Biblia Todo Logo
Bib sou entènèt

- Piblisite -




ଦାନିୟେଲ 12:8 - ଓଡିଆ ବାଇବେଲ

8 ପୁଣି, ମୁଁ ଶୁଣିଲି, ମାତ୍ର ବୁଝିଲି ନାହିଁ; ତହୁଁ ମୁଁ କହିଲି, ହେ ମୋର ପ୍ରଭୁ, ଏହିସବୁର ପରିଣାମ କ’ଣ ହେବ ?

Gade chapit la Kopi

ପବିତ୍ର ବାଇବଲ (Re-edited) - (BSI)

8 ପୁଣି, ମୁଁ ଶୁଣିଲି, ମାତ୍ର ବୁଝିଲି ନାହିଁ; ତହୁଁ ମୁଁ କହିଲି, ହେ ମୋର ପ୍ରଭୁ, ଏହିସବୁର ପରିଣାମ କʼଣ ହେବ?

Gade chapit la Kopi

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

8 ପୁଣି, ମୁଁ ଶୁଣିଲି, ମାତ୍ର ବୁଝିଲି ନାହିଁ; ତହୁଁ ମୁଁ କହିଲି, “ହେ ମୋର ପ୍ରଭୁ, ଏହିସବୁର ପରିଣାମ କʼଣ ହେବ?”

Gade chapit la Kopi

ପବିତ୍ର ବାଇବଲ

8 ମୁଁ ଯଦିଓ ଉତ୍ତର ଶୁଣିଲି, ମାତ୍ର ବୁଝିଲି ନାହିଁ, ତହୁଁ ମୁଁ କହିଲି, “ହେ ମୋର ପ୍ରଭୁ, ଏସବୁର ପରିଣାମ କ’ଣ ହେବ?”

Gade chapit la Kopi




ଦାନିୟେଲ 12:8
9 Referans Kwoze  

ସେ ସେମାନଙ୍କୁ କହିଲେ, ''ଯେଉଁ ସମସ୍ତ କାଳ କି ସମୟ ପିତା ଆପଣା କ୍ଷମତାର ଅଧୀନରେ ରଖିଅଛନ୍ତି, ତାହା ତୁମ୍ଭମାନଙ୍କ ଜାଣିବା ବିଷୟ ନୁହେଁ ।


ଖ୍ରୀଷ୍ଟଙ୍କ ଦୁଃଖଭୋଗ ଓ ତତ୍ପରବର୍ତ୍ତୀ ଗୌରବ ବିଷୟରେ ପୂର୍ବରୁ ପ୍ରମାଣଦାତା ଯେ ସେମାନଙ୍କର ମଧ୍ୟବର୍ତ୍ତୀ ଖ୍ରୀଷ୍ଟଙ୍କର ଆତ୍ମା, ସେ କେଉଁ କାଳକୁ ଲକ୍ଷ୍ୟ କରୁଅଛନ୍ତି, ତାହା ସେମାନେ ଅନୁସନ୍ଧାନ କଲେ ।


ତାହାଙ୍କ ଶିଷ୍ୟମାନେ ପ୍ରଥମେ ଏହି ସମସ୍ତ ବିଷୟ ବୁଝିଲେ ନାହିଁ, କିନ୍ତୁ ଯୀଶୁ ମହିମାନ୍ୱିତ ହେଲା ଉତ୍ତାରେ ଏସମସ୍ତ ବିଷୟ ଯେ ତାହାଙ୍କ ସମ୍ବନ୍ଧରେ ଲେଖାଯାଇଥିଲା, ପୁଣି, ତାହାଙ୍କ ପ୍ରତି ସେମାନେ ଯେ ଏହି ସବୁ କରିଥିଲେ, ତାହା ସେମାନଙ୍କ ମନରେ ପଡ଼ିଲା ।


କିନ୍ତୁ ଶିଷ୍ୟମାନେ ଏହି ସବୁ ବିଷୟ କିଛି ବୁଝିଲେ ନାହିଁ; ଏହି ବାକ୍ୟ ସେମାନଙ୍କଠାରୁ ଗୁପ୍ତ ହୋଇ ରହିଲା, ପୁଣି, ଯାହା କୁହାଯାଉଥିଲା, ସେ ସବୁ ବୁଝୁ ନ ଥିଲେ ।


ପୁଣି, ଶୁକ୍ଳବସ୍ତ୍ରାନ୍ୱିତ ଓ ନଦୀର ଜଳ ଉପରେ ସ୍ଥିତ ଯେଉଁ ମନୁଷ୍ୟ, ତାଙ୍କୁ ଜଣେ କହିଲେ, ଏହିସବୁ ଆଶ୍ଚର୍ଯ୍ୟ ବିଷୟର ଶେଷ ପର୍ଯ୍ୟନ୍ତ କେତେ ବର୍ଷ ଲାଗିବ ?


ଏବେ, ଶେଷ କାଳରେ ତୁମ୍ଭ ଲୋକମାନଙ୍କ ପ୍ରତି ଯାହା ଘଟିବ, ତାହା ତୁମ୍ଭକୁ ବୁଝାଇ ଦେବା ପାଇଁ ଆମ୍ଭେ ଆସିଅଛୁ; କାରଣ ଦର୍ଶନ ଆହୁରି ଅନେକ କାଳ ପର୍ଯ୍ୟନ୍ତ ଅଛି।


ଏଉତ୍ତାରେ ମୁଁ ଏକ ପବିତ୍ର ବ୍ୟକ୍ତି କଥା କହିବାର ଶୁଣିଲି; ଆଉ, ଯେ କଥା କହିଲେ, ତାଙ୍କୁ ଅନ୍ୟ ଏକ ପବିତ୍ର ବ୍ୟକ୍ତି ପଚାରିଲେ, ନିତ୍ୟ ହୋମବଳି ଓ ଧ୍ୱଂସକାରୀ ଆଜ୍ଞା-ଲଙ୍ଘନ ଓ ଦଳିତ ହେବା ନିମନ୍ତେ ଧର୍ମଧାମର ଓ ବାହିନୀର ସମର୍ପଣ ହେବା ବିଷୟକ ଯେଉଁ ଦର୍ଶନ, ତାହା କେତେ କାଳ ପର୍ଯ୍ୟନ୍ତ ହେବ ?


ତହିଁରେ ମୁଁ ଶୁଣିଲି, ଶୁକ୍ଳବସ୍ତ୍ରାନ୍ୱିତ ଓ ନଦୀଜଳ ଉପରେ ସ୍ଥିତ ମନୁଷ୍ୟ ଆପଣା ଦକ୍ଷିଣ ଓ ବାମ ହସ୍ତ ସ୍ୱର୍ଗ ଆଡ଼େ ଉଠାଇ ନିତ୍ୟଜୀବୀଙ୍କ ନାମରେ ଶପଥ କରି କହିଲେ, ଏହା ସାଢ଼େ ତିନି ବର୍ଷ ପର୍ଯ୍ୟନ୍ତ ହେବ; ପୁଣି, ସେମାନେ ପବିତ୍ର ଲୋକମାନଙ୍କର ପରାକ୍ରମ ଭଗ୍ନ କରିବାର ଶେଷ କଲେ, ଏହି ସକଳ ବିଷୟ ସିଦ୍ଧ ହେବ।


ତହିଁରେ ସେ କହିଲେ, ହେ ଦାନିୟେଲ, ତୁମ୍ଭେ ଆପଣା ପଥରେ ଗମନ କର; କାରଣ ଶେଷ କାଳ ପର୍ଯ୍ୟନ୍ତ ଏହି ବାକ୍ୟସକଳ ବନ୍ଦ ଓ ମୁଦ୍ରାଙ୍କିତ ହୋଇଅଛି।


Swiv nou:

Piblisite


Piblisite