷିଣ ଓ ବାମ ହସ୍ତ ସ୍ୱର୍ଗ ଆଡ଼େ ଉଠାଇ ନିତ୍ୟଜୀବୀଙ୍କ ନାମରେ ଶପଥ କରି କହିଲେ, ଏହା ସାଢ଼େ ତିନି ବର୍ଷ ପର୍ଯ୍ୟନ୍ତ ହେବ; ପୁଣି, ସେମାନେ ପବିତ୍ର ଲୋକମାନଙ୍କର ପରାକ୍ରମ ଭଗ୍ନ କରିବାର ଶେଷ କଲେ, ଏହି ସକଳ ବିଷୟ ସିଦ୍ଧ ହେବ।

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

7 ତହିଁରେ ମୁଁ ଶୁଣିଲି, ଶୁକ୍ଳବସ୍ତ୍ରାନ୍ଵିତ ଓ ନଦୀଜଳ ଉପରେ ସ୍ଥିତ ମନୁଷ୍ୟ ଆପଣା ଦକ୍ଷିଣ ଓ ବାମ ହସ୍ତ ସ୍ଵର୍ଗ ଆଡ଼େ ଉଠାଇ ନିତ୍ୟଜୀବୀଙ୍କ ନାମରେ ଶପଥ କରି କହିଲେ, ଏହା ଏକ କାଳ, (ଦୁଇ) କାଳ ଓ ଅର୍ଦ୍ଧ କାଳ ପର୍ଯ୍ୟନ୍ତ ହେବ; ପୁଣି, ସେମାନେ ପବିତ୍ର ଲୋକମାନଙ୍କର ପରାକ୍ରମ ଭଗ୍ନ କରିବାର ଶେଷ କଲେ, ଏହି ସକଳ ବିଷୟ ସିଦ୍ଧ ହେବ।

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ତହିଁରେ ମୁଁ ଶୁଣିଲି, ଶୁକ୍ଳବସ୍ତ୍ରାନ୍ୱିତ ଓ ନଦୀଜଳ ଉପରେ ସ୍ଥିତ ମନୁଷ୍ୟ ଆପଣା ଦକ୍ଷିଣ ଓ ବାମ ହସ୍ତ ସ୍ୱର୍ଗ ଆଡ଼େ ଉଠାଇ ନିତ୍ୟଜୀବୀଙ୍କ ନାମରେ ଶପଥ କରି କହିଲେ, “ଏହା ସାଢ଼େ ତିନି ବର୍ଷ ପର୍ଯ୍ୟନ୍ତ ହେବ; ପୁଣି, ସେମାନେ ପବିତ୍ର ଲୋକମାନଙ୍କର ପରାକ୍ରମ ଭଗ୍ନ କରିବାର ଶେଷ କଲେ, ଏହି ସକଳ ବିଷୟ ସିଦ୍ଧ ହେବ।”

Gade chapit la Kopi

ପବିତ୍ର ବାଇବଲ

7 ତା'ପରେ ମୁଁ ଶୁଣିଲି, ଶୁକ୍ଳବସ୍ତ୍ର ପରିହିତ ଲୋକଟି ତା'ର ହସ୍ତ ଉପରକୁ ଟେକି ପରମେଶ୍ୱରଙ୍କ ନାମରେ ଶପଥ କରି କହିଲେ, “ଏହା ସାଢ଼େ ତିନି ବର୍ଷ ଯିବ। ଏହି ସମସ୍ତ ସତ୍ୟ ହେବ ଯେତେବେଳେ ପବିତ୍ର ଲୋକମାନଙ୍କର ଯନ୍ତ୍ରଣା ଶେଷ ହେବ।”

Gade chapit la Kopi




ଦାନିୟେଲ 12:7
30 Referans Kwoze  

ପୁଣି, ସେ ସର୍ବୋପରିସ୍ଥଙ୍କ ବିରୁଦ୍ଧରେ କଥା କହିବ ଓ ସର୍ବୋପରିସ୍ଥଙ୍କର ପବିତ୍ରଗଣଙ୍କୁ ଦମନ କରିବ; ଆଉ, ସେ କାଳ ଓ ବ୍ୟବସ୍ଥାର ପରିବର୍ତ୍ତନ କରିବାକୁ ବିଚାର କରିବ; ପୁଣି, ଏକ କାଳ, (ଦୁଇ) ପବିତ୍ର ପର୍ବ ଓ ଅର୍ଦ୍ଧ ପବିତ୍ର ପର୍ବ ପର୍ଯ୍ୟନ୍ତ ସେମାନେ ତାହା ହସ୍ତରେ ସମର୍ପିତ ହେବେ।


ସେଥିରେ ସେହି ସ୍ତ୍ରୀଲୋକ ଯେପରି ସର୍ପର ମୁଖରୁ ରକ୍ଷା ପାଇ ସାଢ଼େ ତିନି ବର୍ଷ ପର୍ଯ୍ୟନ୍ତ ପ୍ରତିପାଳିତ ହୁଅନ୍ତି, ଏଥି ନିମନ୍ତେ ପ୍ରାନ୍ତରସ୍ଥ ଆପଣା ସ୍ଥାନକୁ ଉଡ଼ିଯିଵା ପାଇଁ ତାହାଙ୍କୁ ବୃହତ୍ ଉତ୍କ୍ରୋଷ ପକ୍ଷୀର ଦୁଇଟି ଡେଣା ଦିଆ ହେଲା ।


ସେ ବଳରେ ପରାକ୍ରାନ୍ତ ହେବ, ମାତ୍ର ତାହାର ନିଜ ବଳରେ ନୁହେଁ; ଆଉ, ସେ ଆଶ୍ଚର୍ଯ୍ୟ ରୂପେ ବିନାଶ କରିବ ଓ ସମୃଦ୍ଧ ହୋଇ ସ୍ଵେଚ୍ଛାମତ କାର୍ଯ୍ୟ କରିବ; ଆଉ, ସେ ପରାକ୍ରମୀଗଣକୁ ଓ ପବିତ୍ର ଲୋକମାନଙ୍କୁ ବିନାଶ କରିବ।


ସେହି ପଶୁକୁ ଅହଂକାର ଓ ଈଶ୍ୱରନିନ୍ଦାର କଥା କହିବାକୁ ମୁଖ ଦିଆଗଲା, ଆଉ ବୟାଳିଶ ମାସ ପର୍ଯ୍ୟନ୍ତ କାର୍ଯ୍ୟ ସାଧନ କରିବାକୁ କ୍ଷମତା ଦିଆଗଲା ।


ପୁଣି, ସେହି ସ୍ତ୍ରୀଲୋକ ପ୍ରାନ୍ତରକୁ ଦୌଡ଼ି ପଳାଇଗଲେ, ସେଠାରେ ଏକ ହଜାର ଦୁଇ ଶହ ଷାଠିଏ ଦିନ ପର୍ଯ୍ୟନ୍ତ ପ୍ରତିପାଳିତ ହେବା ପାଇଁ ତାହାଙ୍କ ନିମନ୍ତେ ଈଶ୍ୱରଙ୍କ ନିୟନ୍ତ୍ରଣରେ ପ୍ରସ୍ତୁତ ଗୋଟିଏ ସ୍ଥାନ ଥିଲା ।


ଆଉ ସେମାନେ ଖଡ଼୍ଗରେ ହତ ହେବେ ଓ ବନ୍ଦୀ ହୋଇ ସମସ୍ତ ଅଣଯିହୂଦୀ ମଧ୍ୟକୁ ନିଆ ହେବେ, ପୁଣି, ଅଣଯିହୂଦୀୟମାନଙ୍କର କାଳ ସମ୍ପୂର୍ଣ୍ଣ ନ ହେବା ପର୍ଯ୍ୟନ୍ତ ଯିରୂଶାଲମ ସେମାନଙ୍କର ପଦତଳିତ ହୋଇ ରହିବ ।


ଏଥିଉତ୍ତାରେ ସେହି ସମୟର ଶେଷରେ ମୁଁ ନବୂଖଦ୍‍ନିତ୍ସର ସ୍ୱର୍ଗ ଆଡ଼େ ଉର୍ଦ୍ଧ୍ବ ଦୃଷ୍ଟି କଲି, ତହିଁରେ ମୋର ବୁଦ୍ଧି ମୋ’ କତିକୁ ଫେରି ଆସିଲା, ତହୁଁ ମୁଁ ସର୍ବୋପରିସ୍ଥଙ୍କର ଧନ୍ୟବାଦ କଲି ଓ ଯେ ଅନନ୍ତଜୀବୀ, ତାହାଙ୍କର ପ୍ରଶଂସା ଓ ସମାଦର କଲି; କାରଣ ତାହାଙ୍କର କର୍ତ୍ତୃତ୍ୱ ଅନନ୍ତକାଳୀନ ଓ ତାହାଙ୍କର ରାଜ୍ୟ ପୁରୁଷାନୁକ୍ରମେ ଥାଏ।


କିନ୍ତୁ ଯେ ତୁମ୍ଭମାନଙ୍କୁ ଅନ୍ଧକାରରୁ ଆପଣା ଆଶ୍ଚର୍ଯ୍ୟ ଆଲୋକ ମଧ୍ୟକୁ ଆହ୍ୱାନ କରିଅଛନ୍ତି, ତୁମ୍ଭେମାନେ ଯେପରି ତାହାଙ୍କ ଗୁଣ କୀର୍ତ୍ତନ କର, ଏଥି ନିମନ୍ତେ ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ପବିତ୍ର ଜାତି ପୁଣି, ଈଶ୍ୱରଙ୍କ ନିଜସ୍ୱ ପ୍ରଜା ହୋଇଅଛ ।


ଆଉ, ତୁମ୍ଭେ ସତ୍ୟରେ, ନ୍ୟାୟରେ ଓ ଧାର୍ମିକତାରେ ଜୀବିତ ସଦାପ୍ରଭୁଙ୍କ ନାମରେ ଶପଥ କରିବ; ତହିଁରେ ନାନା ଦେଶୀୟମାନେ ତାହାଙ୍କଠାରେ ଆପଣାମାନଙ୍କୁ ଆଶୀର୍ବାଦର ପାତ୍ର କରିବେ ଓ ତାହାଙ୍କଠାରେ ଦର୍ପ କରିବେ।


ପୁଣି, ଲୋକମାନେ ସେମାନଙ୍କୁ “ପବିତ୍ର ଲୋକ,” “ସଦାପ୍ରଭୁଙ୍କର ମୁକ୍ତ ବୋଲି ଡାକିବେ,” ଆଉ, ତୁମ୍ଭେ “ଅନ୍ୱେଷିତା,” “ଅପରିତ୍ୟକ୍ତା ନଗରୀ” ବୋଲି ଖ୍ୟାତ ହେବ।


ପୁଣି ସେ ତୁମ୍ଭକୁ ପ୍ରଶଂସାରେ, ନାମରେ ଓ ସମ୍ମାନରେ ଆପଣାର ସୃଷ୍ଟ ସମସ୍ତ ଦେଶୀୟ ଲୋକମାନଙ୍କ ଅପେକ୍ଷା ଶ୍ରେଷ୍ଠ କରିବେ, ଆଉ ତୁମ୍ଭେ ତାହାଙ୍କ ବାକ୍ୟାନୁସାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର ଲୋକ ହେବ।


କାରଣ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ପବିତ୍ର ଲୋକ ଅଟ; ପୃଥିବୀସ୍ଥ ସମସ୍ତ ଗୋଷ୍ଠୀରୁ ତୁମ୍ଭକୁ ଆପଣାର ସଞ୍ଚିତ ଧନ କରିବା ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ମନୋନୀତ କରିଅଛନ୍ତି।


ପୁଣି, ଶୁକ୍ଳବସ୍ତ୍ରାନ୍ୱିତ ଓ ନଦୀର ଜଳ ଉପରେ ସ୍ଥିତ ଯେଉଁ ମନୁଷ୍ୟ, ତାଙ୍କୁ ଜଣେ କହିଲେ, ଏହିସବୁ ଆଶ୍ଚର୍ଯ୍ୟ ବିଷୟର ଶେଷ ପର୍ଯ୍ୟନ୍ତ କେତେ ବର୍ଷ ଲାଗିବ ?


ଆଉ, ଉତ୍ତର ଦେଶର ରାଜା ଫେରି ପୂର୍ବ ଅପେକ୍ଷା ଏକ ବୃହତ୍‍ ଜନତା ସଂଗ୍ରହ କରିବ; ପୁଣି ସେ, କାଳର ଅର୍ଥାତ୍‍, ବର୍ଷମାନର ଶେଷରେ ମହାସୈନ୍ୟ ଓ ଅପାର ସାମଗ୍ରୀ ନେଇ ଆସିବ।


ତହିଁରେ ସେ ମୋତେ କହିଲେ, ଦୁଇ ହଜାର ତିନି ଶହ ସନ୍ଧ୍ୟା ଓ ପ୍ରାତଃକାଳ ପର୍ଯ୍ୟନ୍ତ; ତହିଁ ଉତ୍ତାରେ ଧର୍ମଧାମ ପରିଷ୍କୃତ ହେବ।


କାରଣ ଆମ୍ଭେ ଆକାଶ ଆଡ଼େ ହସ୍ତ ଉଠାଇ କହୁ, ଆମ୍ଭେ ଯେବେ ଅନନ୍ତଜୀବୀ ଅଟୁ,


ଅତଏବ କ'ଣ ଉତ୍ତର ଦେବ, ସେ ବିଷୟରେ ପୂର୍ବରୁ ଚିନ୍ତା ନ କରିବାକୁ ଆପଣା ଆପଣା ମନରେ ସ୍ଥିର କର;


“ପରମେଶ୍ୱର, ଯେ ମୋହର ସ୍ୱତ୍ୱ ହରଣ କରିଅଛନ୍ତି; ସର୍ବଶକ୍ତିମାନ, ଯେ ମୋହର ପ୍ରାଣକୁ ତିକ୍ତ କରିଅଛନ୍ତି;


ପ୍ରାଣୀମାନେ ଯେତେବେଳେ ସେହି ସିଂହାସନ ଉପବିଷ୍ଟ ନିତ୍ୟ ଜୀବିତ ବ୍ୟକ୍ତିଙ୍କୁ ଗୌରବ ସମ୍ଭ୍ରମ ଓ ଧନ୍ୟବାଦ ଦିଅନ୍ତି,


ସେତେବେଳେ ଚବିଶ ପ୍ରାଚୀନ ସିଂହାସନ ଉପବିଷ୍ଟ ବ୍ୟକ୍ତିଙ୍କ ଛାମୁରେ ଉବୁଡ଼ ହୋଇ ନିତ୍ୟ ଜୀବିତ ବ୍ୟକ୍ତିଙ୍କୁ ପ୍ରଣାମ କରନ୍ତି ଓ ସିଂହାସନ ସମ୍ମୁଖରେ ଆପଣା ଆପଣା ମୁକୁଟ ଥୋଇଦେଇ କହନ୍ତି,


ଆଉ ସେମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଯେଉଁ ଦିନ ଇସ୍ରାଏଲକୁ ମନୋନୀତ କଲୁ ଓ ଯାକୁବର କୁଳଜାତ ବଂଶ ସପକ୍ଷରେ ଆପଣା ହସ୍ତ ଉଠାଇଲୁ ଓ ମିସର ଦେଶରେ ସେମାନଙ୍କ ନିକଟରେ ଆପଣାର ପରିଚୟ ଦେଲୁ, ସେମାନଙ୍କ ସପକ୍ଷରେ ଆପଣା ହସ୍ତ ଉଠାଇ, ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ବୋଲି କହିଲୁ;


ମୁଁ ଚକ୍ଷୁ ଖୋଲି ଦେଖିଲି, ଆଉ ଦେଖ, ଶୁକ୍ଳବସ୍ତ୍ର ପରିହିତ ଏକ ମନୁଷ୍ୟ, ତାଙ୍କ କଟୀ ଉଫସର ନିର୍ମଳ ସୁବର୍ଣ୍ଣ ବନ୍ଧନୀରେ ବଦ୍ଧ ହୋଇଥିଲା;


ପୁଣି, ମୁଁ ଶୁଣିଲି, ମାତ୍ର ବୁଝିଲି ନାହିଁ; ତହୁଁ ମୁଁ କହିଲି, ହେ ମୋର ପ୍ରଭୁ, ଏହିସବୁର ପରିଣାମ କ’ଣ ହେବ ?


ଯେହେତୁ ସଦାପ୍ରଭୁ ସେମାନଙ୍କୁ ଶକ୍ତିହୀନ ଓ ସେମାନଙ୍କ ମଧ୍ୟରେ ବଦ୍ଧ କି ମୁକ୍ତ କେହି ଅବଶିଷ୍ଟ ନ ଥିବାର ଦେଖିଲେ, ସେ ଆପଣା ଲୋକମାନଙ୍କର ବିଚାର କରିବେ ଓ ଆପଣା ଦାସମାନଙ୍କ ପ୍ରତି ସଦୟ ହେବେ।


ରାଜାର ମୁଖରେ ଏହି କଥା ଥାଉ ଥାଉ ଏହି ସ୍ୱର୍ଗୀୟ ବାଣୀ ହେଲା, ହେ ରାଜନ୍‍ ନବୂଖଦ୍‍ନିତ୍ସର, ତୁମ୍ଭକୁ ଏହି କଥା କୁହାଯାଉଅଛି, ତୁମ୍ଭଠାରୁ ରାଜ୍ୟ ଗଲା।


ମୁଁ ଦେଖିଲି, ଆଉ ସେହି ଶୃଙ୍ଗ ପବିତ୍ରଗଣଙ୍କ ସଙ୍ଗେ ଯୁଦ୍ଧ କଲା ଓ ସେମାନଙ୍କୁ ଜୟ କଲା;


Swiv nou:

Piblisite


Piblisite